Biblia Todo Logo
Bib sou entènèt

- Piblisite -




ଉପଦେଶକ 12:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ପୁଣି, ଧୂଳି ପୂର୍ବ ପରି ମୃତ୍ତିକାରେ ଲୀନ ହେବ, ଆଉ ଆତ୍ମାଦାତା ପରମେଶ୍ୱରଙ୍କ ନିକଟକୁ ଆତ୍ମା ଫେରିଯିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ପୁଣି, ଧୂଳି ପୂର୍ବ ପରି ମୃତ୍ତିକାରେ ଲୀନ ହେବ, ଆଉ ଆତ୍ମାଦାତା ପରମେଶ୍ଵରଙ୍କ ନିକଟକୁ ଆତ୍ମା ଫେରି ଯିବ।

Gade chapit la Kopi

ଓଡିଆ ବାଇବେଲ

7 ପୁଣି, ଧୂଳି ପୂର୍ବ ପରି ମୃତ୍ତିକାରେ ଲୀନ ହେବ, ଆଉ ଆତ୍ମାଦାତା ପରମେଶ୍ୱରଙ୍କ ନିକଟକୁ ଆତ୍ମା ଫେରି ଯିବ।

Gade chapit la Kopi

ପବିତ୍ର ବାଇବଲ

7 ତୁମ୍ଭର ଶରୀର ଯାହା ଧୂଳିରୁ ଆସିଥିଲା, ତୁମ୍ଭେ ମଲା ପରେ ପୁଣି ଧୂଳିକୁ ଫେରିଯିବ। ଏବଂ ତୁମ୍ଭର ଆତ୍ମା ପରମେଶ୍ୱରଙ୍କ ନିକଟକୁ ଫେରିଯିବ।

Gade chapit la Kopi




ଉପଦେଶକ 12:7
23 Referans Kwoze  

ପୁଣି, ପୃଥିବୀର ଧୂଳିରେ ଯେଉଁମାନେ ଶୟନ କରନ୍ତି, ସେମାନଙ୍କ ମଧ୍ୟରୁ ଅନେକେ ଜାଗି ଉଠିବେ; କେତେକେ ଅନନ୍ତ ଜୀବନ ଓ କେତେକେ ଲଜ୍ଜା ଓ ଅନନ୍ତ ଅବଜ୍ଞା ଭୋଗ ପାଇଁ ଉଠିବେ।


ତାହାର ନିଃଶ୍ୱାସ ବାହାରି ଯାଏ, ସେ ନିଜ ମୃତ୍ତିକାକୁ ଫେରିଯାଏ; ସେହି ଦିନ ତାହାର ସଂକଳ୍ପସବୁ ନଷ୍ଟ ହୁଏ।


ଇସ୍ରାଏଲ ବିଷୟରେ ସଦାପ୍ରଭୁଙ୍କର ବାକ୍ୟ। ଯେ ଆକାଶମଣ୍ଡଳ ବିସ୍ତାର କରନ୍ତି ଓ ପୃଥିବୀର ଭିତ୍ତିମୂଳ ସ୍ଥାପନ କରନ୍ତି ଓ ମନୁଷ୍ୟର ଅନ୍ତରରେ ଆତ୍ମା ନିର୍ମାଣ କରନ୍ତି, ସେହି ସଦାପ୍ରଭୁ ଏହି କଥା କହନ୍ତି।


ତୁମ୍ଭେ ଯେଉଁ ମୃତ୍ତିକାରୁ ଗୃହୀତ ହେଲ, ତହିଁରେ ନ ମିଶିବା ପର୍ଯ୍ୟନ୍ତ ମୁଖର ଝାଳରେ ଆହାର କରିବ; ଯେହେତୁ ତୁମ୍ଭେ ଧୂଳି ଓ ଧୂଳିରେ ପୁନର୍ବାର ମିଶିଯିବ।”


ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର ଭୂମିର ଧୂଳି ଦ୍ୱାରା ମନୁଷ୍ୟକୁ ନିର୍ମାଣ କରି ତାହାର ନାସିକାରନ୍ଧ୍ରରେ ଫୁଙ୍କ ଦେଇ ପ୍ରାଣବାୟୁ ପ୍ରବେଶ କରାଇଲେ; ତହିଁରେ ମନୁଷ୍ୟ ଜୀବିତ ପ୍ରାଣୀ ହେଲା।


କାରଣ ଆମ୍ଭେ ସର୍ବଦା ବିରୋଧ କରିବା ନାହିଁ, ଅଥବା ନିରନ୍ତର କ୍ରୋଧ କରିବା ନାହିଁ; କଲେ, ଆତ୍ମା ଓ ଆମ୍ଭ ନିର୍ମିତ ପ୍ରାଣୀସକଳ ଆମ୍ଭ ସମ୍ମୁଖରେ କ୍ଷୀଣ ହେବେ।


ତହିଁରେ ସେମାନେ ମୁହଁ ମାଡ଼ି ପଡ଼ି କହିଲେ, “ହେ ପରମେଶ୍ୱର, ହେ ସମସ୍ତ ଶରୀରସ୍ଥ ଆତ୍ମାର ପରମେଶ୍ୱର, ଏକ ଜଣ ପାପ କଲେ କି ତୁମ୍ଭେ ସମସ୍ତ ମଣ୍ଡଳୀ ଉପରେ କୋପାନ୍ୱିତ ହେବ?”


