Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 8:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ପୁଣି ମନୁଷ୍ୟ ଯେପରି ଆପଣା ପୁତ୍ରକୁ ଶାସନ କରେ, ତଦ୍ରୂପ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଶାସନ କରନ୍ତି, ଏହା ତୁମ୍ଭେ ଆପଣା ମନରେ ବିବେଚନା କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ପୁଣି ମନୁଷ୍ୟ ଯେପରି ଆପଣା ପୁତ୍ରକୁ ଶାସନ କରେ, ତଦ୍ରୂପ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭକୁ ଶାସନ କରନ୍ତି, ଏହା ତୁମ୍ଭେ ଆପଣା ମନରେ ବିବେଚନା କରିବ।

Gade chapit la Kopi

ଓଡିଆ ବାଇବେଲ

5 ପୁଣି ମନୁଷ୍ୟ ଯେପରି ଆପଣା ପୁତ୍ରକୁ ଶାସନ କରେ, ତଦ୍ରୂପ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଶାସନ କରନ୍ତି, ଏହା ତୁମ୍ଭେ ଆପଣା ମନରେ ବିବେଚନା କରିବ।

Gade chapit la Kopi

ପବିତ୍ର ବାଇବଲ

5 ତେଣୁ ତୁମ୍ଭେମାନେ ହୃଦୟର ସହିତ ଜାଣିବା ଉଚିତ୍ ଯେ, ଜଣେ ପିତା ତା'ର ସନ୍ତାନଗଣଙ୍କୁ ଯେପରି ଅନୁଶାସିତ କରେ ସେହିପରି ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭକୁ ଅନୁଶାସିତ କରିଛନ୍ତି।

Gade chapit la Kopi




ଦ୍ଵିତୀୟ ବିବରଣ 8:5
19 Referans Kwoze  

ଆମ୍ଭେ ଯେତେ ଲୋକଙ୍କୁ ପ୍ରେମ କରୁ, ସେମାନଙ୍କୁ ଅନୁଯୋଗ ଓ ଶାସନ କରିଥାଉ; ଅତଏବ ଉଦ୍‍ଯୋଗୀ ହୋଇ ମନ-ପରିବର୍ତ୍ତନ କର।


କାରଣ ଯେପରି ପିତା ଆପଣା ସନ୍ତୋଷ ପାତ୍ର ପୁତ୍ରକୁ, ସେପରି ସଦାପ୍ରଭୁ ଆପଣା ପ୍ରେମପାତ୍ରକୁ ଅନୁଶାସନ କରନ୍ତି।


ଆମ୍ଭେ ତାହାର ପିତା ହେବା ଓ ସେ ଆମ୍ଭର ପୁତ୍ର ହେବ; ସେ ଅପରାଧ କଲେ ଆମ୍ଭେ ତାହାକୁ ମନୁଷ୍ୟମାନଙ୍କ ଦଣ୍ଡରେ ଓ ମନୁଷ୍ୟ-ସନ୍ତାନମାନଙ୍କ ପ୍ରହାରରେ ଶାସ୍ତି ଦେବା।


ଆଉ, ଜଗତ ସହିତ ଯେପରି ଦଣ୍ଡାଜ୍ଞା ପ୍ରାପ୍ତ ନ ହେଉ, ଏଥିନିମନ୍ତେ ପ୍ରଭୁଙ୍କ ଦ୍ୱାରା ବିଚାରିତ ହୋଇ ଆମ୍ଭେମାନେ ଶାସ୍ତି ଭୋଗ କରୁଅଛୁ।


ହେ ସଦାପ୍ରଭୋ, ଦୁଷ୍ଟ ନିମନ୍ତେ ଗର୍ତ୍ତ ଖୋଳା ହେବା ପର୍ଯ୍ୟନ୍ତ ବିପଦ କାଳରୁ ବିଶ୍ରାମ ଦେବା ନିମନ୍ତେ,


ସେ ବିବେଚନା କରେ ଓ ଆପଣା କୃତ ସମସ୍ତ ଅପରାଧରୁ ଫେରେ, ଏଥିପାଇଁ ସେ ନିଶ୍ଚୟ ବଞ୍ଚିବ, ସେ ମରିବ ନାହିଁ।


ତେବେ ଆମ୍ଭେ ଯଷ୍ଟି ଦ୍ୱାରା ସେମାନଙ୍କ ଅପରାଧର ଓ ପ୍ରହାର ଦ୍ୱାରା ସେମାନଙ୍କ ଅଧର୍ମର ଶାସ୍ତି ଦେବା।


କେବଳ ନିଜ ବିଷୟରେ ସାବଧାନ ହୁଅ ଓ ନିଜ ପ୍ରାଣକୁ ଯତ୍ନପୂର୍ବକ ରକ୍ଷା କର, ନୋହିଲେ ଯାହା ତୁମ୍ଭର ଚକ୍ଷୁ ଦେଖିଅଛି, ତାହା ତୁମ୍ଭେ ପାସୋରି ଯିବ ଓ ତାହା ଜୀବନ ସାରା ତୁମ୍ଭ ହୃଦୟରୁ ଲୋପ ପାଇବ; ମାତ୍ର ତୁମ୍ଭେ ଆପଣା ପୁତ୍ରପୌତ୍ରମାନଙ୍କୁ ତାହା ଶିଖାଅ।


