Biblia Todo Logo
Bib sou entènèt

- Piblisite -




ଏଫିସୀୟ 4:30 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 ଆଉ ଈଶ୍ବରଙ୍କ ଯେଉଁ ପବିତ୍ର ଆତ୍ମାଙ୍କ ଦ୍ୱାରା ତୁମ୍ଭେମାନେ ମୁକ୍ତି ଦିବସ ନିମନ୍ତେ ମୁଦ୍ରାଙ୍କିତ ହୋଇଅଛ, ତାହାଙ୍କୁ ଦୁଃଖ ଦିଅ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

30 ଆଉ ଈଶ୍ଵରଙ୍କ ଯେଉଁ ପବିତ୍ର ଆତ୍ମାଙ୍କ ଦ୍ଵାରା ତୁମ୍ଭେମାନେ ମୁକ୍ତି-ଦିବସ ନିମନ୍ତେ ମୁଦ୍ରାଙ୍କିତ ହୋଇଅଛ, ତାହାଙ୍କୁ ଦୁଃଖ ଦିଅ ନାହିଁ।

Gade chapit la Kopi

ଓଡିଆ ବାଇବେଲ

30 ଆଉ ଈଶ୍ୱରଙ୍କ ଯେଉଁ ପବିତ୍ର ଆତ୍ମାଙ୍କ ଦ୍ୱାରା ତୁମ୍ଭେମାନେ ମୁକ୍ତି ଦିବସ ନିମନ୍ତେ ମୁଦ୍ରାଙ୍କିତ ହୋଇଅଛ , ତାହାଙ୍କୁ ଦୁଃଖ ଦିଅ ନାହିଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

30 ଈଶ୍ୱରଙ୍କ ପବିତ ଆତ୍ମାଙ୍କୁ ଦୁଃଖ ଦିଅ ନାହିଁ। କାରଣ ପବିତ୍ର ଆତ୍ମା ତୁମ୍ଭମାନଙ୍କ ଉପରେ ଈଶ୍ୱରଙ୍କ ସ୍ୱତ୍ୱାଧିକାରର ଚିହ୍ନ ସ୍ୱରୂପ ଓ ଈଶ୍ୱର ଯେ ଦିନେ ତୁମ୍ଭମାନଙ୍କର ମୁକ୍ତି ସାଧନ କରିବେ, ଏହାର ପ୍ରତିଭୂ।

Gade chapit la Kopi

ପବିତ୍ର ବାଇବଲ

30 ପବିତ୍ରଆତ୍ମାଙ୍କୁ ଦୁଃଖ ଦିଅ ନାହିଁ। ତୁମ୍ଭେ ଯେ ପରମେଶ୍ୱରଙ୍କର ଅଟ ଏହା ସେ ଆତ୍ମା ପ୍ରମାଣ ଦିଅନ୍ତି। ଉଚିତ୍ ସମୟ ଉପସ୍ଥିତ ହେଲେ ପରମେଶ୍ୱର ତୁମ୍ଭକୁ ସ୍ୱାଧୀନତା ପ୍ରଦାନ କରିବେ। ଏହା ଦର୍ଶାଇବା ପାଇଁ ସେ ପବିତ୍ରଆତ୍ମାଙ୍କୁ ଦେଇଅଛନ୍ତି।

Gade chapit la Kopi




ଏଫିସୀୟ 4:30
23 Referans Kwoze  

ପବିତ୍ର ଆତ୍ମାଙ୍କୁ ନିର୍ବାଣ ନ କର;


ମାତ୍ର ସେମାନେ ବିଦ୍ରୋହୀ ହେଲେ ଓ ତାହାଙ୍କର ପବିତ୍ର ଆତ୍ମାଙ୍କୁ ଶୋକାକୁଳ କଲେ; ଏନିମନ୍ତେ ସେ ଫେରି ସେମାନଙ୍କର ଶତ୍ରୁ ହେଲେ ଓ ଆପେ ସେମାନଙ୍କର ବିପକ୍ଷରେ ଯୁଦ୍ଧ କଲେ।


