Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 7:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଅଥବା ତୁମ୍ଭେ ସେମାନଙ୍କ ସହିତ ବିବାହ-ସମ୍ବନ୍ଧ କରିବ ନାହିଁ; ତୁମ୍ଭେ ତାହାର ପୁତ୍ରକୁ ଆପଣା କନ୍ୟା ଦେବ ନାହିଁ, ଅବା ଆପଣା ପୁତ୍ର ନିମନ୍ତେ ତାହାର କନ୍ୟା ଗ୍ରହଣ କରିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ଅଥବା ତୁମ୍ଭେ ସେମାନଙ୍କ ସହିତ ବିବାହ-ସମ୍ଵନ୍ଧ କରିବ ନାହିଁ; ତୁମ୍ଭେ ତାହାର ପୁତ୍ରକୁ ଆପଣା କନ୍ୟା ଦେବ ନାହିଁ, ଅବା ଆପଣା ପୁତ୍ର ନିମନ୍ତେ ତାହାର କନ୍ୟା ଗ୍ରହଣ କରିବ ନାହିଁ।

Gade chapit la Kopi

ଓଡିଆ ବାଇବେଲ

3 ଅଥବା ତୁମ୍ଭେ ସେମାନଙ୍କ ସହିତ ବିବାହ-ସମ୍ବନ୍ଧ କରିବ ନାହିଁ; ତୁମ୍ଭେ ତାହାର ପୁତ୍ରକୁ ଆପଣା କନ୍ୟା ଦେବ ନାହିଁ, ଅବା ଆପଣା ପୁତ୍ର ନିମନ୍ତେ ତାହାର କନ୍ୟା ଗ୍ରହଣ କରିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ

3 ତୁମ୍ଭେମାନେ ସେମାନଙ୍କ ସହିତ ବିବାହ ସମ୍ବନ୍ଧ ରଖିବ ନାହିଁ। ତୁମ୍ଭେମାନେ ସେମାନଙ୍କ ପୁତ୍ରମାନଙ୍କ ସହିତ ଆପଣା କନ୍ୟାମାନଙ୍କୁ ବିବାହ ଦେବ ନାହିଁ। କିଅବା ଆପଣା ପୁତ୍ରମାନଙ୍କୁ ସେମାନଙ୍କ କନ୍ୟାମାନଙ୍କ ସହିତ ବିବାହ ଦେବ ନାହିଁ।

Gade chapit la Kopi




ଦ୍ଵିତୀୟ ବିବରଣ 7:3
14 Referans Kwoze  

ଏହି ଗୋଷ୍ଠୀୟମାନଙ୍କ ବିଷୟରେ ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣକୁ କହିଥିଲେ, “ତୁମ୍ଭେମାନେ ସେମାନଙ୍କ ମଧ୍ୟକୁ ଯିବ ନାହିଁ, କିଅବା ସେମାନେ ତୁମ୍ଭମାନଙ୍କ ମଧ୍ୟକୁ ଆସିବେ ନାହିଁ; କାରଣ ସେମାନେ ନିଶ୍ଚୟ ଆପଣା ଆପଣା ଦେବଗଣ ପ୍ରତି ତୁମ୍ଭମାନଙ୍କ ମନକୁ ବିପଥଗାମୀ କରିବେ;” ଶଲୋମନ ଏମାନଙ୍କ ପ୍ରତି ପ୍ରେମରେ ଆସକ୍ତ ହେଲେ।


ମୁଁ ସ୍ୱର୍ଗ ମର୍ତ୍ତ୍ୟର ସୃଷ୍ଟିକର୍ତ୍ତା ସଦାପ୍ରଭୁ ପରମେଶ୍ୱରଙ୍କ ନାମରେ ତୁମ୍ଭକୁ ଶପଥ କରାଇବି ଯେ, ଯେଉଁ କିଣାନୀୟ ଲୋକମାନଙ୍କ ମଧ୍ୟରେ ମୁଁ ବାସ କରୁଅଛି, ତୁମ୍ଭେ ସେମାନଙ୍କ ମଧ୍ୟରୁ ମୋʼ ପୁତ୍ରର ବିବାହାର୍ଥେ କୌଣସି କନ୍ୟା ଗ୍ରହଣ କରିବ ନାହିଁ;


