Biblia Todo Logo
Bib sou entènèt

- Piblisite -




ଉପଦେଶକ 9:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ମୁଁ ଏହିସବୁ ବିଷୟରେ ମନୋନିବେଶ କରି ଅନୁସନ୍ଧାନ କଲି; ଧାର୍ମିକ ଓ ଜ୍ଞାନୀ, ଆଉ ସେମାନଙ୍କ କାର୍ଯ୍ୟ ପରମେଶ୍ୱରଙ୍କ ହସ୍ତଗତ; ଏହା ପ୍ରେମ କି ଘୃଣା, ତାହା ମନୁଷ୍ୟ ଜାଣେ ନାହିଁ; ସବୁ ସେମାନଙ୍କ ସମ୍ମୁଖରେ ଥାଏ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ମୁଁ ଏହିସବୁ ବିଷୟରେ ମନୋନିବେଶ କରି ଅନୁସନ୍ଧାନ କଲି; ଧାର୍ମିକ ଓ ଜ୍ଞାନୀ, ଆଉ ସେମାନଙ୍କ କାର୍ଯ୍ୟ ପରମେଶ୍ଵରଙ୍କ ହସ୍ତଗତ; ଏହା ପ୍ରେମ କି ଘୃଣା, ତାହା ମନୁଷ୍ୟ ଜାଣେ ନାହିଁ; ସବୁ ସେମାନଙ୍କ ସମ୍ମୁଖରେ ଥାଏ।

Gade chapit la Kopi

ଓଡିଆ ବାଇବେଲ

1 ମୁଁ ଏହିସବୁ ବିଷୟରେ ମନୋନିବେଶ କରି ଅନୁସନ୍ଧାନ କଲି; ଧାର୍ମିକ ଓ ଜ୍ଞାନୀ, ଆଉ ସେମାନଙ୍କ କାର୍ଯ୍ୟ ପରମେଶ୍ୱରଙ୍କ ହସ୍ତଗତ; ଏହା ପ୍ରେମ କି ଘୃଣା, ତାହା ମନୁଷ୍ୟ ଜାଣେ ନାହିଁ; ସବୁ ସେମାନଙ୍କ ସମ୍ମୁଖରେ ଥାଏ।

Gade chapit la Kopi

ପବିତ୍ର ବାଇବଲ

1 ମୁଁ ଏହିସବୁ ବିଷୟରେ ମନୋନିବେଶ କରି ଅନୁସନ୍ଧାନ କଲି। ଧାର୍ମିକ ଓ ଜ୍ଞାନୀ, ଆଉ ସେମାନଙ୍କ କାର୍ଯ୍ୟ ପରମେଶ୍ୱରଙ୍କ ହାତରେ। କେହି ଜାଣେ ନାହିଁ, ତାକୁ ପ୍ରେମ କରାଯିବ କି ଘୃଣା କରାଯିବ। ଏସବୁ ଭବିଷ୍ୟତ ଉପରେ ନିର୍ଭର କରେ। “ଏପରିକି ସେମାନଙ୍କର ପ୍ରେମ ଓ ଘୃଣା ପରମେଶ୍ୱରଙ୍କ ହାତରେ ଅଛି।”

Gade chapit la Kopi




ଉପଦେଶକ 9:1
31 Referans Kwoze  

ହଁ, ସେ ଲୋକମାନଙ୍କୁ ପ୍ରେମ କରନ୍ତି; ତାହାଙ୍କର ସମସ୍ତ ପବିତ୍ର ଲୋକ ତୁମ୍ଭର ହସ୍ତଗତ ଓ ସେମାନେ ତୁମ୍ଭର ଚରଣ ତଳେ ବସିଲେ; ପ୍ରତ୍ୟେକ ଜଣ ତୁମ୍ଭ ବାକ୍ୟରୁ ଗ୍ରହଣ କରିବେ।


ଯେଉଁ ପରିତ୍ରାଣ ଶେଷକାଳରେ ପ୍ରକାଶିତ ହେବା ପାଇଁ ପ୍ରସ୍ତୁତ ହୋଇଅଛି, ସେଥିନିମନ୍ତେ ତୁମ୍ଭେମାନେ ଈଶ୍ବରଙ୍କ ଶକ୍ତିରେ ବିଶ୍ୱାସ ଦ୍ୱାରା ସୁରକ୍ଷିତ ହେଉଅଛ।


ପୃଥିବୀରେ ଏହି ଗୋଟିଏ ଅସାରତା ସାଧିତ ହୁଏ; କେବେ କେବେ ଧାର୍ମିକମାନଙ୍କୁ ଦୁଷ୍ଟମାନଙ୍କ କର୍ମାନୁଯାୟୀ ଫଳ ଘଟେ, ପୁଣି କେବେ କେବେ ଦୁଷ୍ଟମାନଙ୍କୁ ଧାର୍ମିକମାନଙ୍କ କର୍ମାନୁଯାୟୀ ଫଳ ଘଟେ; ମୁଁ କହିଲି, ଏହା ହିଁ ଅସାର।


