Biblia Todo Logo
Bib sou entènèt

- Piblisite -




ଏଫିସୀୟ 1:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ସେଥିରେ ତୁମ୍ଭମାନଙ୍କ ଆନ୍ତରିକ ଚକ୍ଷୁ ପ୍ରସନ୍ନ ହୁଅନ୍ତେ ତାହାଙ୍କ ଆହ୍ୱାନର ଭରସା କଅଣ, ସାଧୁମାନଙ୍କ ମଧ୍ୟରେ ତାହାଙ୍କ ଅଧିକାରର ଗୌରବରୂପ ଧନ କଅଣ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ସେଥିରେ ତୁମ୍ଭମାନଙ୍କ ଆନ୍ତରିକ ଚକ୍ଷୁ ପ୍ରସନ୍ନ ହୁଅନ୍ତେ, ତାହାଙ୍କ ଆହ୍ଵାନର ଭରସା କଅଣ, ସାଧୁମାନଙ୍କ ମଧ୍ୟରେ ତାହାଙ୍କ ଅଧିକାରର ଗୌରବରୂପ ଧନ କଅଣ,

Gade chapit la Kopi

ଓଡିଆ ବାଇବେଲ

18 ସେଥିରେ ତୁମ୍ଭମାନଙ୍କ ଆନ୍ତରିକ ଚକ୍ଷୁ ପ୍ରସନ୍ନ ହୁଅନ୍ତେ ତାହାଙ୍କ ଆହ୍ୱାନର ଭରସା କ'ଣ, ସାଧୁମାନଙ୍କ ମଧ୍ୟରେ ତାହାଙ୍କ ଅଧିକାରର ଗୌରବରୂପ ଧନ କ'ଣ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

18 ମୁଁ ନିବେଦନ କରେ, ଯେପରି ତାଙ୍କର ଆଲୋକ ଦେଖିବା ନିମନ୍ତେ ତୁମ୍ଭମାନଙ୍କର ଅନ୍ତର୍ଦୃଷ୍ଟି ପ୍ରସନ୍ନ ହେବ। ଫଳରେ ଯେଉଁ ଭରସା ନିମନ୍ତେ ତୁମ୍ଭେମାନେ ତାଙ୍କ ଦ୍ୱାରା ଆହୂତ,

Gade chapit la Kopi

ପବିତ୍ର ବାଇବଲ

18 ମୁଁ ପ୍ରାର୍ଥନା କରୁଛି, ଯେପରି ତୁମ୍ଭେମାନେ ଈଶ୍ୱରଙ୍କ ସମସ୍ତ ସତ୍ୟର ସମ୍ପୂର୍ଣ୍ଣ ବୋଧଶକ୍ତି ପାଇପାର, ଏଥିପାଇଁ ସେ ତୁମ୍ଭର ମନରୂପକ ଚକ୍ଷୁ ଖୋଲି ଦିଅନ୍ତୁ। ତା'ପରେ ତୁମ୍ଭେମାନେ ବୁଝି ପାରିବ ଯେ, କେଉଁ ବିଷୟରେ ଭରସା ରଖିବା ପାଇଁ ପରମେଶ୍ୱର ଆମ୍ଭମାନଙ୍କୁ ବାଛି ଥିଲେ। ତୁମ୍ଭେମାନେ ବୁଝି ପାରିବ ଯେ ପରମେଶ୍ୱର ନିଜର ପବିତ୍ରୀକୃତ ଲୋକମାନଙ୍କୁ ଯେଉଁସବୁ ଆଶୀର୍ବାଦ ଦେବା ପାଇଁ ପ୍ରତିଜ୍ଞା କରିଥିଲେ, ତାହା କେତେ ମହିମାମୟ ଓ ଐଶ୍ୱର୍ଯ୍ୟପୂର୍ଣ୍ଣ ଅଟେ।

