Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 9:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ସେହି ଲୋକମାନେ ଅନାକୀୟମାନଙ୍କ ସନ୍ତାନ, ବଳବାନ ଓ ଲମ୍ବା, ତୁମ୍ଭେ ସେମାନଙ୍କୁ ଜାଣୁଅଛ, ପୁଣି ସେମାନଙ୍କ ବିଷୟରେ ଏହା କୁହାଯିବାର ତୁମ୍ଭେ ଶୁଣିଅଛ ଯେ, “ଅନାକର ସନ୍ତାନମାନଙ୍କ ସମ୍ମୁଖରେ କିଏ ଛିଡ଼ା ହୋଇପାରେ?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ସେହି ଲୋକମାନେ ଅନାକୀୟମାନଙ୍କ ସନ୍ତାନ, ବଳବାନ ଓ ଦୀର୍ଘକାୟ, ତୁମ୍ଭେ ସେମାନଙ୍କୁ ଜାଣୁଅଛ, ପୁଣି ସେମାନଙ୍କ ବିଷୟରେ ଏହା କୁହାଯିବାର ତୁମ୍ଭେ ଶୁଣିଅଛ ଯେ, ଅନାକର ସନ୍ତାନମାନଙ୍କ ସମ୍ମୁଖରେ କିଏ ଛିଡ଼ା ହୋଇପାରେ?

Gade chapit la Kopi

ଓଡିଆ ବାଇବେଲ

2 ସେହି ଲୋକମାନେ ଅନାକୀୟମାନଙ୍କ ସନ୍ତାନ, ବଳବାନ ଓ ଲମ୍ବା, ତୁମ୍ଭେ ସେମାନଙ୍କୁ ଜାଣୁଅଛ, ପୁଣି ସେମାନଙ୍କ ବିଷୟରେ ଏହା କୁହାଯିବାର ତୁମ୍ଭେ ଶୁଣିଅଛ ଯେ, ଅନାକର ସନ୍ତାନମାନଙ୍କ ସମ୍ମୁଖରେ କିଏ ଛିଡ଼ା ହୋଇପାରେ ?

Gade chapit la Kopi

ପବିତ୍ର ବାଇବଲ

2 ସେହି ଲୋକମାନେ ଅନାକୀୟମାନଙ୍କ ସନ୍ତାନ ବଳବାନ ଓ ଦୀର୍ଘକାୟ ତୁମ୍ଭେ ସେମାନଙ୍କୁ ଜାଣୁଅଛ, ପୁଣି ସେମାନଙ୍କ ବିଷୟରେ ଏହା କୁହାଯିବାରୁ ଏହା ଶୁଣିଅଛ। ଯେ, ‘ସେମାନଙ୍କ ସମ୍ମୁଖରେ କେହି ଛିଡ଼ା ହେବାକୁ ସାହସ କରନ୍ତି ନାହିଁ।’

Gade chapit la Kopi




ଦ୍ଵିତୀୟ ବିବରଣ 9:2
16 Referans Kwoze  

ଆଉ ସେମାନେ ଦକ୍ଷିଣ ଦିଗ ଦେଇ ଯାଇ ହିବ୍ରୋଣରେ ଉପସ୍ଥିତ ହେଲେ; ସେହି ସ୍ଥାନରେ ଅହୀମାନ୍‍, ଶେଶୟ ଓ ତଲ୍ମୟ, ଅନାକର ଏହି ସନ୍ତାନମାନେ ଥିଲେ। ମିସରସ୍ଥିତ ସୋୟନ-ପତ୍ତନର ସାତ ବର୍ଷ ପୂର୍ବେ ହିବ୍ରୋଣର ପତ୍ତନ ହୋଇଥିଲା।


ତାହାଙ୍କ କ୍ରୋଧ ସମ୍ମୁଖରେ କିଏ ଠିଆ ହୋଇପାରେ? ଓ ତାହାଙ୍କ କ୍ରୋଧର ପ୍ରଚଣ୍ଡତାରେ କିଏ ରହିପାରେ? ତାହାଙ୍କ କୋପ ଅଗ୍ନି ତୁଲ୍ୟ ଢଳାଯାଏ ଓ ତାହାଙ୍କ ଦ୍ୱାରା ଶୈଳସବୁ ବିଦୀର୍ଣ୍ଣ ହୁଏ।