ତାହାଙ୍କ ହସ୍ତରେ ପ୍ରତ୍ୟେକ ଜୀବର ପ୍ରାଣ ଓ ସମୁଦାୟ ନରବଂଶର ଶ୍ୱାସବାୟୁ ଅଛି।


ଏହି କାରଣ ଯୋଗୁଁ ମୁଁ ଏହିସବୁ ମଧ୍ୟ ଦୁଃଖଭୋଗ କରୁଅଛି; ତଥାପି ମୁଁ ଲଜ୍ଜିତ ନୁହେଁ, କାରଣ ମୁଁ ଯାହାଙ୍କଠାରେ ବିଶ୍ୱାସ କରିଅଛି, ତାହାଙ୍କୁ ଜାଣେ, ପୁଣି, ମୁଁ ତାହାଙ୍କ ହାତରେ ଯାହା ସମର୍ପଣ କରିଅଛି, ତାହା ମହାଦିନ ପର୍ଯ୍ୟନ୍ତ ସୁରକ୍ଷା କରିବାକୁ ସେ ଯେ ସମର୍ଥ ଅଟନ୍ତି, ଏହା ଦୃଢ଼ରୂପେ ବିଶ୍ୱାସ କରୁଅଛି।


ହେ ସଦାପ୍ରଭୋ, ତୁମ୍ଭେ ଆମ୍ଭମାନଙ୍କ ନିମନ୍ତେ ଶାନ୍ତି ନିରୂପଣ କରିବ; କାରଣ ତୁମ୍ଭେ ଆମ୍ଭମାନଙ୍କ ନିମନ୍ତେ ଆମ୍ଭମାନଙ୍କର ସକଳ କାର୍ଯ୍ୟ ସାଧନ କରିଅଛ।


ସଦାପ୍ରଭୁଙ୍କୁ ତୁମ୍ଭର କାର୍ଯ୍ୟ ସମର୍ପଣ କର, ତହିଁରେ ତୁମ୍ଭର ସଂକଳ୍ପ ସ୍ଥିରୀକୃତ ହେବ।


ମୁଁ ତୁମ୍ଭ ହସ୍ତରେ ଆପଣା ଆତ୍ମା ସମର୍ପଣ କରେ; ହେ ସଦାପ୍ରଭୋ, ସତ୍ୟମୟ ପରମେଶ୍ୱର, ତୁମ୍ଭେ ମୋତେ ମୁକ୍ତ କରିଅଛ।


ସେ ଆପଣା ଧାର୍ମିକ ଲୋକମାନଙ୍କର ଚରଣ ରକ୍ଷା କରିବେ; ମାତ୍ର ଦୁଷ୍ଟମାନେ ଅନ୍ଧକାରରେ ନୀରବ କରାଯିବେ; ଯେହେତୁ କୌଣସି ମନୁଷ୍ୟ ବଳରେ ଜୟୀ ହୋଇ ପାରିବ ନାହିଁ।


ମୂର୍ଖ ବହୁତ କଥା କହେ; ତଥାପି କଅଣ ହେବ, ମନୁଷ୍ୟ ଜାଣେ ନାହିଁ; ଆଉ, ତାହା ଉତ୍ତାରେ ଯାହା ଘଟିବ, କିଏ ତାହାକୁ ଜଣାଇ ପାରେ?


ଯେତେବେଳେ ମୁଁ ଜ୍ଞାନର ତତ୍ତ୍ୱ ଜାଣିବାକୁ ଓ ପୃଥିବୀରେ ସାଧିତ କାର୍ଯ୍ୟ ଦେଖିବାକୁ ମନୋଯୋଗ କଲି (କାରଣ ଦିବାରାତ୍ର ଯାହାର ଚକ୍ଷୁ ନିଦ୍ରା ଦେଖେ ନାହିଁ, ଏପରି ଲୋକ ମଧ୍ୟ ଅଛନ୍ତି);


ଜ୍ଞାନ ଓ ବିଷୟମାନର ତତ୍ତ୍ୱ ଜାଣିବାକୁ, ପୁଣି ଦୁଷ୍ଟତା ଯେ ନିର୍ବୋଧତା ଓ ମୂର୍ଖତା ଯେ ପାଗଳାମି, ଏହା ଜାଣିବାକୁ ମୁଁ ଫେରିଲି ଓ ମୋହର ମନ ତାହା ଅନୁସନ୍ଧାନ ଓ ଅନ୍ଵେଷଣ କରିବାକୁ ନିବିଷ୍ଟ ହେଲା।


