Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 8:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ମାତ୍ର ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ସ୍ମରଣ କରିବ, କାରଣ ସେ ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଆପଣାର ଯେଉଁ ନିୟମ ବିଷୟରେ ଶପଥ କରିଥିଲେ, ତାହା ସେ ଆଜି ଦିନ ପରି ସ୍ଥିର କରିବା ପାଇଁ ତୁମ୍ଭକୁ ଐଶ୍ୱର୍ଯ୍ୟ ପାଇବାର ସାମର୍ଥ୍ୟ ଦେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ମାତ୍ର ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କୁ ସ୍ମରଣ କରିବ, କାରଣ ସେ ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଆପଣାର ଯେଉଁ ନିୟମ ବିଷୟରେ ଶପଥ କରିଥିଲେ, ତାହା ସେ ଆଜି ଦିନ ପରି ସ୍ଥିର କରିବା ପାଇଁ ତୁମ୍ଭକୁ ଐଶ୍ଵର୍ଯ୍ୟ ପାଇବାର ସାମର୍ଥ୍ୟ ଦେଲେ।

Gade chapit la Kopi

ଓଡିଆ ବାଇବେଲ

18 ମାତ୍ର ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ସ୍ମରଣ କରିବ, କାରଣ ସେ ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଆପଣାର ଯେଉଁ ନିୟମ ବିଷୟରେ ଶପଥ କରିଥିଲେ, ତାହା ସେ ଆଜି ଦିନ ପରି ସ୍ଥିର କରିବା ପାଇଁ ତୁମ୍ଭକୁ ଐଶ୍ୱର୍ଯ୍ୟ ପାଇବାର ସାମର୍ଥ୍ୟ ଦେଲେ।

Gade chapit la Kopi

ପବିତ୍ର ବାଇବଲ

18 ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କୁ ସ୍ମରଣ କର। ଏହି କଥା ମନେରଖ ଯେ, ତୁମ୍ଭମାନଙ୍କୁ ସେ ଏପରି କରିବା ପାଇଁ ଶକ୍ତି ଦେଇଛନ୍ତି। ସଦାପ୍ରଭୁ କାହିଁକି ଏପରି କଲେ? କାରଣ ସେ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କ ସହିତ ପ୍ରତିଜ୍ଞା କରିଥିଲେ ଏପରି କରିବା ପାଇଁ ଯାହାସବୁ ସେ ଆଜି କରିଛନ୍ତି।

Gade chapit la Kopi




ଦ୍ଵିତୀୟ ବିବରଣ 8:18
19 Referans Kwoze  

ସଦାପ୍ରଭୁଙ୍କ ଆଶୀର୍ବାଦ ଧନବାନ କରେ, ପୁଣି, ସେ ତାହା ସଙ୍ଗରେ ଦୁଃଖ ଯୋଗ କରନ୍ତି ନାହିଁ।


ଯେହେତୁ ଆମ୍ଭେ ଯେ ତାହାକୁ ଶସ୍ୟ, ଦ୍ରାକ୍ଷାରସ ଓ ତୈଳ ଦେଲୁ ଓ ତାହାର ରୂପା ଓ ସୁନା ବୃଦ୍ଧି କଲୁ, ଏହା ସେ ଜାଣିଲା ନାହିଁ, ସେମାନେ ସେହି ରୂପା, ସୁନା ବାଲ୍‍ଦେବ ଉଦ୍ଦେଶ୍ୟରେ ବ୍ୟୟ କଲେ।


ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କୁ ସ୍ନେହ କରିବାରୁ ଓ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ନିକଟରେ ସେ ଯେଉଁ ଶପଥ କରିଥିଲେ, ତାହା ପ୍ରତିପାଳନ କରିବାକୁ ଇଚ୍ଛୁକ ହେବାରୁ ସଦାପ୍ରଭୁ ବଳବାନ ହସ୍ତ ଦ୍ୱାରା ତୁମ୍ଭମାନଙ୍କୁ ବାହାର କରି ଆଣିଅଛନ୍ତି ଓ ଦାସ୍ୟଗୃହରୁ, ମିସରର ରାଜା ଫାରୋର ହସ୍ତରୁ ତୁମ୍ଭମାନଙ୍କୁ ମୁକ୍ତ କରିଅଛନ୍ତି।


ତୁମ୍ଭେମାନେ ଏହି ସକଳ ଶାସନ ଶୁଣି, ମାନି ଓ ପାଳନ କରିବାରୁ ଏପରି ହେବ ଯେ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଯେଉଁ ନିୟମ ଓ ଦୟା ବିଷୟରେ ଶପଥ କରିଅଛନ୍ତି, ସେ ତାହା ତୁମ୍ଭ ପକ୍ଷରେ ରକ୍ଷା କରିବେ।


