Biblia Todo Logo
Bib sou entènèt

- Piblisite -




ଏଫିସୀୟ 3:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ସେହି ନିଗୂଢ଼ତତ୍ତ୍ୱ ଏବେ ଆତ୍ମାଙ୍କ ଦ୍ୱାରା ତାହାଙ୍କ ପବିତ୍ର ପ୍ରେରିତ ଓ ଭାବବାଦୀମାନଙ୍କ ନିକଟରେ ଯେପରି ପ୍ରକାଶିତ ହୋଇଅଛି, ପୂର୍ବ କାଳର ମନୁଷ୍ୟ ସନ୍ତାନମାନଙ୍କ ନିକଟରେ ପ୍ରକାଶିତ ହୋଇ ନ ଥିଲା,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ସେହି ନିଗୂଢ଼ତତ୍ତ୍ଵ ଏବେ ଆତ୍ମାଙ୍କ ଦ୍ଵାରା ତାହାଙ୍କ ପବିତ୍ର ପ୍ରେରିତ ଓ ଭାବବାଦୀମାନଙ୍କ ନିକଟରେ ଯେପରି ପ୍ରକାଶିତ ହୋଇଅଛି, ପୂର୍ବକାଳର ମନୁଷ୍ୟସନ୍ତାନମାନଙ୍କ ନିକଟରେ ସେହିପରି ପ୍ରକାଶିତ ହୋଇ ନ ଥିଲା,

Gade chapit la Kopi

ଓଡିଆ ବାଇବେଲ

5 ସେହି ନିଗୂଢ଼ତତ୍ତ୍ୱ ଏବେ ଆତ୍ମାଙ୍କ ଦ୍ୱାରା ତାହାଙ୍କ ପବିତ୍ର ପ୍ରେରିତ ଓ ଭାବବାଦୀମାନଙ୍କ ନିକଟରେ ଯେପରି ପ୍ରକାଶିତ ହୋଇଅଛି, ପୂର୍ବ କାଳର ମନୁଷ୍ୟ ସନ୍ତାନମାନଙ୍କ ନିକଟରେ ପ୍ରକାଶିତ ହୋଇ ନ ଥିଲା,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

5 ଅତୀତରେ ମାନବ ଜାତିକୁ ଏହି ନିଗୂଢ଼ ତତ୍ତ୍ୱ ସମ୍ବନ୍ଧରେ କୁହାଯାଇ ନ ଥିଲା। କିନ୍ତୁ ଈଶ୍ୱର ବର୍ତ୍ତମାନ ତାଙ୍କର ପବିତ୍ର ପ୍ରେରିତ ଶିଷ୍ୟ ଓ ଭାବବାଦୀମାନଙ୍କୁ ଆତ୍ମାଙ୍କ ଦ୍ୱାରା ଏହା ପ୍ରକାଶ କରିଛନ୍ତି।

Gade chapit la Kopi

ପବିତ୍ର ବାଇବଲ

5 ପୂର୍ବବର୍ତ୍ତୀ ସମୟର ଲୋକମାନଙ୍କୁ ଏହି ଗୁପ୍ତ ସତ୍ୟ ବିଷୟରେ କୁହାଯାଇ ନ ଥିଲା। କିନ୍ତୁ ପରମେଶ୍ୱର ଏବେ ନିଜର ପବିତ୍ର ପ୍ରେରିତ ଓ ଭବିଷ୍ୟ‌ଦ୍‌‌‌‌ବକ୍ତାମାନଙ୍କ ନିକଟରେ ପବିତ୍ରଆତ୍ମାଙ୍କ ମାଧ୍ୟମରେ ସେହି ଗୁପ୍ତ ସତ୍ୟଟି ପ୍ରକାଶ କରିଛନ୍ତି।

Gade chapit la Kopi




ଏଫିସୀୟ 3:5
24 Referans Kwoze  

କିନ୍ତୁ, ହେ ପ୍ରିୟମାନେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ପ୍ରେରିତମାନେ ପୂର୍ବେ ଯେଉଁସବୁ କଥା କହିଅଛନ୍ତି, ସେହିସବୁ ସ୍ମରଣ କର;