ମୁଁ ଆପଣା ଅସାରତା ସମୟରେ ଏହିସବୁ ଦେଖିଅଛି; ଧାର୍ମିକ ଲୋକ କେବେ କେବେ ଆପଣା ଧାର୍ମିକତାରେ ବିନଷ୍ଟ ହୁଏ, ପୁଣି ଦୁଷ୍ଟ ଲୋକ ଆପଣା ଦୁଷ୍କ୍ରିୟାରେ ଦୀର୍ଘଜୀବୀ ହୁଏ।


ତହୁଁ ମୁଁ ଜ୍ଞାନର ତତ୍ତ୍ୱ, ପୁଣି ପାଗଳାମି ଓ ଅଜ୍ଞାନତାର ତତ୍ତ୍ୱ ଜାଣିବା ପାଇଁ ମନୋଯୋଗ କଲି; ଏହା ହିଁ ବାୟୁର ପଶ୍ଚାଦ୍ଧାବନ ବୋଲି ଜାଣିଲି।


କାରଣ ମୁଁ ଦୁଷ୍ଟମାନଙ୍କର ସମୃଦ୍ଧି ଦେଖି ଦାମ୍ଭିକମାନଙ୍କ ପ୍ରତି ଈର୍ଷାନ୍ୱିତ ହେଲି।


ତୁମ୍ଭେ ତାହା ଦେଖିଅଛ; କାରଣ ତୁମ୍ଭେ ହସ୍ତକ୍ଷେପ କରିବା ପାଇଁ ଉପଦ୍ରବ ଓ ଦ୍ୱେଷ ପ୍ରତି ଦୃଷ୍ଟି କରୁଅଛ; ଅସହାୟ ଲୋକ ଆପଣାକୁ ତୁମ୍ଭଠାରେ ସମର୍ପଣ କରେ; ତୁମ୍ଭେ ପିତୃହୀନର ସହାୟ ହୋଇଅଛ।


ମାତ୍ର ମୁଁ ପରମେଶ୍ୱରଙ୍କର ଅନ୍ଵେଷଣ କରିବି ଓ ମୁଁ ଆପଣା ବିଷୟ ପରମେଶ୍ୱରଙ୍କଠାରେ ସମର୍ପଣ କରିବି।


ମୋʼ ପ୍ରାଣ ନିରନ୍ତର ବିପଦରେ ଥାଏ; ତେବେ ହେଁ ମୁଁ ତୁମ୍ଭ ବ୍ୟବସ୍ଥା ପାସୋରୁ ନାହିଁ।


ଯେପରି ସେମାନଙ୍କର ପ୍ରେମ, ସେପରି ସେମାନଙ୍କର ଘୃଣା ଓ ଈର୍ଷା ନଷ୍ଟ ହୁଏ; କିଅବା ସୂର୍ଯ୍ୟ ତଳେ ଯାହା କିଛି କରାଯାଏ, ତହିଁରେ ଅନନ୍ତକାଳ ସେମାନଙ୍କର କୌଣସି ଅଂଶ ନ ଥାଏ।


ସେହି ପୁରୁଷ, ସ୍ତ୍ରୀ, ବାଳକ, ବାଳିକା ଓ ରାଜକନ୍ୟାଗଣକୁ ଓ ଯେ ପ୍ରତ୍ୟେକ ଲୋକକୁ ପ୍ରହରୀବର୍ଗର ସେନାପତି ନବୂଷରଦନ୍‍ ଶାଫନ୍‍ର ପୌତ୍ର ଅହୀକାମ୍‍‍ର ପୁତ୍ର ଗଦଲୀୟ ନିକଟରେ ଛାଡ଼ି ଯାଇଥିଲା, ସେମାନଙ୍କୁ, ଆଉ ଯିରିମୀୟ ଭବିଷ୍ୟଦ୍‍ବକ୍ତାଙ୍କୁ ଓ ନେରୀୟର ପୁତ୍ର ବାରୂକକୁ ନେଇ,


ଦେଖ, ତୁମ୍ଭେ ସମସ୍ତେ ନିଜେ ତାହା ଦେଖିଅଛ; ତେବେ କାହିଁକି ତୁମ୍ଭେମାନେ ସମ୍ପୂର୍ଣ୍ଣ ଅସାର ହୋଇଅଛ?”


କାରଣ କଅଣ ଘଟିବ, ତାହା ସେ ଜାଣେ ନାହିଁ ଓ କିପ୍ରକାରେ ତାହା ଘଟିବ, ଏହା କିଏ ତାହାକୁ ଜଣାଇ ପାରେ?


Swiv nou:

Piblisite


Piblisite