Gade chapit la Kopi




ଏଫିସୀୟ 1:18
49 Referans Kwoze  

ସେଥିପାଇଁ ସେମାନଙ୍କ ଚକ୍ଷୁ ଉନ୍ମୋଚନ କରିବା ନିମନ୍ତେ ଆମ୍ଭେ ତୁମ୍ଭକୁ ସେମାନଙ୍କ ନିକଟକୁ ପଠାଉଅଛୁ, ଆଉ ଆମ୍ଭେ ତୁମ୍ଭକୁ ସେମାନଙ୍କଠାରୁ ରକ୍ଷା କରିବୁ।”


ଯେଣୁ ଅନ୍ଧକାରରୁ ଦୀପ୍ତି ପ୍ରକାଶ ପାଉ ବୋଲି ଆଜ୍ଞା ଦେଇଥିଲେ ଯେଉଁ ଈଶ୍ବର, ସେ ଖ୍ରୀଷ୍ଟଙ୍କ ମୁଖରେ ପ୍ରକାଶିତ ଈଶ୍ବରଙ୍କ ଗୌରବମୟ ଜ୍ଞାନର ଆଲୋକ ଦେଖାଇବା ନିମନ୍ତେ ଆମ୍ଭମାନଙ୍କ ହୃଦୟରେ ଆଲୋକ ପ୍ରକାଶ କରିଅଛନ୍ତି।


ସେତେବେଳେ ସେମାନେ ଯେପରି ଧର୍ମଶାସ୍ତ୍ର ବୁଝି ପାରନ୍ତି, ସେଥିପାଇଁ ସେ ସେମାନଙ୍କର ମନ ଉନ୍ମୁକ୍ତ କଲେ;


ଈଶ୍ବରଙ୍କ ଅନୁଗ୍ରହ ଅନୁସାରେ ଆମ୍ଭେମାନେ ସେହି ପ୍ରିୟତମଙ୍କଠାରେ ଖ୍ରୀଷ୍ଟ ଯୀଶୁଙ୍କ ରକ୍ତ ଦ୍ୱାରା ମୁକ୍ତି, ଅର୍ଥାତ୍‍ ଅପରାଧ ସବୁର କ୍ଷମା ପ୍ରାପ୍ତ ହୋଇଅଛୁ।


କାରଣ ତୁମ୍ଭେମାନେ ପୂର୍ବେ ଅନ୍ଧକାର ସ୍ୱରୂପ ଥିଲ, କିନ୍ତୁ ଏବେ ପ୍ରଭୁଙ୍କ ସହଭାଗିତାରେ ଆଲୋକ ସ୍ୱରୂପ ହୋଇଅଛ; ଆଲୋକର ସନ୍ତାନମାନଙ୍କ ପରି ଆଚରଣ କର,


ଯେପରି ସେ ଆପଣା ଗୌରବରୂପ ଧନ ଅନୁସାରେ ଆପଣା ଈଶ୍ବରଙ୍କ ଆତ୍ମାଙ୍କ ଦ୍ୱାରା ତୁମ୍ଭମାନଙ୍କୁ ଆନ୍ତରିକ ପୁରୁଷରେ ଶକ୍ତି ପ୍ରାପ୍ତ ହୋଇ ବଳବାନ ହେବାକୁ ଦିଅନ୍ତି,


ଏକ ଶରୀର ଓ ଏକ ଆତ୍ମା, ଯେଉଁ ରୂପେ ତୁମ୍ଭେମାନେ ତୁମ୍ଭମାନଙ୍କ ଆହ୍ୱାନର ଏକ ଭରସାରେ ମଧ୍ୟ ଆହୂତ ହୋଇଅଛ;


ତୁମ୍ଭେ ମୋହର ଚକ୍ଷୁ ପ୍ରସନ୍ନ କର, ତହିଁରେ ମୁଁ ତୁମ୍ଭ ବ୍ୟବସ୍ଥାରୁ ଆଶ୍ଚର୍ଯ୍ୟ ବିଷୟମାନ ଦେଖି ପାରିବି।


ଯେପରି ଆମ୍ଭେମାନେ ତାହାଙ୍କ ଅନୁଗ୍ରହରେ ଧାର୍ମିକ ଗଣିତ ହୋଇ ଭରସାନୁସାରେ ଅନନ୍ତ ଜୀବନର ଅଧିକାରୀ ହେବୁ।


