Biblia Todo Logo
Bib sou entènèt

- Piblisite -




ଉପଦେଶକ 7:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ଜ୍ଞାନ ଓ ବିଷୟମାନର ତତ୍ତ୍ୱ ଜାଣିବାକୁ, ପୁଣି ଦୁଷ୍ଟତା ଯେ ନିର୍ବୋଧତା ଓ ମୂର୍ଖତା ଯେ ପାଗଳାମି, ଏହା ଜାଣିବାକୁ ମୁଁ ଫେରିଲି ଓ ମୋହର ମନ ତାହା ଅନୁସନ୍ଧାନ ଓ ଅନ୍ଵେଷଣ କରିବାକୁ ନିବିଷ୍ଟ ହେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ଜ୍ଞାନ ଓ ବିଷୟମାନର ତତ୍ତ୍ଵ ଜାଣିବାକୁ, ପୁଣି ଦୁଷ୍ଟତା ଯେ ନିର୍ବୋଧତା ଓ ମୂର୍ଖତା ଯେ ବାତୁଳତା, ଏହା ଜାଣିବାକୁ ମୁଁ ଫେରିଲି ଓ ମୋହର ମନ ତାହା ଅନୁସନ୍ଧାନ ଓ ଅନ୍ଵେଷଣ କରିବାକୁ ନିବିଷ୍ଟ ହେଲାନ୍ତ

Gade chapit la Kopi

ଓଡିଆ ବାଇବେଲ

25 ଜ୍ଞାନ ଓ ବିଷୟମାନର ତତ୍ତ୍ୱ ଜାଣିବାକୁ, ପୁଣି ଦୁଷ୍ଟତା ଯେ ନିର୍ବୋଧତା ଓ ମୂର୍ଖତା ଯେ ପାଗଳାମି, ଏହା ଜାଣିବାକୁ ମୁଁ ଫେରିଲି ଓ ମୋହର ମନ ତାହା ଅନୁସନ୍ଧାନ ଓ ଅନ୍ଵେଷଣ କରିବାକୁ ନିବିଷ୍ଟ ହେଲା।

Gade chapit la Kopi

ପବିତ୍ର ବାଇବଲ

25 ମୋ’ ହୃଦୟରେ ମୁଁ ଜାଣିବାକୁ, ପରୀକ୍ଷା କରିବାକୁ ଏବଂ ଜ୍ଞାନର ପଶ୍ଚା‌‌‌ତ୍‌‌‌ଧାବନ କରିବାକୁ ଏବଂ ଏହାର ଉତ୍ତର ପାଇବାକୁ ମୁଁ ଗ୍ଭହିଁଲି। ମୁଁ ମଧ୍ୟ ଦୁଷ୍ଟତା ଓ ବୋକାମୀକୁ ଓ ମୂର୍ଖର ପାଗଳାମିକୁ ଜାଣିବା ପାଇଁ ଗ୍ଭହିଁଲି।

Gade chapit la Kopi




ଉପଦେଶକ 7:25
17 Referans Kwoze  

ତାହାର ମୁଖର ବାକ୍ୟାରମ୍ଭ ଅଜ୍ଞାନତା ଅଟେ ଓ ତାହାର କଥାର ଶେଷ ଦୁଃଖଦାୟୀ ପାଗଳାମି ଅଟେ।


ଉପଦେଶକ କହନ୍ତି, ଦେଖ, ମୁଁ ତତ୍ତ୍ୱ ଜାଣିବା ପାଇଁ ଏକ ବିଷୟକୁ ଆରେକ ସଙ୍ଗେ ରଖି ଏହା ପାଇଅଛି;


ଏହେତୁ ସୂର୍ଯ୍ୟ ତଳେ ମୁଁ ଯେଉଁ ଯେଉଁ ପରିଶ୍ରମରେ ପରିଶ୍ରାନ୍ତ ହେଲି, ସେହି ସମସ୍ତ ବିଷୟରେ ଆପଣା ଅନ୍ତଃକରଣକୁ ନିରାଶ କରାଇବାକୁ ପ୍ରବୃତ୍ତ ହେଲି।


