Biblia Todo Logo
Bib sou entènèt

- Piblisite -




ଏଫିସୀୟ 1:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ସେହି ମଣ୍ଡଳୀ ଖ୍ରୀଷ୍ଟଙ୍କ ଶରୀର ସ୍ୱରୂପ, ଅର୍ଥାତ୍‍ ଯେ ସମସ୍ତ ବିଷୟକୁ ସର୍ବତୋଭାବେ ପୂର୍ଣ୍ଣ କରନ୍ତି, ତାହାଙ୍କ ପୂର୍ଣ୍ଣତା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ସେହି ମଣ୍ତଳୀ ତାହାଙ୍କ ଶରୀର ସ୍ଵରୂପ, ଅର୍ଥାତ୍, ଯେ ସମସ୍ତ ବିଷୟକୁ ସର୍ବତୋ ଭାବରେ ପୂର୍ଣ୍ଣ କରନ୍ତି, ତାହାଙ୍କର ପୂର୍ଣ୍ଣତା,।

Gade chapit la Kopi

ଓଡିଆ ବାଇବେଲ

23 ସେହି ମଣ୍ଡଳୀ ତାହାଙ୍କ ଶରୀର ସ୍ୱରୂପ, ଅର୍ଥାତ୍ ଯେ ସମସ୍ତ ବିଷୟକୁ ସର୍ବତୋଭାବେ ପୂର୍ଣ୍ଣ କରନ୍ତି, ତାହାଙ୍କ ପୂର୍ଣ୍ଣତା ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

23 ମଣ୍ଡଳୀ ଖ୍ରୀଷ୍ଟଙ୍କ ଶରୀର; ମଣ୍ଡଳୀ ଦ୍ୱାରା ଖ୍ରୀଷ୍ଟଙ୍କ କାର୍ଯ୍ୟର ପୂର୍ଣ୍ଣତା ସାଧିତ ହୁଏ; ପୁଣି ଖ୍ରୀଷ୍ଟ ସମସ୍ତ ବିଷୟ ସମ୍ପୂର୍ଣ୍ଣର୍ କରନ୍ତି।

Gade chapit la Kopi

ପବିତ୍ର ବାଇବଲ

23 ମଣ୍ଡଳୀ ହେଉଛି ଖ୍ରୀଷ୍ଟଙ୍କ ଶରୀର। ମଣ୍ଡଳୀ ଖ୍ରୀଷ୍ଟଙ୍କ ଦାରା ପୂର୍ଣ୍ଣ ହୋଇଅଛି। ସେ ସମସ୍ତ ବିଷୟ ପ୍ରତ୍ୟେକ ଉପାୟରେ ସମ୍ପୂର୍ଣ୍ଣ କରନ୍ତି।

Gade chapit la Kopi




ଏଫିସୀୟ 1:23
19 Referans Kwoze  

ଏଣୁ ତାହାଙ୍କ ପୂର୍ଣ୍ଣତାରୁ ଆମ୍ଭେମାନେ ସମସ୍ତେ ପ୍ରାପ୍ତ ହୋଇଅଛୁ, ହଁ, ଅନୁଗ୍ରହ ଉପରେ ଅନୁଗ୍ରହପ୍ରାପ୍ତ ହୋଇଅଛୁ।


ଯେପରି ସାଧୁମାନେ ସେବାକାର୍ଯ୍ୟ ନିମନ୍ତେ ସିଦ୍ଧି ଲାଭ କରନ୍ତି ଓ ଖ୍ରୀଷ୍ଟଙ୍କ ଶରୀର ନିଷ୍ଠାପ୍ରାପ୍ତ ହୁଏ,


ଆଉ ସେହି ପ୍ରକାରେ ଈଶ୍ବରଙ୍କ ସମସ୍ତ ପୂର୍ଣ୍ଣତାରେ ପରିପୂର୍ଣ୍ଣ ହୁଅ।


ଯେ ଅବତରଣ କରିଥିଲେ, ସେ ଯେପରି ସମସ୍ତ ବିଷୟ ପୂର୍ଣ୍ଣ କରନ୍ତି, ଏଥିପାଇଁ ସେ ସମସ୍ତ ସ୍ୱର୍ଗର ଊର୍ଦ୍ଧ୍ୱକୁ ମଧ୍ୟ ଆରୋହଣ କଲେ।)


ଆଉ ସମସ୍ତ ବିଷୟ ପୁତ୍ରଙ୍କ ବଶୀଭୂତ କରାଗଲା ଉତ୍ତାରେ, ଯେ ସମସ୍ତ ବିଷୟ ତାହାଙ୍କର ବଶୀଭୂତ କଲେ, ସ୍ୱୟଂ ପୁତ୍ର ମଧ୍ୟ ତାହାଙ୍କର ବଶୀଭୂତ ହେବେ, ଯେପରି ଈଶ୍ବର ସର୍ବେସର୍ବା ହୁଅନ୍ତି।