ଆମ୍ଭେ ତୁମ୍ଭକୁ ଲୋକମାନଙ୍କର ନିୟମ ସ୍ୱରୂପ ଓ ଅନ୍ୟଦେଶୀୟମାନଙ୍କର ଦୀପ୍ତି ସ୍ୱରୂପ କରି ନିଯୁକ୍ତ କରିବୁ।


ଏଣୁ ଆମ୍ଭମାନଙ୍କ ଈଶ୍ବର ଯେପରି ତୁମ୍ଭମାନଙ୍କୁ ଆପଣା ଆହ୍ୱାନର ଯୋଗ୍ୟ ବୋଲି ଗଣନା କରନ୍ତି, ପୁଣି ସମସ୍ତ ଉତ୍ତମତା ଓ ବିଶ୍ୱାସର କର୍ମ ଶକ୍ତିରେ ସିଦ୍ଧ କରନ୍ତି, ସେଥିପାଇଁ ମଧ୍ୟ ଆମ୍ଭେମାନେ ସର୍ବଦା ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କରୁଅଛୁ;


ଅତଏବ ପ୍ରଭୁଙ୍କ ହେତୁ ବନ୍ଦୀ ଯେ ମୁଁ, ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି, ତୁମ୍ଭେମାନେ ଯେଉଁ ଆହ୍ୱାନରେ ଅାହୂତ ହୋଇଅଛ, ସେଥିର ଯୋଗ୍ୟ ଆଚରଣ କର,


ଏହି ଲୋକମାନେ ଆପଣା ଆପଣା ଚକ୍ଷୁରେ ଦେଖି ଓ କର୍ଣ୍ଣରେ ଶୁଣି ଓ ଅନ୍ତଃକରଣରେ ବୁଝି ମନ ଫେରାଇ ଯେପରି ସୁସ୍ଥ ନ ହୁଅନ୍ତି, ଏଥିପାଇଁ ତୁମ୍ଭେ ସେମାନଙ୍କ ଅନ୍ତଃକରଣ ସ୍ଥୂଳ କର ଓ ସେମାନଙ୍କ କର୍ଣ୍ଣ ଭାରୀ କର ଓ ସେମାନଙ୍କ ଚକ୍ଷୁ ମୁଦି ଦିଅ।”


ବିଶ୍ୱାସର ଉତ୍ତମ ଯୁଦ୍ଧରେ ପ୍ରାଣପଣ କର, ଅନନ୍ତ ଜୀବନ ଧରି ରଖ; ସେଥିପାଇଁ ତ ତୁମ୍ଭେ ଆହୂତ ହୋଇଅଛ ଓ ଅନେକ ସାକ୍ଷୀଙ୍କ ସାକ୍ଷାତରେ ଉତ୍ତମ ସାକ୍ଷ୍ୟ ଦେଇଅଛ।


କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ଉପରେ ଘୋର ନିଦ୍ରାଜନକ ଆତ୍ମା ଢାଳିଅଛନ୍ତି ଓ ତୁମ୍ଭମାନଙ୍କର ଭବିଷ୍ୟଦ୍‍ବକ୍ତାଗଣରୂପ ଚକ୍ଷୁ ମୁଦ୍ରିତ କରିଅଛନ୍ତି ଓ ଦର୍ଶକଗଣ ସ୍ୱରୂପ ତୁମ୍ଭମାନଙ୍କର ମସ୍ତକ ସେ ଆଚ୍ଛାଦିତ କରିଅଛନ୍ତି।


ସମସ୍ତ ଅନୁଗ୍ରହର ଆକର ଯେଉଁ ଈଶ୍ବର ଆପଣା ଅନନ୍ତ ଗୌରବର ସହଭାଗୀ ହେବା ନିମନ୍ତେ ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ତୁମ୍ଭମାନଙ୍କୁ ଆହ୍ୱାନ କରିଅଛନ୍ତି, ସେ ତୁମ୍ଭମାନଙ୍କ କ୍ଷଣିକ ଦୁଃଖଭୋଗ ଉତ୍ତାରେ ତୁମ୍ଭମାନଙ୍କୁ ସିଦ୍ଧ, ସୁସ୍ଥିର, ସବଳ ଓ ସଂସ୍ଥାପିତ କରିବେ।


