Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 8:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଯେ ତୁମ୍ଭର ଭବିଷ୍ୟତ ମଙ୍ଗଳ ନିମନ୍ତେ ତୁମ୍ଭକୁ ନମ୍ର କରିବାକୁ ଓ ତୁମ୍ଭର ପରୀକ୍ଷା ନେବାକୁ ଜ୍ୱାଳାଦାୟୀ ସର୍ପ ଓ ବିଚ୍ଛା, ପୁଣି ନିର୍ଜଳ ଶୁଷ୍କ ଭୂମି ଥିବା ଏହି ବିସ୍ତୀର୍ଣ୍ଣ ଓ ଭୟାନକ ପ୍ରାନ୍ତର ଦେଇ ତୁମ୍ଭକୁ ଗମନ କରାଇଲେ; ଯେ ତୁମ୍ଭ ନିମନ୍ତେ ଚକ୍‍ମକି-ପ୍ରସ୍ତରମୟ ଶୈଳରୁ ଜଳ ବାହାର କଲେ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ଯେ ତୁମ୍ଭର ଭବିଷ୍ୟତ ମଙ୍ଗଳ ନିମନ୍ତେ ତୁମ୍ଭକୁ ନମ୍ର କରିବାକୁ ଓ ତୁମ୍ଭର ପରୀକ୍ଷା ନେବାକୁ ଜ୍ଵାଳାଦାୟୀ ସର୍ପ ଓ ବିଚ୍ଛା, ପୁଣି ନିର୍ଜଳ ଶୁଷ୍କଭୂମି ଥିବା ଏହି ବିସ୍ତୀର୍ଣ୍ଣ ଓ ଭୟାନକ ପ୍ରାନ୍ତର ଦେଇ ତୁମ୍ଭକୁ ଗମନ କରାଇଲେ; ଯେ ତୁମ୍ଭ ନିମନ୍ତେ ଚକ୍ମକି-ପ୍ରସ୍ତରମୟ ଶୈଳରୁ ଜଳ ବାହାର କଲେ;

Gade chapit la Kopi

ଓଡିଆ ବାଇବେଲ

15 ଯେ ତୁମ୍ଭର ଭବିଷ୍ୟତ ମଙ୍ଗଳ ନିମନ୍ତେ ତୁମ୍ଭକୁ ନମ୍ର କରିବାକୁ ଓ ତୁମ୍ଭର ପରୀକ୍ଷା ନେବାକୁ ଜ୍ୱାଳାଦାୟୀ ସର୍ପ ଓ ବିଚ୍ଛା, ପୁଣି ନିର୍ଜଳ ଶୁଷ୍କ ଭୂମି ଥିବା ଏହି ବିସ୍ତୀର୍ଣ୍ଣ ଓ ଭୟାନକ ପ୍ରାନ୍ତର ଦେଇ ତୁମ୍ଭକୁ ଗମନ କରାଇଲେ; ଯେ ତୁମ୍ଭ ନିମନ୍ତେ ଚକ୍‍ମକି-ପ୍ରସ୍ତରମୟ ଶୈଳରୁ ଜଳ ବାହାର କଲେ;

Gade chapit la Kopi

ପବିତ୍ର ବାଇବଲ

15 ସେ ତୁମ୍ଭର ଭବିଷ୍ୟତ ମଙ୍ଗଳ ନିମନ୍ତେ ତୁମ୍ଭକୁ ନମ୍ର କରିବାକୁ ଓ ତୁମ୍ଭର ପରୀକ୍ଷା ନେବାକୁ ବିଷଧର ସର୍ପ ଓ ବିଛା ପୁଣି ନିର୍ଜଳ ଶୁଷ୍କ ଭୂମିଥିବା ଏହି ବିସ୍ତୀର୍ଣ୍ଣ ଓ ଭୟାନକ ମରୁଭୂମି ଦେଇ ତୁମ୍ଭମାନଙ୍କୁ ଗମନ କରାଇ ଆଣିଲେ। ସେ ତୁମ୍ଭମାନଙ୍କ ପାଇଁ ଚ‌‌କ୍‌‌ମକି ପ୍ରସ୍ତରମୟ ଶୈଳରୁ ଜଳ ବାହାର କଲେ।

Gade chapit la Kopi




ଦ୍ଵିତୀୟ ବିବରଣ 8:15
16 Referans Kwoze  

ସେତେବେଳେ ସଦାପ୍ରଭୁ ଲୋକମାନଙ୍କ ମଧ୍ୟକୁ ବିଷାକ୍ତ ସର୍ପଗୁଡ଼ିକୁ ପ୍ରେରଣ କରନ୍ତେ, ସେମାନେ ଲୋକମାନଙ୍କୁ ଦଂଶନ କଲେ; ତହିଁରେ ଇସ୍ରାଏଲର ଅନେକ ଲୋକ ମଲେ।


ଏଉତ୍ତାରେ ମୋଶା ହସ୍ତ ଉଠାଇ ଆପଣା ଯଷ୍ଟିରେ ସେହି ଶୈଳକୁ ଦୁଇ ଥର ଆଘାତ କଲେ; ତହିଁରେ ପ୍ରଚୁର ଜଳ ବାହାରିଲା, ପୁଣି, ମଣ୍ଡଳୀ ଓ ସେମାନଙ୍କ ପଶୁଗଣ ପାନ କଲେ।


