Biblia Todo Logo
Bib sou entènèt

- Piblisite -




ଏଫିସୀୟ 3:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ତାହା ପଢ଼ି ଖ୍ରୀଷ୍ଟଙ୍କ ନିଗୂଢ଼ତତ୍ତ୍ୱରେ ମୋହର ଜ୍ଞାନର ପରିଚୟ ପାଇ ପାର;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ତାହା ପଢ଼ି ଖ୍ରୀଷ୍ଟଙ୍କ ନିଗୂଢ଼ତତ୍ତ୍ଵରେ ମୋର ଜ୍ଞାନର ପରିଚୟ ପାଇ ପାର,

Gade chapit la Kopi

ଓଡିଆ ବାଇବେଲ

4 ତାହା ପଢି ଖ୍ରୀଷ୍ଟଙ୍କ ନିଗୂଢ଼ତତ୍ତ୍ୱରେ ମୋର ଜ୍ଞାନର ପରିଚୟ ପାଇ ପାର;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

4 ତାହା ପଢ଼ିଲେ, ଖୀଷ୍ଟଙ୍କ ନିଗୂଢ଼ ତତ୍ତ୍ୱ ସମ୍ବନ୍ଧରେ ମୁଁ ଯାହା ବୁଝିଛି, ତାହା ତୁମ୍ଭେମାନେ ଜାଣି ପାରିବ।)

Gade chapit la Kopi

ପବିତ୍ର ବାଇବଲ

4 ସେଗୁଡ଼ିକ ଯଦି ତୁମ୍ଭେମାନେ ପଢ଼, ତା'ହେଲେ ଦେଖିବ ଯେ ଖ୍ରୀଷ୍ଟଙ୍କ ସମ୍ବନ୍ଧରେ ଗୁପ୍ତ ସତ୍ୟ ବିଷୟରେ ମୁଁ ପ୍ରକୃତରେ ବୁଝିଛି।

Gade chapit la Kopi




ଏଫିସୀୟ 3:4
19 Referans Kwoze  

ଆମ୍ଭମାନଙ୍କ ନିମନ୍ତେ ମଧ୍ୟ ପ୍ରାର୍ଥନା କର, ଯେପରି ବାକ୍ୟ ପ୍ରଚାର ନିମନ୍ତେ ଈଶ୍ବର ଆମ୍ଭମାନଙ୍କ ପାଇଁ ଦ୍ୱାର ଫିଟାନ୍ତି, ପୁଣି, ଯେପରି ଖ୍ରୀଷ୍ଟଙ୍କର ଯେଉଁ ନିଗୂଢ଼ତତ୍ତ୍ୱ ନିମନ୍ତେ ମୁଁ ବନ୍ଦୀ ଅଟେ,


ଲୋକେ ଆମ୍ଭମାନଙ୍କୁ ଖ୍ରୀଷ୍ଟଙ୍କର ପରିଚାରକ, ପୁଣି, ଈଶ୍ବରଙ୍କ ନିଗୂଢ଼ତତ୍ତ୍ୱର ଭଣ୍ଡାରଘରିଆ ବୋଲି ମନେ କରନ୍ତୁ।


କିନ୍ତୁ ଯଦ୍ୟପି ମୁଁ ବକ୍ତୃତାରେ ପାରଙ୍ଗମ ନୁହେଁ, ତଥାପି ମୁଁ ଜ୍ଞାନରେ ଅପାରଙ୍ଗମ ନୁହେଁ ପ୍ରକୃତରେ ଆମ୍ଭେମାନେ ସମସ୍ତ ପ୍ରକାରେ ସମସ୍ତ ବିଷୟରେ ତୁମ୍ଭମାନଙ୍କ ପ୍ରତି ଏହା ପ୍ରକାଶ କଲୁ।


