Biblia Todo Logo
Bib sou entènèt

- Piblisite -




ଏଫିସୀୟ 6:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 କାରଣ ଆମ୍ଭମାନଙ୍କ ଯୁଦ୍ଧ ମର୍ତ୍ତ୍ୟ ବିରୁଦ୍ଧରେ ନୁହେଁ, କିନ୍ତୁ ଆଧିପତ୍ୟ ଓ କର୍ତ୍ତାପଣ ବିରୁଦ୍ଧରେ, ଏହି ଅନ୍ଧକାରର ଜଗତ୍ପତିମାନଙ୍କ ବିରୁଦ୍ଧରେ ପୁଣି, ଆକାଶମଣ୍ଡଳର ଦୁଷ୍ଟାତ୍ମାମାନଙ୍କ ବିରୁଦ୍ଧରେ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 କାରଣ ଆମ୍ଭମାନଙ୍କ ଯୁଦ୍ଧ ମର୍ତ୍ତ୍ୟ ବିରୁଦ୍ଧରେ ନୁହେଁ, କିନ୍ତୁ ଆଧିପତ୍ୟ ବିରୁଦ୍ଧରେ, କର୍ତ୍ତାପଣ ବିରୁଦ୍ଧରେ, ଏହି ଅନ୍ଧକାରର ଜଗତ୍ପତିମାନଙ୍କ ବିରୁଦ୍ଧରେ, ପୁଣି ଆକାଶମଣ୍ତଳର ଦୁଷ୍ଟାତ୍ମାମାନଙ୍କ ବିରୁଦ୍ଧରେ;

Gade chapit la Kopi

ଓଡିଆ ବାଇବେଲ

12 କାରଣ ଆମ୍ଭମାନଙ୍କ ଯୁଦ୍ଧ ମର୍ତ୍ତ୍ୟ ବିରୁଦ୍ଧରେ ନୁହେଁ, କିନ୍ତୁ ଆଧିପତ୍ୟ ଓ କର୍ତ୍ତାପଣ ବିରୁଦ୍ଧରେ, ଏହି ଅନ୍ଧକାରର ଜଗତପତିମାନଙ୍କ ବିରୁଦ୍ଧରେ ପୁଣି, ଆକାଶମଣ୍ଡଳର ଦୁଷ୍ଟାତ୍ମାମାନଙ୍କ ବିରୁଦ୍ଧରେ;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

12 କାରଣ ଆମ୍ଭେମାନେ ମର୍ତ୍ତ୍ୟବାସୀ ମନୁଷ୍ୟ ବିରୁଦ୍ଧରେ ଯୁଦ୍ଧ କରୁ ନାହୁଁ; ଆମେ ଶୂନ୍ୟମଣ୍ଡଳର ପୈଶାଚିକ ଶକ୍ତି ଏବଂ ଏହି ଅନ୍ଧକାର ଯୁଗର ଶାସକ, ଅଧିପତି ଓ ସମସ୍ତ ବିଶ୍ୱଶକ୍ତି ବିରୁଦ୍ଧରେ ଯୁଦ୍ଧ କରୁଛୁ।

Gade chapit la Kopi

ପବିତ୍ର ବାଇବଲ

12 ଆମ୍ଭର ସଂଘର୍ଷ ଏହି ପୃଥିବୀର ମନୁଷ୍ୟମାନଙ୍କ ବିରୁଦ୍ଧରେ ନୁହେଁ, ମାତ୍ର ପୃଥିବୀସ୍ଥ ଅନ୍ଧକାର ଶକ୍ତି, ପରାକ୍ରମୀ ଅଧିପତି ଓ ଶାସକମାନଙ୍କ ବିରୁଦ୍ଧରେ। ଆକାଶସ୍ଥ ଦୁଷ୍ଟାତ୍ମାମାନଙ୍କ ବିରୁଦ୍ଧରେ ଆମ୍ଭେ ସଂଘର୍ଷ କରୁଛୁ।

Gade chapit la Kopi




ଏଫିସୀୟ 6:12
25 Referans Kwoze  

ସେ ଆମ୍ଭମାନଙ୍କୁ ଅନ୍ଧକାରର କ୍ଷମତାରୁ ଉଦ୍ଧାର କରି ଆପଣା ପ୍ରେମପାତ୍ର ପୁତ୍ରଙ୍କ ରାଜ୍ୟ ମଧ୍ୟକୁ ସ୍ଥାନାନ୍ତର କରିଅଛନ୍ତି;


ଈଶ୍ବରଙ୍କ ପ୍ରତିମୂର୍ତ୍ତି ଯେ ଖ୍ରୀଷ୍ଟ ତାହାଙ୍କ ଗୌରବମୟ ସୁସମାଚାରର ଆଲୋକ ଯେପରି ଏହି ପ୍ରକାର ଲୋକଙ୍କ ପ୍ରତି ପ୍ରକାଶିତ ନ ହୁଏ, ଏଥିନିମନ୍ତେ ଏହି ଜଗତ୍‍ପତି ଅବିଶ୍ୱାସୀମାନଙ୍କର ଜ୍ଞାନଚକ୍ଷୁ ଅନ୍ଧ କରିଅଛି।