ତେବେ ତାହାର ପିତା ଓ ମାତା ତାହାକୁ କହିଲେ, “ତୁମ୍ଭ ଭ୍ରାତୃଗଣର ଅବା ଆମ୍ଭ ସମୁଦାୟ ଲୋକଙ୍କର କନ୍ୟାଗଣ ମଧ୍ୟରେ କି ଜଣେ ସ୍ତ୍ରୀ ନାହିଁ, ଯେ ତୁମ୍ଭେ ଅସୁନ୍ନତ ପଲେଷ୍ଟୀୟମାନଙ୍କ ମଧ୍ୟରୁ ଭାର୍ଯ୍ୟା ଗ୍ରହଣ କରିବାକୁ ଯିବ?” ତହିଁରେ ଶାମ୍‍ଶୋନ୍‍ ଆପଣା ପିତାକୁ କହିଲା, “ତାହାକୁ ମୋʼ ପାଇଁ ଆଣ; ସେ ମୋʼ ଦୃଷ୍ଟିରେ ପସନ୍ଦ।”


ଏହେତୁ ତୁମ୍ଭେମାନେ ଆପଣାମାନଙ୍କ କନ୍ୟାଗଣଙ୍କୁ ସେମାନଙ୍କ ପୁତ୍ରଗଣ ସହିତ ବିବାହ ଦିଅ ନାହିଁ, ଅବା ତୁମ୍ଭମାନଙ୍କ ପୁତ୍ରଗଣ ନିମନ୍ତେ ସେମାନଙ୍କ କନ୍ୟାଗଣଙ୍କୁ ଗ୍ରହଣ କର ନାହିଁ, କିଅବା ସେମାନଙ୍କ ଶାନ୍ତି ବା ଉନ୍ନତି କଦାପି ଚେଷ୍ଟା କର ନାହିଁ; ତହିଁରେ ତୁମ୍ଭେମାନେ ବଳବାନ ହେବ ଓ ଦେଶର ଉତ୍ତମ ଦ୍ରବ୍ୟ ଭୋଜନ କରିବ ଓ ସଦାକାଳ ଆପଣା ସନ୍ତାନଗଣର ଅଧିକାର ନିମନ୍ତେ ତାହା ରଖିଯିବ।’ ମାତ୍ର ଆମ୍ଭେମାନେ ତୁମ୍ଭର ଏହି ଆଜ୍ଞାସବୁ ପରିତ୍ୟାଗ କରିଅଛୁ।


ଏହେତୁ ଆମ୍ଭେମାନେ ଏବେ ଆମ୍ଭ ପ୍ରଭୁଙ୍କର ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଆଜ୍ଞାରେ କମ୍ପିତ ଲୋକମାନଙ୍କର ମନ୍ତ୍ରଣାନୁସାରେ ଏହି ସକଳ ଭାର୍ଯ୍ୟା ଓ ଏମାନଙ୍କଠାରୁ ଜାତ ସମସ୍ତଙ୍କୁ ଦୂର କରିଦେବା ପାଇଁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ସହିତ ନିୟମ କରୁ; ଆଉ, ଏହା ବ୍ୟବସ୍ଥାନୁସାରେ କରାଯାଉ।


ଆଉ କହିଲେ, “ଆମ୍ଭେମାନେ ଅନ୍ୟ ଦେଶୀୟ ଲୋକମାନଙ୍କୁ ଆପଣାମାନଙ୍କ କନ୍ୟାଗଣ ଦେବୁ ନାହିଁ, କିଅବା ଆପଣାମାନଙ୍କ ପୁତ୍ରଗଣ ନିମନ୍ତେ ସେମାନଙ୍କ କନ୍ୟାଗଣ ଗ୍ରହଣ କରିବୁ ନାହିଁ;”


ପୁଣି, ନବାଟର ପୁତ୍ର ଯାରବୀୟାମଙ୍କ ପାପ-ପଥରେ ଚାଲିବାର ତାଙ୍କ ପ୍ରତି ତୁଚ୍ଛ ବିଷୟ ହେଲା ପରି ସେ ସୀଦୋନୀୟମାନଙ୍କ ଇତ୍‍ବାଲ ରାଜାର କନ୍ୟା ଈଷେବଲ୍‍କୁ ବିବାହ କଲେ ଓ ଯାଇ ବାଲ୍‍ର ସେବା କରି ତାହାକୁ ପ୍ରଣାମ କଲେ।


Swiv nou:

Piblisite


Piblisite