Biblia Todo Logo
Bib sou entènèt

- Piblisite -




ଏଫିସୀୟ 3:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଯେପରି ତୁମ୍ଭେମାନେ ପ୍ରେମରେ ବଦ୍ଧମୂଳ ଓ ଦୃଢ ରୂପେ ସ୍ଥାପିତ ହୋଇ ବୋଧର ଅଗମ୍ୟ ଯେ ଖ୍ରୀଷ୍ଟଙ୍କ ପ୍ରେମ, ତାହା ଜ୍ଞାତ ହୁଅ ଏବଂ ସମସ୍ତ ସାଧୁଙ୍କ ସହିତ ସେଥିର ଦୈର୍ଘ୍ୟ ଓ ପ୍ରସ୍ଥ, ଉଚ୍ଚତା ଓ ଗଭୀରତା ବୁଝିବାକୁ ଶକ୍ତି ପ୍ରାପ୍ତ ହୁଅ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ଯେପରି ତୁମ୍ଭେମାନେ ପ୍ରେମରେ ବଦ୍ଧମୂଳ ଓ ଦୃଢ଼ ରୂପେ ସ୍ଥାପିତ ହୋଇ ବୋଧର ଅଗମ୍ୟ ଯେ ଖ୍ରୀଷ୍ଟଙ୍କ ପ୍ରେମ, ତାହା ଜ୍ଞାତ ହୁଅ ଏବଂ ସମସ୍ତ ସାଧୁଙ୍କ ସହିତ ସେଥିର ଦୈର୍ଘ୍ୟ ଓ ପ୍ରସ୍ଥ, ଉଚ୍ଚତା ଓ ଗଭୀରତା ବୁଝିବାକୁ ଶକ୍ତି ପ୍ରାପ୍ତ ହୁଅ,

Gade chapit la Kopi

ଓଡିଆ ବାଇବେଲ

18 ଯେପରି ତୁମ୍ଭେମାନେ ପ୍ରେମରେ ବଦ୍ଧମୂଳ ଓ ଦୃଢ ରୂପେ ସ୍ଥାପିତ ହୋଇ ବୋଧର ଅଗମ୍ୟ ଯେ ଖ୍ରୀଷ୍ଟଙ୍କ ପ୍ରେମ, ତାହା ଜ୍ଞାତ ହୁଅ ଏବଂ ସମସ୍ତ ସାଧୁଙ୍କ ସହିତ ସେଥିର ଦୈୖର୍ଘ୍ୟ ଓ ପ୍ରସ୍ଥ, ଉଚ୍ଚତା ଓ ଗଭୀରତା ବୁଝିବାକୁ ଶକ୍ତି ପ୍ରାପ୍ତ ହୁଅ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

18 ତା’ହେଲେ, ଖ୍ରୀଷ୍ଟଙ୍କ ପ୍ରେମ ଯେ କେଡ଼େ ଦୀର୍ଘ ଓ ପ୍ରଶସ୍ତ, କେଡ଼େ ଉଚ୍ଚ ଓ ଗଭୀର, ତୁମେ ଈଶ୍ୱରଙ୍କ ଅନ୍ୟାନ୍ୟ ଲୋକମାନଙ୍କ ସହିତ ଏହା ହୃଦୟଙ୍ଗମ କରିବା ପାଇଁ ସକ୍ଷମ ହେବ।

Gade chapit la Kopi

ପବିତ୍ର ବାଇବଲ

18 ଖ୍ରୀଷ୍ଟଙ୍କ ପ୍ରେମର ମହାନତାକୁ ହୃଦୟଙ୍ଗମ କରିବା ପାଇଁ ତୁମ୍ଭକୁ ଓ ପରମେଶ୍ୱରଙ୍କ ପବିତ୍ରୀକୃତ ଲୋକମାନଙ୍କୁ ବୁଝିବା ଶକ୍ତି ମିଳୁ। ଯେପରି ତୁମ୍ଭେ ଏହା ମଧ୍ୟ ବୁଝି ପାର ଯେ, ସେହି ପ୍ରେମ କେତେ ଓସାର, କେତେ ଲମ୍ବା, କେତେ ଉଚ୍ଚ ଓ କେତେ ଗଭୀର।

Gade chapit la Kopi




ଏଫିସୀୟ 3:18
28 Referans Kwoze  

ଆପଣା ବନ୍ଧୁମାନଙ୍କ ନିମନ୍ତେ ନିଜ ପ୍ରାଣ ଦାନ କରିବା ଅପେକ୍ଷା କାହାରି ଆଉ ଅଧିକ ଶ୍ରେଷ୍ଠ ପ୍ରେମ ନାହିଁ।