ଅର୍ଥାତ୍‍ ଯେଉଁ ଜଗତ୍‍ପତି ଏବେ ମଧ୍ୟ ଅନାଜ୍ଞାବହ ସନ୍ତାନମାନଙ୍କଠାରେ କାର୍ଯ୍ୟ ସାଧନ କରୁଅଛି, ତାହାର ଇଚ୍ଛାନୁସାରେ ତୁମ୍ଭେମାନେ ମଧ୍ୟ ପୂର୍ବରେ ଆଚରଣ କରି ଅପରାଧ ଓ ପାପରେ ମୃତ ଥିଲ;


ସମସ୍ତ ଆଧିପତ୍ୟ ଓ କର୍ତ୍ତାପଣର ଅସ୍ତ୍ରଶସ୍ତ୍ର ଛଡ଼ାଇ ପ୍ରକାଶରେ ସେମାନଙ୍କ ପ୍ରଦର୍ଶନପୂର୍ବକ କ୍ରୁଶରେ ବିଜୟ ଯାତ୍ରା କରିଅଛନ୍ତି।


ସେଥିପାଇଁ ସେମାନଙ୍କ ଚକ୍ଷୁ ଉନ୍ମୋଚନ କରିବା ନିମନ୍ତେ ଆମ୍ଭେ ତୁମ୍ଭକୁ ସେମାନଙ୍କ ନିକଟକୁ ପଠାଉଅଛୁ, ଆଉ ଆମ୍ଭେ ତୁମ୍ଭକୁ ସେମାନଙ୍କଠାରୁ ରକ୍ଷା କରିବୁ।”


ସେ ସମସ୍ତଙ୍କ ଉପରେ ତାହାଙ୍କୁ ଉନ୍ନତ କରାଇ ସ୍ୱର୍ଗରେ ଆପଣା ଦକ୍ଷିଣ ପାର୍ଶ୍ୱରେ ଉପବେଶନ କରାଇଲେ,


କାରଣ ମୃତ୍ୟୁ କି ଜୀବନ, ଦୂତ କି କର୍ତ୍ତାପଣ, ବର୍ତ୍ତମାନ କି ଭବିଷ୍ୟତ କି ପରାକ୍ରମ,


ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କଠାରେ ଈଶ୍ବର ଯେଉଁ ଚିରନ୍ତନ ସଂକଳ୍ପ କରିଥିଲେ,


ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଈଶ୍ବର ଓ ପିତା ଧନ୍ୟ ହେଉନ୍ତୁ, ସେ ଖ୍ରୀଷ୍ଟଙ୍କଠାରେ ଆମ୍ଭମାନଙ୍କୁ ସମସ୍ତ ଆତ୍ମିକ ଆଶୀର୍ବାଦ ଦ୍ୱାରା ସ୍ୱର୍ଗରେ ଆଶୀର୍ବାଦ କରିଅଛନ୍ତି,


ହେ ଭାଇମାନେ, ମୁଁ ଏହା କହୁଅଛି, ରକ୍ତ-ମାଂସ ଈଶ୍ବରଙ୍କ ରାଜ୍ୟ ଅଧିକାର କରିପାରେ ନାହିଁ, କିମ୍ବା କ୍ଷୟ ଅକ୍ଷୟତାକୁ ଅଧିକାର କରେ ନାହିଁ।


ସେହି ଯୀଶୁ ଖ୍ରୀଷ୍ଟ ସ୍ୱର୍ଗାରୋହଣ କରି ଈଶ୍ବରଙ୍କ ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ଅଛନ୍ତି, ଆଉ ଦୂତମାନେ, କ୍ଷମତାବାନ ଓ ଶକ୍ତିଶାଳୀମାନେ ତାହାଙ୍କ ବଶୀଭୂତ ହୋଇଅଛନ୍ତି।


ଅତଏବ, ଏଡ଼େ ବୃହତ୍ ମେଘ ତୁଲ୍ୟ ସାକ୍ଷୀମାନଙ୍କ ଦ୍ୱାରା ବେଷ୍ଟିତ ହେବାରୁ ଆସ, ଆମ୍ଭେମାନେ ପ୍ରତ୍ୟେକ ଭାର ଓ ସହଜରେ ବେଷ୍ଟନକାରୀ ପାପ ପରିତ୍ୟାଗ କରି ବିଶ୍ୱାସର ନେତା ଓ ସିଦ୍ଧଦାତା ଯୀଶୁଙ୍କୁ ଲକ୍ଷ୍ୟ କରି ଧୈର୍ଯ୍ୟ ସହକାରେ ଆମ୍ଭମାନଙ୍କ ଗନ୍ତବ୍ୟ ପଥରେ ଧାବମାନ ହେଉ।


