Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 9:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ହେ ଇସ୍ରାଏଲ, ଶୁଣ ତୁମ୍ଭେ ଆପଣାଠାରୁ ଅଧିକ ପ୍ରବଳ ଓ ବଳବାନ ଗୋଷ୍ଠୀୟ ଲୋକମାନଙ୍କୁ, ଆଉ ପ୍ରାଚୀର-ବେଷ୍ଟିତ ବୃହତ ଓ ଗଗନସ୍ପର୍ଶୀ ନଗରମାନଙ୍କୁ ଅଧିକାର କରିବା ପାଇଁ ଆଜି ଯର୍ଦ୍ଦନ ପାର ହୋଇ ଯାଉଅଛ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ହେ ଇସ୍ରାଏଲ, ଶୁଣ; ତୁମ୍ଭେ ଆପଣାଠାରୁ ଅଧିକ ପ୍ରବଳ ଓ ବଳବାନ ଗୋଷ୍ଠୀୟ ଲୋକମାନଙ୍କୁ, ଆଉ ବୃହତ ଓ ଗଗନସ୍ପର୍ଶୀ-ପ୍ରାଚୀର ବେଷ୍ଟିତ ନଗରମାନଙ୍କୁ ଅଧିକାର କରିବା ପାଇଁ ଆଜି ଯର୍ଦ୍ଦନ ପାର ହୋଇ ଯାଉଅଛ;

Gade chapit la Kopi

ଓଡିଆ ବାଇବେଲ

1 ହେ ଇସ୍ରାଏଲ, ଶୁଣ ତୁମ୍ଭେ ଆପଣାଠାରୁ ଅଧିକ ପ୍ରବଳ ଓ ବଳବାନ ଗୋଷ୍ଠୀୟ ଲୋକମାନଙ୍କୁ, ଆଉ ପ୍ରାଚୀର ବେଷ୍ଟିତ ବୃହତ ଓ ଗଗନସ୍ପର୍ଶୀ ନଗରମାନଙ୍କୁ ଅଧିକାର କରିବା ପାଇଁ ଆଜି ଯର୍ଦ୍ଦନ ପାର ହୋଇ ଯାଉଅଛ;

Gade chapit la Kopi

ପବିତ୍ର ବାଇବଲ

1 “ହେ ଇସ୍ରାଏଲର ଲୋକମାନେ, ଶୁଣ! ତୁମ୍ଭେମାନେ ଆଜି ଯର୍ଦ୍ଦନ ନଦୀ ପାର ହୋଇ ଯାଉଛ, ଜାତିମାନଙ୍କୁ ତଡ଼ିଦେବା ପାଇଁ ଯାଉଅଛ ଯାହାକି ବୃହତ ଓ ତୁମ୍ଭମାନଙ୍କ ଅପେକ୍ଷା ଶକ୍ତିଶାଳୀ ଏବଂ ସେମାନଙ୍କର ବୃହତ ନଗରଗୁଡ଼ିକ ଏବଂ ସେମାନଙ୍କର ପ୍ରାଚୀରଗୁଡ଼ିକ ଆକାଶକୁ ଛୁଏଁ।

Gade chapit la Kopi




ଦ୍ଵିତୀୟ ବିବରଣ 9:1
24 Referans Kwoze  

କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁ ଦେଶ ଦେଉଅଛନ୍ତି, ତହିଁରେ ପ୍ରବେଶ କରି ତାହା ଅଧିକାର କରିବା ନିମନ୍ତେ ତୁମ୍ଭେମାନେ ଯର୍ଦ୍ଦନ ପାର ହୋଇଯିବ, ପୁଣି ତୁମ୍ଭେମାନେ ତାହା ଅଧିକାର କରିବ ଓ ତହିଁରେ ବାସ କରିବ।