ମୋହର ଶୈଳ ସ୍ୱରୂପ ସଦାପ୍ରଭୁ ଧନ୍ୟ ହେଉନ୍ତୁ, ସେ ମୋʼ ହସ୍ତକୁ ଯୁଦ୍ଧ ଶିଖାନ୍ତି ଓ ମୋʼ ଅଙ୍ଗୁଳିକୁ ସଂଗ୍ରାମ ଶିଖାନ୍ତି।


ଏବେ, ହେ ସଦାପ୍ରଭୋ, ଦେଖ, ତୁମ୍ଭେ ଆମ୍ଭକୁ ଯେଉଁ ଭୂମି ଦେଇଅଛ, ଆମ୍ଭେ ତହିଁର ପ୍ରଥମ ଫଳ ଆଣିଅଛୁ।” ଏଉତ୍ତାରେ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ତାହା ରଖିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ପ୍ରଣାମ କରିବ।


ଏଥିଉତ୍ତାରେ ସଦାପ୍ରଭୁ ଗିଦିୟୋନ୍‍ଙ୍କୁ କହିଲେ, “ତୁମ୍ଭ ସଙ୍ଗୀ ଲୋକମାନେ ଏତେ ଅଧିକ ଯେ, ଆମ୍ଭେ ମିଦୀୟନୀୟମାନଙ୍କୁ ସେମାନଙ୍କ ହସ୍ତରେ ସମର୍ପଣ କରି ନ ପାରୁ; କଲେ, ଆମ୍ଭ ନିଜ ହସ୍ତ ଆମ୍ଭକୁ ଉଦ୍ଧାର କରିଅଛି, ଏହା କହି ଇସ୍ରାଏଲ ଅବା ଆମ୍ଭ ବିରୁଦ୍ଧରେ ଦର୍ପ କରିବ।


ସଦାପ୍ରଭୁ ନିର୍ଦ୍ଧନ କରନ୍ତି ଓ ଧନବାନ କରନ୍ତି; ସେ ନତ କରନ୍ତି, ସେ ମଧ୍ୟ ଉନ୍ନତ କରନ୍ତି।


ତହିଁରେ ଅମତ୍‍ସୀୟ ପରମେଶ୍ୱରଙ୍କ ଲୋକଙ୍କୁ କହିଲେ, “ଭଲ, ମାତ୍ର ମୁଁ ଇସ୍ରାଏଲ-ସୈନ୍ୟକୁ ଯେଉଁ ଏକ ଶହ ତାଳନ୍ତ ରୂପା ଦେଇଅଛି, ତହିଁ ପାଇଁ ଆମ୍ଭେମାନେ କʼଣ କରିବା?” ଏଥିରେ ପରମେଶ୍ୱରଙ୍କ ଲୋକ ଉତ୍ତର କଲେ; “ସଦାପ୍ରଭୁ ତୁମ୍ଭକୁ ତହିଁରୁ ଅତି ଅଧିକ ଦେବାକୁ ସମର୍ଥ ଅଟନ୍ତି।”


କାରଣ ସେମାନେ ନିଜ ଖଡ୍ଗ ଦ୍ୱାରା ଦେଶାଧିକାର ପ୍ରାପ୍ତ ହେଲେ ନାହିଁ, କିଅବା ସେମାନଙ୍କ ନିଜ ବାହୁ ସେମାନଙ୍କୁ ଉଦ୍ଧାର କଲା ନାହିଁ; ମାତ୍ର ସେମାନଙ୍କ ପ୍ରତି ତୁମ୍ଭର ଅନୁଗ୍ରହ ଥିବାରୁ ତୁମ୍ଭର ଦକ୍ଷିଣ ହସ୍ତ, ତୁମ୍ଭର ବାହୁ ଓ ତୁମ୍ଭ ମୁଖର ପ୍ରସନ୍ନତା ତାହା କରିଥିଲା।


ମୁଁ ଫେରି ସୂର୍ଯ୍ୟ ତଳେ ଦେଖିଲି ଯେ, ଦ୍ରୁତଗାମୀମାନଙ୍କୁ ବାଜି, କି ବୀରମାନଙ୍କୁ ଜୟ, ଅବା ଜ୍ଞାନୀମାନଙ୍କୁ ଅନ୍ନ, କିଅବା ବୁଦ୍ଧିମାନ ଲୋକମାନଙ୍କୁ ଧନ, ଅଥବା ପଣ୍ଡିତମାନଙ୍କୁ ଅନୁଗ୍ରହପ୍ରାପ୍ତ ହୁଏ ନାହିଁ, ମାତ୍ର ସମସ୍ତଙ୍କ ପ୍ରତି ସମୟ ଓ ଆକସ୍ମିକ ଘଟଣା ଘଟେ।