ତୁମ୍ଭେ ମର୍ତ୍ତ୍ୟକୁ ଧୂଳିରେ ଲୀନ କରୁଅଛ। ପୁଣି, କହୁଅଛ, “ହେ ମନୁଷ୍ୟ-ସନ୍ତାନଗଣ, ଫେର।”


ତାହାର ଅସ୍ଥି ତାହାର ଯୌବନରେ ପରିପୂର୍ଣ୍ଣ, ମାତ୍ର ତାହା ତାହା ସଙ୍ଗେ ଧୂଳିରେ ଶୟନ କରିବ।


“ସଦାପ୍ରଭୁ ସର୍ବଶରୀରସ୍ଥ ଆତ୍ମାଗଣର ପରମେଶ୍ୱର ମଣ୍ଡଳୀ ଉପରେ ଏକ ଜଣ ନିଯୁକ୍ତ କରନ୍ତୁ,


ସ୍ୱର୍ଗରେ ଲିଖିତ ପ୍ରଥମଜାତମାନଙ୍କର ମଣ୍ଡଳୀ, ସମସ୍ତଙ୍କ ବିଚାରକର୍ତ୍ତା ଈଶ୍ବର, ସିଦ୍ଧିପ୍ରାପ୍ତ ଧାର୍ମିକମାନଙ୍କ ଆତ୍ମାଗଣ,


ଆହୁରି ମଧ୍ୟ, ଆମ୍ଭମାନଙ୍କ ଶାସନକାରୀ ଆମ୍ଭମାନଙ୍କ ଶାରୀରିକ ପିତୃଗଣଙ୍କୁ ଆମ୍ଭେମାନେ ସମାଦର କଲୁ, ତେବେ ଆତ୍ମାମାନଙ୍କ ପିତାଙ୍କର ବରଂ କେତେ ଅଧିକ ରୂପେ ବଶୀଭୂତ ହୋଇ ଜୀବନ ପ୍ରାପ୍ତ ନ ହେବୁ?


ତହିଁରେ ସିଦିକୀୟ ରାଜା ଗୋପନରେ ଯିରିମୀୟଙ୍କ ନିକଟରେ ଶପଥ କରି କହିଲା, “ଆମ୍ଭମାନଙ୍କର ଏହି ଜୀବାତ୍ମାର ସୃଷ୍ଟିକର୍ତ୍ତା ସଦାପ୍ରଭୁଙ୍କର ଶପଥ, ମୁଁ ତୁମ୍ଭକୁ ବଧ କରିବି ନାହିଁ, କିଅବା ତୁମ୍ଭ ପ୍ରାଣନାଶର ଚେଷ୍ଟାକାରୀ ଏହି ଲୋକମାନଙ୍କ ହସ୍ତରେ ସମର୍ପଣ କରିବି ନାହିଁ।”


ତହିଁରେ ଅବ୍ରହାମ ପ୍ରତ୍ୟୁତ୍ତର କଲେ, “ଦେଖନ୍ତୁ, ମୁଁ ଧୂଳି ଓ ଭସ୍ମମାତ୍ର ହେଲେ ହେଁ ମୋ ପ୍ରଭୁଙ୍କ ଛାମୁରେ କଥା କହିବାକୁ ପ୍ରବୃତ୍ତ ହୋଇଅଛି।


ପୁଣି, ତୁମ୍ଭେ କାହିଁକି ମୋହର ଅପରାଧ କ୍ଷମା କରୁ ନାହଁ ଓ ମୋହର ଅଧର୍ମ ଦୂର କରୁ ନାହଁ? କାରଣ ଏବେ ମୁଁ ଧୂଳିରେ ଶୟନ କରିବି; ପୁଣି, ତୁମ୍ଭେ ଯତ୍ନପୂର୍ବକ ମୋହର ଅନ୍ଵେଷଣ କରିବ, ମାତ୍ର ମୁଁ ନ ଥିବି।”


ଆଉ ଯୀଶୁ ଉଚ୍ଚସ୍ୱରରେ ଡାକି କହିଲେ, “ହେ ପିତା, ତୁମ୍ଭ ହସ୍ତରେ ମୁଁ ଆପଣାର ଆତ୍ମା ସମର୍ପଣ କରୁଅଛି।” ଏହା କହି ସେ ପ୍ରାଣତ୍ୟାଗ କଲେ।


ଯେତେବେଳେ ସେମାନେ ସ୍ତିଫାନଙ୍କୁ ପଥର ଫୋପାଡ଼ି ମାରୁଥିଲେ, ସେତେବେଳେ ସେ ପ୍ରାର୍ଥନା କରି କହିଲେ, “ହେ ପ୍ରଭୁ ଯୀଶୁ, ମୋହର ଆତ୍ମା ଗ୍ରହଣ କର।”


କାରଣ ସେ ଆମ୍ଭମାନଙ୍କର ଗଠନ ଜାଣନ୍ତି; ଆମ୍ଭେମାନେ ଯେ ଧୂଳିମାତ୍ର, ଏହା ସେ ସ୍ମରଣ କରନ୍ତି।


ତୁମ୍ଭେ ଆପଣା ମୁଖ ଲୁଚାଇଲେ, ସେମାନେ ବ୍ୟାକୁଳ ହୁଅନ୍ତି; ତୁମ୍ଭେ ସେମାନଙ୍କ ନିଃଶ୍ୱାସ ହରଣ କଲେ, ସେମାନେ ମରନ୍ତି ଓ ପୁନର୍ବାର ଧୂଳିରେ ମିଶିଯାʼନ୍ତି।


ଯେଉଁମାନେ ଅସାର ପ୍ରତିମାଗଣକୁ ମାନନ୍ତି, ସେମାନଙ୍କୁ ମୁଁ ଘୃଣା କରେ; ମାତ୍ର ମୁଁ ସଦାପ୍ରଭୁଙ୍କଠାରେ ନିର୍ଭର ରଖେ।


Swiv nou:

Piblisite


Piblisite