ତାହାଙ୍କଠାରେ ମଧ୍ୟ ଆମ୍ଭେ ବିଶ୍ୱାସୀମାନେ ଅଧିକାର ସ୍ୱରୂପ ହୋଇଅଛୁ, ଯେଣୁ ଯେଉଁ ଈଶ୍ବର ଆପଣା ଇଚ୍ଛାର ସଙ୍କଳ୍ପାନୁସାରେ ସମସ୍ତ ବିଷୟ ସାଧନ କରନ୍ତି, ତାହାଙ୍କ ଅଭିପ୍ରାୟ ଅନୁସାରେ ଆମ୍ଭେ ବିଶ୍ୱାସୀମାନେ ପୂର୍ବରୁ ନିରୂପିତ ହେଲୁ,


କିନ୍ତୁ ଆଲୋକ ପ୍ରାପ୍ତ ହେଲା ଉତ୍ତାରେ ଯେତେବେଳେ ତୁମ୍ଭେମାନେ ନାନା ଦୁଃଖଭୋଗରୂପ କଠୋର ସଂଗ୍ରାମ ସହ୍ୟ କରିଥିଲ, ସେହି ପୂର୍ବ ସମୟକୁ ସ୍ମରଣରେ ଆଣ;


ଯେପରି ତୁମ୍ଭମାନଙ୍କ ଆହ୍ୱାନକାରୀ ଈଶ୍ବରଙ୍କ ଯୋଗ୍ୟ ଆଚରଣ କରି, ତାହାଙ୍କ ରାଜ୍ୟ ଓ ଗୌରବର ଅଂଶୀ ହୋଇପାର।


ଈଶ୍ବରଙ୍କ ପ୍ରତିମୂର୍ତ୍ତି ଯେ ଖ୍ରୀଷ୍ଟ ତାହାଙ୍କ ଗୌରବମୟ ସୁସମାଚାରର ଆଲୋକ ଯେପରି ଏହି ପ୍ରକାର ଲୋକଙ୍କ ପ୍ରତି ପ୍ରକାଶିତ ନ ହୁଏ, ଏଥିନିମନ୍ତେ ଏହି ଜଗତ୍‍ପତି ଅବିଶ୍ୱାସୀମାନଙ୍କର ଜ୍ଞାନଚକ୍ଷୁ ଅନ୍ଧ କରିଅଛି।


ପୁଣି, ଦର୍ଶକମାନଙ୍କ ଚକ୍ଷୁ ଧନ୍ଦଳା ହେବ ନାହିଁ ଓ ଶ୍ରୋତାମାନଙ୍କର କର୍ଣ୍ଣ ମନୋଯୋଗ କରିବ।


ଆଉ ସେହି ଆନନ୍ଦଦାୟକ ଭରସା ପୁଣି, ଆମ୍ଭମାନଙ୍କ ମହାନ ଈଶ୍ବର ଓ ତ୍ରାଣକର୍ତ୍ତା ଖ୍ରୀଷ୍ଟ ଯୀଶୁଙ୍କ ଗୌରବର ପ୍ରକାଶ ଅପେକ୍ଷାରେ ରହୁ, ଏଥିନିମନ୍ତେ ଶିକ୍ଷା ଦେଉଅଛି।


ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟ ନିଜେ, ଆଉ ଆମ୍ଭମାନଙ୍କ ଯେଉଁ ପିତା ଈଶ୍ବର ଆମ୍ଭମାନଙ୍କୁ ପ୍ରେମ କରି ଅନୁଗ୍ରହରେ ଆମ୍ଭମାନଙ୍କୁ ଅନନ୍ତ ସାନ୍ତ୍ୱନା ଓ ଉତ୍ତମ ଭରସା ଦେଇଅଛନ୍ତି,


କିନ୍ତୁ ଆସ, ଆମ୍ଭେମାନେ ଦିବସର ସନ୍ତାନ ହେବାରୁ ବିଶ୍ୱାସ ଓ ପ୍ରେମରୂପ ଊରସ୍ତ୍ରାଣ ପରିଧାନ କରି, ପରିତ୍ରାଣର ଭରସା ରୂପ ଶିରସ୍ତ୍ରାଣ ମସ୍ତକରେ ଦେଇ ସଚେତନ ରହିଥାଉ।