ମାତ୍ର ସଦାପ୍ରଭୁଙ୍କ ଦୟା ଅନାଦିକାଳରୁ ଅନନ୍ତକାଳ ପର୍ଯ୍ୟନ୍ତ ଆପଣା ଭୟକାରୀମାନଙ୍କ ପ୍ରତି ଥାଏ ଓ ଯେଉଁମାନେ ତାହାଙ୍କର ନିୟମ ରକ୍ଷା କରନ୍ତି,


ଆଉ ସେହି ପ୍ରକାରେ ଈଶ୍ବରଙ୍କ ସମସ୍ତ ପୂର୍ଣ୍ଣତାରେ ପରିପୂର୍ଣ୍ଣ ହୁଅ।


କାରଣ ପୃଥିବୀ ଅପେକ୍ଷା ଆକାଶମଣ୍ଡଳ ଯେପରି ଉଚ୍ଚ, ସେହିପରି ଆମ୍ଭର ମାର୍ଗସକଳ ତୁମ୍ଭମାନଙ୍କର ମାର୍ଗ ଅପେକ୍ଷା ଓ ଆମ୍ଭର ସଂକଳ୍ପସକଳ ତୁମ୍ଭମାନଙ୍କ ସଂକଳ୍ପ ଅପେକ୍ଷା ଉଚ୍ଚତର ଅଟେ।


ମୁଁ ଖ୍ରୀଷ୍ଟଙ୍କ ସହିତ କ୍ରୁଶରେ ହତ ହୋଇଅଛି; ମୁଁ ଆଉ ଜୀବିତ ନୁହେଁ, ମାତ୍ର ଖ୍ରୀଷ୍ଟ ମୋʼ ଠାରେ ଜୀବିତ ଅଛନ୍ତି; ପୁଣି, ମୁଁ ଶରୀରରେ ଥାଇ ବର୍ତ୍ତମାନ ଯେଉଁ ଜୀବନଯାପନ କରୁଅଛି, ତାହା ବିଶ୍ୱାସରେ, ଅର୍ଥାତ୍‍, ଈଶ୍ବରଙ୍କ ପୁତ୍ର ମୋତେ ପ୍ରେମ କରି ମୋʼ ନିମନ୍ତେ ଆପଣାକୁ ଉତ୍ସର୍ଗ କଲେ, ତାହାଙ୍କଠାରେ ବିଶ୍ୱାସ କରି ଯାପନ କରୁଅଛି।


ଏହି କାରଣରୁ ପ୍ରଭୁ ଯୀଶୁଙ୍କଠାରେ ତୁମ୍ଭମାନଙ୍କର ଯେଉଁ ବିଶ୍ୱାସ ଓ ସମସ୍ତ ସାଧୁଙ୍କ ପ୍ରତି ଯେଉଁ ପ୍ରେମ,


ହେ ସଦାପ୍ରଭୋ, ତୁମ୍ଭର ସମୁଦାୟ କର୍ମ ତୁମ୍ଭର ଧନ୍ୟବାଦ କରିବ; ତୁମ୍ଭର ସଦ୍‍ଭକ୍ତମାନେ ତୁମ୍ଭର ଧନ୍ୟବାଦ କରିବେ;


ମୁଁ ଯେପରି ଜୟ କରି ମୋହର ପିତାଙ୍କ ସହିତ ତାହାଙ୍କ ସିଂହାସନରେ ବସିଅଛି, ସେପରି ଯେ ଜୟ କରେ, ମୁଁ ତାହାକୁ ମୋ ସହିତ ମୋହର ସିଂହାସନରେ ବସିବାକୁ ଦେବି।


ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଅବ୍ରହାମଙ୍କର ଆଶୀର୍ବାଦ ଯେପରି ଅଣଯିହୁଦୀମାନଙ୍କ ପ୍ରତି ବର୍ତ୍ତେ, ପୁଣି ଆମ୍ଭେମାନେ ଯେପରି ବିଶ୍ୱାସ ହେତୁ ପ୍ରତିଜ୍ଞାତ ଆତ୍ମା ପ୍ରାପ୍ତ ହେଉ,


ଯେପରି କାଳର ପୂର୍ଣ୍ଣତା ସମ୍ବନ୍ଧୀୟ ତାହାଙ୍କ ସଙ୍କଳ୍ପାନୁସାରେ ସ୍ୱର୍ଗରେ କି ମର୍ତ୍ତ୍ୟରେ ଥିବା ସମସ୍ତ ବିଷୟ ସେ ଆପଣା ନିମନ୍ତେ ଖ୍ରୀଷ୍ଟଙ୍କଠାରେ ଏକୀଭୂତ କରିବେ।


