Biblia Todo Logo
Bib sou entènèt

- Piblisite -




ଉପଦେଶକ 9:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ସୂର୍ଯ୍ୟ ତଳେ ପରମେଶ୍ୱର ତୁମ୍ଭକୁ ଅସାର ଆୟୁଷର ଯେତେ ଦିନ ଦେଇଅଛନ୍ତି, ତୁମ୍ଭର ସେହି ଅସାର ଆୟୁଷର ସମସ୍ତ ଦିନ ଆପଣା ପ୍ରିୟତମା ଭାର୍ଯ୍ୟା ସଙ୍ଗେ ଆନନ୍ଦରେ ବାସ କର; କାରଣ ଜୀବନ ମଧ୍ୟରେ ଓ ସୂର୍ଯ୍ୟ ତଳେ ତୁମ୍ଭେ ଯେଉଁ ପରିଶ୍ରମ କରୁଅଛ, ସେହି ପରିଶ୍ରମ ମଧ୍ୟରେ ଏହା ହିଁ ତୁମ୍ଭର ଅଂଶ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ସୂର୍ଯ୍ୟ ତଳେ ସେ ତୁମ୍ଭକୁ ଅସାର ଆୟୁଷର ଯେତେ ଦିନ ଦେଇଅଛନ୍ତି, ତୁମ୍ଭର ସେହି ଅସାର ଆୟୁଷର ସମସ୍ତ ଦିନ ଆପଣା ପ୍ରିୟତମା ଭାର୍ଯ୍ୟା ସଙ୍ଗେ ଆନନ୍ଦରେ ବାସ କର; କାରଣ ଜୀବନ ମଧ୍ୟରେ ଓ ସୂର୍ଯ୍ୟ ତଳେ ତୁମ୍ଭେ ଯେଉଁ ପରିଶ୍ରମ କରୁଅଛ, ସେହି ପରିଶ୍ରମ ମଧ୍ୟରେ ଏହା ହିଁ ତୁମ୍ଭର ଅଂଶ।

Gade chapit la Kopi

ଓଡିଆ ବାଇବେଲ

9 ସୂର୍ଯ୍ୟ ତଳେ ପରମେଶ୍ୱର ତୁମ୍ଭକୁ ଅସାର ଆୟୁଷର ଯେତେ ଦିନ ଦେଇଅଛନ୍ତି, ତୁମ୍ଭର ସେହି ଅସାର ଆୟୁଷର ସମସ୍ତ ଦିନ ଆପଣା ପ୍ରିୟତମା ଭାର୍ଯ୍ୟା ସଙ୍ଗେ ଆନନ୍ଦରେ ବାସ କର; କାରଣ ଜୀବନ ମଧ୍ୟରେ ଓ ସୂର୍ଯ୍ୟ ତଳେ ତୁମ୍ଭେ ଯେଉଁ ପରିଶ୍ରମ କରୁଅଛ, ସେହି ପରିଶ୍ରମ ମଧ୍ୟରେ ଏହା ହିଁ ତୁମ୍ଭର ଅଂଶ।

Gade chapit la Kopi

ପବିତ୍ର ବାଇବଲ

9 ସୂର୍ଯ୍ୟ ତଳେ ସେ ତୁମ୍ଭକୁ ଅସାର ଆୟୁଷର ଯେତେ ଦିନ ଦେଇଅଛନ୍ତି। ତୁମ୍ଭର ସେହି ଅସାର ଆୟୁଷର ସେତିକି ଦିନ ଆପଣା ପ୍ରିୟତମ ଭାର୍ଯ୍ୟା ସଙ୍ଗେ ଆନନ୍ଦରେ ବାସ କର। କାରଣ ତାହା ତୁମ୍ଭ ଜୀବନର ପୁରସ୍କାର, ସୂର୍ଯ୍ୟତଳେ କରିଥିବା କଠିନ କର୍ମର ଫଳ ଅଟେ।

Gade chapit la Kopi




ଉପଦେଶକ 9:9
14 Referans Kwoze  

ପୁଣି, ମୋʼ ଚକ୍ଷୁ ଯାହା ଦେଖି ଯାହା କଲା, ତାହା ମୁଁ ତାହାକୁ ନିଷେଧ କଲି ନାହିଁ; ମୁଁ ଆପଣା ହୃଦୟକୁ କୌଣସି ସୁଖଭୋଗରୁ ବାରଣ କଲି ନାହିଁ, କାରଣ ମୋହର ସମସ୍ତ ପରିଶ୍ରମ ସକାଶୁ ମୋହର ହୃଦୟ ଆନନ୍ଦ କଲା; ପୁଣି, ମୋହର ସକଳ ପରିଶ୍ରମରୁ ଏହା ମୋହର ଅଂଶ ଥିଲା।


ପୁଣି, ତାହାଙ୍କଠାରେ ଆତ୍ମାର ଅବଶିଷ୍ଟାଂଶ ଥିଲେ ହେଁ ସେ କି ଏକ ନ କଲେ? ଆଉ କାହିଁକି ଏକ କଲେ? ସେ ଈଶ୍ୱରୀୟ ଏକ ବଂଶ ଉତ୍ପନ୍ନ କରିବା ନିମନ୍ତେ ଚେଷ୍ଟା କଲେ। ଏଥିପାଇଁ ତୁମ୍ଭେମାନେ ଆପଣା ଆପଣା ଆତ୍ମା ବିଷୟରେ ସାବଧାନ ହୁଅ ଓ କେହି ଆପଣା ଆପଣା ଯୌବନ କାଳର ଭାର୍ଯ୍ୟା ପ୍ରତି ବିଶ୍ୱାସଘାତକତା ନ କରୁ।


କାରଣ ମନୁଷ୍ୟ ଛାୟା ତୁଲ୍ୟ ଆପଣାର ଯେଉଁ ଅସାର ଜୀବନର ଦିନସବୁ କ୍ଷେପଣ କରେ, ସେହି ଜୀବନ କାଳରେ ତାହାର ମଙ୍ଗଳ କଅଣ, ଏହା କିଏ ଜାଣେ? ଆଉ, ମନୁଷ୍ୟର ମରଣାନ୍ତେ ସୂର୍ଯ୍ୟ ତଳେ ଯାହା ଘଟିବ, ଏହା କିଏ ତାହାକୁ ଜଣାଇ ପାରେ?


