Biblia Todo Logo
Bib sou entènèt

- Piblisite -




ଏଫିସୀୟ 2:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ଅତଏବ ତୁମ୍ଭେମାନେ ଆଉ ବିଦେଶୀ ବା ପ୍ରବାସୀ ନୁହଁ, କିନ୍ତୁ ସାଧୁମାନଙ୍କ ସହିତ ସହନାଗରିକ ଓ ଈଶ୍ବରଙ୍କ ପରିବାରଭୁକ୍ତ ଅଟ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ଅତଏବ, ତୁମ୍ଭେମାନେ ଆଉ ବିଦେଶୀ ବା ପ୍ରବାସୀ ନୁହଁ, କିନ୍ତୁ ସାଧୁମାନଙ୍କ ସହିତ ସହନାଗରିକ ଓ ଈଶ୍ଵରଙ୍କ ପରିବାରଭୁକ୍ତ ଅଟ;

Gade chapit la Kopi

ଓଡିଆ ବାଇବେଲ

19 ଅତଏବ ତୁମ୍ଭେମାନେ ଆଉ ବିଦେଶୀ ବା ପ୍ରବାସୀ ନୁହଁ, କିନ୍ତୁ ସାଧୁମାନଙ୍କ ସହିତ ସହନାଗରିକ ଓ ଈଶ୍ୱରଙ୍କ ପରିବାରଭୁକ୍ତ ଅଟ;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

19 ତେଣୁ ହେ ଅଣଇହୁଦୀମାନେ, ତୁମେ ଆଉ ବିଦେଶୀ କିମ୍ବା ପ୍ରବାସୀ ନୁହଁ, ବର୍ତ୍ତମାନ ଈଶ୍ୱରଙ୍କ ଲୋକମାନଙ୍କ ସହିତ ତୁମ୍ଭେମାନେ ମଧ୍ୟ ତାଙ୍କ ରାଜ୍ୟର ନାଗରିକ ଓ ତାଙ୍କ ପରିବାରଭୁକ୍ତ।

Gade chapit la Kopi

ପବିତ୍ର ବାଇବଲ

19 ଅତଏବ ତୁମ୍ଭେମାନେ ଏବେ ବିଦେଶୀ ଅବା ଅପରିଚିତ ବ୍ୟକ୍ତି ନୁହଁ ମାତ୍ର ତୁମ୍ଭେ ପରମେଶ୍ୱରଙ୍କ ପବିତ୍ର ଲୋକଙ୍କ ସହିତ ସହନାଗରିକ ଓ ପରମେଶ୍ୱରଙ୍କ ନିଜ ପରିବାରର ଲୋକ ଅଟ।

Gade chapit la Kopi




ଏଫିସୀୟ 2:19
14 Referans Kwoze  

ଆମ୍ଭେମାନେ ତ ସ୍ୱର୍ଗର ପ୍ରଜା, ସେ ସ୍ଥାନରୁ ମଧ୍ୟ ଆମ୍ଭେମାନେ ତ୍ରାଣକର୍ତ୍ତା ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଆଗମନର ଅପେକ୍ଷାରେ ଅଛୁ;


ଦେଖ, ପିତା ଈଶ୍ବର ଆମ୍ଭମାନଙ୍କୁ କି ପ୍ରକାର ପ୍ରେମ ଦାନ କରିଅଛନ୍ତି ଯେ, ଆମ୍ଭେମାନେ ଈଶ୍ବରଙ୍କ ସନ୍ତାନ ବୋଲି ଖ୍ୟାତ ହେବୁ, ଆଉ ଆମ୍ଭେମାନେ ତାହା ହିଁ ଅଟୁ। ଏଥିସକାଶେ ଜଗତ ଆମ୍ଭମାନଙ୍କୁ ଚିହ୍ନୁ ନାହିଁ, କାରଣ ତାହା ତାହାଙ୍କୁ ଚିହ୍ନି ନ ଥିଲା।