ମୁଁ ତୁମ୍ଭମାନଙ୍କ ନିମନ୍ତେ ଯେଉଁ ସବୁ ଦୁଃଖଭୋଗ କରୁଅଛି, ସେଥିରେ ଏବେ ଆନନ୍ଦ କରୁଅଛି, ଆଉ ଖ୍ରୀଷ୍ଟଙ୍କର ଯେଉଁ କ୍ଳେଶଭୋଗ ବାକି ଅଛି, ତାହା ମୁଁ ତାହାଙ୍କ ଶରୀରରୂପ ମଣ୍ଡଳୀ ନିମନ୍ତେ ମୋହର ଶରୀରରେ ପୂରଣ କରୁଅଛି;


ପୁଣି, ଖ୍ରୀଷ୍ଟଦତ୍ତ ଯେଉଁ ଶାନ୍ତି ଭୋଗ କରିବା ନିମନ୍ତେ ତୁମ୍ଭେମାନେ ଏକ ଶରୀର ସ୍ୱରୂପେ ଆହୂତ ହୋଇଅଛ, ତାହା ତୁମ୍ଭମାନଙ୍କ ହୃଦୟରେ ରାଜତ୍ୱ କରୁ; ପୁଣି, ତୁମ୍ଭେମାନେ ଧନ୍ୟବାଦ ଦିଅ।


ଏପରି ସ୍ଥଳେ ଗ୍ରୀକ୍‍ ଓ ଯିହୁଦୀ, ସୁନ୍ନତି ଓ ଅସୁନ୍ନତି, ବର୍ବର, ସ୍କୁଥୀୟ, ଦାସ, ସ୍ୱାଧୀନ ବ୍ୟକ୍ତି, ଏମାନଙ୍କ ମଧ୍ୟରେ କିଛିର ହିଁ ପ୍ରଭେଦ ନାହିଁ, କିନ୍ତୁ ଖ୍ରୀଷ୍ଟ ସବୁରେ ସବୁ ଅଟନ୍ତି, ପୁଣି, ସମସ୍ତଙ୍କଠାରେ ବାସ କରନ୍ତି।


ଆଉ କ୍ରୁଶ ଦ୍ୱାରା ଶତ୍ରୁତା ବିନାଶ କରି ତଦ୍ୱାରା ଉଭୟକୁ ଏକ ଶରୀର ସ୍ୱରୂପ ଗଠନ କରି ଈଶ୍ବରଙ୍କ ସହିତ ମିଳିତ କରାନ୍ତି।


କାର୍ଯ୍ୟ ବିଭିନ୍ନ ପ୍ରକାର, କିନ୍ତୁ ଈଶ୍ବର ଏକ, ସେ ସମସ୍ତଙ୍କଠାରେ ସମସ୍ତ ସାଧନ କରନ୍ତି।


ଅତଏବ, କେବଳ କ୍ରୋଧର ଭୟରେ ନୁହେଁ, ମାତ୍ର ବିବେକ ହେତୁ ମଧ୍ୟ ବଶୀଭୂତ ହେବା ଆବଶ୍ୟକ।


ଏକ ଶରୀର ଓ ଏକ ଆତ୍ମା, ଯେଉଁ ରୂପେ ତୁମ୍ଭେମାନେ ତୁମ୍ଭମାନଙ୍କ ଆହ୍ୱାନର ଏକ ଭରସାରେ ମଧ୍ୟ ଆହୂତ ହୋଇଅଛ;


ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କଠାରେ ଈଶ୍ବର ଯେଉଁ ଚିରନ୍ତନ ସଂକଳ୍ପ କରିଥିଲେ,


ଶେଷରେ ଯେପରି ଆମ୍ଭେମାନେ ସମସ୍ତେ ବିଶ୍ୱାସରେ ଓ ଈଶ୍ବରଙ୍କ ପୁତ୍ର ବିଷୟକ ଜ୍ଞାନରେ ଏକତା ପ୍ରାପ୍ତ ହେଉ, ଅର୍ଥାତ୍‍ ଖ୍ରୀଷ୍ଟଙ୍କ ପୂର୍ଣ୍ଣତାର ପରିମାଣ ଅନୁସାରେ ପୂର୍ଣ୍ଣ ବୟସ୍କ ପୁରୁଷ ହେଉ,


ତାହାଙ୍କଠାରୁ ସମସ୍ତ ଶରୀର ପ୍ରତ୍ୟେକ ସନ୍ଧି ଓ ଶିରା ଦ୍ୱାରା ଉପକାର ପ୍ରାପ୍ତ ହୋଇ ପରସ୍ପର ସହିତ ସୁସଂଯୁକ୍ତ ଅଟେ ଏବଂ ଈଶ୍ବରଦତ୍ତ ବୃଦ୍ଧିରେ ବୃଦ୍ଧିପ୍ରାପ୍ତ ହେଉଅଛି।


Swiv nou:

Piblisite


Piblisite