Biblia Todo Logo
Bib sou entènèt

- Piblisite -




ଏଫିସୀୟ 6:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ପିତା ଈଶ୍ବର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଭାଇମାନଙ୍କ ପ୍ରତି ଶାନ୍ତି ଓ ବିଶ୍ୱାସ ସହିତ ପ୍ରେମ ବର୍ତ୍ତୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ପିତା ଈଶ୍ଵର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଭାଇମାନଙ୍କ ପ୍ରତି ଶାନ୍ତି ଓ ବିଶ୍ଵାସ ସହିତ ପ୍ରେମ ବର୍ତ୍ତୁ।

Gade chapit la Kopi

ଓଡିଆ ବାଇବେଲ

23 ପିତା ଈଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଭାଇମାନଙ୍କ ପ୍ରତି ଶାନ୍ତି ଓ ବିଶ୍ୱାସ ସହିତ ପ୍ରେମ ବର୍ତ୍ତୁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

23 ପିତା ଈଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟ ବିଶ୍ୱାସୀ ଭାଇମାନଙ୍କୁ ଶାନ୍ତି, ପ୍ରେମ ଓ ବିଶ୍ୱାସ ପ୍ରଦାନ କରନ୍ତୁ।

Gade chapit la Kopi

ପବିତ୍ର ବାଇବଲ

23 ପ୍ରଭୁ ଯୀଶୁ ଖ୍ରୀଷ୍ଟ ଓ ପିତା ପରମେଶ୍ୱରଙ୍କ ଦ୍ୱାରା ଭାଇ ଓ ଭଉଣୀମାନଙ୍କୁ ଶାନ୍ତି, ପ୍ରେମ ଓ ବିଶ୍ୱାସ ପ୍ରାପ୍ତ ହେଉ।

Gade chapit la Kopi




ଏଫିସୀୟ 6:23
21 Referans Kwoze  

ଆଉ, ଯେତେ ଲୋକ ଏହି ନିୟମାନୁସାରେ ଆଚରଣ କରନ୍ତି, ସେମାନଙ୍କ ଉପରେ ଓ ଈଶ୍ବରଙ୍କର ଇସ୍ରାଏଲ ଉପରେ ଶାନ୍ତି ଓ ଦୟା ବର୍ତ୍ତୁ।


ପ୍ରେମ ଚୁମ୍ବନ ଦେଇ ପରସ୍ପରକୁ ନମସ୍କାର କର। ଖ୍ରୀଷ୍ଟଙ୍କଠାରେ ଥିବା ତୁମ୍ଭମାନଙ୍କ ପ୍ରତି ଶାନ୍ତି ହେଉ।


ଯେଣୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ସୁନ୍ନତ କି ଅସୁନ୍ନତ କିଛି ନୁହେଁ, କିନ୍ତୁ ପ୍ରେମରେ କାର୍ଯ୍ୟସାଧକ ବିଶ୍ୱାସ ହିଁ ସାର।


ଆଉ, ଆମ୍ଭମାନଙ୍କ ପ୍ରଭୁଙ୍କ ଅନୁଗ୍ରହ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ବିଶ୍ୱାସ ଓ ପ୍ରେମ ସହକାରେ ମୋ ପ୍ରତି ଅତି ପ୍ରଚୁର ହେଲା।


ଯୋହନ ଏସିଆ ଅଞ୍ଚଳରେ ଥିବା ସପ୍ତ ମଣ୍ଡଳୀ ନିକଟକୁ ଲେଖୁଅଛି, ଯେ ବର୍ତ୍ତମାନ, ଅତୀତ ଓ ଭବିଷ୍ୟତ, ତାହାଙ୍କଠାରୁ ଓ ତାହାଙ୍କ ସିଂହାସନ ସମ୍ମୁଖସ୍ଥ ସପ୍ତ ଆତ୍ମାଙ୍କଠାରୁ


ମୁଁ ମାକିଦନିଆକୁ ଯିବା ସମୟରେ ତୁମ୍ଭକୁ ଯେପ୍ରକାର ଅନୁରୋଧ କରିଥିଲି, ସେହିପରି ତୁମ୍ଭେ ଏଫିସରେ ରହି କେତେକ ଲୋକ ଯେପରି ଭିନ୍ନ ଶିକ୍ଷା ନ ଦିଅନ୍ତି


ଶାନ୍ତିଦାତା ପ୍ରଭୁ ନିଜେ ତୁମ୍ଭମାନଙ୍କୁ ସର୍ବଦା ଓ ସବୁପ୍ରକାର ଶାନ୍ତି ଦେଉନ୍ତୁ। ପ୍ରଭୁ ତୁମ୍ଭ ସମସ୍ତଙ୍କ ସହବର୍ତ୍ତୀ ହେଉନ୍ତୁ।