ଅତଏବ, ଆମ୍ଭେମାନେ ସୁଯୋଗ ଅନୁସାରେ ସମସ୍ତଙ୍କର, ବିଶେଷତଃ, ଏକ ପରିବାରଭୁକ୍ତ ବିଶ୍ୱାସୀ ସମସ୍ତଙ୍କର ମଙ୍ଗଳ କରୁ।


ସେତେବେଳେ ତୁମ୍ଭେମାନେ ଯେ ଖ୍ରୀଷ୍ଟଙ୍କଠାରୁ ପୃଥକ୍, ପ୍ରତିଜ୍ଞାଯୁକ୍ତ ନିୟମରେ ନିରଂଶ, ଇସ୍ରାଏଲର ପ୍ରଜାସତ୍ତ୍ବ ରହିତ, ପୁଣି ଜଗତରେ ଭରସାହୀନ ଓ ଈଶ୍ବରବିହୀନ ଥିଲ, ତାହା ସ୍ମରଣ କର।


ଅର୍ଥାତ୍‍ ସୁସମାଚାର ଦ୍ୱାରା ଖ୍ରୀଷ୍ଟ ଯୀଶୁଙ୍କଠାରେ ଅଣଯିହୁଦୀମାନେ ମଧ୍ୟ ଅଂଶାଧିକାରୀ, ଏକ ଶରୀରର ଅଙ୍ଗପ୍ରତ୍ୟଙ୍ଗ ଓ ପ୍ରତିଜ୍ଞାର ସହଭାଗୀ ଅଟନ୍ତି;


ଏସମସ୍ତେ ବିଶ୍ୱାସରେ ପ୍ରାଣତ୍ୟାଗ କଲେ; ସେମାନେ ପ୍ରତିଜ୍ଞାତ ଫଳପ୍ରାପ୍ତ ହେଲେ ନାହିଁ, ମାତ୍ର ଦୂରରୁ ତାହା ଦେଖି ଅଭିନନ୍ଦନ କଲେ ଏବଂ ପୃଥିବୀରେ ଆପଣାମାନଙ୍କୁ ବିଦେଶୀ ଓ ପ୍ରବାସୀ ବୋଲି ସ୍ୱୀକାର କଲେ।


ତାହାଙ୍କ ଛାମୁରେ ମୁଁ ଆଣ୍ଠୁପାତି ପ୍ରାର୍ଥନା କରୁଅଛି,


ଶିଷ୍ୟ ଆପଣା ଗୁରୁ ଓ ଦାସ ଆପଣା କର୍ତ୍ତା ପରି ହେଲେ ସେମାନଙ୍କ ପକ୍ଷରେ ଯଥେଷ୍ଟ। ସେମାନେ ଯେବେ ଗୃହ କର୍ତ୍ତାଙ୍କୁ ବାଲ୍‌ଜିବୂଲ୍ ବୋଲି କହିଅଛନ୍ତି, ତେବେ ତାହାଙ୍କର ପରିଜନଙ୍କୁ ତ ଆହୁରି ଅଧିକ କହିବେ।”


କାରଣ ଏଠାରେ ଆମ୍ଭମାନଙ୍କର ଚିରସ୍ଥାୟୀ ନଗର ନାହିଁ, କିନ୍ତୁ ଆମ୍ଭେମାନେ ଭବିଷ୍ୟତରେ ଚିରସ୍ଥାୟୀ ନଗରର ଅନ୍ୱେଷଣ କରୁଅଛୁ।


ହେ ପ୍ରିୟମାନେ, ତୁମ୍ଭେ ବିଦେଶୀ ଓ ପ୍ରବାସୀ ବୋଲି ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି, ଶାରୀରିକ ଅଭିଳାଷଗୁଡ଼ିକରୁ ବିମୁଖ ହୁଅ, ସେଗୁଡ଼ିକ ଆତ୍ମାର ବିରୁଦ୍ଧରେ ଯୁଦ୍ଧ କରେ।


Swiv nou:

Piblisite


Piblisite