ଏଥିପାଇଁ ହେ ମନୁଷ୍ୟ-ସନ୍ତାନ, ନିର୍ବାସନ ନିମନ୍ତେ କରିବା ପାଇଁ ସମ୍ବଳ ପ୍ରସ୍ତୁତ କର, ଆଉ ସେମାନଙ୍କ ସାକ୍ଷାତରେ ଦିନ ବେଳେ ପ୍ରସ୍ଥାନ କର, ତୁମ୍ଭେ ସେମାନଙ୍କ ସାକ୍ଷାତରେ ସ୍ୱ ସ୍ଥାନରୁ ଅନ୍ୟ ସ୍ଥାନକୁ ପ୍ରସ୍ଥାନ କରିବ। ହୋଇପାରେ, ବିଦ୍ରୋହୀ ବଂଶ ହେଲେ ହେଁ ସେମାନେ ବିବେଚନା କରିବେ।


ତୁମ୍ଭେମାନେ ଆପଣାମାନଙ୍କ ବିଷୟରେ ସାବଧାନ ହୁଅ, ନୋହିଲେ ତୁମ୍ଭମାନଙ୍କ ସହିତ ସ୍ଥିରୀକୃତ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ନିୟମ ତୁମ୍ଭେମାନେ ପାସୋରି ଯିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିଷିଦ୍ଧ କୌଣସି ବସ୍ତୁର ପ୍ରତିମୂର୍ତ୍ତିବିଶିଷ୍ଟ ଖୋଦିତ ପ୍ରତିମା ନିର୍ମାଣ କରିବ।


ଗୋରୁ ଆପଣା ଖାଉନ୍ଦକୁ ଓ ଗର୍ଦ୍ଦଭ ଆପଣା କର୍ତ୍ତାର କୁଣ୍ଡକୁ ଚିହ୍ନେ; ମାତ୍ର ଇସ୍ରାଏଲ ଜାଣେ ନାହିଁ, ଆମ୍ଭର ଲୋକମାନେ ବିବେଚନା କରନ୍ତି ନାହିଁ।”


ସେ ଉପଦେଶ ଦେବା ନିମନ୍ତେ ସ୍ୱର୍ଗରୁ ତୁମ୍ଭକୁ ଆପଣା ରବ ଶୁଣାଇଲେ ଓ ପୃଥିବୀରେ ତୁମ୍ଭକୁ ଆପଣା ମହା-ଅଗ୍ନି ଦେଖାଇଲେ, ତୁମ୍ଭେ ଅଗ୍ନି ମଧ୍ୟରୁ ତାହାଙ୍କର ବାକ୍ୟ ଶୁଣିଲ।


ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଆଜ୍ଞା ପାଳନ କରି ତାହାଙ୍କ ପଥରେ ଗମନ କରିବ ଓ ତାହାଙ୍କୁ ଭୟ କରିବ।


ଯେ ବାଡ଼ି ବ୍ୟବହାର କରିବାକୁ ତ୍ରୁଟି କରେ, ସେ ଆପଣା ପୁତ୍ରକୁ ଘୃଣା କରେ; ପୁଣି ଯେ ତାହାକୁ ପ୍ରେମ କରେ, ସେ ଯଥାକାଳରେ ଶାସ୍ତି ଦିଏ।


ସୁଖ ସମୟରେ ଆନନ୍ଦିତ ହୁଅ ଓ ଦୁଃଖ ସମୟରେ ବିବେଚନା କର; ମନୁଷ୍ୟକୁ ଭବିଷ୍ୟତରେ ଯାହା ଘଟିବ, ତାହା ଯେପରି ସେ ଜାଣି ନ ପାରେ, ଏଥିପାଇଁ ପରମେଶ୍ୱର ସୁଖ ଓ ଦୁଃଖକୁ ପାଖେ ପାଖେ ରଖିଅଛନ୍ତି।


ଯେହେତୁ ପ୍ରାନ୍ତରରେ ତୁମ୍ଭେ ଦେଖିଅଛ ଯେ, ମନୁଷ୍ୟ ଆପଣା ପୁତ୍ରକୁ ବହିବା ପରି ସଦାପ୍ରଭୁ ତୁମ୍ଭର ପରମେଶ୍ୱର ଏହି ସ୍ଥାନରେ ପହଞ୍ଚିବା ପର୍ଯ୍ୟନ୍ତ ତୁମ୍ଭମାନଙ୍କ ଗମନର ସମସ୍ତ ପଥରେ ତୁମ୍ଭକୁ କିପରି ବହିଅଛନ୍ତି।”


ହେ ମୋହର ପୁତ୍ର, ସଦାପ୍ରଭୁଙ୍କ ଅନୁଶାସନ ତୁଚ୍ଛ କର ନାହିଁ ଓ ତାହାଙ୍କ ଶାସନରେ କ୍ଳାନ୍ତ ହୁଅ ନାହିଁ।


Swiv nou:

Piblisite


Piblisite