Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 9:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଏଣୁ ଆଜି ଜ୍ଞାତ ହୁଅ ଯେ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସ୍ୱୟଂ ଗ୍ରାସକାରୀ ଅଗ୍ନି ସ୍ୱରୂପ ହୋଇ ତୁମ୍ଭ ଆଗେ ଆଗେ ଗମନ କରୁଅଛନ୍ତି; ସେ ସେମାନଙ୍କୁ ସଂହାର କରିବେ ଓ ସେମାନଙ୍କୁ ତୁମ୍ଭ ସମ୍ମୁଖରେ ନତ କରିବେ; ତହିଁରେ ତୁମ୍ଭ ପ୍ରତି ସଦାପ୍ରଭୁଙ୍କ ବାକ୍ୟାନୁସାରେ ତୁମ୍ଭେ ସେମାନଙ୍କୁ ତଡ଼ି ଦେବ ଓ ସେମାନଙ୍କୁ ଶୀଘ୍ର ବିନାଶ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ଏଣୁ ଆଜି ଜ୍ଞାତ ହୁଅ ଯେ, ସଦାପ୍ରଭୁ ତୁମ୍ଭ ପରମେଶ୍ଵର ସ୍ଵୟଂ ଗ୍ରାସକାରୀ ଅଗ୍ନି ସ୍ଵରୂପ ହୋଇ ତୁମ୍ଭ ଆଗେ ଆଗେ ଗମନ କରୁଅଛନ୍ତି; ସେ ସେମାନଙ୍କୁ ସଂହାର କରିବେ ଓ ସେମାନଙ୍କୁ ତୁମ୍ଭ ସମ୍ମୁଖରେ ନତ କରିବେ; ତହିଁରେ ତୁମ୍ଭ ପ୍ରତି ସଦାପ୍ରଭୁଙ୍କ ବାକ୍ୟାନୁସାରେ ତୁମ୍ଭେ ସେମାନଙ୍କୁ ତଡ଼ି ଦେବ ଓ ସେମାନଙ୍କୁ ଶୀଘ୍ର ବିନାଶ କରିବ।

Gade chapit la Kopi

ଓଡିଆ ବାଇବେଲ

3 ଏଣୁ ଆଜି ଜ୍ଞାତ ହୁଅ ଯେ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସ୍ୱୟଂ ଗ୍ରାସକାରୀ ଅଗ୍ନି ସ୍ୱରୂପ ହୋଇ ତୁମ୍ଭ ଆଗେ ଆଗେ ଗମନ କରୁଅଛନ୍ତି; ସେ ସେମାନଙ୍କୁ ସଂହାର କରିବେ ଓ ସେମାନଙ୍କୁ ତୁମ୍ଭ ସମ୍ମୁଖରେ ନତ କରିବେ; ତହିଁରେ ତୁମ୍ଭ ପ୍ରତି ସଦାପ୍ରଭୁଙ୍କ ବାକ୍ୟାନୁସାରେ ତୁମ୍ଭେ ସେମାନଙ୍କୁ ତଡ଼ି ଦେବ ଓ ସେମାନଙ୍କୁ ଶୀଘ୍ର ବିନାଶ କରିବ।

Gade chapit la Kopi

ପବିତ୍ର ବାଇବଲ

3 ଏଣୁ ଆଜି ଏହା ଜ୍ଞାତ ହୁଅ, ଯେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସ୍ୱୟଂ ଗ୍ରାସକାରୀ ଅଗ୍ନିସ୍ୱରୂପ ହୋଇ ତୁମ୍ଭ ଆଗେ ଆଗେ ଗମନ କରୁଅଛନ୍ତି। ସେମାନଙ୍କୁ ସଂହାର କରିବେ ଓ ସେମାନଙ୍କୁ ତୁମ୍ଭମାନଙ୍କ ସମ୍ମୁଖରେ ନତ କରିବେ। ତହିଁରେ ତୁମ୍ଭ ପ୍ରତି ସଦାପ୍ରଭୁଙ୍କ ବାକ୍ୟ ଅନୁସାରେ ତୁମ୍ଭେ ସେମାନଙ୍କୁ ତଡ଼ି ଦେବ ଓ ସେମାନଙ୍କୁ ଶୀଘ୍ର ବିନାଶ କରିବ।