ଏନିମନ୍ତେ ସଦାପ୍ରଭୁ ପୃଥିବୀରେ ମନୁଷ୍ୟକୁ ନିର୍ମାଣ କରିବା ସକାଶୁ ଅନୁତାପ କରି ମନରେ ଶୋକ କଲେ।


ହେ ଦାମ୍ଭିକମାନେ ପୁଣି, ଅସୁନ୍ନତି ହୃଦୟ ଓ କର୍ଣ୍ଣ ବିଶିଷ୍ଟ ଲୋକେ, ଆପଣମାନେ ସର୍ବଦା ପବିତ୍ର ଆତ୍ମାଙ୍କର ପ୍ରତିରୋଧ କରୁଅଛନ୍ତି; ଆପଣମାନଙ୍କର ପିତୃ-ପୁରୁଷମାନେ ଯେପରି ଆପଣମାନେ ମଧ୍ୟ ସେହିପରି।


ଆଉ କେବଳ ତାହା ନୁହେଁ, କିନ୍ତୁ ପ୍ରଥମ ଫଳ ସ୍ୱରୂପେ ଆତ୍ମାଙ୍କୁ ପାଇଅଛୁ ଯେ ଆମ୍ଭେମାନେ, ଆମ୍ଭେମାନେ ନିଜେ ନିଜେ ମଧ୍ୟ ପୁତ୍ରତ୍ୱ, ଅର୍ଥାତ୍‍ ଆପଣା ଆପଣା ଶରୀରର ମୁକ୍ତି ନିମନ୍ତେ ଅପେକ୍ଷା କରୁ କରୁ ଆପଣା ଆପଣା ଅନ୍ତରରେ ଆର୍ତ୍ତନାଦ କରୁଅଛୁ।


ଆଉ ଯେ ମୃତମାନଙ୍କ ମଧ୍ୟରୁ ଯୀଶୁଙ୍କୁ ଉଠାଇଲେ, ତାହାଙ୍କର ଆତ୍ମା ଯଦି ତୁମ୍ଭମାନଙ୍କଠାରେ ବାସ କରନ୍ତି, ତେବେ ଯେ ମୃତମାନଙ୍କ ମଧ୍ୟରୁ ଖ୍ରୀଷ୍ଟ ଯୀଶୁଙ୍କୁ ଉଠାଇଲେ, ସେ ତୁମ୍ଭମାନଙ୍କଠାରେ ବାସ କରୁଥିବା ଆପଣା ଆତ୍ମାଙ୍କ ଦ୍ୱାରା ତୁମ୍ଭମାନଙ୍କ ମର୍ତ୍ତ୍ୟ ଶରୀରକୁ ମଧ୍ୟ ଜୀବିତ କରିବେ।


ସେଥିରେ ଯୀଶୁ ସେମାନଙ୍କ ହୃଦୟର କଠିନତା ସକାଶେ ଦୁଃଖିତ ହୋଇ କ୍ରୋଧରେ ଚାରିଅାଡ଼େ ସେମାନଙ୍କ ପ୍ରତି ଦୃଷ୍ଟିପାତ କରି ସେହି ଲୋକକୁ କହିଲେ, “ହାତ ବଢ଼ାଅ।” ସେ ଆପଣା ହାତ ବଢ଼ାଇଲା, ଆଉ ତାହା ପୁଣି, ଭଲ ହୋଇଗଲା।


ତୁମ୍ଭେ ରୌପ୍ୟ ମୁଦ୍ରା ଦେଇ ଆମ୍ଭ ପାଇଁ ସୁଗନ୍ଧି ବଚ କ୍ରୟ କରି ନାହଁ, କିଅବା ତୁମ୍ଭ ବଳିର ମେଦରେ ଆମ୍ଭକୁ ତୃପ୍ତ କରି ନାହଁ; ମାତ୍ର ତୁମ୍ଭେ ଆପଣା ପାପ ଦ୍ୱାରା ଆମ୍ଭକୁ ଦାସ୍ୟକର୍ମ କରାଇଅଛ, ତୁମ୍ଭେ ଆପଣା ନାନା ଅଧର୍ମରେ ଆମ୍ଭକୁ କ୍ଳାନ୍ତ କରିଅଛ।