ମାତ୍ର ଯେ ତାହାର ବିରୁଦ୍ଧରେ ଆସିବ, ସେ ସ୍ଵେଚ୍ଛାନୁସାରେ କାର୍ଯ୍ୟ କରିବ ଓ ତାହା ସାକ୍ଷାତରେ କେହି ଠିଆ ହେବ ନାହିଁ; ଆଉ, ସେ ରମ୍ୟ (ଇସ୍ରାଏଲ) ଦେଶରେ ଠିଆ ହେବ ଓ ତାହାର ହସ୍ତରେ ବିନାଶ ରହିବ।


ମୁଁ ସେହି ମେଷକୁ ପଶ୍ଚିମ, ଉତ୍ତର ଓ ଦକ୍ଷିଣ ଦିଗକୁ ପେଲି ମାଡ଼ିବାର ଦେଖିଲି; ଆଉ, କୌଣସି ପଶୁ ତାହା ସମ୍ମୁଖରେ ଠିଆ ହୋଇ ପାରିଲେ ନାହିଁ, କିଅବା ତାହାର ହସ୍ତରୁ ଉଦ୍ଧାର କରିବାକୁ କେହି ନ ଥିଲା; ମାତ୍ର ସେ ସ୍ଵେଚ୍ଛାମତ କର୍ମ କରି ଆପଣାର ବଡ଼ାଇ ପ୍ରକାଶ କଲା।


ଯଦି ପରମେଶ୍ୱର ଚାଲିଯାʼନ୍ତି ଓ ବନ୍ଦ କରନ୍ତି ଓ ବିଚାର ସଭାକୁ ଡାକନ୍ତି, ତେବେ କିଏ ତାହାଙ୍କୁ ବାରଣ କରିପାରେ?


ଆଉ ସେ ସେମାନଙ୍କ ରାଜାଗଣକୁ ତୁମ୍ଭ ହସ୍ତରେ ସମର୍ପଣ କରିବେ, ତହିଁରେ ତୁମ୍ଭେ ଆକାଶମଣ୍ଡଳର ତଳୁ ସେମାନଙ୍କ ନାମ ଲୋପ କରିବ; ତୁମ୍ଭେ ସେମାନଙ୍କୁ ବିନାଶ କରିବା ପର୍ଯ୍ୟନ୍ତ କେହି ତୁମ୍ଭ ସମ୍ମୁଖରେ ଠିଆ ହେବାକୁ ସମର୍ଥ ହେବ ନାହିଁ।


ସେମାନେ ବଳବାନ ଓ ଅନେକ ଓ ଅନାକୀୟମାନଙ୍କ ପରି ଉଚ୍ଚ ଲୋକ ଥିଲେ; ମାତ୍ର ସଦାପ୍ରଭୁ ଅମ୍ମୋନୀୟମାନଙ୍କ ସମ୍ମୁଖରୁ ସେମାନଙ୍କୁ ବିନଷ୍ଟ କଲେ; ପୁଣି ସେମାନେ ସେମାନଙ୍କୁ ଅଧିକାରଚ୍ୟୁତ କରି ସେମାନଙ୍କ ସ୍ଥାନରେ ବସତି କଲେ।


ଆଉ ସେ ସ୍ଥାନରେ ଆମ୍ଭେମାନେ ମହାବୀରଜାତ ଅନାକର ସନ୍ତାନ ମହାବୀରଗଣକୁ ଦେଖିଲୁ; ଆଉ ଆମ୍ଭେମାନେ ଆପଣାମାନଙ୍କ ଦୃଷ୍ଟିରେ ଫଡ଼ିଙ୍ଗ ପରି ହେଲୁ ଓ ସେମାନଙ୍କ ଦୃଷ୍ଟିରେ ମଧ୍ୟ ସେରୂପ ଥିଲୁ।”