ମୁଁ ତୁମ୍ଭମାନଙ୍କ ସହିତ ଆଉ ଅଧିକ କଥାବାର୍ତ୍ତା କରିବି ନାହିଁ, କାରଣ ଜଗତର ଅଧିପତି ଆସୁଅଛି; ଆଉ, ମୋʼ ଠାରେ ତାହାର କିଛି ହିଁ ନାହିଁ;


ଏବେ ଏହି ଜଗତର ବିଚାର ଉପସ୍ଥିତ; ଏବେ ଏହି ଜଗତର ଅଧିପତିକୁ ବାହାରେ ପକାଯିବ।


ନ୍ୟାୟବିଚାର ବିଷୟରେ କାରଣ ଏହି ଜଗତର ଅଧିପତି ବିଚାରିତ ହୋଇଅଛି।


ଏଥିରେ ସଦାପ୍ରଭୁ ଶୟତାନକୁ ପଚାରିଲେ, “ତୁମ୍ଭେ କେଉଁଠାରୁ ଆସିଲ?” ତହିଁରେ ଶୟତାନ ସଦାପ୍ରଭୁଙ୍କୁ ଉତ୍ତର କରି କହିଲା, “ପୃଥିବୀରେ ଏଣେତେଣେ ଭ୍ରମଣ ଓ ତହିଁ ମଧ୍ୟରେ ଗମନାଗମନ କରି କରି ଆସିଲି।”


ମୁଁ ପ୍ରତିଦିନ ତୁମ୍ଭମାନଙ୍କ ସହିତ ମନ୍ଦିରରେ ଥିବା ସମୟରେ ତୁମ୍ଭେମାନେ ମୋ ବିରୁଦ୍ଧରେ ହାତ ବଢ଼ାଇଲ ନାହିଁ; କିନ୍ତୁ ଏହା ତୁମ୍ଭମାନଙ୍କର ସମୟ ଓ ଅନ୍ଧକାରର କର୍ତ୍ତାପଣ।”


“ସଂକୀର୍ଣ୍ଣ ଦ୍ୱାର ଦେଇ ପ୍ରବେଶ କରିବାକୁ ପ୍ରାଣପଣ କର, କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ଅନେକ ପ୍ରବେଶ କରିବା ନିମନ୍ତେ ଚେଷ୍ଟା କରିବେ, କିନ୍ତୁ ପାରିବେ ନାହିଁ।


ଆହୁରି ମଧ୍ୟ ଯଦି ଜଣେ ଲୋକ ଖେଳରେ ଭାଗ ନିଏ, ସେ ନିୟମ ଅନୁସାରେ ତାହା ନ କଲେ ମୁକୁଟ ପାଏ ନାହିଁ।


ଏଥିରେ ଯୀଶୁ ତାହାଙ୍କୁ ଉତ୍ତର ଦେଲେ, “ହେ ଯୂନସର ପୁତ୍ର ଶିମୋନ, ତୁମ୍ଭେ ଧନ୍ୟ, କାରଣ ମନୁଷ୍ୟ ତୁମ୍ଭ ନିକଟରେ ଏହା ପ୍ରକାଶ କରି ନାହିଁ, ବରଂ ମୋହର ସ୍ୱର୍ଗସ୍ଥ ପିତା ଈଶ୍ବର ପ୍ରକାଶ କରିଅଛନ୍ତି।


ତୁମ୍ଭେମାନେ ପାପ ବିରୁଦ୍ଧରେ ଯୁଦ୍ଧ କରି ଏଯାଏଁ ରକ୍ତ-ବ୍ୟୟ ପର୍ଯ୍ୟନ୍ତ ପ୍ରତିରୋଧ କରି ନାହଁ,


ସେ ଯେତେବେଳେ ଆପଣା ପୁତ୍ରଙ୍କୁ ମୋʼ ଠାରେ ପ୍ରକାଶ କରିବା ନିମନ୍ତେ ସନ୍ତୁଷ୍ଟ ହେଲେ, ଯେପରି ମୁଁ ଅଣଯିହୁଦୀମାନଙ୍କ ମଧ୍ୟରେ ସୁସମାଚାର ପ୍ରଚାର କରେ, ସେତେବେଳେ ମୁଁ ମନୁଷ୍ୟଠାରୁ କୌଣସି ପରାମର୍ଶ ନ ନେଇ


ସେହି ଅନ୍ୟ ପ୍ରକାର ଲୋକେ ବୁଣାଯାଇଥିବା କଣ୍ଟକମୟ ଭୂମି ସଦୃଶ।


ଆଉ ଏହା ଆଶ୍ଚର୍ଯ୍ୟ ନୁହେଁ, କାରଣ ଶୟତାନ ନିଜେ ଦୀପ୍ତିମୟ ଦୂତର ବେଶ ଧାରଣ କରେ।


Swiv nou:

Piblisite


Piblisite