Biblia Todo Logo
Bib sou entènèt

- Piblisite -




ଉପଦେଶକ 9:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 କାରଣ ମନୁଷ୍ୟ ମଧ୍ୟ ଆପଣା ମୃତ୍ୟୁର ସମୟ ଜାଣେ ନାହିଁ; ଯେପରି ମତ୍ସ୍ୟଗଣ ଅଶୁଭ ଜାଲରେ ପଡ଼ନ୍ତି ଓ ଯେପରି ପକ୍ଷୀଗଣ ଫାନ୍ଦରେ ଧରାଯାଆନ୍ତି, ସେହିପରି ମନୁଷ୍ୟ-ସନ୍ତାନଗଣ ଅକସ୍ମାତ୍‍ ଉପସ୍ଥିତ ବିପଦ ସମୟରେ ଧରାପଡ଼ନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 କାରଣ ମନୁଷ୍ୟ ମଧ୍ୟ ଆପଣା ସମୟ ଜାଣେ ନାହିଁ; ଯେପରି ମତ୍ସ୍ୟଗଣ ଅଶୁଭ ଜାଲରେ ପଡ଼ନ୍ତି ଓ ଯେପରି ପକ୍ଷୀଗଣ ଫାନ୍ଦରେ ଧରାଯାʼନ୍ତି, ସେହିପରି ମନୁଷ୍ୟ-ସନ୍ତାନଗଣ ଅକସ୍ମାତ୍ ଉପସ୍ଥିତ ବିପଦ ସମୟରେ ଧରାପଡ଼ନ୍ତି।

Gade chapit la Kopi

ଓଡିଆ ବାଇବେଲ

12 କାରଣ ମନୁଷ୍ୟ ମଧ୍ୟ ଆପଣା ମୃତ୍ୟୁର ସମୟ ଜାଣେ ନାହିଁ; ଯେପରି ମତ୍ସ୍ୟଗଣ ଅଶୁଭ ଜାଲରେ ପଡ଼ନ୍ତି ଓ ଯେପରି ପକ୍ଷୀଗଣ ଫାନ୍ଦରେ ଧରାଯାଆନ୍ତି, ସେହିପରି ମନୁଷ୍ୟ ସନ୍ତାନଗଣ ଅକସ୍ମାତ୍‍ ଉପସ୍ଥିତ ବିପଦ ସମୟରେ ଧରାପଡ଼ନ୍ତି।

Gade chapit la Kopi

ପବିତ୍ର ବାଇବଲ

12 କାରଣ ମନୁଷ୍ୟ ତା'ର କ’ଣ ହେବାକୁ ଯାଉଛି ଜାଣେ ନାହିଁ। ଯେପରି ମତ୍ସ୍ୟଗଣ ଅଶୁଭ ଜାଲର ଶିକାର ହୁଅନ୍ତି ଓ ଯେପରି ପକ୍ଷୀଗଣ ଫାନ୍ଦର ଶିକାର ହୁଅନ୍ତି, ଠିକ୍ ସେହିପରି ଲୋକମାନେ ଦୈବଦୁର୍ବିପାକର ଶିକାର ହୁଅନ୍ତି।

Gade chapit la Kopi




ଉପଦେଶକ 9:12
28 Referans Kwoze  

ଯେତେବେଳେ ଲୋକେ ଶାନ୍ତି ଓ ନିରାପଦ ବୋଲି କହୁଥିବେ, ସେତେବେଳେ ଗର୍ଭବତୀର ପ୍ରସବବେଦନା ତୁଲ୍ୟ ହଠାତ୍‍ ସେମାନଙ୍କ ବିନାଶ ଉପସ୍ଥିତ ହେବ, ଆଉ ସେମାନେ କୌଣସି ପ୍ରକାରେ ରକ୍ଷା ପାଇ ପାରିବେ ନାହିଁ।


ମନ୍ଦ ଲୋକର ଅଧର୍ମରେ ଫାନ୍ଦ ଥାଏ; ମାତ୍ର ଧାର୍ମିକ ଗାନ ଓ ଆନନ୍ଦ କରେ।


ଆଉ, ଯେଉଁ ଶୟତାନ ସେମାନଙ୍କୁ ତାହାର ଇଚ୍ଛା ସାଧନ କରିବା ନିମନ୍ତେ ବନ୍ଦୀ କରିଅଛି, ସଚେତନ ହୋଇ ତାହାର ଫାନ୍ଦରୁ ମୁକ୍ତ ହେବେ।


