Biblia Todo Logo
Bib sou entènèt

- Piblisite -




ଉପଦେଶକ 2:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଜ୍ଞାନବାନ‍ର ଚକ୍ଷୁ ତାହାର ମସ୍ତକରେ ଥାଏ, ପୁଣି ମୂର୍ଖ ଅନ୍ଧକାରରେ ଭ୍ରମଣ କରେ, ତଥାପି ସମସ୍ତଙ୍କ ପ୍ରତି ଏକ ଦଶା ଘଟେ, ଏହା ମୁଁ ଦେଖିଲି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ଜ୍ଞାନବାନର ଚକ୍ଷୁ ତାହାର ମସ୍ତକରେ ଥାଏ, ପୁଣି ମୂର୍ଖ ଅନ୍ଧକାରରେ ଭ୍ରମଣ କରଇ, ତଥାପି ସମସ୍ତଙ୍କ ପ୍ରତି ଏକ ଦଶା ଘଟଇ, ଏହା ମୁଁ ଦେଖିଲି।

Gade chapit la Kopi

ଓଡିଆ ବାଇବେଲ

14 ଜ୍ଞାନବାନର ଚକ୍ଷୁ ତାହାର ମସ୍ତକରେ ଥାଏ, ପୁଣି ମୂର୍ଖ ଅନ୍ଧକାରରେ ଭ୍ରମଣ କରେ, ତଥାପି ସମସ୍ତଙ୍କ ପ୍ରତି ଏକ ଦଶା ଘଟେ, ଏହା ମୁଁ ଦେଖିଲି।

Gade chapit la Kopi

ପବିତ୍ର ବାଇବଲ

14 ଜ୍ଞାନବାନ ବ୍ୟକ୍ତି ଆଲୋକରେ ଗମନ କରେ, ମାତ୍ର ମୂର୍ଖ ବ୍ୟକ୍ତି ଅନ୍ଧକାରରେ ଗମନ କରେ। କିନ୍ତୁ ମୁଁ ଦେଖିଲି ଏକପ୍ରକାର ଘଟଣା ଉଭୟ ଜ୍ଞାନୀମାନଙ୍କ ଓ ମୂର୍ଖମାନଙ୍କ ପାଇଁ ଘଟୁଛି। ଶେଷରେ ଉଭୟ ମୃତ୍ୟୁବରଣ କରନ୍ତି।

Gade chapit la Kopi




ଉପଦେଶକ 2:14
16 Referans Kwoze  

ଯେଣୁ ସେ ଦେଖେ ଯେ, ଜ୍ଞାନୀ ଲୋକମାନେ ମରନ୍ତି, ମୂର୍ଖ ଓ ପଶୁବତ୍‍ ଲୋକେ ଏକତ୍ର ବିନଷ୍ଟ ହୁଅନ୍ତି, ପୁଣି, ଆପଣାମାନଙ୍କ ସମ୍ପତ୍ତି ଅନ୍ୟମାନଙ୍କ ନିମନ୍ତେ ଛାଡ଼ିଯାʼନ୍ତି।


ବୁଦ୍ଧିମାନର ସମ୍ମୁଖରେ ଜ୍ଞାନ ଥାଏ, ମାତ୍ର ମୂର୍ଖର ଦୃଷ୍ଟି ପୃଥିବୀର ପ୍ରାନ୍ତରେ ଥାଏ।


ମୁଁ ଫେରି ସୂର୍ଯ୍ୟ ତଳେ ଦେଖିଲି ଯେ, ଦ୍ରୁତଗାମୀମାନଙ୍କୁ ବାଜି, କି ବୀରମାନଙ୍କୁ ଜୟ, ଅବା ଜ୍ଞାନୀମାନଙ୍କୁ ଅନ୍ନ, କିଅବା ବୁଦ୍ଧିମାନ ଲୋକମାନଙ୍କୁ ଧନ, ଅଥବା ପଣ୍ଡିତମାନଙ୍କୁ ଅନୁଗ୍ରହପ୍ରାପ୍ତ ହୁଏ ନାହିଁ, ମାତ୍ର ସମସ୍ତଙ୍କ ପ୍ରତି ସମୟ ଓ ଆକସ୍ମିକ ଘଟଣା ଘଟେ।


କିନ୍ତୁ ଯେ ଆପଣା ଭାଇକୁ ଘୃଣା କରେ, ସେ ଅନ୍ଧକାରରେ ଅଛି, ପୁଣି, ଅନ୍ଧକାରରେ ଭ୍ରମଣ କରି କେଉଁଆଡ଼େ ଯାଉଅଛି, ତାହା ଜାଣେ ନାହିଁ, କାରଣ ଅନ୍ଧକାର ତାହାର ଚକ୍ଷୁକୁ ଅନ୍ଧ କରିଅଛି।