ପୁଣି ସେ ତୁମ୍ଭଠାରୁ ଅଧିକ ବଳବାନ ଓ ବହୁସଂଖ୍ୟକ ଅନ୍ୟ ଦେଶୀୟ ଲୋକମାନଙ୍କୁ ତୁମ୍ଭ ଆଗରୁ ତଡ଼ିଦେଇ ସେମାନଙ୍କ ଦେଶରେ ତୁମ୍ଭକୁ ପ୍ରବେଶ କରାଇ ଆଜି ଦିନ ତୁଲ୍ୟ ଅଧିକାରାର୍ଥେ ତାହା ତୁମ୍ଭକୁ ଦେବା ପାଇଁ ଆପଣା ଶ୍ରୀମୁଖ ଓ ମହାପରାକ୍ରମ ଦ୍ୱାରା ମିସର ଦେଶରୁ ବାହାର କରି ଆଣିଲେ।


ଆମ୍ଭେମାନେ କେଉଁଠାକୁ ଯିବା? ‘ସେହି ଲୋକମାନେ ଆମ୍ଭମାନଙ୍କ ଅପେକ୍ଷା ଅଧିକ ବଳବାନ ଓ ଉଚ୍ଚ; ନଗରମାନ ବୃହତ ଓ ଗଗନସ୍ପର୍ଶୀ ପ୍ରାଚୀର-ବେଷ୍ଟିତ ଆହୁରି ସେହି ସ୍ଥାନରେ ଆମ୍ଭେମାନେ ଅନାକୀୟମାନଙ୍କ ସନ୍ତାନଗଣକୁ ଦେଖିଅଛୁ, ଏହି କଥା କହି ଆମ୍ଭମାନଙ୍କ ଭ୍ରାତୃଗଣ ଆମ୍ଭମାନଙ୍କର ମନୋଭଙ୍ଗ କରିଅଛନ୍ତି।’”


“ଛାଉଣି ମଧ୍ୟଦେଇ ଯାଅ ଓ ଲୋକମାନଙ୍କୁ ଆଜ୍ଞା ଦେଇ କୁହ, ‘ତୁମ୍ଭେମାନେ ଆପଣାମାନଙ୍କ ପାଇଁ ପାଥେୟ ସାମଗ୍ରୀ ପ୍ରସ୍ତୁତ କର; କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁ ଦେଶ ଅଧିକାର କରିବାକୁ ଦେବେ, ତହିଁରେ ପ୍ରବେଶ କରି ତାହା ଅଧିକାର କରିବା ନିମନ୍ତେ ତିନି ଦିନ ମଧ୍ୟରେ ତୁମ୍ଭମାନଙ୍କୁ ଏହି ଯର୍ଦ୍ଦନ ପାର ହୋଇ ଯିବାକୁ ହେବ।’”


ତେବେ ସଦାପ୍ରଭୁ ତୁମ୍ଭମାନଙ୍କ ସମ୍ମୁଖରୁ ଏହିସବୁ ଗୋଷ୍ଠୀୟ ଲୋକମାନଙ୍କୁ ତଡ଼ି ଦେବେ; ପୁଣି ତୁମ୍ଭେମାନେ ଆପଣାମାନଙ୍କଠାରୁ ଅଧିକ ପ୍ରବଳ ଓ ବଳବାନ ଗୋଷ୍ଠୀୟ ଲୋକମାନଙ୍କୁ ଅଧିକାର କରିବ।


ତୁମ୍ଭେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ସେହି ଦେଶରେ ଯେତେବେଳେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ପ୍ରବେଶ କରାଇବେ ଓ ତୁମ୍ଭ ସାକ୍ଷାତରୁ ନାନା ଗୋଷ୍ଠୀୟ ଲୋକମାନଙ୍କୁ, ହିତ୍ତୀୟ, ଗିର୍ଗାଶୀୟ, ଇମୋରୀୟ, କିଣାନୀୟ, ପରିଷୀୟ, ହିବ୍ବୀୟ ଓ ଯିବୂଷୀୟ, ତୁମ୍ଭଠାରୁ ମହାନ ଓ ବଳବାନ ଏହି ସାତ ଗୋଷ୍ଠୀଙ୍କୁ ଦୂର କରିବେ;