Gade chapit la Kopi




ଦ୍ଵିତୀୟ ବିବରଣ 9:3
34 Referans Kwoze  

କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଗ୍ରାସକାରୀ ଅଗ୍ନି, ସ୍ୱଗୌରବ ରକ୍ଷଣରେ ଉଦ୍‍ଯୋଗୀ ପରମେଶ୍ୱର ଅଟନ୍ତି।


କାରଣ ଆମ୍ଭମାନଙ୍କର ଈଶ୍ବର ଗ୍ରାସକାରୀ ଅଗ୍ନି ସ୍ୱରୂପ।


ତେବେ ଏସମସ୍ତ ଦୃଷ୍ଟିରେ ଆମ୍ଭେମାନେ କଅଣ କହିବା? ଯଦି ଈଶ୍ବର ଆମ୍ଭମାନଙ୍କ ସପକ୍ଷ, ତେବେ ଆମ୍ଭମାନଙ୍କ ବିପକ୍ଷ କିଏ?


କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କ ସପକ୍ଷ ହୋଇ ତୁମ୍ଭମାନଙ୍କ ଶତ୍ରୁଗଣର ପ୍ରତିକୂଳରେ ଯୁଦ୍ଧ କରି ରକ୍ଷା କରିବାକୁ ତୁମ୍ଭମାନଙ୍କ ସଙ୍ଗେ ସଙ୍ଗେ ଯାଉଅଛନ୍ତି।”


ଦେଖ, ସମଗ୍ର ଜଗତର ପ୍ରଭୁଙ୍କ ନିୟମ-ସିନ୍ଦୁକ ତୁମ୍ଭମାନଙ୍କ ସମ୍ମୁଖରେ ଯର୍ଦ୍ଦନକୁ ଯାଉଅଛି।


ଭଗ୍ନକାରୀ ସେମାନଙ୍କର ଅଗ୍ରଗାମୀ ହୋଇଅଛନ୍ତି; ସେମାନେ ବେଢ଼ା ଭାଙ୍ଗି ଦ୍ୱାର ପର୍ଯ୍ୟନ୍ତ ଯାଇଅଛନ୍ତି ଓ ସେହି ଦ୍ୱାର ଦେଇ ବାହାରି ଯାଇଅଛନ୍ତି; ପୁଣି, ସେମାନଙ୍କର ରାଜା ସେମାନଙ୍କର ଆଗେ ଆଗେ ଯାଇଅଛନ୍ତି ଓ ସଦାପ୍ରଭୁ ସେମାନଙ୍କର ଅଗ୍ରଗାମୀ ଅଛନ୍ତି।


ଯେଉଁମାନେ ଈଶ୍ବରଙ୍କୁ ଜାଣନ୍ତି ନାହିଁ, ଓ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ସୁସମାଚାର ମାନନ୍ତି ନାହିଁ, ସେମାନଙ୍କୁ ସେ ସେତେବେଳେ ଦଣ୍ଡ ଦେବେ,


ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର, ଯେ ତୁମ୍ଭମାନଙ୍କ ଆଗେ ଆଗେ ଗମନ କରୁଅଛନ୍ତି, ସେ ମିସରରେ ଓ ପ୍ରାନ୍ତରରେ ତୁମ୍ଭମାନଙ୍କ ଦୃଷ୍ଟିଗୋଚରରେ ତୁମ୍ଭମାନଙ୍କ ନିମନ୍ତେ ଯେସମସ୍ତ କାର୍ଯ୍ୟ କଲେ, ତଦନୁସାରେ ସେ ତୁମ୍ଭମାନଙ୍କ ପକ୍ଷରେ ଯୁଦ୍ଧ କରିବେ।


