Biblia Todo Logo
Bib sou entènèt

- Piblisite -




ଉପଦେଶକ 7:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ମୁଁ ଜ୍ଞାନ ଦ୍ୱାରା ଏହିସବୁ ପରୀକ୍ଷା କରିଅଛି। ମୁଁ କହିଲି, “ମୁଁ ଜ୍ଞାନୀ ହେବି,” ମାତ୍ର ତାହା ମୋʼ ଠାରୁ ଦୂର ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ମୁଁ ଜ୍ଞାନ ଦ୍ଵାରା ଏହିସବୁ ପରୀକ୍ଷା କରିଅଛି; ମୁଁ କହିଲି, ମୁଁ ଜ୍ଞାନୀ ହେବି; ମାତ୍ର ତାହା ମୋʼଠାରୁ ଦୂର ଥିଲା।

Gade chapit la Kopi

ଓଡିଆ ବାଇବେଲ

23 ମୁଁ ଜ୍ଞାନ ଦ୍ୱାରା ଏହିସବୁ ପରୀକ୍ଷା କରିଅଛି। ମୁଁ କହିଲି, “ମୁଁ ଜ୍ଞାନୀ ହେବି,” ମାତ୍ର ତାହା ମୋ’ଠାରୁ ଦୂର ଥିଲା।

Gade chapit la Kopi

ପବିତ୍ର ବାଇବଲ

23 ମୁଁ ଜ୍ଞାନଦ୍ୱାରା ଏସବୁ ପରୀକ୍ଷା କଲି ଏବଂ ମୁଁ କହିଲି, “ମୁଁ ଜ୍ଞାନୀ ହେବାକୁ ଗ୍ଭହେଁ। ମାତ୍ର ଜ୍ଞାନ ମୋର ଗନ୍ତବ୍ୟଠାରୁ ବହୁତ ଦୂରରେ ଅଛି।”

Gade chapit la Kopi




ଉପଦେଶକ 7:23
9 Referans Kwoze  

ନିଜ ନିଜକୁ ଜ୍ଞାନୀ ବୋଲି ମନେ କରି ସେମାନେ ମୂର୍ଖ ହେଲେ,


ଜ୍ଞାନୀ କାହିଁ? ଶାସ୍ତ୍ରୀ କାହିଁ? ଏହି ଯୁଗର ତାର୍କିକ କାହିଁ? ଈଶ୍ବର କି ଜଗତର ଜ୍ଞାନକୁ ମୂର୍ଖତା ବୋଲି ପ୍ରକାଶ କରି ନାହାନ୍ତି?


ବରଞ୍ଚ ପରମେଶ୍ୱର ଜାଣନ୍ତି, ତୁମ୍ଭେମାନେ ଯେଉଁ ଦିନ ତାହା ଖାଇବ, ସେହି ଦିନ ତୁମ୍ଭମାନଙ୍କ ଚକ୍ଷୁ ପ୍ରସନ୍ନ ହେବ, ତହିଁରେ ତୁମ୍ଭେମାନେ ପରମେଶ୍ୱରଙ୍କ ପରି ଭଲ ଓ ମନ୍ଦର ଜ୍ଞାନ ପାଇବ।”


ସେ ପ୍ରତ୍ୟେକ ବିଷୟକୁ ତାହାର ସମୟରେ ଶୋଭିତ କରିଅଛନ୍ତି; ମଧ୍ୟ ସେ ସେମାନଙ୍କ ହୃଦୟରେ ଅନନ୍ତକାଳ ରଖିଅଛନ୍ତି; ତଥାପି ପରମେଶ୍ୱର ପ୍ରଥମଠାରୁ ଶେଷ ପର୍ଯ୍ୟନ୍ତ ଯେଉଁ କାର୍ଯ୍ୟ କରିଅଛନ୍ତି, ମନୁଷ୍ୟ ତହିଁର ତତ୍ତ୍ୱ ପାଇ ପାରେ ନାହିଁ।


କାରଣ ତୁମ୍ଭ ମନ ଜାଣେ ଯେ, ତୁମ୍ଭେ ମଧ୍ୟ ଅନ୍ୟମାନଙ୍କୁ ସେହିପରି ବାରମ୍ବାର ଅଭିଶାପ ଦେଇଅଛ।


ସେତେବେଳେ ମୁଁ ପରମେଶ୍ୱରଙ୍କର ସକଳ କାର୍ଯ୍ୟ ବିଷୟ ଦେଖିଲି ଯେ, ମନୁଷ୍ୟ ସୂର୍ଯ୍ୟ ତଳେ ସାଧିତ କାର୍ଯ୍ୟର ତତ୍ତ୍ୱ ପାଇ ନ ପାରେ; କାରଣ ତାହା ଅନ୍ଵେଷଣ କରିବା ପାଇଁ ମନୁଷ୍ୟ ଯେତେ ପରିଶ୍ରମ କଲେ ହେଁ ତାହା ପାଇ ପାରିବ ନାହିଁ; ଆହୁରି, ଜ୍ଞାନୀ ଲୋକ ତାହା ଜାଣିବାକୁ ଚିନ୍ତା କଲେ ହେଁ ତହିଁର ତତ୍ତ୍ୱ ପାଇବାକୁ ସମର୍ଥ ହେବ ନାହିଁ।


ତହୁଁ ମୁଁ ଜ୍ଞାନର ତତ୍ତ୍ୱ, ପୁଣି ପାଗଳାମି ଓ ଅଜ୍ଞାନତାର ତତ୍ତ୍ୱ ଜାଣିବା ପାଇଁ ମନୋଯୋଗ କଲି; ଏହା ହିଁ ବାୟୁର ପଶ୍ଚାଦ୍ଧାବନ ବୋଲି ଜାଣିଲି।


Swiv nou:

Piblisite


Piblisite