ଈଶ୍ବରପରାୟଣତାର ନିଗୂଢ଼ତତ୍ତ୍ୱ ଯେ ମହତ୍, ଏହା ସମସ୍ତେ ସ୍ୱୀକାର କରନ୍ତି। ତାହା ଏହି, ସେ ଦେହବନ୍ତ ହୋଇ ପ୍ରକାଶିତ ହେଲେ, ଆତ୍ମାରେ ଧାର୍ମିକ ବୋଲି ପ୍ରମାଣିତ ହେଲେ, ଦୂତମାନଙ୍କ ଦ୍ୱାରା ଦେଖାଗଲେ, ଜାତିମାନଙ୍କ ମଧ୍ୟରେ ପ୍ରଚାରିତ ହେଲେ, ଜଗତରେ ବିଶ୍ୱାସପାତ୍ର ହେଲେ, ଗୌରବରେ ସେ ସ୍ୱର୍ଗକୁ ଉତ୍ଥିତ ହେଲେ।


ମୋହର ଉଦ୍ଦେଶ୍ୟ ଏହି, ଯେପରି ସେମାନଙ୍କ ହୃଦୟ ଉତ୍ସାହିତ ହୁଏ, ପୁଣି, ସେମାନେ ଜ୍ଞାନର ପୂର୍ଣ୍ଣ ନିଶ୍ଚୟତାରୂପ ସମସ୍ତ ଧନ ପ୍ରାପ୍ତ ହେବା ନିମନ୍ତେ, ଅର୍ଥାତ୍‍ ଈଶ୍ବରଙ୍କ ନିଗୂଢ଼ ତତ୍ତ୍ୱ ଯେ ଖ୍ରୀଷ୍ଟ, ତାହାଙ୍କୁ ଜାଣିବା ନିମନ୍ତେ ପରସ୍ପର ପ୍ରେମରେ ସଂଯୁକ୍ତ ହୁଅନ୍ତି।


ଆଉ ମୋ ନିମନ୍ତେ ମଧ୍ୟ ପ୍ରାର୍ଥନା କର, ଯେପରି ସୁସମାଚାର ନିମନ୍ତେ ଜଞ୍ଜିରରେ ବନ୍ଧାହୋଇଥିବା ରାଜଦୂତ ସ୍ୱରୂପ ଯେ ମୁଁ, ମୋତେ ସେହି ସୁସମାଚାରର ନିଗୂଢ଼ତତ୍ତ୍ୱ ସାହସପୂର୍ବକ ଜଣାଇବାକୁ ବାକ୍ୟ ଦିଆଯିବ,


ଏହା ଗୋଟିଏ ଅତି ନିଗୂଢ଼ତତ୍ତ୍ୱ, କିନ୍ତୁ ମୁଁ ଖ୍ରୀଷ୍ଟ ଓ ମଣ୍ଡଳୀ ସମ୍ବନ୍ଧରେ ଏହା କହୁଅଛି।


ପୂର୍ବରୁ ସଙ୍କଳ୍ପ କରିଥିବା ଆପଣା ମଙ୍ଗଳମୟ ଇଚ୍ଛାନୁସାରେ ସେ ଆମ୍ଭମାନଙ୍କୁ ଆପଣା ଇଚ୍ଛାର ନିଗୂଢ଼ତତ୍ତ୍ୱ ଜ୍ଞାତ କରାଇଅଛନ୍ତି,


ସେଥିରେ ସେ କହିଲେ, ଈଶ୍ବରଙ୍କ ରାଜ୍ୟର ରହସ୍ୟ ଜାଣିବା ନିମନ୍ତେ ତୁମ୍ଭମାନଙ୍କୁ ଶକ୍ତି ଦିଆଯାଇଅଛି, କିନ୍ତୁ ଅନ୍ୟମାନଙ୍କୁ ଦୃଷ୍ଟାନ୍ତରେ କୁହାଯାଏ, “‘ଯେପରି ସେମାନେ ଦେଖୁ ଦେଖୁ ଦେଖିପାରିବେ ନାହିଁ ଓ ଶୁଣୁ ଶୁଣୁ ବୁଝିପାରିବେ ନାହିଁ।’”


ମଦ୍ୟପାନରେ ଅନାସକ୍ତ ଓ କୁତ୍ସିତ ଧନଲାଭରେ ନିର୍ଲୋଭ ହେବା ଆବଶ୍ୟକ;