ସେମାନେ ପ୍ରାନ୍ତର ମଧ୍ୟରେ କେତେ ଥର ତାହାଙ୍କର ବିଦ୍ରୋହୀ ହେଲେ ଓ ମରୁଭୂମିରେ ତାହାଙ୍କୁ ଅସନ୍ତୁଷ୍ଟ କଲେ।


ତହିଁରେ ସଦାପ୍ରଭୁ କହିଲେ, “ଆମ୍ଭର ଆତ୍ମା ମନୁଷ୍ୟ ଉପରେ ସର୍ବଦା ଅଧିଷ୍ଠାନ କରିବ ନାହିଁ, ଯେହେତୁ ସେମାନଙ୍କ ବିପଥଗମନରେ ସେମାନେ ମାଂସ ମାତ୍ର; ଏଥିନିମନ୍ତେ ସେମାନଙ୍କ ସମୟ ଶହେ କୋଡ଼ିଏ ବର୍ଷ ହେବ।”


ଏଥିରେ ସେ କହିଲେ, “ହେ ଦାଉଦର ବଂଶ, ତୁମ୍ଭେମାନେ ଏବେ ଶୁଣ; ମନୁଷ୍ୟର ଧୈର୍ଯ୍ୟକୁ ପରୀକ୍ଷା କରିବାର ତୁମ୍ଭମାନଙ୍କ ପ୍ରତି କ୍ଷୁଦ୍ର ବିଷୟ ବୋଲି କି ତୁମ୍ଭେମାନେ ମୋʼ ପରମେଶ୍ୱରଙ୍କ ଧୈର୍ଯ୍ୟ ମଧ୍ୟ ପରୀକ୍ଷା କରିବ?


ତୁମ୍ଭେ ଆପଣା ଯୌବନାବସ୍ଥା ସ୍ମରଣ କରି ନାହଁ, ମାତ୍ର ଏହିସବୁ ବିଷୟରେ ଆମ୍ଭକୁ ବିରକ୍ତ କରିଅଛ, ଏହେତୁ ଦେଖ, ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ହିଁ ତୁମ୍ଭ କାର୍ଯ୍ୟର ଫଳ ତୁମ୍ଭ ମସ୍ତକରେ ବର୍ତ୍ତାଇବା, ତହିଁରେ ତୁମ୍ଭେ ଆପଣାର ସକଳ ଘୃଣାଯୋଗ୍ୟ କ୍ରିୟା ଉପରେ ଏପ୍ରକାର ଭ୍ରଷ୍ଟାଚରଣ କରିବ ନାହିଁ।


ଆମ୍ଭେ ଚାଳିଶ ବର୍ଷ ଯାଏ ସେହି ବଂଶ ପ୍ରତି ବିରକ୍ତ ଥିଲୁ, ପୁଣି କହିଲୁ, “ଏହି ଲୋକମାନେ ଅନ୍ତଃକରଣରେ ଭ୍ରାନ୍ତ ଓ ସେମାନେ ଆମ୍ଭର ପଥ ଜାଣି ନାହାନ୍ତି;”


“ତେଣୁ ଆମ୍ଭେ ଏହି ବଂଶ ପ୍ରତି ବିରକ୍ତ ହୋଇ କହିଲୁ, ସେମାନେ ସର୍ବଦା ହୃଦୟରେ ଭ୍ରାନ୍ତ ଅଟନ୍ତି, ସେମାନେ ଆମ୍ଭର ମାର୍ଗସବୁ ଜାଣି ନାହାନ୍ତି।


କିନ୍ତୁ ତାହାଙ୍କ ହେତୁ ତୁମ୍ଭେମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଅଛ, ସେ ଈଶ୍ବରଙ୍କଠାରୁ ଆମ୍ଭମାନଙ୍କ ନିମନ୍ତେ ଜ୍ଞାନ, ଅର୍ଥାତ୍‍, ଧାର୍ମିକତା, ପବିତ୍ରତା ଓ ମୁକ୍ତି-ସ୍ୱରୂପ ହୋଇଅଛନ୍ତି।


