Biblia Todo Logo
Bib sou entènèt

- Piblisite -




ଉପଦେଶକ 1:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ପୁଣି, ଆକାଶ ତଳେ କୃତ ସମସ୍ତ ବିଷୟ ଜ୍ଞାନ ଦ୍ୱାରା ଆଲୋଚନା ଓ ଅନୁସନ୍ଧାନ କରିବା ପାଇଁ ମନୋଯୋଗ କଲି; ଏତଦ୍ଦ୍ୱାରା ପରମେଶ୍ୱର ଯେ ମନୁଷ୍ୟ-ସନ୍ତାନଗଣକୁ ବ୍ୟସ୍ତ ହେବାକୁ ଦେଇଅଛନ୍ତି, ଏହା ଅତ୍ୟନ୍ତ କ୍ଲେଶଜନକ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ପୁଣି, ଆକାଶ ତଳେ କୃତ ସମସ୍ତ ବିଷୟ ଜ୍ଞାନ ଦ୍ଵାରା ଆଲୋଚନା ଓ ଅନୁସନ୍ଧାନ କରିବା ପାଇଁ ମନୋଯୋଗ କଲି; ଏତଦ୍ଦ୍ଵାରା ପରମେଶ୍ଵର ଯେ ମନୁଷ୍ୟ-ସନ୍ତାନଗଣକୁ ବ୍ୟସ୍ତ ହେବାକୁ ଦେଇଅଛନ୍ତି, ଏହା ଅତ୍ୟ; କ୍ଲେଶଜନକ।

Gade chapit la Kopi

ଓଡିଆ ବାଇବେଲ

13 ପୁଣି, ଆକାଶ ତଳେ କୃତ ସମସ୍ତ ବିଷୟ ଜ୍ଞାନ ଦ୍ୱାରା ଆଲୋଚନା ଓ ଅନୁସନ୍ଧାନ କରିବା ପାଇଁ ମନୋଯୋଗ କଲି; ଏତଦ୍ଦ୍ୱାରା ପରମେଶ୍ୱର ଯେ ମନୁଷ୍ୟ ସନ୍ତାନଗଣକୁ ବ୍ୟସ୍ତ ହେବାକୁ ଦେଇଅଛନ୍ତି, ଏହା ଅତ୍ୟନ୍ତ କ୍ଲେଶଜନକ।

Gade chapit la Kopi

ପବିତ୍ର ବାଇବଲ

13 ମୁଁ ମନୋଯୋଗ କଲି ଅଧ୍ୟୟନ ପାଇଁ ଏବଂ ଜ୍ଞାନ ଦ୍ୱାରା ସବୁକିଛି ବୁଝିବା ପାଇଁ ଯାହା ସ୍ୱର୍ଗତଳେ ହୁଏ। ଏହି କାର୍ଯ୍ୟ, ଯାହା ପରମେଶ୍ୱର ମନୁଷ୍ୟମାନଙ୍କୁ ଦେଇଛନ୍ତି ବ୍ୟସ୍ତ ରହିବାକୁ ଅତି ଅପ୍ରିତିକର ଅଟେ।

Gade chapit la Kopi




ଉପଦେଶକ 1:13
22 Referans Kwoze  

ପରମେଶ୍ୱର ମନୁଷ୍ୟ-ସନ୍ତାନଗଣକୁ ବ୍ୟସ୍ତ ହେବା ପାଇଁ ଯେଉଁ କାର୍ଯ୍ୟ ଦେଇଅଛନ୍ତି, ତାହା ମୁଁ ଦେଖିଅଛି।


ତୁମ୍ଭେ ଯେଉଁ ମୃତ୍ତିକାରୁ ଗୃହୀତ ହେଲ, ତହିଁରେ ନ ମିଶିବା ପର୍ଯ୍ୟନ୍ତ ମୁଖର ଝାଳରେ ଆହାର କରିବ; ଯେହେତୁ ତୁମ୍ଭେ ଧୂଳି ଓ ଧୂଳିରେ ପୁନର୍ବାର ମିଶିଯିବ।”


ତହୁଁ ମୁଁ ଜ୍ଞାନର ତତ୍ତ୍ୱ, ପୁଣି ପାଗଳାମି ଓ ଅଜ୍ଞାନତାର ତତ୍ତ୍ୱ ଜାଣିବା ପାଇଁ ମନୋଯୋଗ କଲି; ଏହା ହିଁ ବାୟୁର ପଶ୍ଚାଦ୍ଧାବନ ବୋଲି ଜାଣିଲି।


