Biblia Todo Logo
Bib sou entènèt

- Piblisite -




ଉପଦେଶକ 3:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ମୁଁ ଜାଣେ ଯେ, ପରମେଶ୍ୱର ଯାହା କିଛି କରନ୍ତି, ତାହା ଅନନ୍ତକାଳସ୍ଥାୟୀ; ତାହା ବଢ଼ାଯାଇ ନ ପାରେ, କିଅବା ତାହା ଊଣା କରାଯାଇ ନ ପାରେ; ଆଉ ମନୁଷ୍ୟମାନେ ପରମେଶ୍ୱରଙ୍କ ସମ୍ମୁଖରେ ଭୀତ ହେବା ପାଇଁ ସେ ତାହା କରିଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ମୁଁ ଜାଣେ ଯେ, ପରମେଶ୍ଵର ଯାହା କିଛି କରନ୍ତି, ତାହା ଅନନ୍ତକାଳସ୍ଥାୟୀ; ତାହା ବଢ଼ାଯାଇ ନ ପାରେ, କିଅବା ତାହା ଊଣା କରାଯାଇ ନ ପାରେ; ଆଉ ମନୁଷ୍ୟମାନେ ପରମେଶ୍ଵରଙ୍କ ସମ୍ମୁଖରେ ଭୀତ ହେବା ପାଇଁ ସେ ତାହା କରିଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

14 ମୁଁ ଜାଣେ ଯେ, ପରମେଶ୍ୱର ଯାହା କିଛି କରନ୍ତି, ତାହା ଅନନ୍ତକାଳସ୍ଥାୟୀ; ତାହା ବଢ଼ାଯାଇ ନ ପାରେ, କିଅବା ତାହା ଊଣା କରାଯାଇ ନ ପାରେ; ଆଉ ମନୁଷ୍ୟମାନେ ପରମେଶ୍ୱରଙ୍କ ସମ୍ମୁଖରେ ଭୀତ ହେବା ପାଇଁ ସେ ତାହା କରିଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ

14 ମୁଁ ଜାଣେ ଯେ, ପରମେଶ୍ୱର ଯାହାକିଛି କରନ୍ତି, ତାହା ଅନନ୍ତକାଳସ୍ଥାୟୀ, ତାହା ବୃଦ୍ଧି ବା ହ୍ରାସ କରାଯାଇ ନ ପାରେ। ପରମେଶ୍ୱର ତାହା କରିଛନ୍ତି, ଯେପରି ଲୋକମାନେ ତାକୁ ସମ୍ମାନ ଦେବେ।

Gade chapit la Kopi




ଉପଦେଶକ 3:14
30 Referans Kwoze  

ସମସ୍ତ ଉତ୍ତମ ଦାନ ଓ ସମସ୍ତ ସିଦ୍ଧ ବର ଊର୍ଦ୍ଧ୍ୱରୁ, ଅର୍ଥାତ୍‍, ଜ୍ୟୋତିଃର୍ଗଣର ପିତାଙ୍କଠାରୁ ଆସେ, ଯାହାଙ୍କଠାରେ କୌଣସି ପରିବର୍ତ୍ତନ ବା ଲେଶମାତ୍ର ବିକାର ନାହିଁ।


ସଦାପ୍ରଭୁଙ୍କ ମନ୍ତ୍ରଣା ଅନନ୍ତକାଳସ୍ଥାୟୀ; ତାହାଙ୍କ ଚିତ୍ତର ସଂକଳ୍ପସବୁ ପୁରୁଷାନୁକ୍ରମେ ଥାଏ।


“ଯେଣୁ ସମସ୍ତ ବିଷୟ ତାହାଙ୍କଠାରୁ, ତାହାଙ୍କ ଦ୍ୱାରା ଓ ତାହାଙ୍କ ନିମନ୍ତେ; ଯୁଗେ ଯୁଗେ ଗୌରବ ତାହାଙ୍କର। ଆମେନ୍‍।”


କିନ୍ତୁ ଯଦି ତାହା ଈଶ୍ବରଙ୍କଠାରୁ ହୋଇଥାଏ, ତାହାହେଲେ ଆପଣମାନେ ସେମାନଙ୍କୁ ଉଚ୍ଛିନ୍ନ କରିବାକୁ ସମର୍ଥ ହେବେ ନାହିଁ, କାଳେ ଆପଣମାନେ ଈଶ୍ବରଙ୍କ ବିରୁଦ୍ଧରେ ଯୁଦ୍ଧ କରୁଅଛନ୍ତି ବୋଲି ଦେଖାଯିବେ।


