Biblia Todo Logo
Bib sou entènèt

- Piblisite -




ଉପଦେଶକ 1:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ତହୁଁ ମୁଁ ଜ୍ଞାନର ତତ୍ତ୍ୱ, ପୁଣି ପାଗଳାମି ଓ ଅଜ୍ଞାନତାର ତତ୍ତ୍ୱ ଜାଣିବା ପାଇଁ ମନୋଯୋଗ କଲି; ଏହା ହିଁ ବାୟୁର ପଶ୍ଚାଦ୍ଧାବନ ବୋଲି ଜାଣିଲି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ତହୁଁ ମୁଁ ଜ୍ଞାନର ତତ୍ତ୍ଵ, ପୁଣି ବାତୁଳତା ଓ ଅଜ୍ଞାନତାର ତତ୍ତ୍ଵ ଜାଣିବା ପାଇଁ ମନୋଯୋଗ କଲି; ଏହା ହିଁ ବାୟୁର ପଶ୍ଚାଦ୍ଧାବନ ବୋଲି ଜାଣିଲି।

Gade chapit la Kopi

ଓଡିଆ ବାଇବେଲ

17 ତହୁଁ ମୁଁ ଜ୍ଞାନର ତତ୍ତ୍ୱ, ପୁଣି ପାଗଳାମି ଓ ଅଜ୍ଞାନତାର ତତ୍ତ୍ୱ ଜାଣିବା ପାଇଁ ମନୋଯୋଗ କଲି; ଏହା ହିଁ ବାୟୁର ପଶ୍ଚାଦ୍ଧାବନ ବୋଲି ଜାଣିଲି।

Gade chapit la Kopi

ପବିତ୍ର ବାଇବଲ

17 ତା'ପରେ ମୁଁ ଜ୍ଞାନ ଓ ବୁଦ୍ଧି, ପାଗଳାମି ଓ ବୋକାମି ବିଷୟରେ ଅଭିଜ୍ଞତା ହାସଲ କରିବା ପାଇଁ ନିଷ୍ପତ୍ତି ନେଲି। ଏବଂ ଏହା ହିଁ ପବନର ପଶ୍ଚା‌‌‌ତ୍‌‌‌ଧାବନ ବୋଲି ମୁଁ ଜାଣିଲି।

Gade chapit la Kopi




ଉପଦେଶକ 1:17
14 Referans Kwoze  

ମୁଁ କିପରି ମଦ୍ୟପାନରେ ଶରୀରକୁ ତୁଷ୍ଟ କରିବି ଓ ଆକାଶ ତଳେ ମନୁଷ୍ୟ-ସନ୍ତାନଗଣର ଯାବଜ୍ଜୀବନ କଅଣ କରିବା ଭଲ, ଏହା ଜାଣି ପାରିବା ପର୍ଯ୍ୟନ୍ତ କିପରି ଅଜ୍ଞାନତା ଅବଲମ୍ବନ କରିବି, ଏହା ମନେ ମନେ ଅନୁସନ୍ଧାନ କଲି, ଏହି ସମୟରେ ମଧ୍ୟ ମୋହର ମନ ଜ୍ଞାନରେ ମୋତେ ପଥ ପ୍ରଦର୍ଶନ କରୁଥିଲା।


ବରଂ ସମସ୍ତ ବିଷୟ ପରୀକ୍ଷା କର;


ତହୁଁ ମୁଁ ଜୀବନକୁ ଘୃଣା କଲି; ଯେହେତୁ ସୂର୍ଯ୍ୟ ତଳେ କୃତକାର୍ଯ୍ୟ ମୋʼ ପ୍ରତି କ୍ଲେଶବୋଧକ ହେଲା; କାରଣ ସବୁ ଅସାର ଓ ବାୟୁର ପଶ୍ଚାଦ୍ଧାବନମାତ୍ର।