ତୁମ୍ଭର ଉନ୍ନତି ଯେପରି ସମସ୍ତଙ୍କ ନିକଟରେ ପ୍ରକାଶିତ ହୁଏ, ଏଥିନିମନ୍ତେ ଏହି ସମସ୍ତ ବିଷୟରେ ମନୋଯୋଗୀ ହୁଅ, ସେହି ସବୁରେ ପ୍ରବୃତ୍ତ ଥାଅ।


ଆହୁରି, ହେ ମୋହର ପୁତ୍ର, ତୁମ୍ଭେ ଉପଦେଶ ଗ୍ରହଣ କର; ଅନେକ ପୁସ୍ତକ ରଚନା କରିବାର ଶେଷ ନାହିଁ; ପୁଣି, ବହୁ ଅଭ୍ୟାସ ଶରୀରର କ୍ଳାନ୍ତିଜନକ।


ଜ୍ଞାନ ଓ ବିଷୟମାନର ତତ୍ତ୍ୱ ଜାଣିବାକୁ, ପୁଣି ଦୁଷ୍ଟତା ଯେ ନିର୍ବୋଧତା ଓ ମୂର୍ଖତା ଯେ ପାଗଳାମି, ଏହା ଜାଣିବାକୁ ମୁଁ ଫେରିଲି ଓ ମୋହର ମନ ତାହା ଅନୁସନ୍ଧାନ ଓ ଅନ୍ଵେଷଣ କରିବାକୁ ନିବିଷ୍ଟ ହେଲା।


ଏହିସବୁ ମୁଁ ଦେଖିଅଛି ଓ ସୂର୍ଯ୍ୟ ତଳେ ଯେଉଁ ପ୍ରତ୍ୟେକ କାର୍ଯ୍ୟ କରାଯାଏ, ତହିଁରେ ମୁଁ ମନୋଯୋଗ କରିଅଛି; କେବେ କେବେ ଏକ ମନୁଷ୍ୟର ଅନ୍ୟ ଉପରେ ତାହାର ଅମଙ୍ଗଳ ନିମନ୍ତେ କ୍ଷମତା ଥାଏ।


ତହୁଁ ମୁଁ ସମସ୍ତ ପରିଶ୍ରମ ଓ ପ୍ରତ୍ୟେକ ଦକ୍ଷ କାର୍ଯ୍ୟ ଦେଖିଲି ଯେ, ତହିଁ ସକାଶୁ ମନୁଷ୍ୟ ଆପଣା ପ୍ରତିବାସୀର ଈର୍ଷାପାତ୍ର ହୁଏ। ଏହା ହିଁ ଅସାର ଓ ବାୟୁର ପଶ୍ଚାଦ୍ଧାବନମାତ୍ର।


ଯେହେତୁ ଯେଉଁ ବ୍ୟକ୍ତି ପରମେଶ୍ୱରଙ୍କୁ ତୁଷ୍ଟ କରେ, ସେ ତାହାକୁ ଜ୍ଞାନ, ବିଦ୍ୟା ଓ ଆନନ୍ଦ ଦିଅନ୍ତି; ମାତ୍ର ପରମେଶ୍ୱରଙ୍କ ତୁଷ୍ଟିକାରୀ ଲୋକକୁ ଦେବା ପାଇଁ ସଂଗ୍ରହ ଓ ସଞ୍ଚୟ କରଣାର୍ଥେ ପାପୀକୁ ସେ କାର୍ଯ୍ୟ ଦିଅନ୍ତି। ଏହା ହିଁ ଅସାର ଓ ବାୟୁର ପଶ୍ଚାଦ୍ଧାବନମାତ୍ର।


କାରଣ ତାହାର ଦିନସବୁ କେବଳ ଦୁଃଖମୟ ଓ ତାହାର କାର୍ଯ୍ୟ ମନସ୍ତାପଜନକ; ରାତ୍ରିରେ ମଧ୍ୟ ତାହାର ହୃଦୟ ବିଶ୍ରାମ ପାଏ ନାହିଁ। ଏହା ମଧ୍ୟ ଅସାର।