ଆଉ, ତୁମ୍ଭେ ଯୌବନ କାଳରେ ଆପଣା ସୃଷ୍ଟିକର୍ତ୍ତାଙ୍କୁ ସ୍ମରଣ କର; ଯେହେତୁ ଦୁଃସମୟ ଆସୁଅଛି, ଯେଉଁସବୁ ବର୍ଷରେ ତୁମ୍ଭେ କହିବ, ଏହିସବୁରେ ମୋହର କିଛି ସୁଖ ନାହିଁ, ସେହି ସବୁ ବର୍ଷ ସନ୍ନିକଟ ହେଉଅଛି।


ଅର୍ଥାତ୍‍, ଦୁଇ ଶହ ଛାଗୀ ଓ କୋଡ଼ିଏ ଛାଗ, ଦୁଇ ଶହ ମେଷୀ ଓ କୋଡ଼ିଏ ମେଷ,


ଆଉ ଯାହା ତୁମ୍ଭେ ପୂର୍ଣ୍ଣ କରି ନାହଁ, ଏପରି ସକଳ ଉତ୍ତମ ଦ୍ରବ୍ୟରେ ପରିପୂର୍ଣ୍ଣ ଗୃହ ଓ ଯାହା ତୁମ୍ଭେ ଖୋଳିଲ ନାହିଁ, ଏପରି ଖୋଦିତ କୂପ, ଯାହା ରୋପଣ କଲ ନାହିଁ, ଏପରି ଦ୍ରାକ୍ଷାକ୍ଷେତ୍ର ଓ ଜୀତବୃକ୍ଷ ପାଇ ଯେତେବେଳେ ତୁମ୍ଭେ ଭୋଗ କରି ତୃପ୍ତ ହେବ,


ଆଜି ମୁଁ ତୁମ୍ଭକୁ ଯେଉଁ ସମସ୍ତ ଆଜ୍ଞା ଦେଉଅଛି, ତାହାସବୁ ତୁମ୍ଭେମାନେ ମନୋଯୋଗ କରି ପାଳନ କରିବ, ତହିଁରେ ତୁମ୍ଭେମାନେ ବଞ୍ଚିବ ଓ ବର୍ଦ୍ଧିଷ୍ଣୁ ହେବ, ଆଉ ସଦାପ୍ରଭୁ ଯେଉଁ ଦେଶ ବିଷୟରେ ତୁମ୍ଭମାନଙ୍କ ପୂର୍ବପୁରୁଷଗଣ ନିକଟରେ ଶପଥ କରିଅଛନ୍ତି, ସେହି ଦେଶରେ ପ୍ରବେଶ କରି ତାହା ଅଧିକାର କରିବ।


ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା କଲେ ଓ ସଦାପ୍ରଭୁ ସେମାନଙ୍କ ପରମେଶ୍ୱରଙ୍କୁ ପାସୋରି ବାଲ୍‍ ଦେବଗଣର ଓ ଆଶେରା ଦେବୀଗଣର ସେବା କଲେ।


ତୁମ୍ଭଠାରୁ ଧନ ଓ ସମ୍ଭ୍ରମ ଆସେ, ଆଉ ତୁମ୍ଭେ ସମସ୍ତଙ୍କ ଉପରେ କର୍ତ୍ତୃତ୍ୱ କରୁଅଛ; ବଳ ଓ ପରାକ୍ରମ ତୁମ୍ଭ ହସ୍ତରେ ଅଛି; ପୁଣି, ମହାନ କରିବାର ଓ ସମସ୍ତଙ୍କୁ ବଳ ଦେବାର ତୁମ୍ଭର ହସ୍ତାଧୀନ ଅଟେ।


ସେମାନଙ୍କର ପିତୃପୁରୁଷମାନେ ଯେପରି ବାଲ୍‍ଦେବ ସକାଶେ ଆମ୍ଭ ନାମ ପାସୋରି ପକାଇଲେ, ସେପରି ସେମାନେ ଆପଣା ଆପଣା ପ୍ରତିବାସୀ ନିକଟରେ ନିଜ ସ୍ୱପ୍ନ କଥା କହି ଆମ୍ଭ ଲୋକମାନଙ୍କୁ ଆମ୍ଭର ନାମ ବିସ୍ମୃତ କରାଇବାକୁ ବିଚାର କରନ୍ତି।


Swiv nou:

Piblisite


Piblisite