ତହୁଁ ମୁଁ ସମସ୍ତ ପରିଶ୍ରମ ଓ ପ୍ରତ୍ୟେକ ଦକ୍ଷ କାର୍ଯ୍ୟ ଦେଖିଲି ଯେ, ତହିଁ ସକାଶୁ ମନୁଷ୍ୟ ଆପଣା ପ୍ରତିବାସୀର ଈର୍ଷାପାତ୍ର ହୁଏ। ଏହା ହିଁ ଅସାର ଓ ବାୟୁର ପଶ୍ଚାଦ୍ଧାବନମାତ୍ର।


ପରିଶ୍ରମ ଓ ବାୟୁର ପଶ୍ଚାଦ୍ଧାବନ ସହିତ ଦୁଇ ମୁଠି ଅପେକ୍ଷା ଶାନ୍ତି ସହିତ ଏକ ମୁଠି ଭଲ।


ମନର ଲାଳସା ଅପେକ୍ଷା ସାକ୍ଷାତ ଭୋଗ ଭଲ; ଏହା ହିଁ ଅସାର ଓ ବାୟୁର ପଶ୍ଚାଦ୍ଧାବନମାତ୍ର।


ସୂର୍ଯ୍ୟ ତଳେ ଯେତେ କାର୍ଯ୍ୟ କରାଯାଏ, ତହିଁ ମଧ୍ୟରେ ଦୁଃଖର ବିଷୟ ଏହି ଯେ, ସମସ୍ତଙ୍କ ପ୍ରତି ସମାନ ଘଟଣା ହୁଏ; ଆହୁରି ମଧ୍ୟ ମନୁଷ୍ୟ-ସନ୍ତାନଗଣର ହୃଦୟ ଦୁଷ୍ଟତାରେ ପରିପୂର୍ଣ୍ଣ ଓ ବଞ୍ଚିଥିବା ପର୍ଯ୍ୟନ୍ତ ସେମାନଙ୍କ ହୃଦୟରେ ପାଗଳାମି ଥାଏ, ପୁଣି ତହିଁ ଉତ୍ତାରେ ସେମାନେ ମୃତମାନଙ୍କ ନିକଟକୁ ଯାଆନ୍ତି।


ମୁଁ ତାହା କିରୂପେ ଜାଣିବି ବୋଲି ଭାବନା କଲା ବେଳେ ମୋʼ ପ୍ରତି ତାହା ଅତି କଷ୍ଟକର ହେଲା;


କାରଣ ମନୁଷ୍ୟ-ସନ୍ତାନଗଣ ପ୍ରତି ଯାହା ଘଟେ, ପଶୁମାନଙ୍କ ପ୍ରତି ତାହା ଘଟେ; ସମସ୍ତଙ୍କ ପ୍ରତି ହିଁ ଏକରୂପ ଘଟଣା ଘଟେ; ଏ ଯେପରି ମରେ, ସେ ସେପରି ମରେ; ପୁଣି, ସମସ୍ତଙ୍କ ପ୍ରାଣବାୟୁ ଏକ; ଆଉ, ପଶୁଠାରୁ ମନୁଷ୍ୟର କୌଣସି ପ୍ରାଧାନ୍ୟ ନାହିଁ; କାରଣ ସବୁ ଅସାର।


ଯେତେବେଳେ ମୁଁ ଜ୍ଞାନର ତତ୍ତ୍ୱ ଜାଣିବାକୁ ଓ ପୃଥିବୀରେ ସାଧିତ କାର୍ଯ୍ୟ ଦେଖିବାକୁ ମନୋଯୋଗ କଲି (କାରଣ ଦିବାରାତ୍ର ଯାହାର ଚକ୍ଷୁ ନିଦ୍ରା ଦେଖେ ନାହିଁ, ଏପରି ଲୋକ ମଧ୍ୟ ଅଛନ୍ତି);


ଉପଦେଶକ କହନ୍ତି, ଅସାରର ଅସାର, ସବୁ ହିଁ ଅସାର।


Swiv nou:

Piblisite


Piblisite