ସମସ୍ତ ସାଧୁଙ୍କ ମଧ୍ୟରେ କ୍ଷୁଦ୍ରତମ ଯେ ମୁଁ, ମୋତେ ଅଣଯିହୁଦୀମାନଙ୍କ ନିକଟରେ ବୋଧର ଅଗମ୍ୟ ଖ୍ରୀଷ୍ଟଙ୍କ ନିଧିର ସୁସମାଚାର ପ୍ରଚାର କରିବା ପାଇଁ,


କାରଣ ଏହି ଲୋକଙ୍କର ହୃଦୟ ଜଡ଼ ହେଲା, ସେମାନେ କାନରେ କଷ୍ଟରେ ଶୁଣିଲେ ଓ ଆପଣା ଆପଣା ଆଖି ବୁଜିଲେ, ଯେପରି ସେମାନେ ଆଖିରେ ଦେଖିବେ ନାହିଁ ଓ କାନରେ ଶୁଣିବେ ନାହିଁ, ଆଉ ହୃଦୟରେ ବୁଝିବେ ନାହିଁ, ପୁଣି, ଫେରି ଆସିବେ ନାହିଁ, ଆଉ ଆମ୍ଭେ ସେମାନଙ୍କୁ ସୁସ୍ଥ କରିବୁ ନାହିଁ।’


ଅନିଷ୍ଟ ପରିବର୍ତ୍ତେ ଅନିଷ୍ଟ କିଅବା ନିନ୍ଦାର ପରିବର୍ତ୍ତେ ନିନ୍ଦା ନ କରି ଅନ୍ୟ ପକ୍ଷରେ ବରଂ ଆଶୀର୍ବାଦ କର, କାରଣ ତୁମ୍ଭେମାନେ ଯେପରି ଆଶୀର୍ବାଦର ଅଧିକାରୀ ହୁଅ, ଏଥିପାଇଁ ଆହୂତ ହୋଇଅଛ।


କାରଣ ଯେଉଁମାନେ ଥରେ ଆଲୋକ ପ୍ରାପ୍ତ କରିଅଛନ୍ତି, ସ୍ୱର୍ଗୀୟ ଦାନର ଆସ୍ୱାଦ ପାଇଅଛନ୍ତି, ପବିତ୍ର ଆତ୍ମାଙ୍କର ସହଭାଗୀ ହୋଇଅଛନ୍ତି,


ପୁଣି, ଖ୍ରୀଷ୍ଟଦତ୍ତ ଯେଉଁ ଶାନ୍ତି ଭୋଗ କରିବା ନିମନ୍ତେ ତୁମ୍ଭେମାନେ ଏକ ଶରୀର ସ୍ୱରୂପେ ଆହୂତ ହୋଇଅଛ, ତାହା ତୁମ୍ଭମାନଙ୍କ ହୃଦୟରେ ରାଜତ୍ୱ କରୁ; ପୁଣି, ତୁମ୍ଭେମାନେ ଧନ୍ୟବାଦ ଦିଅ।


ତୁମ୍ଭେମାନେ ଯେବେ ବିଶ୍ୱାସରେ ବଦ୍ଧମୂଳ ଓ ଅଟଳ ରହି ସୁସମାଚାରରେ ନିହିତ ଭରସାରୁ ବିଚଳିତ ନ ହୁଅ, ତାହାହେଲେ ନିଶ୍ଚୟ ଏହିସବୁ ଫଳ ପାଇବ; ସେହି ସୁସମାଚାର ତୁମ୍ଭେମାନେ ତ ଶୁଣିଅଛ; ତାହା ଆକାଶମଣ୍ଡଳ ତଳେ ଥିବା ସମସ୍ତ ସୃଷ୍ଟି ନିକଟରେ ପ୍ରଚାରିତ ହୋଇଅଛି, ଆଉ ମୁଁ ପାଉଲ ସେଥିର ଜଣେ ସେବକ ହୋଇଅଛି।