ଏଥିଉତ୍ତାରେ ମୁଁ ସେହି ସମୟରେ ତୁମ୍ଭମାନଙ୍କୁ ଆଜ୍ଞା ଦେଇ କହିଲି, “ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଅଧିକାରାର୍ଥେ ତୁମ୍ଭମାନଙ୍କୁ ଏହି ଦେଶ ଦେଇଅଛନ୍ତି; ତୁମ୍ଭମାନଙ୍କ ମଧ୍ୟରୁ ସମସ୍ତ ବୀରପୁରୁଷ ସସଜ୍ଜ ହୋଇ ତୁମ୍ଭମାନଙ୍କ ଭ୍ରାତୃଗଣ ଇସ୍ରାଏଲ ସନ୍ତାନମାନଙ୍କ ସମ୍ମୁଖରେ ପାର ହୋଇଯିବେ।


ଏହିରୂପେ ଲୋକମାନେ ପ୍ରଥମ ମାସର ଦଶମ ଦିନରେ ଯର୍ଦ୍ଦନରୁ ଉଠି ଆସି ଯିରୀହୋର ପୂର୍ବସୀମାସ୍ଥିତ ଗିଲ୍‍ଗଲ୍‍ରେ ଛାଉଣି ସ୍ଥାପନ କଲେ।


ପୁଣି ଯିହୋଶୂୟ ସେମାନଙ୍କୁ କହିଲେ, “ତୁମ୍ଭେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ସିନ୍ଦୁକ ସମ୍ମୁଖରେ ଯର୍ଦ୍ଦନ ମଧ୍ୟକୁ ଯାଅ ଓ ତୁମ୍ଭମାନଙ୍କର ପ୍ରତ୍ୟେକ ଜଣ ଇସ୍ରାଏଲ-ସନ୍ତାନଗଣର ବଂଶ ସଂଖ୍ୟାନୁସାରେ ଏକ ଏକ ପଥର ଆପଣା ଆପଣା କାନ୍ଧରେ ଘେନ;


ଊର୍ଦ୍ଧ୍ୱରୁ ଆଗତ ସମସ୍ତ ଜଳ ସ୍ଥଗିତ ହୋଇ ସର୍ତ୍ତନ ନିକଟବର୍ତ୍ତୀ ଆଦମ ନଗରଠାରୁ ଅତି ଦୂରରେ ଏକ ରାଶି ହୋଇ ଉଠିଲା; ପୁଣି ପଦାଭୂମିର ସମୁଦ୍ର, ଅର୍ଥାତ୍‍, ଲବଣ ସମୁଦ୍ରଗାମୀ ଜଳ ସମ୍ପୂର୍ଣ୍ଣ ରୂପେ କଟା ହେଲା; ତହିଁରେ ଲୋକମାନେ ଯିରୀହୋ ସମ୍ମୁଖରେ ପାର ହୋଇଗଲେ।


ସେତେବେଳେ ଲୋକମାନେ ଯର୍ଦ୍ଦନ ପାର ହେବା ନିମନ୍ତେ ଆପଣା ଆପଣା ତମ୍ବୁରୁ ଯାତ୍ରା କରନ୍ତେ, ଯାଜକମାନେ ନିୟମ-ସିନ୍ଦୁକ ବହି ଲୋକମାନଙ୍କ ସମ୍ମୁଖସ୍ଥ ହେଲେ।


ପୁଣି ଯିହୋଶୂୟ ଯାଜକମାନଙ୍କୁ କହିଲେ, “ନିୟମ-ସିନ୍ଦୁକ ଘେନି ଲୋକମାନଙ୍କ ଆଗେ ଆଗେ ଗମନ କର।” ତହିଁରେ ସେମାନେ ନିୟମ-ସିନ୍ଦୁକ ଘେନି ଲୋକମାନଙ୍କ ଆଗେ ଆଗେ ଗମନ କଲେ।


ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେବେ, ତୁମ୍ଭେ ଯେଉଁ ଦିନ ଯର୍ଦ୍ଦନ ପାର ହୋଇ ସେଠାରେ ଉପସ୍ଥିତ ହେବ, ସେହି ଦିନ ଆପଣା ନିମନ୍ତେ କେତେକ ବୃହତ ପ୍ରସ୍ତର ସ୍ଥାପନ କରିବ ଓ ତାହା ଚୂନରେ ଲେପିବ।


ଆଉ ସେମାନେ ଦକ୍ଷିଣ ଦିଗ ଦେଇ ଯାଇ ହିବ୍ରୋଣରେ ଉପସ୍ଥିତ ହେଲେ; ସେହି ସ୍ଥାନରେ ଅହୀମାନ୍‍, ଶେଶୟ ଓ ତଲ୍ମୟ, ଅନାକର ଏହି ସନ୍ତାନମାନେ ଥିଲେ। ମିସରସ୍ଥିତ ସୋୟନ-ପତ୍ତନର ସାତ ବର୍ଷ ପୂର୍ବେ ହିବ୍ରୋଣର ପତ୍ତନ ହୋଇଥିଲା।


ପୁଣି, ସେମାନେ କହିଲେ, “ଆସ, ଆମ୍ଭେମାନେ ଆପଣାମାନଙ୍କ ପାଇଁ ଗୋଟିଏ ନଗର ଓ ଗଗନସ୍ପର୍ଶୀ ଏକ ଉଚ୍ଚ ଗଡ଼ ନିର୍ମାଣ କରୁ; ତହିଁରେ ଆମ୍ଭମାନଙ୍କର ନାମ ବିଖ୍ୟାତ ହେବ, ପୁଣି, ଆମ୍ଭେମାନେ ସମୁଦାୟ ପୃଥିବୀରେ ଛିନ୍ନଭିନ୍ନ ହେବା ନାହିଁ।”


ତୁମ୍ଭ ପୂର୍ବପୁରୁଷ ଅବ୍ରହାମ, ଇସ୍‌ହାକ ଓ ଯାକୁବ ନିକଟରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେବା ପାଇଁ ଶପଥ କରିଅଛନ୍ତି, ସେହି ଦେଶରେ ସେ ତୁମ୍ଭକୁ ଉପସ୍ଥିତ କରାଇଲା ଉତ୍ତାରେ ତୁମ୍ଭେ ଯାହା ନିର୍ମାଣ କରି ନାହଁ, ଏପରି ବୃହତ ଓ ସୁନ୍ଦର ନଗର,


ସେ ବୃକ୍ଷ ବଢ଼ିଲା ଓ ଦୃଢ଼ ହେଲା ଓ ତହିଁର ଉଚ୍ଚତା ଗଗନ ସ୍ପର୍ଶ କଲା, ପୁଣି ସମୁଦାୟ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ତାହା ଦୃଶ୍ୟମାନ ଥିଲା।


ଏଥିଉତ୍ତାରେ ମୋଶାଙ୍କର ପର୍ବତରୁ ଓହ୍ଲାଇବାର ବିଳମ୍ବ ଦେଖି ଲୋକମାନେ ହାରୋଣଙ୍କ ନିକଟରେ ଏକତ୍ର ହୋଇ ତାଙ୍କୁ କହିଲେ, “ଉଠ, ଆମ୍ଭମାନଙ୍କର ଅଗ୍ରଗାମୀ ହେବା ପାଇଁ ଆମ୍ଭମାନଙ୍କ ନିମନ୍ତେ ଦେବତା ନିର୍ମାଣ କର, ଯେହେତୁ ଯେଉଁ ବ୍ୟକ୍ତି ମିସର ଦେଶରୁ ଆମ୍ଭମାନଙ୍କୁ ବାହାର କରି ଆଣିଲେ, ସେହି ମୋଶାଙ୍କ ପ୍ରତି କଅଣ ଘଟିଅଛି, ତାହା ଆମ୍ଭେମାନେ ଜାଣୁ ନାହୁଁ।”