ଏହି ପ୍ରକାର ଜ୍ଞାନ ମୋʼ ପ୍ରତି ଅତି ଆଶ୍ଚର୍ଯ୍ୟ; ତାହା ଉଚ୍ଚ, ମୋʼ ବୋଧର ଅଗମ୍ୟ।


କାରଣ ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭମାନଙ୍କ ବିଶ୍ୱାସ ଏବଂ ସ୍ୱର୍ଗରେ ତୁମ୍ଭମାନଙ୍କ ପାଇଁ ରଖାଯାଇଥିବା ଭରସା ସକାଶେ ସମସ୍ତ ସାଧୁଙ୍କ ପ୍ରତି ତୁମ୍ଭମାନଙ୍କର ପ୍ରେମ ବିଷୟ ଶୁଣିଅଛୁ।


ଯେଣୁ ଈଶ୍ବରଦତ୍ତ ଧାର୍ମିକତା ବିଷୟରେ ଅଜ୍ଞ ହୋଇ ଓ ଆପଣା ଆପଣା ଧାର୍ମିକତା ସ୍ଥାପନ କରିବାକୁ ଚେଷ୍ଟା କରି ସେମାନେ ଈଶ୍ବରଦତ୍ତ ଧାର୍ମିକତାର ବଶୀଭୂତ ହୋଇ ନାହାନ୍ତି।


ତୁମ୍ଭର ଯାଜକମାନେ ଧର୍ମରୂପ ବସ୍ତ୍ର ପରିହିତ ହେଉନ୍ତୁ; ପୁଣି, ତୁମ୍ଭ ସଦ୍‍ଭକ୍ତମାନେ ଆନନ୍ଦଧ୍ୱନି କରନ୍ତୁ।


ଏଣୁ ଏବେ, ହେ ସଦାପ୍ରଭୋ ପରମେଶ୍ୱର, ଉଠ, ତୁମ୍ଭେ ଓ ତୁମ୍ଭର ଶକ୍ତିରୂପ ସିନ୍ଦୁକ ଆପଣା ବିଶ୍ରାମ-ସ୍ଥାନକୁ ଗମନ କର; ହେ ସଦାପ୍ରଭୋ ପରମେଶ୍ୱର, ତୁମ୍ଭର ଯାଜକମାନେ ପରିତ୍ରାଣରୂପ ବସ୍ତ୍ର ପରିଧାନ କରନ୍ତୁ ଓ ତୁମ୍ଭର ସାଧୁମାନେ ମଙ୍ଗଳରେ ଆନନ୍ଦ କରନ୍ତୁ।


ଈଶ୍ବରପରାୟଣତାର ନିଗୂଢ଼ତତ୍ତ୍ୱ ଯେ ମହତ୍, ଏହା ସମସ୍ତେ ସ୍ୱୀକାର କରନ୍ତି। ତାହା ଏହି, ସେ ଦେହବନ୍ତ ହୋଇ ପ୍ରକାଶିତ ହେଲେ, ଆତ୍ମାରେ ଧାର୍ମିକ ବୋଲି ପ୍ରମାଣିତ ହେଲେ, ଦୂତମାନଙ୍କ ଦ୍ୱାରା ଦେଖାଗଲେ, ଜାତିମାନଙ୍କ ମଧ୍ୟରେ ପ୍ରଚାରିତ ହେଲେ, ଜଗତରେ ବିଶ୍ୱାସପାତ୍ର ହେଲେ, ଗୌରବରେ ସେ ସ୍ୱର୍ଗକୁ ଉତ୍ଥିତ ହେଲେ।


ସମସ୍ତ ସାଧୁ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି।


ଆଉ, ତୁମ୍ଭେମାନେ ଆମ୍ଭ ପର୍ବତଗଣର ଉପତ୍ୟକା ଦେଇ ପଳାୟନ କରିବ; କାରଣ ପର୍ବତଗଣର ଉପତ୍ୟକା ଆତ୍ସେଲ ପର୍ଯ୍ୟନ୍ତ ଯିବ; ହଁ, ତୁମ୍ଭେମାନେ ଯିହୁଦାର ରାଜା ଉଷୀୟର ସମୟରେ ଯେପରି ଭୂମିକମ୍ପର ଆଗରୁ ପଳାୟନ କଲେ, ସେପରି ପଳାୟନ କରିବ। ଆଉ, ସଦାପ୍ରଭୁ ମୋʼ ପରମେଶ୍ୱର ଆସିବେ ଓ ତାହାଙ୍କ ସଙ୍ଗେ ସବୁ ପବିତ୍ର ପ୍ରାଣୀମାନେ ଆସିବେ।


ସଦାପ୍ରଭୁଙ୍କ ଦୃଷ୍ଟିରେ ତାହାଙ୍କ ସଦ୍‍ଭକ୍ତମାନଙ୍କ ମରଣ ବହୁମୂଲ୍ୟ ଅଟେ।


Swiv nou:

Piblisite


Piblisite