Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 8:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଆଉ ତୁମ୍ଭେ ଭୋଜନ କରି ତୃପ୍ତ ହେବ, ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଉତ୍ତମ ଦେଶ ଦେଇଅଛନ୍ତି, ତହିଁ ସକାଶୁ ତାହାଙ୍କର ଧନ୍ୟବାଦ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ଆଉ ତୁମ୍ଭେ ଭୋଜନ କରି ତୃପ୍ତ ହେବ, ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭକୁ ଯେଉଁ ଉତ୍ତମ ଦେଶ ଦେଇଅଛନ୍ତି, ତହିଁ ସକାଶୁ ତାହାଙ୍କର ଧନ୍ୟବାଦ କରିବ।

Gade chapit la Kopi

ଓଡିଆ ବାଇବେଲ

10 ଆଉ ତୁମ୍ଭେ ଭୋଜନ କରି ତୃପ୍ତ ହେବ, ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଉତ୍ତମ ଦେଶ ଦେଇଅଛନ୍ତି, ତହିଁ ସକାଶୁ ତାହାଙ୍କର ଧନ୍ୟବାଦ କରିବ।

Gade chapit la Kopi

ପବିତ୍ର ବାଇବଲ

10 ଆଉ ତୁମ୍ଭେମାନେ ସେଠାରେ ଖାଦ୍ୟରେ ତୃପ୍ତ ହେବ। ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁ ଉତ୍ତମ ଦେଶ ଦେଇ ଅଛନ୍ତି, ସେଥିପାଇଁ ତାଙ୍କର ଧନ୍ୟବାଦ କରିବ।

Gade chapit la Kopi




ଦ୍ଵିତୀୟ ବିବରଣ 8:10
14 Referans Kwoze  

ହେ ମୋହର ମନ, ସଦାପ୍ରଭୁଙ୍କର ଧନ୍ୟବାଦ କର ଓ ତାହାଙ୍କର ମଙ୍ଗଳଦାନସବୁ ପାସୋର ନାହିଁ;


ଯେ ବିଶେଷ ଦିନ ମାନେ, ସେ ପ୍ରଭୁଙ୍କ ଉଦ୍ଦେଶ୍ୟରେ ତାହା ମାନେ; ଆଉ ଯେ ଭୋଜନ କରେ, ସେ ପ୍ରଭୁଙ୍କ ଉଦ୍ଦେଶ୍ୟରେ ଭୋଜନ କରେ, କାରଣ ସେ ଈଶ୍ବରଙ୍କୁ ଧନ୍ୟବାଦ ଦିଏ; ପୁଣି, ଯେ ଭୋଜନ କରେ ନାହିଁ, ସେ ପ୍ରଭୁଙ୍କ ଉଦ୍ଦେଶ୍ୟରେ ଭୋଜନ କରେ ନାହିଁ ଓ ଈଶ୍ବରଙ୍କୁ ଧନ୍ୟବାଦ ଦିଏ।


ତୁମ୍ଭେ ଆପଣା ଧନରେ ଓ ସମସ୍ତ ଆୟର ପ୍ରଥମ ଫଳରେ ସଦାପ୍ରଭୁଙ୍କର ସମାଦର କର।


ମାତ୍ର, ମୁଁ କିଏ ଓ ମୋହର ଲୋକମାନେ କିଏ ଯେ, ଆମ୍ଭେମାନେ ଏପରି ସ୍ୱେଚ୍ଛାପୂର୍ବକ ଏପ୍ରକାର ଦାନ କରିବାକୁ ସମର୍ଥ ହେବୁ? କାରଣ, ସମଗ୍ର ବିଷୟ ତୁମ୍ଭଠାରୁ ଆସେ ଓ ତୁମ୍ଭ ନିଜ ପଦାର୍ଥରୁ ଆମ୍ଭେମାନେ ତୁମ୍ଭକୁ ଦେଇଅଛୁ।


