Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 9:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ସମ୍ମୁଖରୁ ସେମାନଙ୍କୁ ତଡ଼ିଦେଲା ଉତ୍ତାରେ ତୁମ୍ଭେ ଆପଣା ମନେ ମନେ କହିବ ନାହିଁ ଯେ, “ଆମ୍ଭ ଧାର୍ମିକତା ସକାଶୁ ସଦାପ୍ରଭୁ ଆମ୍ଭକୁ ଏହି ଦେଶ ଅଧିକାର କରଣାର୍ଥେ ଆଣିଅଛନ୍ତି;” ଯେହେତୁ ସେହି ଗୋଷ୍ଠୀୟ ଲୋକମାନଙ୍କ ଦୁଷ୍ଟତା ସକାଶୁ ସଦାପ୍ରଭୁ ତୁମ୍ଭ ସମ୍ମୁଖରୁ ସେମାନଙ୍କୁ ତଡ଼ି ଦେବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭ ସମ୍ମୁଖରୁ ସେମାନଙ୍କୁ ତଡ଼ି ଦେଲା ଉତ୍ତାରେ ତୁମ୍ଭେ ଆପଣା ମନେ ମନେ କହିବ ନାହିଁ ଯେ, ଆମ୍ଭ ଧାର୍ମିକତା ସକାଶୁ ସଦାପ୍ରଭୁ ଆମ୍ଭକୁ ଏହି ଦେଶ ଅଧିକାର କରଣାର୍ଥେ ଆଣିଅଛନ୍ତି; ଯେହେତୁ ସେହି ଗୋଷ୍ଠୀୟ ଲୋକମାନଙ୍କ ଦୁଷ୍ଟତା ସକାଶୁ ସଦାପ୍ରଭୁ ତୁମ୍ଭ ସମ୍ମୁଖରୁ ସେମାନଙ୍କୁ ତଡ଼ି ଦେବେ।

Gade chapit la Kopi

ଓଡିଆ ବାଇବେଲ

4 ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ସମ୍ମୁଖରୁ ସେମାନଙ୍କୁ ତଡ଼ି ଦେଲା ଉତ୍ତାରେ ତୁମ୍ଭେ ଆପଣା ମନେ ମନେ କହିବ ନାହିଁ ଯେ, ଆମ୍ଭ ଧାର୍ମିକତା ସକାଶୁ ସଦାପ୍ରଭୁ ଆମ୍ଭକୁ ଏହି ଦେଶ ଅଧିକାର କରଣାର୍ଥେ ଆଣିଅଛନ୍ତି; ଯେହେତୁ ସେହି ଗୋଷ୍ଠୀୟ ଲୋକମାନଙ୍କ ଦୁଷ୍ଟତା ସକାଶୁ ସଦାପ୍ରଭୁ ତୁମ୍ଭ ସମ୍ମୁଖରୁ ସେମାନଙ୍କୁ ତଡ଼ି ଦେବେ।

Gade chapit la Kopi

ପବିତ୍ର ବାଇବଲ

4 “ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭ ସମ୍ମୁଖରୁ ସେମାନଙ୍କୁ ତଡ଼ି ଦେଲାପରେ ତୁମ୍ଭେ ଏପରି କୁହ ନାହିଁ ଯେ, ‘ଆମ୍ଭମାନଙ୍କର ଧାର୍ମିକତା ଯୋଗୁଁ ସଦାପ୍ରଭୁ ଆମ୍ଭକୁ ଏହି ଦେଶ ଅଧିକାର କରିବା ପାଇଁ ଏପରି କହିଛନ୍ତି।’ ଯେହେତୁ ସେହି ଗୋଷ୍ଠୀୟ ଲୋକମାନଙ୍କ ଦୁଷ୍ଟତା ସକାଶୁ ସଦାପ୍ରଭୁ ତୁମ୍ଭ ସମ୍ମୁଖରୁ ସେମାନଙ୍କୁ ତଡ଼ି ଦେବେ।

Gade chapit la Kopi




ଦ୍ଵିତୀୟ ବିବରଣ 9:4
20 Referans Kwoze  

ପୁଣି ତୁମ୍ଭେ ଆପଣା ମନେ ମନେ କହିବ, “ଆମ୍ଭର ପରାକ୍ରମ ଓ ବାହୁ ବଳ ଏହିସବୁ ଐଶ୍ୱର୍ଯ୍ୟ ଲାଭ କରିଅଛି।”