ହେ ମୋହର ପୁତ୍ର, ତୁମ୍ଭ ହୃଦୟ ମୋତେ ଦିଅ, ପୁଣି, ତୁମ୍ଭ ଚକ୍ଷୁ ମୋʼ ପଥରେ ତୁଷ୍ଟ ହେଉ।


ବୁଦ୍ଧିମାନର ମନ ଜ୍ଞାନ ଉପାର୍ଜ୍ଜନ କରେ; ପୁଣି, ଜ୍ଞାନୀର କର୍ଣ୍ଣ ଜ୍ଞାନ ଖୋଜେ।


ଯେ ଆପଣାକୁ ଅନ୍ୟଠାରୁ ପୃଥକ କରେ, ସେ ଆପଣା ଇଷ୍ଟ ଚେଷ୍ଟା କରେ ଓ ସର୍ବପ୍ରକାର ତତ୍ତ୍ୱଜ୍ଞାନ ବିରୁଦ୍ଧରେ କନ୍ଦଳ କରେ।


ଜ୍ଞାନ ସର୍ବଶ୍ରେଷ୍ଠ ବିଷୟ, ଏଣୁ ଜ୍ଞାନ ଲାଭ କର; ପୁଣି, ତୁମ୍ଭର ସବୁ ଲାଭ ମଧ୍ୟରେ ସୁବିବେଚନା ଲାଭ କର।


ସଦାପ୍ରଭୁଙ୍କ କାର୍ଯ୍ୟସକଳ ମହତ, ଯେଉଁମାନେ ତହିଁରେ ସନ୍ତୁଷ୍ଟ, ସେମାନେ ତାହାସବୁ ଅନୁସନ୍ଧାନ କରନ୍ତି।


ମନୁଷ୍ୟ ଅନ୍ଧକାରର ସୀମା ନିର୍ଣ୍ଣୟ କରେ ଓ ପ୍ରାନ୍ତସୀମା ପର୍ଯ୍ୟନ୍ତ ନିବିଡ଼ ଅନ୍ଧକାର ଓ ମୃତ୍ୟୁୁଚ୍ଛାୟାସ୍ଥିତ ପ୍ରସ୍ତରସବୁ ଅନୁସନ୍ଧାନ କରେ।


ସେ ପ୍ରତ୍ୟେକ ବିଷୟକୁ ତାହାର ସମୟରେ ଶୋଭିତ କରିଅଛନ୍ତି; ମଧ୍ୟ ସେ ସେମାନଙ୍କ ହୃଦୟରେ ଅନନ୍ତକାଳ ରଖିଅଛନ୍ତି; ତଥାପି ପରମେଶ୍ୱର ପ୍ରଥମଠାରୁ ଶେଷ ପର୍ଯ୍ୟନ୍ତ ଯେଉଁ କାର୍ଯ୍ୟ କରିଅଛନ୍ତି, ମନୁଷ୍ୟ ତହିଁର ତତ୍ତ୍ୱ ପାଇ ପାରେ ନାହିଁ।


କୌଣସି ଲୋକ ଏକାକୀ ଥାଏ ଓ ତାହାର ଦ୍ୱିତୀୟ କେହି ନାହିଁ; କିଅବା ତାହାର ପୁତ୍ର କି ଭ୍ରାତା ନାହିଁ; ତଥାପି ତାହାର ସମସ୍ତ ପରିଶ୍ରମର ସୀମା ନାହିଁ, ଅଥବା ଧନରେ ତାହାର ଚକ୍ଷୁ ତୃପ୍ତ ନୁହେଁ। ସେ କହେ, ତେବେ ମୁଁ କାହା ପାଇଁ ପରିଶ୍ରମ କରୁଅଛି ଓ ଆପଣା ପ୍ରାଣକୁ ମଙ୍ଗଳରୁ ବଞ୍ଚିତ କରିଅଛି? ଏହା ହିଁ ଅସାର ଓ ଅତ୍ୟନ୍ତ କ୍ଲେଶଜନକ।


ତୁମ୍ଭେ ଯେପରି ବାୟୁର ଗତି, ଅବା ଗର୍ଭବତୀର ଉଦରରେ ଅସ୍ଥି କିପରି ବଢ଼େ, ତାହା ଜାଣ ନାହିଁ, ସେପରି ସର୍ବସାଧକ ପରମେଶ୍ୱରଙ୍କ କର୍ମ ହିଁ ଜାଣ ନାହିଁ।


ବିଷୟ ଗୋପନ କରିବା ପରମେଶ୍ୱରଙ୍କର ଗୌରବ; ମାତ୍ର ବିଷୟର ଅନୁସନ୍ଧାନ କରିବାର ରାଜାଙ୍କର ଗୌରବ।


Swiv nou:

Piblisite


Piblisite