Biblia Todo Logo
Bib sou entènèt

- Piblisite -




ଉପଦେଶକ 6:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଯାହା ହୋଇଅଛି, ଅନେକ କାଳ ହେଲା ତହିଁର ନାମ ଦିଆଯାଇଥିଲା, ଆଉ ସେ ମର୍ତ୍ତ୍ୟ ବୋଲି ଜଣା; ପୁଣି, ସେ ଆପଣା ଅପେକ୍ଷା ପରାକ୍ରାନ୍ତ ସଙ୍ଗେ ବିରୋଧ କରି ନ ପାରେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ଯାହା ହୋଇଅଛି, ଅନେକ କାଳ ହେଲା ତହିଁର ନାମ ଦିଆ ଯାଇଥିଲା, ଆଉ ସେ ମର୍ତ୍ତ୍ୟ ବୋଲି ଜଣା; ପୁଣି, ସେ ଆପଣା ଅପେକ୍ଷା ପରାକ୍ରା; ସଙ୍ଗେ ବିରୋଧ କରି ନ ପାରେ।

Gade chapit la Kopi

ଓଡିଆ ବାଇବେଲ

10 ଯାହା ହୋଇଅଛି, ଅନେକ କାଳ ହେଲା ତହିଁର ନାମ ଦିଆ ଯାଇଥିଲା, ଆଉ ସେ ମର୍ତ୍ତ୍ୟ ବୋଲି ଜଣା; ପୁଣି, ସେ ଆପଣା ଅପେକ୍ଷା ପରାକ୍ରାନ୍ତ ସଙ୍ଗେ ବିରୋଧ କରି ନ ପାରେ।

Gade chapit la Kopi

ପବିତ୍ର ବାଇବଲ

10 ଯାହା ହେଉଛି ତାହା ଆଗରୁ ନିର୍ଦ୍ଧାରିତ ହୋଇଅଛି। ଏବଂ ଯେଉଁ ପଥରେ ମନୁଷ୍ୟ ସମାଜ ଗ୍ଭଲେ ତାହା ପରମେଶ୍ୱର ଜାଣନ୍ତି। ଆଉ ଯିଏ ସେମାନଙ୍କଠାରୁ ଶକ୍ତିଶାଳୀ ତାଙ୍କ ସହିତ ଯୁକ୍ତି କରି ସେମାନେ କେବେ ଜିତି ପାରିବେ ନାହିଁ।

Gade chapit la Kopi




ଉପଦେଶକ 6:10
18 Referans Kwoze  

କାରଣ ସେ ମୋʼ ପରି ମନୁଷ୍ୟ ନୁହନ୍ତି ଯେ, ମୁଁ ତାହାଙ୍କୁ ଉତ୍ତର ଦେବି ଓ ଆମ୍ଭେମାନେ ଏକତ୍ର ବିଚାର ସ୍ଥାନକୁ ଆସିବା।


“ଦୋଷାନ୍ଵେଷୀ ଲୋକ କି ସର୍ବଶକ୍ତିମାନଙ୍କ ସହିତ ବିବାଦ କରିବ? ଯେ ପରମେଶ୍ୱରଙ୍କ ସଙ୍ଗେ ଯୁକ୍ତି କରେ, ସେ ଏଥିର ଉତ୍ତର ଦେଉ।”


ଦେଖ, ସେ ଦୃଢ଼ ନିବାସ ସ୍ଥାନ ବିରୁଦ୍ଧରେ ସିଂହ ପରି ଯର୍ଦ୍ଦନର ଦର୍ପ ସ୍ଥାନରୁ ଉଠି ଆସିବ; ମାତ୍ର ଆମ୍ଭେ ହଠାତ୍‍ ତାହା ନିକଟରୁ ତାହାକୁ ଦୂର କରିଦେବା; ଆଉ, ମନୋନୀତ ଯେଉଁ ଲୋକ, ତାହା ଉପରେ ଆମ୍ଭେ ତାହାକୁ ନିଯୁକ୍ତ କରିବା; କାରଣ ଆମ୍ଭ ପରି କିଏ ଅଛି? ଆମ୍ଭ ପାଇଁ କିଏ ସମୟ ନିରୂପଣ କରିବ ଓ ଆମ୍ଭ ସମ୍ମୁଖରେ ଯେ ଠିଆ ହୋଇପାରେ, ଏପରି ପାଳକ କିଏ ଅଛି?


ଯାହା ଅଛି, ତାହା ଥିଲା; ପୁଣି, ଯାହା ହେବ, ତାହା ହିଁ ଥିଲା; ଆଉ, ଯାହା ଗତ ହୋଇଅଛି, ପରମେଶ୍ୱର ତାହା ପୁନର୍ବାର ଅନ୍ଵେଷଣ କରନ୍ତି।


ତୁମ୍ଭେ କାହିଁକି ତାହାଙ୍କ ସଙ୍ଗେ ବିବାଦ କରୁଅଛ? ଯେଣୁ ସେ ଆପଣାର କୌଣସି ବିଷୟର କାରଣ ଜଣାନ୍ତି ନାହିଁ।


ନିଶ୍ଚୟ ପ୍ରତ୍ୟେକ ମନୁଷ୍ୟ ଛାୟା ତୁଲ୍ୟ ଗମନାଗମନ କରେ; ନିଶ୍ଚୟ ସେମାନେ ଅସାରରେ ବ୍ୟସ୍ତ; ସେ ଧନ ଗଦା କରେ, ଆଉ କିଏ ତାହା ସଂଗ୍ରହ କରିବ, ଜାଣେ ନାହିଁ।


ମର୍ତ୍ତ୍ୟର ଦିନ ତୃଣ ତୁଲ୍ୟ; ଯେପରି କ୍ଷେତ୍ରର ଫୁଲ, ସେପରି ସେ ପ୍ରଫୁଲ୍ଲ ହୁଏ।


ତହିଁରେ ସଦାପ୍ରଭୁ ପରମେଶ୍ୱର ଆଦମଙ୍କୁ ଡାକି କହିଲେ, “ତୁମ୍ଭେ କେଉଁଠାରେ?”


ଅଥବା ଆମ୍ଭେମାନେ କଅଣ ପ୍ରଭୁଙ୍କୁ ବିରକ୍ତି ଜନ୍ମାଇବା? ଆମ୍ଭେମାନେ କି ତାହାଙ୍କଠାରୁ ବଳବାନ?


ସଦାପ୍ରଭୁଙ୍କ ବିରୁଦ୍ଧରେ କୌଣସି ଜ୍ଞାନ କିମ୍ବା ବୁଦ୍ଧି କିମ୍ବା ମନ୍ତ୍ରଣା ନାହିଁ।


ଅସାରତାବର୍ଦ୍ଧକ ଅନେକ କଥା ଅଛି, ତହିଁରେ ମନୁଷ୍ୟର କି ଲାଭ?


Swiv nou:

Piblisite


Piblisite