ଅଥବା ‘ଯେ ଆମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲେ, ଯେ ପ୍ରାନ୍ତରର, ମରୁଭୂମି ଓ ଗର୍ତ୍ତମୟ ଦେଶର, ଆଉ ନିର୍ଜଳ ଓ ମୃତ୍ୟୁୁଚ୍ଛାୟାରୂପ ଦେଶର, ପୁଣି ପଥିକବିହୀନ ଓ ନିବାସୀଶୂନ୍ୟ ଦେଶର ମଧ୍ୟରେ ଆମ୍ଭମାନଙ୍କୁ କଢ଼ାଇ ଆଣିଲେ, ସେହି ସଦାପ୍ରଭୁ କାହାନ୍ତି,’ ଏହା ସେମାନେ କହିଲେ ନାହିଁ।


ସେ ଶୈଳକୁ ଜଳାଶୟ, ଚକ୍‍ମକି ପ୍ରସ୍ତରକୁ ନିର୍ଝର କଲେ।


ଏଥିଉତ୍ତାରେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଆଜ୍ଞାନୁସାରେ ଆମ୍ଭେମାନେ ହୋରେବଠାରୁ ଯାତ୍ରା କଲୁ, ପୁଣି ଇମୋରୀୟମାନଙ୍କ ପର୍ବତମୟ ଦେଶକୁ ଯିବା ପଥରେ ତୁମ୍ଭେମାନେ ଯେଉଁ ବିସ୍ତୀର୍ଣ୍ଣ ଓ ଭୟଙ୍କର ପ୍ରାନ୍ତର ଦେଖିଲ, ତହିଁର ମଧ୍ୟଦେଇ ଯାଇ କାଦେଶ-ବର୍ଣ୍ଣେୟରେ ପହଞ୍ଚିଲୁ।


ଆମ୍ଭେ ପ୍ରାନ୍ତରରେ ଓ ମହାମରୁଭୂମିରେ ତୁମ୍ଭକୁ ଜାଣିଲୁ।


ଓ ସମସ୍ତେ ଏକ ପାରମାର୍ଥିକ ପେୟ ପାନ କଲେ (ଯେଣୁ ସେମାନେ ସେମାନଙ୍କ ଅନୁବର୍ତ୍ତୀ ପାରମାର୍ଥିକ ଶୈଳରୁ ପାନ କରୁଥିଲେ, ଆଉ ସେହି ଶୈଳ ଖ୍ରୀଷ୍ଟ),


ପୁଣି, ମୃଗତୃଷ୍ଣା ଜଳାଶୟ ହେବ ଓ ଶୁଷ୍କ ଭୂମି ନିର୍ଝରମୟ ହେବ; ଶୃଗାଳମାନଙ୍କର ନିବାସ ମଧ୍ୟରେ, ସେମାନଙ୍କର ଶୟନ ସ୍ଥାନରେ ଘାସ, ନଳ ଓ ତଣ୍ଡିବଣ ହେବ।


ଯେ ପ୍ରାନ୍ତର ଦେଇ ଆପଣା ଲୋକମାନଙ୍କୁ ଗମନ କରାଇଲେ, ତାହାଙ୍କର (ଧନ୍ୟବାଦ କର); କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।


ସେ ଶୈଳକୁ ଆଘାତ କରନ୍ତେ, ଜଳ ନିର୍ଗତ ହେଲା; ତାହା ଶୁଷ୍କ ଭୂମିରେ ନଦୀ ତୁଲ୍ୟ ପ୍ରବାହିତ ହେଲା।


ସେ ପୃଥିବୀର ଉଚ୍ଚସ୍ଥଳୀ ଉପରେ ତାହାକୁ ବାହନ-ଆରୋହଣ ତୁଲ୍ୟ ଗମନ କରାଇଲେ ଓ ସେ କ୍ଷେତ୍ରଜାତ ଫଳ ଭୋଜନ କଲା; ସେ ତାହାକୁ ପାଷାଣରୁ ମଧୁ ଓ ଚକମକି ପ୍ରସ୍ତରମୟ ଶୈଳରୁ ତୈଳ ପାନ କରାଇଲେ;


ଦକ୍ଷିଣର ପଶୁଗଣ ବିଷୟକ ଭବିଷ୍ୟତବାଣୀ। ଯେଉଁ ସ୍ଥାନରୁ ଯୁବା ଓ ବୃଦ୍ଧ ସିଂହ, କାଳସର୍ପ ଓ ଉଡ୍ଡୀୟମାନ ଅଗ୍ନିମୟ ସର୍ପ ଆସନ୍ତି, ଏପରି ସଙ୍କଟ ଓ ଯନ୍ତ୍ରଣାମୟ ଦେଶ ଦେଇ ଯେଉଁମାନଙ୍କ ଦ୍ୱାରା ସେମାନଙ୍କର ଉପକାର ହେବ ନାହିଁ, ଏପରି ଏକ ଗୋଷ୍ଠୀ ନିକଟକୁ, ସେମାନେ ଯୁବା ଗର୍ଦ୍ଦଭଗଣର ସ୍କନ୍ଧରେ ଆପଣାମାନଙ୍କର ଧନ ଓ ଉଷ୍ଟ୍ରଗଣର କୁବ୍‍ଜା ଉପରେ ଆପଣାମାନଙ୍କର ସମ୍ପତ୍ତି ବହି ନିଅନ୍ତି।


ଦେଖ, ଆମ୍ଭେ ଏକ ନୂତନ କାର୍ଯ୍ୟ କରିବା; ତାହା ଏବେ ଅଙ୍କୁରିତ ହେବ; ତୁମ୍ଭେମାନେ କି ତାହା ଜାଣିବ ନାହିଁ? ଆହୁରି, ଆମ୍ଭେ ପ୍ରାନ୍ତର ମଧ୍ୟରେ ପଥ ଓ ମରୁଭୂମିରେ ନଦ-ନଦୀ କରିବା।


Swiv nou:

Piblisite


Piblisite