Biblia Todo Logo
Bib sou entènèt

- Piblisite -




ଉପଦେଶକ 1:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଯାହା ବଙ୍କା, ତାହା ସଳଖ କରାଯାଇ ନ ପାରେ ପୁଣି, ଯାହା ଅଭାବ, ତାହା ଗଣିତ ହୋଇ ନ ପାରେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ଯାହା ବଙ୍କା, ତାହା ସଳଖ କରାଯାଇ ନ ପାରେନ୍ତ ପୁଣି, ଯାହା ଅଭାବ, ତାହା ଗଣିତ ହୋଇ ନ ପାରେ।

Gade chapit la Kopi

ଓଡିଆ ବାଇବେଲ

15 ଯାହା ବଙ୍କା, ତାହା ସଳଖ କରାଯାଇ ନ ପାରେ ପୁଣି, ଯାହା ଅଭାବ, ତାହା ଗଣିତ ହୋଇ ନ ପାରେ।

Gade chapit la Kopi

ପବିତ୍ର ବାଇବଲ

15 ତୁମ୍ଭେ ଏସବୁ ପରିବର୍ତ୍ତନ କରି ପାରିବ ନାହିଁ। ଯାହା ବଙ୍କା ତାହା ସଳଖ କରାଯାଇ ନ ପାରେ। ଯାହା ସେଠାରେ ନାହିଁ ତୁମ୍ଭେମାନେ ତାହା ଗଣି ପାରିବ ନାହିଁ।

Gade chapit la Kopi




ଉପଦେଶକ 1:15
10 Referans Kwoze  

ପ୍ରତ୍ୟେକ ଉପତ୍ୟକା ଉଚ୍ଚ କରାଯିବ, ପ୍ରତ୍ୟେକ ପର୍ବତ ଓ ଉପପର୍ବତ ନୀଚ କରାଯିବ ଓ ବକ୍ର ସଳଖ କରାଯିବ, ଆଉ ରଗଡ଼ା ସ୍ଥାନସବୁ ସମାନ କରାଯିବ;


ମୁଁ ଜାଣେ ଯେ, ପରମେଶ୍ୱର ଯାହା କିଛି କରନ୍ତି, ତାହା ଅନନ୍ତକାଳସ୍ଥାୟୀ; ତାହା ବଢ଼ାଯାଇ ନ ପାରେ, କିଅବା ତାହା ଊଣା କରାଯାଇ ନ ପାରେ; ଆଉ ମନୁଷ୍ୟମାନେ ପରମେଶ୍ୱରଙ୍କ ସମ୍ମୁଖରେ ଭୀତ ହେବା ପାଇଁ ସେ ତାହା କରିଅଛନ୍ତି।


ପୁଣି, ତୁମ୍ଭମାନଙ୍କ ମଧ୍ୟରେ କିଏ ଚିନ୍ତା କରି କରି ଆପଣା ଆୟୁଷର ଗୋଟିଏ ମୁହୂର୍ତ୍ତ ମଧ୍ୟ ବୃଦ୍ଧି କରିପାରେ?


ପ୍ରଭୁ ଆଜ୍ଞା ନ କଲେ, ଯେ କଥା କହେ ଓ ତାହା ସିଦ୍ଧ ହୁଏ, ଏପରି କିଏ ଅଛି?


ସେ ଶାନ୍ତି ଦେଲେ, କିଏ ଦୋଷ ଦେଇ ପାରେ? ଓ ସେ ଆପଣା ମୁଖ ଆଚ୍ଛାଦନ କଲେ, କିଏ ତାହାଙ୍କୁ ଦେଖି ପାରେ? ଏହା କୌଣସି ଗୋଷ୍ଠୀ ଅବା କୌଣସି ବ୍ୟକ୍ତି ପ୍ରତି କରାଗଲେ, ଏକ ସମାନ ଥାଏ;


ପୁଣି, ଜ୍ଞାନର ନିଗୂଢ଼ ତତ୍ତ୍ୱ, ଅର୍ଥାତ୍‍, ତହିଁର ବହୁବିଧ ଫଳଦାୟକ କର୍ମଣ୍ୟତା ତୁମ୍ଭକୁ ଜ୍ଞାତ କରାନ୍ତେ! ଏହେତୁ ଜାଣ ଯେ, ପରମେଶ୍ୱର ତୁମ୍ଭ ଅପରାଧ ଅପେକ୍ଷା ଊଣା ପରିଶୋଧ ତୁମ୍ଭଠାରୁ ନେଉଅଛନ୍ତି।


ପୁଣି, ପୃଥିବୀନିବାସୀ ସମସ୍ତେ ଅବସ୍ତୁ ତୁଲ୍ୟ ଗଣିତ; ଆଉ ସେ ସ୍ୱର୍ଗୀୟ ସୈନ୍ୟଗଣ ମଧ୍ୟରେ ଓ ପୃଥିବୀର ନିବାସୀଗଣର ମଧ୍ୟରେ ଆପଣା ଇଚ୍ଛାନୁସାରେ କାର୍ଯ୍ୟ କରନ୍ତି; ଆଉ, କେହି ତାହାଙ୍କର ହସ୍ତ ସ୍ଥଗିତ କରି ନ ପାରେ ଓ “ତୁମ୍ଭେ କʼଣ କରୁଅଛ” ଏହା ତାହାଙ୍କୁ କହି ନ ପାରେ।


ଜ୍ଞାନ ଓ ବିଷୟମାନର ତତ୍ତ୍ୱ ଜାଣିବାକୁ, ପୁଣି ଦୁଷ୍ଟତା ଯେ ନିର୍ବୋଧତା ଓ ମୂର୍ଖତା ଯେ ପାଗଳାମି, ଏହା ଜାଣିବାକୁ ମୁଁ ଫେରିଲି ଓ ମୋହର ମନ ତାହା ଅନୁସନ୍ଧାନ ଓ ଅନ୍ଵେଷଣ କରିବାକୁ ନିବିଷ୍ଟ ହେଲା।


କୂଶୀୟ ଲୋକ କି ଆପଣା ଚର୍ମ ଓ ଚିତାବାଘ କି ଆପଣା ଚିତ୍ରବର୍ଣ୍ଣ ବଦଳାଇ ପାରେ? ତାହାହେଲେ, କୁକର୍ମ କରିବାକୁ ଅଭ୍ୟସ୍ତ ଯେ ତୁମ୍ଭେମାନେ, ତୁମ୍ଭେମାନେ କି ସୁକର୍ମ କରି ପାରିବ?


Swiv nou:

Piblisite


Piblisite