ଆଉ, ଯଦି ମୋହର ଭାବବାଣୀ କହିବାର ଶକ୍ତି ଥାଏ ଏବଂ ମୁଁ ସମସ୍ତ ନିଗୂଢ଼ତତ୍ତ୍ୱ ଓ ସମସ୍ତ ଜ୍ଞାନରେ ପାରଦର୍ଶୀ ହୋଇଥାଏ, ପୁଣି, ପର୍ବତକୁ ସ୍ଥାନାନ୍ତର କରିବା ନିମନ୍ତେ ମୋହର ସମ୍ପୂର୍ଣ୍ଣ ବିଶ୍ୱାସ ଥାଏ, କିନ୍ତୁ ମୋହର ପ୍ରେମ ନ ଥାଏ, ତେବେ ମୁଁ କିଛି ନୁହେଁ।


ସେ ଉତ୍ତର ଦେଲେ, “କାରଣ ସ୍ୱର୍ଗରାଜ୍ୟର ନିଗୂଢ଼ ତତ୍ତ୍ୱସମୂହ ଜାଣିବା ନିମନ୍ତେ ତୁମ୍ଭମାନଙ୍କୁ ଶକ୍ତି ଦିଆଯାଇଅଛି, କିନ୍ତୁ ସେମାନଙ୍କୁ ଦିଆଯାଇନାହିଁ।


କାରଣ, ହେ ଭାଇମାନେ, ତୁମ୍ଭେମାନେ ଯେପରି ଆପଣା ଆପଣାକୁ ବୁଦ୍ଧିମାନ ବୋଲି ମନେ ନ କର ଏଥିନିମନ୍ତେ ତୁମ୍ଭେମାନେ ଯେ ଏହି ନିଗୂଢ଼ତତ୍ତ୍ୱ ସମ୍ବନ୍ଧରେ ଅଜ୍ଞ ରୁହ, ଏହା ମୋହର ଇଚ୍ଛା ନୁହେଁ, ଅର୍ଥାତ୍‍, ଯେପର୍ଯ୍ୟନ୍ତ ଅଣଯିହୁଦୀମାନେ ପୂର୍ଣ୍ଣ ସଂଖ୍ୟାରେ ପ୍ରବେଶ କରି ନାହାନ୍ତି, ସେପର୍ଯ୍ୟନ୍ତ ଇସ୍ରାଏଲ ଅଂଶକ୍ରମେ କଠିନ ହୋଇଅଛି;


ଯେଉଁ ଈଶ୍ବର ମୋହର ସୁସମାଚାର ଓ ଯୀଶୁ ଖ୍ରୀଷ୍ଟଙ୍କ ବିଷୟକ ପ୍ରଚାର ଅନୁସାରେ, ଅର୍ଥାତ୍‍ ଯେଉଁ ନିଗୂଢ଼ତତ୍ତ୍ୱ ଅନାଦିକାଳରୁ ଗୁପ୍ତ ଥିଲା,


ଅର୍ଥାତ୍‍ ପ୍ରତ୍ୟାଦେଶ ଦ୍ୱାରା ସେହି ନିଗୂଢ଼ତତ୍ତ୍ୱ ମୋତେ ଜ୍ଞାତ କରାଗଲା, ଯେପରି ମୁଁ ପୂର୍ବେ ସଂକ୍ଷିପ୍ତ ଭାବରେ ଲେଖିଅଛି।


ପୁଣି, ସର୍ବସୃଷ୍ଟିକର୍ତ୍ତା ଈଶ୍ବରଙ୍କଠାରେ ପ୍ରାଚୀନକାଳରୁ ଗୁପ୍ତ ହୋଇ ରହିଥିବା ନିଗୂଢ଼ତତ୍ତ୍ୱ ସମ୍ବନ୍ଧରେ ତାହାଙ୍କ ସଂକଳ୍ପ କଅଣ, ତାହା ଆଲୋକରେ ପ୍ରକାଶ କରିବା ପାଇଁ ଅନୁଗ୍ରହ ପ୍ରଦତ୍ତ ହୋଇଅଛି,


ସେହି ନିଗୂଢ଼ତତ୍ତ୍ୱ ପ୍ରାଚୀନକାଳ ଓ ପୂର୍ବପୁରୁଷମାନଙ୍କଠାରୁ ଗୁପ୍ତ ହୋଇ ରହିଥିଲା, କିନ୍ତୁ ଏବେ ତାହାଙ୍କ ସାଧୁମାନଙ୍କ ନିକଟରେ ପ୍ରକାଶିତ ହୋଇଅଛି।


Swiv nou:

Piblisite


Piblisite