ତୁମ୍ଭେମାନେ ଯେପରି ପବିତ୍ର ଭାବବାଦୀମାନଙ୍କ ଦ୍ୱାରା ପୂର୍ବକାଳରେ ଉକ୍ତ ବାକ୍ୟସବୁ ପୁଣି, ତୁମ୍ଭମାନଙ୍କ ପ୍ରେରିତମାନଙ୍କ ଦ୍ୱାରା କଥିତ ପ୍ରଭୁ ଓ ତ୍ରାଣକର୍ତ୍ତାଙ୍କର ଆଜ୍ଞାଗୁଡ଼ିକ ସ୍ମରଣରେ ରଖ, ଏଥିନିମନ୍ତେ ଉଭୟ ପତ୍ରରେ ମୁଁ ତୁମ୍ଭମାନଙ୍କୁ ସେହିସବୁ ସ୍ମରଣ କରାଇ ତୁମ୍ଭମାନଙ୍କ ସରଳ ମନକୁ ଉତ୍ତେଜିତ କରିବାକୁ ଚେଷ୍ଟା କରୁଅଛି।


ତୁମ୍ଭେମାନେ ପ୍ରେରିତ ଓ ଭାବବାଦୀମାନଙ୍କର ଭିତ୍ତିମୂଳ ଉପରେ ନିର୍ମିତ ହୋଇଅଛ, ଖ୍ରୀଷ୍ଟ ଯୀଶୁ ସ୍ୱୟଂ ସେଥିର କୋଣର ପ୍ରଧାନ ପ୍ରସ୍ତର;


ପୁଣି, ସର୍ବସୃଷ୍ଟିକର୍ତ୍ତା ଈଶ୍ବରଙ୍କଠାରେ ପ୍ରାଚୀନକାଳରୁ ଗୁପ୍ତ ହୋଇ ରହିଥିବା ନିଗୂଢ଼ତତ୍ତ୍ୱ ସମ୍ବନ୍ଧରେ ତାହାଙ୍କ ସଂକଳ୍ପ କଅଣ, ତାହା ଆଲୋକରେ ପ୍ରକାଶ କରିବା ପାଇଁ ଅନୁଗ୍ରହ ପ୍ରଦତ୍ତ ହୋଇଅଛି,


ଆଉ ସେ ସେମାନଙ୍କୁ କହିଲେ, କୌଣସି ଅଣଯିହୁଦୀ ସାଙ୍ଗରେ ମିଶିବା କିମ୍ବା ତାହା ପାଖକୁ ଯିବା ଯିହୁଦୀ ଲୋକ ପକ୍ଷରେ କିପରି ବିଧିସଙ୍ଗତ ନୁହେଁ, ତାହା ଆପଣମାନେ ଜାଣନ୍ତି; ତଥାପି କୌଣସି ଲୋକକୁ ଅପବିତ୍ର କି ଅଶୁଚି ବୋଲି ନ କହିବାକୁ ଈଶ୍ବର ମୋତେ ଦେଖାଇଅଛନ୍ତି।


କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭେମାନେ ଯାହା ଯାହା ଦେଖୁଅଛ ସେହିସବୁ ଅନେକ ଭାବବାଦୀ ଓ ରାଜା ଦେଖିବାକୁ ଇଚ୍ଛା କଲେ, କିନ୍ତୁ ଦେଖିଲେ ନାହିଁ; ପୁଣି, ତୁମ୍ଭେମାନେ ଯାହା ଯାହା ଶୁଣୁଅଛ ସେହିସବୁ ସେମାନେ ଶୁଣିବାକୁ ଇଚ୍ଛା କଲେ, କିନ୍ତୁ ଶୁଣିଲେ ନାହିଁ।”


କିନ୍ତୁ ସେହି ସାହାଯ୍ୟକାରୀ, ଅର୍ଥାତ୍‍ ଯେଉଁ ପବିତ୍ର ଆତ୍ମାଙ୍କୁ ପିତା ମୋʼ ନାମରେ ପ୍ରେରଣ କରିବେ, ସେ ତୁମ୍ଭମାନଙ୍କୁ ସମସ୍ତ ବିଷୟ ଶିକ୍ଷା ଦେବେ, ଆଉ ମୁଁ ତୁମ୍ଭମାନଙ୍କୁ ଯାହା ଯାହା କହିଅଛି, ସେହିସବୁ ତୁମ୍ଭମାନଙ୍କୁ ସ୍ମରଣ କରାଇବେ।


କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ଯାହା ଯାହା ଦେଖୁଅଛ, ସେହିସବୁ ଅନେକ ଭାବବାଦୀ ଓ ଧାର୍ମିକ ଲୋକ ଦେଖିବାକୁ ଇଚ୍ଛା କଲେ, କିନ୍ତୁ ଦେଖିଲେ ନାହିଁ; ପୁଣି, ତୁମ୍ଭେମାନେ ଯାହା ଶୁଣୁଅଛ, ସେହିସବୁ ସେମାନେ ଶୁଣିବାକୁ ଇଚ୍ଛା କଲେ, କିନ୍ତୁ ଶୁଣିଲେ ନାହିଁ।”