ତାହାଙ୍କ ବାକ୍ୟରେ ଯୋଗ କର ନାହିଁ, କଲେ ସେ ତୁମ୍ଭକୁ ଅନୁଯୋଗ କରିବେ, ପୁଣି, ତୁମ୍ଭେ ମିଥ୍ୟାବାଦୀ ଜଣା ପଡ଼ିବ।


ଈଶ୍ବରଙ୍କ ମନୋନୀତ ଲୋକମାନେ ଅନନ୍ତ ଜୀବନର ଭରସା ପ୍ରାପ୍ତ ହୋଇ, ଯେପରି ବିଶ୍ଵାସ ଓ ଭକ୍ତି ସହିତ ସତ୍ୟ ଜ୍ଞାନରେ ବୃଦ୍ଧି ପାଆନ୍ତି, ଏଥିନିମନ୍ତେ ମୁଁ ପ୍ରେରିତ ହୋଇଅଛି;


ସଦାପ୍ରଭୁଙ୍କ ବିରୁଦ୍ଧରେ କୌଣସି ଜ୍ଞାନ କିମ୍ବା ବୁଦ୍ଧି କିମ୍ବା ମନ୍ତ୍ରଣା ନାହିଁ।


ତଦନୁସାରେ ମଣ୍ଡଳୀ ଦ୍ୱାରା ଯେପରି ତାହାଙ୍କର ବହୁବିଧ ଜ୍ଞାନ, ସ୍ୱର୍ଗରେ କର୍ତ୍ତାପଣ ଓ ଅଧିକାରପ୍ରାପ୍ତ ବ୍ୟକ୍ତିମାନଙ୍କୁ ଜ୍ଞାତ କରାଯାଏ;


ତୁମ୍ଭର ସଂକଳ୍ପ ଦ୍ୱାରା ଯେ ସମସ୍ତ ବିଷୟ ଘଟିବ ବୋଲି ପୂର୍ବରୁ ନିରୂପିତ ହୋଇଥିଲା, ତାହା କରିବାକୁ ଏକତ୍ର ହେଲେ।


ସେହି ବ୍ୟକ୍ତି ଈଶ୍ବରଙ୍କ ନିରୂପିତ ସଙ୍କଳ୍ପ ଓ ପୂର୍ବାଜ୍ଞାନୁସାରେ ସମର୍ପିତ ହୁଅନ୍ତେ, ଆପଣମାନେ ତାହାଙ୍କୁ ଅଧାର୍ମିକମାନଙ୍କ ହସ୍ତ ଦ୍ୱାରା କ୍ରୁଶାର୍ପଣ କରି ବଧ କରିଥିଲେ;


ଆମ୍ଭେ ଶେଷ ବିଷୟ ଆଦିଠାରୁ ପ୍ରକାଶ କରୁ, ପୁଣି ଯାହା ସାଧିତ ହୋଇ ନାହିଁ, ତାହା ପ୍ରାଚୀନ କାଳରୁ ଜଣାଉ, ଆଉ କହୁ, ‘ଆମ୍ଭର ମନ୍ତ୍ରଣା ସ୍ଥିର ହେବ ଓ ଆମ୍ଭେ ଆପଣାର ସକଳ ମନସ୍କାମନା ସିଦ୍ଧ କରିବା,’


ଏହା ଧରି ରଖିବାର, ମଧ୍ୟ ତାହାଠାରୁ ହସ୍ତ କାଢ଼ି ନ ନେବାର ତୁମ୍ଭର ଉତ୍ତମ; କାରଣ ଯେ ପରମେଶ୍ୱରଙ୍କୁ ଭୟ କରେ, ସେ ଏହିସବୁରୁ ଉତ୍ତୀର୍ଣ୍ଣ ହେବ।


କାରଣ ସ୍ୱପ୍ନ ଓ ଅସାରତାର ବାହୁଲ୍ୟ ଓ ବହୁ ବାକ୍ୟ ଦ୍ୱାରା ଏହିପରି ଘଟେ; ମାତ୍ର ତୁମ୍ଭେ ପରମେଶ୍ୱରଙ୍କୁ ଭୟ କର।