ତଥାପି ସେହି ଦେଶ ନିବାସୀମାନେ ବଳବାନ ଓ ନଗରସବୁ ପ୍ରାଚୀର-ବେଷ୍ଟିତ ଓ ଅତି ବଡ଼; ଆହୁରି ଆମ୍ଭେମାନେ ସେଠାରେ ଅନାକର ସନ୍ତାନଗଣକୁ ଦେଖିଲୁ।


ସେହି ବଥ ସକାଶୁ ମନ୍ତ୍ରଜ୍ଞମାନେ ମୋଶାଙ୍କ ସାକ୍ଷାତରେ ଠିଆ ହୋଇ ପାରିଲେ ନାହିଁ; କାରଣ ମନ୍ତ୍ରଜ୍ଞମାନଙ୍କ ଓ ସମସ୍ତ ମିସରୀୟମାନଙ୍କ ଶରୀରରେ ବଥ ଜାତ ହେଲା।


ଆମ୍ଭେମାନେ କେଉଁଠାକୁ ଯିବା? ‘ସେହି ଲୋକମାନେ ଆମ୍ଭମାନଙ୍କ ଅପେକ୍ଷା ଅଧିକ ବଳବାନ ଓ ଉଚ୍ଚ; ନଗରମାନ ବୃହତ ଓ ଗଗନସ୍ପର୍ଶୀ ପ୍ରାଚୀର-ବେଷ୍ଟିତ ଆହୁରି ସେହି ସ୍ଥାନରେ ଆମ୍ଭେମାନେ ଅନାକୀୟମାନଙ୍କ ସନ୍ତାନଗଣକୁ ଦେଖିଅଛୁ, ଏହି କଥା କହି ଆମ୍ଭମାନଙ୍କ ଭ୍ରାତୃଗଣ ଆମ୍ଭମାନଙ୍କର ମନୋଭଙ୍ଗ କରିଅଛନ୍ତି।’”


ଆଉ ସେହି ସମୟରେ ଯିହୋଶୂୟ ଆସି ପର୍ବତମୟ ଦେଶରୁ, ହିବ୍ରୋଣରୁ, ଦବୀରରୁ, ଅନାବରୁ ଓ ଯିହୁଦାର ସମସ୍ତ ପର୍ବତମୟ ଦେଶରୁ ଓ ଇସ୍ରାଏଲର ସମସ୍ତ ପର୍ବତମୟ ଦେଶରୁ ଅନାକୀୟମାନଙ୍କୁ ଉଚ୍ଛିନ୍ନ କଲେ; ଯିହୋଶୂୟ ସେମାନଙ୍କ ନଗର ସମେତ ସେମାନଙ୍କୁ ବର୍ଜିତ ରୂପେ ବିନାଶ କଲେ।


ଇସ୍ରାଏଲ-ସନ୍ତାନଗଣର ଦେଶରେ ଅନାକୀୟମାନଙ୍କର କେହି ଅବଶିଷ୍ଟ ରହିଲେ ନାହିଁ, କେବଳ ଘସାରେ, ଗାଥ୍‍ ଓ ଅସ୍ଦୋଦରେ କେହି କେହି ରହିଲେ।


ପୁଣି କାଲେବ ସେଠାରୁ ଅନାକର ବଂଶ ଶେଶୟ ଓ ଅହୀମାନ୍‍ ଓ ତଲ୍ମୟ ନାମକ ଅନାକର ତିନି ପୁତ୍ରଙ୍କୁ ତଡ଼ିଦେଲେ।


ତଥାପି ଏରସ ବୃକ୍ଷ ତୁଲ୍ୟ ଦୀର୍ଘ ଓ ଅଲୋନ ବୃକ୍ଷ ତୁଲ୍ୟ ବଳିଷ୍ଠ ଇମୋରୀୟକୁ ଆମ୍ଭେ ସେମାନଙ୍କ ସମ୍ମୁଖରେ ବିନାଶ କଲୁ; ଆଉ, ଉପରେ ତାହାର ଫଳ ଓ ତଳେ ତାହାର ମୂଳ ନଷ୍ଟ କଲୁ।


Swiv nou:

Piblisite


Piblisite