ଆହୁରି, ପ୍ରତ୍ୟେକ ମନୁଷ୍ୟ ଭୋଜନପାନ କରି ଆପଣା ସକଳ ପରିଶ୍ରମରେ ସୁଖଭୋଗ କରିବ, ଏହା ପରମେଶ୍ୱରଙ୍କ ଦାନ।


ମୁଁ ଆପଣା ଅସାରତା ସମୟରେ ଏହିସବୁ ଦେଖିଅଛି; ଧାର୍ମିକ ଲୋକ କେବେ କେବେ ଆପଣା ଧାର୍ମିକତାରେ ବିନଷ୍ଟ ହୁଏ, ପୁଣି ଦୁଷ୍ଟ ଲୋକ ଆପଣା ଦୁଷ୍କ୍ରିୟାରେ ଦୀର୍ଘଜୀବୀ ହୁଏ।


ଦେଖ, ଭୋଜନ ଓ ପାନ କରିବାର ଓ ପରମେଶ୍ୱରଙ୍କ ଦତ୍ତ ପରମାୟୁ ମଧ୍ୟରେ ମନୁଷ୍ୟ ସୂର୍ଯ୍ୟ ତଳେ ଯେଉଁ ଯେଉଁ ପରିଶ୍ରମ କରେ, ସେହି ସମସ୍ତ ପରିଶ୍ରମରେ ସୁଖଭୋଗ କରିବାର, ଏହା ହିଁ ତାହା ପକ୍ଷରେ ଉତ୍ତମ ଓ ମନୋହର ବୋଲି ମୁଁ ଦେଖିଅଛି; କାରଣ ଏହା ହିଁ ତାହାର ଅଂଶ।


ଏହେତୁ ମନୁଷ୍ୟ ସ୍ୱକର୍ମରେ ଆନନ୍ଦ କରିବା ଅପେକ୍ଷା ଆଉ ତାହାର କିଛି ଅଧିକ ମଙ୍ଗଳ ନାହିଁ ବୋଲି ମୁଁ ଦେଖିଲି; କାରଣ ଏହା ହିଁ ତାହାର ଅଧିକାର; ଆଉ, ତାହା ପରେ ଯାହା ଘଟିବ, ତାହା ଦେଖିବା ପାଇଁ କିଏ ତାହାକୁ ଫେରାଇ ଆଣି ପାରେ?


ଭୋଜନ ଓ ପାନ ପୁଣି ନିଜ ପରିଶ୍ରମରେ ଆପଣା ପ୍ରାଣକୁ ସୁଖଭୋଗ କରାଇବା ଅପେକ୍ଷା ମନୁଷ୍ୟର ଆଉ ଅଧିକ ମଙ୍ଗଳ ବିଷୟ ନାହିଁ। ମଧ୍ୟ ମୁଁ ଦେଖିଲି, ଏହା ପରମେଶ୍ୱରଙ୍କ ହସ୍ତରୁ ହୁଏ।


ଗୃହ ଓ ଧନ ମାତା-ପିତାଙ୍କଠାରୁ ପ୍ରାପ୍ତ ଅଧିକାର; ମାତ୍ର ବୁଦ୍ଧିମତୀ ଭାର୍ଯ୍ୟା ସଦାପ୍ରଭୁଙ୍କଠାରୁ ପ୍ରାପ୍ତ ହୁଏ।


ଯେଉଁ ଲୋକ ଭାର୍ଯ୍ୟା ପାଏ, ସେ ଉତ୍ତମ ବସ୍ତୁ ପାଏ ଓ ସଦାପ୍ରଭୁଙ୍କଠାରୁ ଅନୁଗ୍ରହ ପାଏ।


ମନୁଷ୍ୟ ଅସାର ବସ୍ତୁ ତୁଲ୍ୟ; ତାହାର ଦିନସବୁ ବହିଯିବା ଛାୟା ତୁଲ୍ୟ।


ଦେଖ, ତୁମ୍ଭେ ମୋହର ଦିନ କେତେକ ମୁଷ୍ଟି ପରିମିତ କରିଅଛ; ମୋହର ଆୟୁ ତୁମ୍ଭ ଦୃଷ୍ଟିରେ ଅବସ୍ତୁ ତୁଲ୍ୟ; ନିଶ୍ଚୟ ପ୍ରତ୍ୟେକ ମନୁଷ୍ୟ ଆପଣା ସର୍ବୋତ୍ତମ ଅବସ୍ଥାରେ ହିଁ ନିତାନ୍ତ ଅସାର। [ସେଲା]


ପୁଣି, ସେହି ସ୍ଥାନରେ ବହୁ କାଳ ବାସ କଲା ଉତ୍ତାରେ ଏକ ସମୟରେ ପଲେଷ୍ଟୀୟ ରାଜା ଅବିମେଲକ ଝରକା ବାଟେ ନିରୀକ୍ଷଣ କରି ଇସ୍‌ହାକଙ୍କୁ ଆପଣା ଭାର୍ଯ୍ୟା ରିବିକା ସହିତ କୌତୁକ କରୁଥିବାର ଦେଖିଲେ।


Swiv nou:

Piblisite


Piblisite