ଆଉ କେଉଁମାନଙ୍କ ଉପରେ ଚାଳିଶ ବର୍ଷ ପର୍ଯ୍ୟନ୍ତ ସେ ବିରକ୍ତ ହୋଇଥିଲେ? ଯେଉଁମାନେ ପାପ କରିଥିଲେ, ଯେଉଁମାନଙ୍କ ଶବ ପ୍ରାନ୍ତରରେ ପଡ଼ି ରହିଥିଲା, କଅଣ ସେମାନଙ୍କ ଉପରେ ନୁହେଁ?


କିନ୍ତୁ ଏହି କ୍ଷୟ ଶରୀର ଅକ୍ଷୟରୂପ ବସ୍ତ୍ର ଓ ଏହି ମର୍ତ୍ତ୍ୟ ଶରୀର ଅମରତାରୂପ ବସ୍ତ୍ର ପରିଧାନ କଲା ଉତ୍ତାରେ ଶାସ୍ତ୍ରରେ ଏହି ଲିଖିତ ବାକ୍ୟ ସଫଳ ହେବ,


ଆମ୍ଭେ ପାତାଳର ପରାକ୍ରମରୁ ସେମାନଙ୍କୁ ଉଦ୍ଧାର କରିବା; ଆମ୍ଭେ ମୃତ୍ୟୁୁରୁ ସେମାନଙ୍କୁ ମୁକ୍ତ କରିବା; ହେ ମୃତ୍ୟୁୁ, ତୁମ୍ଭର ମହାମାରୀ କାହିଁ? ହେ ପାତାଳ, ତୁମ୍ଭର ସଂହାର କାହିଁ? ଅନୁତାପ ଆମ୍ଭ ଦୃଷ୍ଟିରୁ ଗୁପ୍ତ ରହିବ।


ଏଥିଉତ୍ତାରେ ସେମାନେ ଆପଣାମାନଙ୍କ ମଧ୍ୟରୁ ବିଦେଶୀୟ ଦେବଗଣକୁ ଦୂର କରି ସଦାପ୍ରଭୁଙ୍କର ସେବା କଲେ; ତହିଁରେ ଇସ୍ରାଏଲର ଦୁଃଖରେ ତାହାଙ୍କର ପ୍ରାଣ ଅସ୍ଥିର ହେଲା।


କିନ୍ତୁ ଏହି ସମସ୍ତ ଘଟଣା ଆରମ୍ଭ ହେଲେ ତୁମ୍ଭେମାନେ ଉପରକୁ ଅନାଅ ଓ ମସ୍ତକ ଉଠାଅ, ଯେଣୁ ତୁମ୍ଭମାନଙ୍କର ମୁକ୍ତି ସନ୍ନିକଟ।”


ଯେ ତାହାଙ୍କର ସାକ୍ଷ୍ୟ ଗ୍ରହଣ କରିଅଛି, ଈଶ୍ବର ଯେ ସତ୍ୟ, ଏହା ସେ ମୁଦ୍ରାଙ୍କନ କରିଅଛି।


ତେବେ ଭାବି ଦେଖ, ଯେ ଈଶ୍ବରଙ୍କ ପୁତ୍ରଙ୍କୁ ପଦଦଳିତ କରିଅଛି, ନିୟମର ଯେଉଁ ରକ୍ତ ଦ୍ୱାରା ସେ ପବିତ୍ରୀକୃତ ହୋଇଥିଲା, ତାହାକୁ ଅପବିତ୍ର ବୋଲି ମନେ କରିଅଛି ଓ ଅନୁଗ୍ରହଦାତା ଆତ୍ମାଙ୍କୁ ଅବମାନନା କରିଅଛି, ସେ କେଡ଼େ ଅଧିକ ଗୁରୁତର ଦଣ୍ଡର ଯୋଗ୍ୟ ନ ହେବ!


Swiv nou:

Piblisite


Piblisite