କାରଣ ମନୁଷ୍ୟ-ସନ୍ତାନଗଣ ପ୍ରତି ଯାହା ଘଟେ, ପଶୁମାନଙ୍କ ପ୍ରତି ତାହା ଘଟେ; ସମସ୍ତଙ୍କ ପ୍ରତି ହିଁ ଏକରୂପ ଘଟଣା ଘଟେ; ଏ ଯେପରି ମରେ, ସେ ସେପରି ମରେ; ପୁଣି, ସମସ୍ତଙ୍କ ପ୍ରାଣବାୟୁ ଏକ; ଆଉ, ପଶୁଠାରୁ ମନୁଷ୍ୟର କୌଣସି ପ୍ରାଧାନ୍ୟ ନାହିଁ; କାରଣ ସବୁ ଅସାର।


ତେବେ ମୁଁ କହିଲି, “ବଳ ଅପେକ୍ଷା ଜ୍ଞାନ ଉତ୍ତମ; ତଥାପି ଦରିଦ୍ର ଲୋକର ଜ୍ଞାନ ତୁଚ୍ଛୀକୃତ ହୁଏ ଓ ତାହାର ବାକ୍ୟ ଶୁଣାଯାଏ ନାହିଁ।”


ଜ୍ଞାନବାନ‍ର ତୁଲ୍ୟ କିଏ ଅଛି? ଓ କିଏ ବିଷୟର ଭାବାର୍ଥ ଜାଣେ? ମନୁଷ୍ୟର ଜ୍ଞାନ ତାହାର ମୁଖ ପ୍ରସନ୍ନ କରେ ଓ ତାହାର ମୁଖର କାଠିନ୍ୟ ପରିବର୍ତ୍ତିତ ହୁଏ।


ଭୋଜଗୃହକୁ ଯିବାଠାରୁ ବିଳାପ ଗୃହକୁ ଯିବାର ଭଲ; କାରଣ ତାହା ସମୁଦାୟ ମନୁଷ୍ୟର ଶେଷ ଗତି ଓ ଜୀବିତ ଲୋକ ତହିଁରେ ମନୋଯୋଗ କରିବ।


ପୁଣି, ସେ ମନୁଷ୍ୟ କୌଣସି ମଙ୍ଗଳ ଭୋଗ ନ କରି ଦୁଇଗୁଣ ସହସ୍ର ବର୍ଷ ବଞ୍ଚିଲେ ହେଁ ସମସ୍ତେ କି ଏକ ସ୍ଥାନକୁ ନ ଯାʼନ୍ତି?


ଆପଣା ପଥ ବିବେଚନା କରିବା ଚତୁର ଲୋକର ଜ୍ଞାନ; ମାତ୍ର ପ୍ରବଞ୍ଚନା ମୂର୍ଖମାନଙ୍କର ଅଜ୍ଞାନତା ମାତ୍ର।


ତାହାସବୁ ସୁବର୍ଣ୍ଣ ଓ ପ୍ରଚୁର ଶୁଦ୍ଧ ସୁବର୍ଣ୍ଣ ଅପେକ୍ଷା ବାଞ୍ଛନୀୟ; ଆଉ, ମଧୁ ଓ ମଧୁଚାକଠାରୁ ସୁମିଷ୍ଟ।


କାରଣ ଯେପରି ମୂର୍ଖର, ସେପରି ଜ୍ଞାନବାନ ଲୋକର ସ୍ମରଣ ସଦାକାଳ ନ ଥାଏ; ଯେହେତୁ ଭବିଷ୍ୟତରେ ସମସ୍ତେ ଭୁଲି ଯାଇଥିବେ। ଆହା! ମୂର୍ଖ ଯେପରି ମରେ, ଜ୍ଞାନୀ ମଧ୍ୟ ସେପରି ମରେ।


ସେମାନଙ୍କ କବର ସ୍ଥାନ ଯେ ଚିରକାଳ ଓ ସେମାନଙ୍କ ବାସସ୍ଥାନ ଯେ ପୁରୁଷାନୁକ୍ରମେ ରହିବ, ଏହା ସେମାନଙ୍କର ଆନ୍ତରିକ ବିଚାର; ସେମାନେ ଆପଣା ଆପଣା ନାମାନୁସାରେ ଆପଣା ଆପଣା ଭୂମିର ନାମ ରଖନ୍ତି।


ଏଣୁ ମୂର୍ଖ ଅପେକ୍ଷା ଜ୍ଞାନୀର କି ଲାଭ? ଆଉ, ଜୀବିତମାନଙ୍କ ସାକ୍ଷାତରେ ଚଳିବାକୁ ଜାଣେ ଯେଉଁ ଦରିଦ୍ର ଲୋକ, ତାହାର ଅବା କି ଲାଭ?


Swiv nou:

Piblisite


Piblisite