ପୁଣି, ସେ ଲୋକସମୂହକୁ ଘାସ ଉପରେ ବସିବା ପାଇଁ ଆଜ୍ଞା ଦେଲେ, ଆଉ ସେ ସେହି ପାଞ୍ଚୋଟି ରୁଟି ଓ ଦୁଇଟି ମାଛ ନେଇ ସ୍ୱର୍ଗ ଆଡ଼େ ଊର୍ଦ୍ଧ୍ୱଦୃଷ୍ଟି କରି ଆଶୀର୍ବାଦ କଲେ ଏବଂ ରୁଟି ଗୁଡ଼ିକ ଭାଙ୍ଗି ଶିଷ୍ୟମାନଙ୍କୁ ଦେଲେ ଆଉ ଶିଷ୍ୟମାନେ ଲୋକସମୂହକୁ ଦେଲେ।


ଅତଏବ, ତୁମ୍ଭେମାନେ ଭୋଜନ କର କି ପାନ କର ଅବା ଯାହା କିଛି କର, ଈଶ୍ବରଙ୍କ ଗୌରବ ନିମନ୍ତେ ସବୁ କର।


ପ୍ରଭୁ ଧନ୍ୟବାଦ ଦେଲା ଉତ୍ତାରେ ସେମାନେ ଯେଉଁ ସ୍ଥାନରେ ରୁଟି ଭୋଜନ କରିଥିଲେ, ସେହି ସ୍ଥାନ ନିକଟକୁ ତିବିରୀୟାରୁ ଆଉ କେତେକ ନୌକା ଆସିଲା;


କାରଣ ତୁମ୍ଭମାନଙ୍କ ବିଷୟରେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଏହା ଈଶ୍ବରଙ୍କ ଅଭିମତ।


ସେହି ଦେଶରେ ତୁମ୍ଭେ ଅଭାବ ବିନା ଆହାର ଭୋଜନ କରିବ, ସେଠାରେ ତୁମ୍ଭର କୌଣସି ବିଷୟର ଅଭାବ ହେବ ନାହିଁ; ସେହି ଦେଶର ପଥର ଲୁହା ଓ ତୁମ୍ଭେ ତହିଁର ପର୍ବତରୁ ପିତ୍ତଳ ଖୋଳି ପାରିବ।


କାରଣ ଆମ୍ଭେ ଯେଉଁ ଦେଶ ବିଷୟରେ ସେମାନଙ୍କ ପୂର୍ବପୁରୁଷଗଣ ନିକଟରେ ଶପଥ କରିଅଛୁ, ସେହି ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶକୁ ସେମାନଙ୍କୁ ନେଇଗଲା ଉତ୍ତାରେ ଯେତେବେଳେ ସେମାନେ ଭୋଜନ କରି ତୃପ୍ତ ଓ ହୃଷ୍ଟପୁଷ୍ଟ ହେବେ, ସେତେବେଳେ ସେମାନେ ଅନ୍ୟ ଦେବତାମାନଙ୍କ ପ୍ରତି ଫେରି ସେମାନଙ୍କ ସେବା କରିବେ ଓ ଆମ୍ଭଙ୍କୁ ଅଗ୍ରାହ୍ୟ କରି ଆମ୍ଭ ନିୟମ ଲଙ୍ଘନ କରିବେ।


ମୁଁ ଆପଣା ପ୍ରିୟତମଙ୍କ ଉଦ୍ଦେଶ୍ୟରେ, ତାହାଙ୍କ ଦ୍ରାକ୍ଷାକ୍ଷେତ୍ର ବିଷୟରେ ମୋʼ ପ୍ରିୟତମଙ୍କର ଗୋଟିଏ ଗୀତ ଗାନ କରେ। ଅତି ଉର୍ବରା ଏକ ପର୍ବତରେ ମୋʼ ପ୍ରିୟତମଙ୍କର ଗୋଟିଏ ଦ୍ରାକ୍ଷାକ୍ଷେତ୍ର ଥିଲା;


ତହିଁରେ ତୁମ୍ଭେମାନେ ପ୍ରଚୁର ରୂପେ ଭୋଜନ କରି ପରିତୃପ୍ତ ହେବ ଓ ଯେ ତୁମ୍ଭମାନଙ୍କ ପ୍ରତି ଆଶ୍ଚର୍ଯ୍ୟ ବ୍ୟବହାର କରିଅଛନ୍ତି, ତୁମ୍ଭେମାନେ ସେହି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ନାମର ପ୍ରଶଂସା କରିବ ଓ ଆମ୍ଭର ଲୋକମାନେ କଦାପି ଲଜ୍ଜିତ ହେବେ ନାହିଁ।


Swiv nou:

Piblisite


Piblisite