Biblia Todo Logo
Bib sou entènèt

- Piblisite -




ଉପଦେଶକ 12:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ସେହି ଦିନ ଗୃହ ରକ୍ଷକମାନେ ଥରହର ହେବେ ଓ ବଳବାନ ଲୋକେ ଆପେ ନତ ହେବେ ଓ ପେଷିକାମାନେ ଅଳ୍ପ ହେବାରୁ କର୍ମରୁ ନିବୃତ୍ତ ହେବେ, ପୁଣି ଝରକାରେ ଦୃଷ୍ଟିକାରିଣୀମାନେ ଅନ୍ଧକାରଗ୍ରସ୍ତା ହେବେ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ସେହି ଦିନ ଗୃହ-ରକ୍ଷକମାନେ ଥରହର ହେବେ ଓ ବଳବାନ ଲୋକେ ଆପେ ନତ ହେବେ ଓ ପେଷିକାମାନେ ଅଳ୍ପ ହେବାରୁ କର୍ମରୁ ନିବୃତ୍ତ ହେବେ, ପୁଣି ଝରକାରେ ଦୃଷ୍ଟିକାରିଣୀମାନେ ଅନ୍ଧକାରଗ୍ରସ୍ତା ହେବେ

Gade chapit la Kopi

ଓଡିଆ ବାଇବେଲ

3 ସେହି ଦିନ ଗୃହ ରକ୍ଷକମାନେ ଥରହର ହେବେ ଓ ବଳବାନ ଲୋକେ ଆପେ ନତ ହେବେ ଓ ପେଷିକାମାନେ ଅଳ୍ପ ହେବାରୁ କର୍ମରୁ ନିବୃତ୍ତ ହେବେ, ପୁଣି ଝରକାରେ ଦୃଷ୍ଟିକାରିଣୀମାନେ ଅନ୍ଧକାରଗ୍ରସ୍ତା ହେବେ;

Gade chapit la Kopi

ପବିତ୍ର ବାଇବଲ

3 ସେହି ଦିନ ଗୃହ ରକ୍ଷକମାନେ ଥରହର ହେବେ ଓ ବଳବାନ ଲୋକେ ଆପେ ନତ ହେବେ ଓ ପେଷିକାମାନେ ଅଳ୍ପ ସଂଖ୍ୟକ ହେବାରୁ ନିବୃତ୍ତ ହେବେ। ପୁଣି ସେହିମାନେ ଯେଉଁମାନେ ଝରକାରୁ ଉଙ୍କିମାରି ଦେଖନ୍ତି, ସେମାନେ ଅନ୍ଧ ହେବେ।

Gade chapit la Kopi




ଉପଦେଶକ 12:3
9 Referans Kwoze  

ସଦାପ୍ରଭୁ ଜୀବନର ପଥ ମଧ୍ୟରେ ମୋର ବଳ ହ୍ରାସ କଲେ, ସେ ମୋହର ଆୟୁ ଊଣା କଲେ।


ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ବୃଦ୍ଧ ପୁରୁଷ ଓ ସ୍ତ୍ରୀମାନେ ଯିରୂଶାଲମର ସବୁ ପଥରେ ବାସ କରିବେ ଓ ବହୁବୟସ୍କ ହେତୁ ପ୍ରତ୍ୟେକେ ଆପଣା ଆପଣା ହାତରେ ବାଡ଼ି ଧରିବେ।


ଏହି ସମୟରେ ଏଲିଙ୍କର ଚକ୍ଷୁ ଧନ୍ଦଳା ହେବାକୁ ଲାଗିଲା, ଏଣୁ ସେ ଦେଖି ପାରିଲେ ନାହିଁ। ଏକ ଦିନ ସେ ଆପଣା ସ୍ଥାନରେ ଶୋଇଥିଲେ


ସେହି ସମୟରେ ଇସ୍ରାଏଲ ବୃଦ୍ଧାବସ୍ଥା ହେତୁ କ୍ଷୀଣଦୃଷ୍ଟି ହେବାରୁ ସ୍ପଷ୍ଟରୂପେ ଦେଖି ପାରିଲେ ନାହିଁ। ଏଣୁ ଯୋଷେଫ ତାଙ୍କ କତିକି ସେମାନଙ୍କୁ ଆଣି ଦିଅନ୍ତେ, ସେ ସେମାନଙ୍କୁ ଚୁମ୍ବନ ଓ ଆଲିଙ୍ଗନ କଲେ।


ଏଥିଉତ୍ତାରେ ଇସ୍‌ହାକ ବୃଦ୍ଧ ହୁଅନ୍ତେ, ଚକ୍ଷୁ ନିସ୍ତେଜ ହେବାରୁ ଆଉ ଦେଖି ପାରିଲେ ନାହିଁ; ସେତେବେଳେ ସେ ଆପଣା ଜ୍ୟେଷ୍ଠ ପୁତ୍ର ଏଷୌକୁ ଡାକି କହିଲେ, “ପୁଅରେ,” ତହିଁରେ ସେ ଉତ୍ତର କଲା, “ଦେଖନ୍ତୁ, ମୁଁ ଏଠାରେ।”


ସେମାନେ ମୋହର ବନ୍ଧୁ ଓ ଭ୍ରାତା ଥିଲା ପରି ମୁଁ ବ୍ୟବହାର କଲି; ମୁଁ ମାତୃଶୋକାତୁର ଲୋକ ତୁଲ୍ୟ ଶୋକରେ ଅବନତ ହେଲି।


ମୁଁ ବ୍ୟଥିତ ଓ ଅତ୍ୟନ୍ତ ଅବନତ ହୋଇଅଛି। ମୁଁ ସାରାଦିନ ଶୋକ କରି ବୁଲୁଥାଏ।


Swiv nou:

Piblisite


Piblisite