“ଇସ୍ରାଏଲ-ସନ୍ତାନଗଣଙ୍କୁ କୁହ, ତୁମ୍ଭେମାନେ ଯର୍ଦ୍ଦନ ପାର ହୋଇ କିଣାନ ଦେଶରେ ଉପସ୍ଥିତ ହେଲେ,


ଏବେ ହେ ଇସ୍ରାଏଲ, ମୁଁ ଯେଉଁ ଯେଉଁ ବିଧି ଓ ଶାସନ ପାଳନ କରିବା ପାଇଁ ତୁମ୍ଭମାନଙ୍କୁ ଶିକ୍ଷା ଦେଉଅଛି, ତହିଁରେ ମନୋଯୋଗ କର; ତାହା କଲେ ତୁମ୍ଭେମାନେ ବଞ୍ଚିବ ଆଉ ସଦାପ୍ରଭୁ ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁ ଦେଶ ଦେବେ, ତହିଁରେ ପ୍ରବେଶ କରି ତାହା ଅଧିକାର କରିବ।


ପୁଣି ସଦାପ୍ରଭୁ ତୁମ୍ଭମାନଙ୍କୁ ଯେପରି ବିଶ୍ରାମ ଦେଇଅଛନ୍ତି, ସେପରି ତୁମ୍ଭମାନଙ୍କ ଭାଇମାନଙ୍କୁ ବିଶ୍ରାମ ଦେବା ଯାଏ, ମଧ୍ୟ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ସେମାନଙ୍କୁ ଯେଉଁ ଦେଶ ଦେବାକୁ ଉଦ୍ୟତ ଅଛନ୍ତି, ତାହା ସେମାନେ ଅଧିକାର କରିବା ଯାଏ ତୁମ୍ଭେମାନେ ସେମାନଙ୍କର ଉପକାର କରିବ; ତହିଁ ଉତ୍ତାରେ ଯର୍ଦ୍ଦନର ପୂର୍ବପାରିରେ ସୂର୍ଯ୍ୟୋଦୟ ଦିଗରେ ସଦାପ୍ରଭୁଙ୍କ ସେବକ ମୋଶା ତୁମ୍ଭମାନଙ୍କୁ ଯେଉଁ ଦେଶ ଦେଇଅଛନ୍ତି, ତୁମ୍ଭେମାନେ ଆପଣାମାନଙ୍କ ସେହି ଅଧିକୃତ ଦେଶକୁ ଫେରିଆସି ତାହା ଅଧିକାର କରିବ।”


ଏହେତୁ ସେଦିନ ଏହି ଯେଉଁ ପର୍ବତ ବିଷୟରେ ସଦାପ୍ରଭୁ କହିଥିଲେ, ତାହା ମୋତେ ଦିଅ; କାରଣ ଅନାକୀୟମାନେ ସେଠାରେ ଥାʼନ୍ତି ଓ ନଗରମାନ ବୃହତ ଓ ପ୍ରାଚୀର-ବେଷ୍ଟିତ, ଏହା ତୁମ୍ଭେ ସେଦିନ ଶୁଣିଥିଲ; ହୋଇପାରେ, ସଦାପ୍ରଭୁ ମୋହର ସଙ୍ଗରେ ହେବେ, ପୁଣି ମୁଁ ସଦାପ୍ରଭୁଙ୍କ ବାକ୍ୟାନୁସାରେ ସେମାନଙ୍କୁ ତଡ଼ି ଦେବି।”


ତଥାପି ଏରସ ବୃକ୍ଷ ତୁଲ୍ୟ ଦୀର୍ଘ ଓ ଅଲୋନ ବୃକ୍ଷ ତୁଲ୍ୟ ବଳିଷ୍ଠ ଇମୋରୀୟକୁ ଆମ୍ଭେ ସେମାନଙ୍କ ସମ୍ମୁଖରେ ବିନାଶ କଲୁ; ଆଉ, ଉପରେ ତାହାର ଫଳ ଓ ତଳେ ତାହାର ମୂଳ ନଷ୍ଟ କଲୁ।


Swiv nou:

Piblisite


Piblisite