ସେତେବେଳେ ଲୋକମାନେ ଯର୍ଦ୍ଦନ ପାର ହେବା ନିମନ୍ତେ ଆପଣା ଆପଣା ତମ୍ବୁରୁ ଯାତ୍ରା କରନ୍ତେ, ଯାଜକମାନେ ନିୟମ-ସିନ୍ଦୁକ ବହି ଲୋକମାନଙ୍କ ସମ୍ମୁଖସ୍ଥ ହେଲେ।


ଏଣୁ ନିର୍ବୋଧ ନ ହୋଇ ପ୍ରଭୁଙ୍କର କଣ ଇଚ୍ଛା ତାହା ବୁଝ।


ସେ ପୁନର୍ବାର ଲୋକସମୂହକୁ ନିକଟକୁ ଡାକି ସେମାନଙ୍କୁ କହିଲେ, “ତୁମ୍ଭେମାନେ ସମସ୍ତେ ମୋʼ କଥା ଶୁଣ ଓ ବୁଝ।


ଆଉ ଯୀଶୁ ଲୋକମାନଙ୍କୁ ପାଖକୁ ଡାକି ସେମାନଙ୍କୁ କହିଲେ, “ଶୁଣ ଓ ବୁଝ;


ସିୟୋନରେ ପାପୀମାନେ ଭୀତ ଅଟନ୍ତି; ଅଧାର୍ମିକମାନଙ୍କୁ କମ୍ପ ହଠାତ୍‍ ଆକ୍ରମଣ କରିଅଛି। ଆମ୍ଭମାନଙ୍କ ମଧ୍ୟରୁ କିଏ ସର୍ବଗ୍ରାସକ ଅଗ୍ନିରେ ବାସ କରିପାରେ? ଆମ୍ଭମାନଙ୍କ ମଧ୍ୟରୁ କିଏ ଅନନ୍ତକାଳସ୍ଥାୟୀ ଜ୍ୱଳନରେ ବାସ କରିପାରେ?


କାରଣ ତୋଫତ୍‍ (ଅଗ୍ନିକୁଣ୍ଡ) ପୂର୍ବକାଳରୁ ନିର୍ମିତ ହୋଇଅଛି ଓ ତାହା ରାଜାର ନିମନ୍ତେ ପ୍ରସ୍ତୁତ ହୋଇଅଛି; ସେ ତାହାକୁ ଗଭୀର ଓ ପ୍ରଶସ୍ତ କରିଅଛନ୍ତି, ତହିଁର ସ୍ତୂପ ଅଗ୍ନି ଓ ପ୍ରଚୁର କାଷ୍ଠମୟ; ପୁଣି, ସଦାପ୍ରଭୁଙ୍କ ଫୁତ୍କାର ଗନ୍ଧକ ସ୍ରୋତନ୍ୟାୟ ତାହା ପ୍ରଜ୍ୱଳିତ କରେ।


ପୁଣି, ସଦାପ୍ରଭୁ ଆପଣା କ୍ରୋଧର ପ୍ରଚଣ୍ଡତା ଓ ସର୍ବଗ୍ରାସକ ଅଗ୍ନିଶିଖା, ତୋଫାନ, ଝଡ଼ ଓ ଶିଳାବୃଷ୍ଟି ଦ୍ୱାରା ଆପଣାର ପ୍ରତାପାନ୍ୱିତ ରବ ଶୁଣାଇବେ ଓ ଆପଣା ହସ୍ତର ଅବରୋହଣ ଦେଖାଇବେ।


ଦେଖ, ସଦାପ୍ରଭୁଙ୍କର ନାମ ତାହାଙ୍କ କ୍ରୋଧରେ ପ୍ରଜ୍ୱଳିତ ଓ ନିବିଡ଼ ଧୂମରାଶି ହୋଇ ଦୂରରୁ ଆସୁଅଛି; ତାହାଙ୍କର ଓଷ୍ଠାଧର କ୍ରୋଧରେ ପରିପୂର୍ଣ୍ଣ ଓ ତାହାଙ୍କର ଜିହ୍ୱା ସର୍ବଗ୍ରାସକ ଅଗ୍ନି ତୁଲ୍ୟ;