ତହିଁରେ ମୁଁ ଆପଣା ମନେ ମନେ କହିଲି, “ମୂର୍ଖ ପ୍ରତି ଯେରୂପ ଘଟେ, ମୋʼ ପ୍ରତି ହିଁ ସେରୂପ ଘଟିବ; ତେବେ ମୁଁ କାହିଁକି ଅଧିକ ଜ୍ଞାନବାନ ହେଲି?” ତହୁଁ ମୁଁ ମନେ ମନେ କହିଲି, ଏହା ହିଁ ଅସାର।


ଏଥିଉତ୍ତାରେ ମୁଁ ଜ୍ଞାନ, ପାଗଳାମି ଓ ଅଜ୍ଞାନତା ଦେଖିବାକୁ ପ୍ରବୃତ୍ତ ହେଲି; କାରଣ ଯେଉଁ ଲୋକ ରାଜାଙ୍କ ପରେ ଆସେ, ସେ କଅଣ କରିବ? ଯାହା କରାଯାଇଅଛି, ତାହା ହିଁ ମାତ୍ର।


ଆପଣା ବାନ୍ତି ପ୍ରତି ଫେରିବା କୁକ୍କୁର ଯେପରି, ପୁନଃ ପୁନଃ ଆପଣା ଅଜ୍ଞାନତାର କର୍ମ କରିବା ମୂର୍ଖ ସେପରି।


ଛୁଆହରା ଭଲ୍ଲୁକୀ ପଛେ ମନୁଷ୍ୟକୁ ଭେଟୁ, ନିଜ ଅଜ୍ଞାନତାରେ ମଗ୍ନ ମୂର୍ଖ ନ ଭେଟୁ।


ତହିଁରେ ସେ ଉତ୍ତର କଲା, “ନା ନା, ମୋର ଭାଇ, ମୋତେ ଭ୍ରଷ୍ଟ ନ କର; କାରଣ ଇସ୍ରାଏଲ ମଧ୍ୟରେ ଏହିପରି କର୍ମ ନ କରାଯିବା ଉଚିତ। ତୁମ୍ଭେ ଏହି ମୂଢ଼ କର୍ମ ନ କର!


ଉଠ, ଲୋକମାନଙ୍କୁ ପବିତ୍ର କର, ଆଉ କୁହ, ତୁମ୍ଭେମାନେ କାଲି ପାଇଁ ଆପଣା ଆପଣାକୁ ପବିତ୍ର କର; କାରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ହେ ଇସ୍ରାଏଲ, ତୁମ୍ଭ ମଧ୍ୟରେ ବର୍ଜିତ ବସ୍ତୁ ଅଛି, ଆପଣା ମଧ୍ୟରୁ ସେହି ବର୍ଜିତ ବସ୍ତୁ ଦୂର କରିବା ଯାଏ ତୁମ୍ଭେ ଆପଣା ଶତ୍ରୁମାନଙ୍କ ସମ୍ମୁଖରେ ଠିଆ ହୋଇ ପାରିବ ନାହିଁ।


ଆଉ ଯାକୁବର ପୁତ୍ରମାନେ ସେହି ସମ୍ବାଦ ପାଇ କ୍ଷେତ୍ରରୁ ଆସିଥିଲେ; ପୁଣି, ଶିଖିମ ଯାକୁବର କନ୍ୟା ସହିତ ଶୟନ କରି ଇସ୍ରାଏଲ ବିରୁଦ୍ଧରେ ଯେଉଁ ଅକର୍ତ୍ତବ୍ୟ ମୂଢ଼ କର୍ମ କରିଥିଲା, ତହିଁ ସକାଶେ ସେମାନେ ମନସ୍ତାପିତ ଓ ଅତି କ୍ରୋଧାନ୍ୱିତ ଥିଲେ।


Swiv nou:

Piblisite


Piblisite