ଯେଉଁ ଈଶ୍ବର ମୋହର ସୁସମାଚାର ଓ ଯୀଶୁ ଖ୍ରୀଷ୍ଟଙ୍କ ବିଷୟକ ପ୍ରଚାର ଅନୁସାରେ, ଅର୍ଥାତ୍‍ ଯେଉଁ ନିଗୂଢ଼ତତ୍ତ୍ୱ ଅନାଦିକାଳରୁ ଗୁପ୍ତ ଥିଲା,


କିନ୍ତୁ ସେ, ଅର୍ଥାତ୍‍, ସତ୍ୟମୟ ଆତ୍ମା ଆସିଲେ ସେ ପଥ ଦେଖାଇ ତୁମ୍ଭମାନଙ୍କୁ ସମସ୍ତ ସତ୍ୟରେ ପ୍ରବେଶ କରାଇବେ, କାରଣ ସେ ଆପଣାଠାରୁ କଥା କହିବେ ନାହିଁ, ମାତ୍ର ଯାହା ଯାହା ଶୁଣିବେ, ସେହିସବୁ କହିବେ, ପୁଣି, ଆଗାମୀ ବିଷୟସବୁ ତୁମ୍ଭମାନଙ୍କୁ ଜଣାଇବେ।


ଏଣୁ ଦେଖ, ମୁଁ ତୁମ୍ଭମାନଙ୍କ ନିକଟକୁ ଭାବବାଦୀ, ଜ୍ଞାନୀ ଓ ଶାସ୍ତ୍ରୀମାନଙ୍କୁ ପ୍ରେରଣ କରୁଅଛି; ସେମାନଙ୍କ ମଧ୍ୟରୁ କାହା କାହାକୁ ତୁମ୍ଭେମାନେ ହତ୍ୟା କରିବ ଓ କ୍ରୁଶରେ ବଧ କରିବ, ଆଉ କାହା କାହାକୁ ତୁମ୍ଭମାନଙ୍କ ସମାଜଗୃହରେ କୋରଡ଼ା ମାରିବ ଓ ନଗରକୁ ନଗର ତାଡ଼ନା କରିବ,


ତେଣୁ ଈଶ୍ବର ମଧ୍ୟ ଆପଣା ଜ୍ଞାନରେ କହିଅଛନ୍ତି, ଆମ୍ଭେ ସେମାନଙ୍କ ନିକଟକୁ ଭାବବାଦୀ ଓ ପ୍ରେରିତମାନଙ୍କୁ ପଠାଇବୁ; ସେମାନଙ୍କ ମଧ୍ୟରୁ କାହା କାହାକୁ ସେମାନେ ବଧ କରିବେ ଓ କାହା କାହାକୁ ତାଡ଼ନା କରିବେ,


ସେହିପରି ସେ ଅନେକ ଦେଶୀୟମାନଙ୍କୁ ଛିଞ୍ଚିବେ; ରାଜାମାନେ ତାହାଙ୍କ ଛାମୁରେ ଆପଣା ଆପଣା ମୁଖ ବନ୍ଦ କରିବେ; କାରଣ ଯାହା ସେମାନଙ୍କୁ କୁହାଯାଇ ନ ଥିଲା, ତାହା ସେମାନେ ଦେଖିବେ ଓ ଯାହା ସେମାନେ ଶୁଣି ନ ଥିଲେ, ତାହା ସେମାନେ ବୁଝିବେ।


କିନ୍ତୁ ଈଶ୍ବର ଆମ୍ଭମାନଙ୍କ ନିମନ୍ତେ ପବିତ୍ର ଆତ୍ମାଙ୍କ ଦ୍ୱାରା ସେ ସମସ୍ତ ପ୍ରକାଶ କରିଅଛନ୍ତି ଯେଣୁ ସେହି ଆତ୍ମା ସମସ୍ତ ବିଷୟ, ହଁ, ଈଶ୍ବରଙ୍କର ଗଭୀର ବିଷୟସବୁ ଅନୁସନ୍ଧାନ କରନ୍ତି।


ସେମାନେ ତାହାଙ୍କୁ କହିଲେ, ‘କାରଣ କେହି ଆମ୍ଭମାନଙ୍କୁ ମୂଲ ଲଗାଇ ନାହାନ୍ତି।’ ସେ ସେମାନଙ୍କୁ କହିଲେ, ‘ତୁମ୍ଭେମାନେ ମଧ୍ୟ ଦ୍ରାକ୍ଷାକ୍ଷେତ୍ରକୁ ଯାଅ।’


Swiv nou:

Piblisite


Piblisite