ଆମ୍ଭଠାରେ କ୍ରୋଧ ନାହିଁ; ଆଃ, ଯଦି କାନକୋଳି ଓ କଣ୍ଟକ ବୃକ୍ଷସବୁ ଯୁଦ୍ଧରେ ଆମ୍ଭର ବିପକ୍ଷ ହୁଅନ୍ତେ! ତେବେ ଆମ୍ଭେ ଆକ୍ରମଣ କରି ସେହି ସବୁକୁ ଏକାବେଳେ ଦଗ୍ଧ କରନ୍ତୁ।


ଏନିମନ୍ତେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ଧାର୍ମିକତା ସକାଶୁ ତୁମ୍ଭକୁ ଏହି ଉତ୍ତମ ଦେଶ ଅଧିକାର କରିବାକୁ ଦେଉ ନାହାନ୍ତି, ଏହା ଜ୍ଞାତ ହୁଅ ଯେହେତୁ ତୁମ୍ଭେ ଶକ୍ତଗ୍ରୀବ ଲୋକ।


ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ହସ୍ତରେ ଯେଉଁ ଲୋକମାନଙ୍କୁ ସମର୍ପଣ କରିବେ, ତୁମ୍ଭେ ସେମାନଙ୍କୁ ଗ୍ରାସ କରିବ; ତୁମ୍ଭର ଚକ୍ଷୁ ସେମାନଙ୍କୁ ଦୟା କରିବ ନାହିଁ; କିଅବା ତୁମ୍ଭେ ସେମାନଙ୍କ ଦେବଗଣକୁ ସେବା କରିବ ନାହିଁ, କାରଣ ତାହା ତୁମ୍ଭର ଫାନ୍ଦ ସ୍ୱରୂପ ହେବ।


ତହିଁରେ ଇସ୍ରାଏଲ-ସନ୍ତାନଗଣର ଦୃଷ୍ଟିରେ ପର୍ବତ ଶୃଙ୍ଗରେ ଗ୍ରାସକାରୀ ଅଗ୍ନି ତୁଲ୍ୟ ସଦାପ୍ରଭୁଙ୍କର ପ୍ରତାପ ପ୍ରକାଶିତ ହେଲା।


ସେତେବେଳେ ଦବୋରା ବାରକ୍‍କୁ କହିଲେ, “ଉଠ, କାରଣ ଆଜି ସଦାପ୍ରଭୁ ସୀଷରାକୁ ତୁମ୍ଭ ହସ୍ତରେ ସମର୍ପଣ କରିବାର ଦିନ; ସଦାପ୍ରଭୁ କି ତୁମ୍ଭର ଅଗ୍ରଗାମୀ ହୋଇଯାଇ ନାହାନ୍ତି?” ତହିଁରେ ବାରକ୍‍ ଓ ତାହା ପଛେ ଦଶ ହଜାର ଲୋକ ତାବୋର ପର୍ବତରୁ ଓହ୍ଲାଇ ଗଲେ।


କାରଣ ଆମ୍ଭର ଦୂତ ତୁମ୍ଭ ଆଗେ ଆଗେ ଯାଇ ତୁମ୍ଭକୁ ଇମୋରୀୟ, ହିତ୍ତୀୟ, ପରିଷୀୟ, କିଣାନୀୟ, ହିବ୍ବୀୟ ଓ ଯିବୂଷୀୟମାନଙ୍କ ଦେଶକୁ ଆଣିବେ, ପୁଣି, ଆମ୍ଭେ ସେମାନଙ୍କୁ ଉଚ୍ଛିନ୍ନ କରିବା।


ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ସମ୍ମୁଖରୁ ସେହି ଗୋଷ୍ଠୀୟ ଲୋକମାନଙ୍କୁ ଅଳ୍ପ ଅଳ୍ପ କରି କାଢ଼ି ଦେବେ; ତୁମ୍ଭେ ସେମାନଙ୍କୁ ଏକାବେଳେ ବିନାଶ କରିବ ନାହିଁ, କଲେ ବନ ପଶୁମାନେ ତୁମ୍ଭ ପ୍ରତିକୂଳରେ ବଢ଼ି ଉଠିବେ।


ତୁମ୍ଭେ ଆପଣା ଶତ୍ରୁମାନଙ୍କ ପ୍ରତିକୂଳରେ ଯୁଦ୍ଧ କରିବାକୁ ବାହାରିଲେ, ଯେବେ ଆପଣା ଅପେକ୍ଷା ଅଧିକ ଅଶ୍ୱ, ରଥ ଓ ଲୋକ ଦେଖିବ, ତେବେ ତୁମ୍ଭେ ସେମାନଙ୍କ ବିଷୟରେ ଭୀତ ହେବ ନାହିଁ। କାରଣ ଯେ ତୁମ୍ଭକୁ ମିସର ଦେଶରୁ ଆଣିଅଛନ୍ତି, ସେହି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ସଙ୍ଗରେ ଅଛନ୍ତି।


ତହିଁରେ ସଦାପ୍ରଭୁ ସେମାନଙ୍କୁ ଇସ୍ରାଏଲ ହସ୍ତରେ ସମର୍ପଣ କରନ୍ତେ, ସେମାନେ ସେମାନଙ୍କୁ ଆଘାତ କଲେ ଓ ମହାସୀଦୋନ ଓ ମିଷ୍ରଫୋତ୍‍-ମୟିମ୍‍ ପର୍ଯ୍ୟନ୍ତ, ଆଉ ପୂର୍ବ ଦିଗରେ ମିସ୍ପେର ସମସ୍ଥଳୀ ପର୍ଯ୍ୟନ୍ତ ସେମାନଙ୍କୁ ଘଉଡ଼ାଇ ନେଲେ, ପୁଣି ସେମାନଙ୍କର କେହି ଅବଶିଷ୍ଟ ନ ରହିବା ପର୍ଯ୍ୟନ୍ତ ସେମାନଙ୍କୁ ସଂହାର କଲେ।


ପୁଣି ଯିହୋଶୂୟ ସେହି ରାଜାଗଣର ସମସ୍ତ ନଗର ଓ ସେସବୁର ରାଜାମାନଙ୍କୁ ହସ୍ତଗତ କଲେ ଓ ସଦାପ୍ରଭୁଙ୍କ ସେବକ ମୋଶାଙ୍କ ଆଜ୍ଞାନୁସାରେ ଖଡ୍ଗଧାରରେ ସେମାନଙ୍କୁ ଆଘାତ କରି ସମ୍ପୂର୍ଣ୍ଣ ରୂପେ ବିନାଶ କଲେ।


ଏହେତୁ ସେଦିନ ଏହି ଯେଉଁ ପର୍ବତ ବିଷୟରେ ସଦାପ୍ରଭୁ କହିଥିଲେ, ତାହା ମୋତେ ଦିଅ; କାରଣ ଅନାକୀୟମାନେ ସେଠାରେ ଥାʼନ୍ତି ଓ ନଗରମାନ ବୃହତ ଓ ପ୍ରାଚୀର-ବେଷ୍ଟିତ, ଏହା ତୁମ୍ଭେ ସେଦିନ ଶୁଣିଥିଲ; ହୋଇପାରେ, ସଦାପ୍ରଭୁ ମୋହର ସଙ୍ଗରେ ହେବେ, ପୁଣି ମୁଁ ସଦାପ୍ରଭୁଙ୍କ ବାକ୍ୟାନୁସାରେ ସେମାନଙ୍କୁ ତଡ଼ି ଦେବି।”


Swiv nou:

Piblisite


Piblisite