ସେହି ଭରସା ବିଷୟରେ ତୁମ୍ଭେମାନେ ସୁସମାଚାରର ସତ୍ୟ ବାକ୍ୟ ଦ୍ୱାରା ପୂର୍ବେ ଶୁଣିଅଛ।


ସେତେବେଳେ ତୁମ୍ଭେମାନେ ଯେ ଖ୍ରୀଷ୍ଟଙ୍କଠାରୁ ପୃଥକ୍, ପ୍ରତିଜ୍ଞାଯୁକ୍ତ ନିୟମରେ ନିରଂଶ, ଇସ୍ରାଏଲର ପ୍ରଜାସତ୍ତ୍ବ ରହିତ, ପୁଣି ଜଗତରେ ଭରସାହୀନ ଓ ଈଶ୍ବରବିହୀନ ଥିଲ, ତାହା ସ୍ମରଣ କର।


କାରଣ ଆମ୍ଭେମାନେ ଈଶ୍ବରଙ୍କ ଆତ୍ମାଙ୍କ ଦ୍ୱାରା ବିଶ୍ୱାସ ହେତୁ ଧାର୍ମିକତା ପ୍ରାପ୍ତିର ଆଶାରେ ଅପେକ୍ଷା କରୁଅଛୁ।


ପୁଣି, ସେହି ଦିନରେ ବଧିର ପୁସ୍ତକର ବାକ୍ୟ ଶୁଣିବ, ପୁଣି, ତିମିର ଓ ଅନ୍ଧକାର ମଧ୍ୟରୁ ଅନ୍ଧର ଚକ୍ଷୁ ଦେଖିବ।


ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଈଶ୍ବର ଓ ପିତା ଧନ୍ୟ; ସେ ମୃତମାନଙ୍କ ମଧ୍ୟରୁ ଯୀଶୁ ଖ୍ରୀଷ୍ଟଙ୍କ ପୁନରୁତ୍ଥାନ ଦ୍ୱାରା ଜୀବନଦାୟକ ଭରସା ପ୍ରାପ୍ତି ନିମନ୍ତେ,


ପୁଣି, ଥୁୟାଥିରା ନଗରର ବାଇଗଣିଆ ବସ୍ତ୍ର ବିକ୍ରୟକାରିଣୀ ଲୂଦିଆ ନାମ୍ନୀ ଜଣେ ମହିଳା, ଯେ ଈଶ୍ବରଭକ୍ତିନୀ ଥିଲେ, ସେ ଆମ୍ଭମାନଙ୍କର କଥା ଶୁଣୁଥିଲେ। ସେ ଯେପରି ପାଉଲଙ୍କର କହିଥିବା ବିଷୟ ପ୍ରତି ମନୋଯୋଗ କରନ୍ତି, ଏଥିନିମନ୍ତେ ପ୍ରଭୁ ତାହାଙ୍କର ହୃଦୟ ଫିଟାଇଦେଲେ।


ପଶ୍ଚାତ୍‍ ବିଷୟସବୁ ମନରୁ ଦୂର କରି ସମ୍ମୁଖରେ ଥିବା ବିଷୟଗୁଡ଼ିକ ପ୍ରତି ଦୃଷ୍ଟି ରଖି ଖ୍ରୀଷ୍ଟ ଯୀଶୁଙ୍କଠାରେ ଈଶ୍ବରଙ୍କ ସ୍ୱର୍ଗୀୟ ଆହ୍ୱାନର ପୁରସ୍କାର ପାଇବା ନିମନ୍ତେ ପ୍ରାଣପଣ କରି ଲକ୍ଷ୍ୟ ସ୍ଥଳକୁ ଦୌଡ଼ୁଅଛି।


ମୁଁ କର୍ଣ୍ଣରେ ତୁମ୍ଭ ବିଷୟ ଶୁଣିଥିଲି; ମାତ୍ର ଏବେ ମୋହର ଚକ୍ଷୁ ତୁମ୍ଭଙ୍କୁ ଦେଖୁଅଛି,


ପୁଣି, ସଦାପ୍ରଭୁଙ୍କର ଆତ୍ମା, ଜ୍ଞାନ ଓ ବିବେଚନାର ଆତ୍ମା, ମନ୍ତ୍ରଣା ଓ ପରାକ୍ରମର ଆତ୍ମା, ବୁଦ୍ଧି ଓ ସଦାପ୍ରଭୁ ବିଷୟକ ଭୟର ଆତ୍ମା ତାହାଙ୍କଠାରେ ଅଧିଷ୍ଠାନ କରିବେ;