ସେ ଆମ୍ଭମାନଙ୍କୁ ପରିତ୍ରାଣ କରିଅଛନ୍ତି ଓ ପବିତ୍ର ଆହ୍ୱାନରେ ଆହ୍ୱାନ କରିଅଛନ୍ତି; ଆମ୍ଭମାନଙ୍କ କର୍ମ ଅନୁସାରେ ସେ ତାହା କରି ନାହାନ୍ତି, ମାତ୍ର ତାହାଙ୍କ ନିଜ ସଂକଳ୍ପ ଓ ଅନୁଗ୍ରହ ଅନୁସାରେ କରିଅଛନ୍ତି; ସେହି ଅନୁଗ୍ରହ ଜଗତର ସୃଷ୍ଟି ପୂର୍ବେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଆମ୍ଭମାନଙ୍କୁ ଦିଆଯାଇଥିଲା,


ତୁମ୍ଭେ ଆପଣା ଧାର୍ମିକତା ଅବା ହୃଦୟର ସରଳତା ସକାଶୁ ସେମାନଙ୍କ ଦେଶ ଅଧିକାର କରିବାକୁ ଯାଉଅଛ, ତାହା ନୁହେଁ ମାତ୍ର ସେହି ଗୋଷ୍ଠୀୟ ଲୋକମାନଙ୍କ ଦୁଷ୍ଟତା ସକାଶୁ, ଆଉ ତୁମ୍ଭ ପୂର୍ବପୁରୁଷ ଅବ୍ରହାମଙ୍କୁ, ଇସ୍‌ହାକଙ୍କୁ ଓ ଯାକୁବଙ୍କୁ ଶପଥପୂର୍ବକ ଯେଉଁ ବାକ୍ୟ କହିଥିଲେ, ତାହା ସଫଳ କରିବା ପାଇଁ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ସମ୍ମୁଖରୁ ସେମାନଙ୍କୁ ତଡ଼ି ଦେବେ।


କାରଣ କିଏ ତୁମ୍ଭକୁ ଶ୍ରେଷ୍ଠ କରିଅଛି? ଆଉ, ଯାହା ତୁମ୍ଭେ ଦାନ ସ୍ୱରୂପେ ପାଇ ନାହଁ, ଏପରି ତୁମ୍ଭର କଅଣ ଅଛି? କିନ୍ତୁ ଯଦି ତୁମ୍ଭେ ତାହା ଦାନ ସ୍ୱରୂପେ ପାଇଅଛ, ତେବେ ତାହା ଦାନ ସ୍ୱରୂପେ ପାଇ ନ ଥିଲା ପରି କାହିଁକି ଗର୍ବ କରୁଅଛ?


କିନ୍ତୁ ଯଦି ତାହା ଅନୁଗ୍ରହରେ ହୁଏ, ତେବେ ତାହା ଆଉ କ୍ରିୟାକର୍ମ ହେତୁ ହୁଏ ନାହିଁ; ନୋହିଲେ ଅନୁଗ୍ରହ ଆଉ ଅନୁଗ୍ରହ ନୁହେଁ।


ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ପ୍ରତି ତଦ୍ରୂପ କରିବ ନାହିଁ; କାରଣ ସଦାପ୍ରଭୁ ଯାହା ଘୃଣା କରନ୍ତି; ଏପରି ସମଗ୍ର ଘୃଣ୍ୟ କର୍ମ ସେମାନେ ଆପଣା ଆପଣା ଦେବତାଗଣର ଉଦ୍ଦେଶ୍ୟରେ କରିଅଛନ୍ତି; ମଧ୍ୟ ସେମାନେ ଆପଣା ଆପଣା ଦେବତାଗଣ ଉଦ୍ଦେଶ୍ୟରେ ଆପଣା ଆପଣା ପୁତ୍ର ଓ ଆପଣା ଆପଣା କନ୍ୟାଗଣକୁ ମଧ୍ୟ ଅଗ୍ନିରେ ଦଗ୍ଧ କରନ୍ତି।


ପୁଣି, ତୁମ୍ଭ ବଂଶର ଚତୁର୍ଥ ପୁରୁଷ ଏହି ଦେଶକୁ ବାହୁଡ଼ି ଆସିବେ; ଯେହେତୁ ଇମୋରୀୟ ଲୋକମାନଙ୍କର ପାପ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ହୋଇ ନାହିଁ।”


କାରଣ ମୁଁ ନିଜ ବିରୁଦ୍ଧରେ କିଛି ଜାଣେ ନାହିଁ, ତଥାପି ଏଥିରେ ମୁଁ ନିର୍ଦ୍ଦୋଷ ବୋଲି ପ୍ରମାଣିତ ହୋଇ ନାହିଁ କିନ୍ତୁ ଯେ ମୋହର ବିଚାର କରନ୍ତି, ସେ ପ୍ରଭୁ।