କାରଣ ସେ କହନ୍ତି, “ଆମ୍ଭେ ଅନୁଗ୍ରହର ସମୟରେ ତୁମ୍ଭର ପ୍ରାର୍ଥନା ଶ୍ରବଣ କଲୁ, ଆଉ ପରିତ୍ରାଣର ଦିନରେ ଆମ୍ଭେ ତୁମ୍ଭର ସାହାଯ୍ୟ କଲୁ।” ଦେଖ, ଏବେ ମହା-ଅନୁଗ୍ରହର ସମୟ; ଦେଖ, ଏବେ ପରିତ୍ରାଣର ଦିନ।


ଏଣୁ ତାହାର ବିପଦ ହଠାତ୍‍ ଉପସ୍ଥିତ ହେବ, ପୁଣି, ସେ ପ୍ରତିକାର ବିନା ଅକସ୍ମାତ୍‍ ଭଗ୍ନ ହେବ।


କିନ୍ତୁ ଏମାନେ ଅଜ୍ଞାନ ପଶୁ ତୁଲ୍ୟ ସ୍ୱଭାବାନୁସାରେ ଧୃତ ଓ ବିନଷ୍ଟ ହେବା ନିମନ୍ତେ ଜାତ ହୋଇ, ଯେଉଁ ଯେଉଁ ବିଷୟ ଅଜ୍ଞାତ, ସେହି ସେହି ବିଷୟର ନିନ୍ଦା କରି ସେଗୁଡ଼ାକର ବିନାଶରେ ନିଜେ ବିନଷ୍ଟ ହେବେ,


ତୁମ୍ଭେମାନେ ଅଣଯିହୁଦୀମାନଙ୍କ ମଧ୍ୟରେ ସଦାଚରଣ କର, ଯେପରି ସେମାନେ ଯେଉଁ ବିଷୟରେ ତୁମ୍ଭମାନଙ୍କୁ ଦୁଷ୍କର୍ମକାରୀ ବୋଲି ନିନ୍ଦା କରନ୍ତି, ତୁମ୍ଭମାନଙ୍କର ସୁକର୍ମ ଦେଖି ସେହି ବିଷୟରେ କୃପାଦୃଷ୍ଟି ଦିନରେ ଈଶ୍ବରଙ୍କ ଗୌରବ କରିବେ।


କିନ୍ତୁ ଏହା ଜାଣିଥାଅ, କେଉଁ ସମୟରେ ଚୋର ଆସିବ, ଏହା ଗୃହକର୍ତ୍ତା ଯଦି ଜାଣନ୍ତେ, ତାହାହେଲେ ସେ ଆପଣା ଘରେ ସିନ୍ଧି କାଟିବାକୁ ଦିଅନ୍ତେ ନାହିଁ।


କିନ୍ତୁ ଈଶ୍ବର ତାହାକୁ କହିଲେ, ରେ ନିର୍ବୋଧ, ଆଜି ରାତିରେ ତୋର ପ୍ରାଣ ତୋʼଠାରୁ ନିଆଯିବ; ସେଥିରେ ତୁ ଯାହା ଯାହା ସଞ୍ଚୟ କରିଅଛୁ, ସେହିସବୁ କାହାର ହେବ?


ଏଥିପାଇଁ ଉଚ୍ଚ ଭିତ୍ତିର ପତନଶୀଳ ଯେଉଁ ଟୋଲା ଫାଟ, ହଠାତ୍‍ ଏକାବେଳେ ଭାଙ୍ଗି ପଡ଼େ, ତାହାରି ତୁଲ୍ୟ ଏହି ଅପରାଧ ତୁମ୍ଭମାନଙ୍କ ପ୍ରତି ହେବ।


କୁକର୍ମ ବିରୁଦ୍ଧରେ ଦଣ୍ଡାଜ୍ଞା ଅତି ଶୀଘ୍ର ସମ୍ପାଦନ ନ ହେବାରୁ ମନୁଷ୍ୟ-ସନ୍ତାନମାନଙ୍କ ଅନ୍ତଃକରଣ କୁକର୍ମ କରିବାକୁ ସମ୍ପୂର୍ଣ୍ଣ ଆସକ୍ତ ହୁଏ।


ସେ ଦୁଷ୍ଟମାନଙ୍କ ଉପରେ ଜାଲ ବର୍ଷାଇବେ; ଅଗ୍ନି, ଗନ୍ଧକ ଓ ଝାଞ୍ଜି ପବନ ସେମାନଙ୍କ ପାନପାତ୍ରର ଅଂଶ ହେବ।