ମନୁଷ୍ୟର ମନରେ ନାନା ସଂକଳ୍ପ ଥାଏ, ମାତ୍ର ସଦାପ୍ରଭୁଙ୍କ ମନ୍ତ୍ରଣା ସ୍ଥିର ହେବ।


ମନୁଷ୍ୟର କ୍ରୋଧ ନିତାନ୍ତ ତୁମ୍ଭର ପ୍ରଶଂସା କରିବ; ତୁମ୍ଭେ କ୍ରୋଧର ଅବଶେଷ ଦ୍ୱାରା ଆପଣା କଟିବନ୍ଧନ କରିବ।


ପୁଣି, ସକଳ ମନୁଷ୍ୟ ଭୟ କରିବେ, ସେମାନେ ପରମେଶ୍ୱରଙ୍କ କର୍ମ ପ୍ରକାଶ କରିବେ ଓ ତାହାଙ୍କର କ୍ରିୟା ସୁବିବେଚନା କରିବେ।


ହେ ପ୍ରଭୁ, କିଏ ତୁମ୍ଭକୁ ଭୟ ନ କରିବ? କିଏ ତୁମ୍ଭ ନାମର ଗୌରବ କୀର୍ତ୍ତନ ନ କରିବ? କାରଣ କେବଳ ତୁମ୍ଭେ ହିଁ ପବିତ୍ର; ଜାତିସମୂହ ଆସି ତୁମ୍ଭ ଛାମୁରେ ପ୍ରଣାମ କରିବେ, ଯେଣୁ ତୁମ୍ଭର ନ୍ୟାୟ କର୍ମସମୂହ ପ୍ରକାଶିତ ହୋଇଅଛି।”


ଏଉତ୍ତାରେ ସେ ଛାଗ ଆପଣାର ଅତିଶୟ ବଡ଼ାଇ ପ୍ରକାଶ କଲା ଓ ସେ ବଳବାନ ଥିଲା ବେଳେ ତାହାର ବୃହତ ଶୃଙ୍ଗ ଭଗ୍ନ ହେଲା; ଆଉ, ତହିଁର ପରିବର୍ତ୍ତରେ ଆକାଶର ଚତୁର୍ଦ୍ଦିଗ ଆଡ଼େ ଚାରି ବିଲକ୍ଷଣ ଶୃଙ୍ଗ ଉତ୍ପନ୍ନ ହେଲା।


ସାର କଥା ଏହି; ସବୁ ଶୁଣାଯାଇଅଛି; ପରମେଶ୍ୱରଙ୍କୁ ଭୟ କର ଓ ତାହାଙ୍କର ଆଜ୍ଞାସବୁ ପାଳନ କର; କାରଣ ଏହା ହିଁ ମନୁଷ୍ୟର ପୂର୍ଣ୍ଣ କର୍ତ୍ତବ୍ୟ କର୍ମ।


ସେ ତ ଶୈଳ, ତାହାଙ୍କ କର୍ମ ସିଦ୍ଧ; କାରଣ ତାହାଙ୍କର ସକଳ ପଥ ନ୍ୟାୟ; ସେ ବିଶ୍ୱସ୍ତ ଓ ଅଧର୍ମରହିତ ପରମେଶ୍ୱର; ସେ ଧାର୍ମିକ ଓ ସରଳ ଅଟନ୍ତି।


ସେ ପରମେଶ୍ୱର, ତାହାଙ୍କ ପଥ ଯଥାର୍ଥ; ସଦାପ୍ରଭୁଙ୍କ ବାକ୍ୟ ପରୀକ୍ଷାସିଦ୍ଧ; ସେ ଆପଣା ଆଶ୍ରିତ ସମସ୍ତଙ୍କର ଢାଲ।


ତୁମ୍ଭ ଶରୀରକୁ ପାପ କରାଇବା ପାଇଁ ତୁମ୍ଭ ମୁଖକୁ ଦିଅ ନାହିଁ; କିଅବା ଏହା ଭୁଲବଶତଃ ହେଲା ବୋଲି ଦୂତ ସାକ୍ଷାତରେ କୁହ ନାହିଁ; କାହିଁକି ପରମେଶ୍ୱର ତୁମ୍ଭ ରବରେ କ୍ରୁଦ୍ଧ ହୋଇ ତୁମ୍ଭ ହସ୍ତର କାର୍ଯ୍ୟ ବିନାଶ କରିବେ?


Swiv nou:

Piblisite


Piblisite