ସେ ପୁନର୍ବାର ଯାତ୍ରା ଆରମ୍ଭ କରିବା ସମୟରେ ଜଣେ ଦୌଡ଼ିଆସି ତାହାଙ୍କ ଛାମୁରେ ଆଣ୍ଠୁପାତି ତାହାଙ୍କୁ ପଚାରିଲେ, ହେ ସଦ୍‌ଗୁରୁ, ଅନନ୍ତ ଜୀବନର ଅଧିକାରୀ ହେବା ନିମନ୍ତେ ମୁଁ କଅଣ କରିବି?


କିମ୍ବା ଈଶ୍ବରଙ୍କ କୃପା ଯେ ତୁମ୍ଭକୁ ମନ-ପରିବର୍ତ୍ତନ ଆଡ଼କୁ ଘେନିଯିବାକୁ ଚେଷ୍ଟା କରେ, ଏହା ନ ଜାଣି ତୁମ୍ଭେ କି ତାହାଙ୍କର ଉତ୍ତମତା, ଧୈର୍ଯ୍ୟ ଓ ଚିରସହିଷ୍ଣୁତାରୂପ ଧନସବୁ ତୁଚ୍ଛ କରୁଅଛ?


କାରଣ, ଈଶ୍ବରଙ୍କ ଦାନସମୂହ ଓ ଆହ୍ୱାନ ଅନ୍ୟଥା ହୁଏ ନାହିଁ।


ପୁଣି, ଯେଉଁ ପିତା ଦୀପ୍ତିରେ ସାଧୁମାନଙ୍କ ଅଧିକାରର ସହଭାଗୀ ହେବା ନିମନ୍ତେ ତୁମ୍ଭମାନଙ୍କୁ ଯୋଗ୍ୟ କରିଅଛନ୍ତି, ତାହାଙ୍କୁ ଆନନ୍ଦ ସହିତ ଧନ୍ୟବାଦ ଦିଅ।


ଅଣଯିହୁଦୀମାନଙ୍କ ମଧ୍ୟରେ ସେହି ନିଗୂଢ଼ ତତ୍ତ୍ୱର ଗୌରବରୂପ ଧନ ଯେ କଅଣ, ତାହା ଈଶ୍ବର ଆପଣା ସାଧୁମାନଙ୍କ ନିକଟରେ ପ୍ରକାଶ କରିବାକୁ ଇଚ୍ଛା କଲେ ସେହି ନିଗୂଢ଼ତତ୍ତ୍ୱ ଏହି, ତୁମ୍ଭମାନଙ୍କ ମଧ୍ୟରେ ଖ୍ରୀଷ୍ଟ, ସେ ଗୌରବର ଭରସା ସ୍ୱରୂପ;


ମୋହର ଉଦ୍ଦେଶ୍ୟ ଏହି, ଯେପରି ସେମାନଙ୍କ ହୃଦୟ ଉତ୍ସାହିତ ହୁଏ, ପୁଣି, ସେମାନେ ଜ୍ଞାନର ପୂର୍ଣ୍ଣ ନିଶ୍ଚୟତାରୂପ ସମସ୍ତ ଧନ ପ୍ରାପ୍ତ ହେବା ନିମନ୍ତେ, ଅର୍ଥାତ୍‍ ଈଶ୍ବରଙ୍କ ନିଗୂଢ଼ ତତ୍ତ୍ୱ ଯେ ଖ୍ରୀଷ୍ଟ, ତାହାଙ୍କୁ ଜାଣିବା ନିମନ୍ତେ ପରସ୍ପର ପ୍ରେମରେ ସଂଯୁକ୍ତ ହୁଅନ୍ତି।


Swiv nou:

Piblisite


Piblisite