ହେ ଭାଇମାନେ, ତୁମ୍ଭମାନଙ୍କ ନିମନ୍ତେ ଈଶ୍ବରଙ୍କୁ ସର୍ବଦା ଧନ୍ୟବାଦ ଦେବା ଆମ୍ଭମାନଙ୍କ କର୍ତ୍ତବ୍ୟ, ଆଉ ତାହା ଉପଯୁକ୍ତ ଅଟେ। କାରଣ ତୁମ୍ଭମାନଙ୍କ ବିଶ୍ୱାସ ଅତିଶୟ ବୃଦ୍ଧି ପାଉଅଛି, ପୁଣି, ପରସ୍ପର ପ୍ରତି ତୁମ୍ଭ ସମସ୍ତଙ୍କ ପ୍ରତ୍ୟେକର ପ୍ରେମ ବଢ଼ୁଅଛି,


କିନ୍ତୁ ଆସ, ଆମ୍ଭେମାନେ ଦିବସର ସନ୍ତାନ ହେବାରୁ ବିଶ୍ୱାସ ଓ ପ୍ରେମରୂପ ଊରସ୍ତ୍ରାଣ ପରିଧାନ କରି, ପରିତ୍ରାଣର ଭରସା ରୂପ ଶିରସ୍ତ୍ରାଣ ମସ୍ତକରେ ଦେଇ ସଚେତନ ରହିଥାଉ।


ତୁମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କ ପିତା ଈଶ୍ବର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ହେଉ।


ଆମ୍ଭମାନଙ୍କ ପିତା ଈଶ୍ବର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ।


ମୁଁ ତୁମ୍ଭମାନଙ୍କୁ ଶାନ୍ତି ଦାନ କରି ଯାଉଅଛି, ମୋହର ନିଜର ଶାନ୍ତି ତୁମ୍ଭମାନଙ୍କୁ ଦାନ କରୁଅଛି; ଜଗତ ଯେପରି ଦାନ କରେ, ମୁଁ ତୁମ୍ଭମାନଙ୍କୁ ସେପରି ଦାନ କରୁ ନାହିଁ। ତୁମ୍ଭମାନଙ୍କ ହୃଦୟ ଉଦ୍‌ବିଗ୍ନ କି ଭୟଗ୍ରସ୍ତ ନ ହେଉ।


ପୁଣି, ତାହାକୁ ଏପରି କୁହ, ‘ତୁମ୍ଭେ ଚିରଜୀବୀ ହୁଅ, ତୁମ୍ଭର ମଙ୍ଗଳ ହେଉ, ତୁମ୍ଭ ଗୃହର ମଙ୍ଗଳ ହେଉ ଓ ତୁମ୍ଭ ସର୍ବସ୍ୱର ମଙ୍ଗଳ ହେଉ।


ତହିଁରେ ସେ ଗୃହାଧ୍ୟକ୍ଷ କହିଲା, “ତୁମ୍ଭମାନଙ୍କର ମଙ୍ଗଳ ହେଉ, ଭୟ କର ନାହିଁ; ତୁମ୍ଭମାନଙ୍କ ପରମେଶ୍ୱର ଓ ତୁମ୍ଭମାନଙ୍କ ପୈତୃକ ପରମେଶ୍ୱର ତୁମ୍ଭମାନଙ୍କ ପଟରେ ତୁମ୍ଭମାନଙ୍କୁ ଗୁପ୍ତ ଧନ ଦେଇଅଛନ୍ତି; ତୁମ୍ଭମାନଙ୍କ ଟଙ୍କା ମୋʼ ପାଖରେ ଥିଲା।” ତହୁଁ ସେ ଶିମୀୟୋନକୁ ବାହାର କରି ସେମାନଙ୍କ ନିକଟକୁ ଆଣିଲା।


କିନ୍ତୁ ଯଦି କେହି ଆପଣା ଆତ୍ମୀୟ, ବିଶେଷରେ ଆପଣା ପରିବାରର ଦାୟିତ୍ୱ ନ ନିଏ, ସେ ବିଶ୍ୱାସମତ ଅସ୍ୱୀକାର କରିଅଛି, ଆଉ ସେ ଅବିଶ୍ୱାସୀଠାରୁ ଅଧମ ଅଟେ।


ଶାନ୍ତିଦାତା ଈଶ୍ବର ତୁମ୍ଭ ସମସ୍ତଙ୍କ ସହିତ ଥାଆନ୍ତୁ, ଆମେନ୍‍।


ଶେଷରେ, ହେ ଭାଇମାନେ, ଆନନ୍ଦ କର, ସିଦ୍ଧ ହୁଅ, ପରସ୍ପରକୁ ଉତ୍ସାହିତ କର, ଏକମନା ହୁଅ, ଶାନ୍ତିରେ ବାସ କର, ଆଉ ପ୍ରେମ ଓ ଶାନ୍ତିର ଈଶ୍ବର ତୁମ୍ଭମାନଙ୍କ ସହିତ ରହିବେ।


ଯେତେ ଲୋକ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ଚିରନ୍ତନ ପ୍ରେମରେ ପ୍ରେମ କରନ୍ତି, ଅନୁଗ୍ରହ ସେମାନଙ୍କ ସହବର୍ତ୍ତୀ ହେଉ।


ମୋହର ଆଶା ଯେ, ଶୀଘ୍ର ତୁମ୍ଭ ସହିତ ଦେଖା ହେବ, ଆଉ ଆମ୍ଭେମାନେ ମୁଖାମୁଖି ହୋଇ କଥାବାର୍ତ୍ତା କରିବା।


Swiv nou:

Piblisite


Piblisite