ଭଲ କଥା, ସେମାନଙ୍କର ଅବିଶ୍ୱାସ ହେତୁ ସେମାନେ ଉଚ୍ଛିନ୍ନ ହେଲେ, ଆଉ ବିଶ୍ୱାସ ହେତୁ ତୁମ୍ଭେ ସ୍ଥାନ ପ୍ରାପ୍ତ ହୋଇଅଛ। ଗର୍ବିତମନା ହୁଅ ନାହିଁ, କିନ୍ତୁ ଭୟ କର;


ପ୍ରଭୁ, ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ଜ୍ଞାତ ହୁଅ ଯେ, ଆମ୍ଭେ ତୁମ୍ଭମାନଙ୍କ ସକାଶୁ ଏହା କରୁ ନାହୁଁ; ହେ ଇସ୍ରାଏଲ ବଂଶ, ତୁମ୍ଭେମାନେ ଆପଣା ଆପଣାର ଆଚରଣ ସକାଶୁ ଲଜ୍ଜିତ ଓ ବିଷଣ୍ଣ ହୁଅ।


ଏହେତୁ ଇସ୍ରାଏଲ ବଂଶକୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ହେ ଇସ୍ରାଏଲ ବଂଶ, ଆମ୍ଭେ ତୁମ୍ଭମାନଙ୍କ ସକାଶୁ ଏପରି କରୁ ନାହୁଁ, ମାତ୍ର ତୁମ୍ଭେମାନେ ନାନା ଗୋଷ୍ଠୀ ମଧ୍ୟକୁ ଯାଇ ଯାହା ଅପବିତ୍ର କରିଅଛ, ଆମ୍ଭ ନିଜର ସେହି ପବିତ୍ର ନାମ ସକାଶୁ କରୁଅଛୁ।


ତୁମ୍ଭେମାନେ ଯେଉଁ ମିସର ଦେଶରେ ବାସ କଲ, ସେହି ଦେଶର ଆଚରଣ ଅନୁସାରେ ଆଚରଣ କରିବ ନାହିଁ; ପୁଣି, ଯେଉଁ କିଣାନ ଦେଶକୁ ଆମ୍ଭେ ତୁମ୍ଭମାନଙ୍କୁ ନେଇ ଯାଉଅଛୁ, ସେହି ଦେଶର ଆଚରଣ ଅନୁସାରେ ଆଚରଣ କରିବ ନାହିଁ ଓ ସେମାନଙ୍କ ବିଧି ଅନୁସାରେ ଚ଼ାଲିବ ନାହିଁ।


ତୁମ୍ଭେ ଏହି ପ୍ରାନ୍ତର ମଧ୍ୟରେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ କିପରି କ୍ରୁଦ୍ଧ କରାଇଅଛ, ତାହା ସ୍ମରଣ କର, ତୁମ୍ଭେ ତାହା ପାସୋର ନାହିଁ; ତୁମ୍ଭେ ମିସର ଦେଶରୁ ବାହାର ହେବା ଦିନଠାରୁ ଏହି ସ୍ଥାନକୁ ଆସିବା ପର୍ଯ୍ୟନ୍ତ ତୁମ୍ଭେମାନେ ସଦାପ୍ରଭୁଙ୍କର ବିଦ୍ରୋହାଚାରୀ ହୋଇଅଛ।


ମୁଁ ତୁମ୍ଭମାନଙ୍କୁ ଜାଣିବା ଦିନଠାରୁ ତୁମ୍ଭେମାନେ ସଦାପ୍ରଭୁଙ୍କର ବିଦ୍ରୋହାଚାରୀ ହୋଇ ଆସିଅଛ।


ଯେହେତୁ ମୁଁ ତୁମ୍ଭର ବିଦ୍ରୋହିତା ଓ ଶକ୍ତଗ୍ରୀବତା ଜାଣେ; ଦେଖ, ଆଜି ମୁଁ ତୁମ୍ଭମାନଙ୍କ ମଧ୍ୟରେ ବଞ୍ଚି ଥାଉ ଥାଉ ତ ତୁମ୍ଭେମାନେ ସଦାପ୍ରଭୁଙ୍କର ବିଦ୍ରୋହୀ ହେଉଅଛ, ପୁଣି ମୋʼ ମରଣ ଉତ୍ତାରେ ଆଉ କେତେ ଅଧିକ ନ ହେବ?


Swiv nou:

Piblisite


Piblisite