କାରଣ ମନୁଷ୍ୟ-ସନ୍ତାନଗଣ ପ୍ରତି ଯାହା ଘଟେ, ପଶୁମାନଙ୍କ ପ୍ରତି ତାହା ଘଟେ; ସମସ୍ତଙ୍କ ପ୍ରତି ହିଁ ଏକରୂପ ଘଟଣା ଘଟେ; ଏ ଯେପରି ମରେ, ସେ ସେପରି ମରେ; ପୁଣି, ସମସ୍ତଙ୍କ ପ୍ରାଣବାୟୁ ଏକ; ଆଉ, ପଶୁଠାରୁ ମନୁଷ୍ୟର କୌଣସି ପ୍ରାଧାନ୍ୟ ନାହିଁ; କାରଣ ସବୁ ଅସାର।


ମୁଁ ମଧ୍ୟ ସୂର୍ଯ୍ୟ ତଳେ ଏହି ପ୍ରକାର ଜ୍ଞାନ ଦେଖିଅଛି, ଆଉ ତାହା ମୋʼ ଦୃଷ୍ଟିରେ ମହତ୍ ବୋଧ ହେଲା;


ଆଉ, ଏପରି ଘଟିବ, କେହି ଯଦି ଭୟର ଶବ୍ଦରୁ ପଳାଏ, ସେ ଗର୍ତ୍ତରେ ପଡ଼ିବ; କେହି ଗର୍ତ୍ତ ମଧ୍ୟରୁ ଉଠି ଆସିଲେ, ସେ ଫାନ୍ଦରେ ଧରାଯିବ; କାରଣ ଊର୍ଦ୍ଧ୍ୱସ୍ଥ ଝରକାସବୁ ମୁକ୍ତ ଅଛି ଓ ପୃଥିବୀର ମୂଳସବୁ କମ୍ପମାନ ହେଉଅଛି।


ଇଫ୍ରୟିମ ମୋʼ ପରମେଶ୍ୱରଙ୍କ ସହିତ ପ୍ରହରୀ ଥିଲା; ଭବିଷ୍ୟଦ୍‍ବକ୍ତାଙ୍କର ସକଳ ପଥରେ ଶିକାରୀର ଫାନ୍ଦ ଓ ତାହାର ପରମେଶ୍ୱରଙ୍କ ଗୃହରେ ଶତ୍ରୁତାଭାବ ଅଛି।


କାରଣ ହଠାତ୍‍ ସେମାନଙ୍କର ବିପଦ ଘଟିବ; ପୁଣି, ସେହି ଉଭୟର ସଂହାର କିଏ ଜାଣେ?


ଶ୍ୱାସବାୟୁ ଅଟକାଇ ରଖିବା ପାଇଁ ଶ୍ୱାସବାୟୁ ଉପରେ କୌଣସି ମନୁଷ୍ୟର କ୍ଷମତା ନାହିଁ; କିଅବା ମରଣ ଦିନ ଉପରେ ତାହାର କିଛି କ୍ଷମତା ନାହିଁ; ପୁଣି, ସେହି ଯୁଦ୍ଧରୁ ଛାଡ଼ ନାହିଁ; ଅଥବା ଦୁଷ୍ଟତାରେ ଆସକ୍ତ ଲୋକକୁ ଦୁଷ୍ଟତା ଉଦ୍ଧାର କରିବ ନାହିଁ।


ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ଆମ୍ଭେ ଅନେକ ଗୋଷ୍ଠୀର ଏକ ସମାଜ ନେଇ ତୁମ୍ଭ ଉପରେ ଆମ୍ଭ ଜାଲ ପ୍ରସାରିବା ଓ ସେମାନେ ଆମ୍ଭ ଜାଲରେ ତୁମ୍ଭକୁ ଉପରକୁ ଆଣିବେ।


ଯେତେବେଳେ ସେମାନେ ଯିବେ, ସେତେବେଳେ ଆମ୍ଭେ ସେମାନଙ୍କ ଉପରେ ଆପଣା ଜାଲ ପ୍ରସାର କରିବା; ଆମ୍ଭେ ସେମାନଙ୍କୁ ଆକାଶର ପକ୍ଷୀଗଣ ପରି ତଳକୁ ଆଣିବା; ସେମାନଙ୍କ ସମାଜ ଯେପରି ଶୁଣିଅଛନ୍ତି, ସେହିପରି ଆମ୍ଭେ ସେମାନଙ୍କୁ ଶାସ୍ତି ଦେବା।


Swiv nou:

Piblisite


Piblisite