Biblia Todo Logo
Bib sou entènèt

- Piblisite -




ଏଷ୍ଟର 1:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ମାତ୍ର ବଷ୍ଟୀ ରାଣୀ ନପୁଂସକମାନଙ୍କ ଦ୍ୱାରା ରାଜାଙ୍କ କଥିତ ଆଜ୍ଞାରେ ଆସିବାକୁ ଅସମ୍ମତା ହେଲା; ଏଣୁ ରାଜା ଅତିଶୟ କ୍ରୋଧ କଲେ ଓ ତାଙ୍କ ଅନ୍ତରରେ କ୍ରୋଧ ପ୍ରଜ୍ୱଳିତ ହେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ମାତ୍ର ବଷ୍ଟୀ ରାଣୀ ନପୁଂସକମାନଙ୍କ ଦ୍ଵାରା ରାଜାର କଥିତ ଆଜ୍ଞାରେ ଆସିବାକୁ ଅସମ୍ମତା ହେଲା; ଏଣୁ ରାଜା ଅତିଶୟ କ୍ରୋଧ କଲା ଓ ତାହାର ଅନ୍ତଃକରଣରେ କ୍ରୋଧାଗ୍ନି ପ୍ରଜ୍ଵଳିତ ହେଲା।

Gade chapit la Kopi

ଓଡିଆ ବାଇବେଲ

12 ମାତ୍ର ବଷ୍ଟୀ ରାଣୀ ନପୁଂସକମାନଙ୍କ ଦ୍ୱାରା ରାଜାଙ୍କ କଥିତ ଆଜ୍ଞାରେ ଆସିବାକୁ ଅସମ୍ମତା ହେଲା; ଏଣୁ ରାଜା ଅତିଶୟ କ୍ରୋଧ କଲେ ଓ ତାଙ୍କ ଅନ୍ତରରେ କ୍ରୋଧ ପ୍ରଜ୍ଜ୍ୱଳିତ ହେଲା।

Gade chapit la Kopi

ପବିତ୍ର ବାଇବଲ

12 ମାତ୍ର ବଷ୍ଟୀରାଣୀ ନପୁଂସକମାନଙ୍କ ଦ୍ୱାରା ରାଜାର କଥିତ ଆଜ୍ଞାରେ ଆସିବାକୁ ରାଜି ହେଲା ନାହିଁ। ଏଣୁ ରାଜା ଅତିଶୟ କ୍ରୋଧ କଲେ ଓ ତାହାର ଅନ୍ତକରଣରେ କ୍ରୋଧାଗ୍ନି ପ୍ରଜ୍ୱଳିତ ହେଲା।

Gade chapit la Kopi




ଏଷ୍ଟର 1:12
19 Referans Kwoze  

ରାଜାର କୋପ ସିଂହ ଗର୍ଜ୍ଜନ ପରି; ମାତ୍ର ତାହାର ଅନୁଗ୍ରହ ତୃଣ ଉପରେ ଥିବା କାକର ତୁଲ୍ୟ।


ସେହିପରି, ହେ ଭାର୍ଯ୍ୟାମାନେ, ତୁମ୍ଭେମାନେ ଆପଣା ଆପଣା ସ୍ୱାମୀଙ୍କର ବଶୀଭୂତା ହୁଅ,


ହଁ, ମଣ୍ଡଳୀ ଯେପରି ଖ୍ରୀଷ୍ଟଙ୍କର ବଶୀଭୂତ, ସେହିପରି ସ୍ତ୍ରୀମାନେ ମଧ୍ୟ ସବୁ ବିଷୟରେ ଆପଣା ଆପଣା ସ୍ୱାମୀର ବଶୀଭୂତା ହେଉନ୍ତୁ।


ହେ ସ୍ତ୍ରୀମାନେ ତୁମ୍ଭେମାନେ ଯେପରି ପ୍ରଭୁଙ୍କର ବଶୀଭୂତା ହୁଅ, ସେହିପରି ଆପଣା ଆପଣା ସ୍ୱାମୀର ବଶୀଭୂତ ହୁଅ,


ତାହାଙ୍କ କ୍ରୋଧ ସମ୍ମୁଖରେ କିଏ ଠିଆ ହୋଇପାରେ? ଓ ତାହାଙ୍କ କ୍ରୋଧର ପ୍ରଚଣ୍ଡତାରେ କିଏ ରହିପାରେ? ତାହାଙ୍କ କୋପ ଅଗ୍ନି ତୁଲ୍ୟ ଢଳାଯାଏ ଓ ତାହାଙ୍କ ଦ୍ୱାରା ଶୈଳସବୁ ବିଦୀର୍ଣ୍ଣ ହୁଏ।


ତହିଁରେ ନବୂଖଦ୍‍ନିତ୍ସର ପ୍ରଚଣ୍ଡ କ୍ରୋଧ ଓ କୋପରେ ଶଦ୍ରକ୍‍, ମୈଶକ୍‍ ଓ ଅବେଦ୍‍ନଗୋଙ୍କୁ ଆଣିବା ପାଇଁ ଆଜ୍ଞା କଲା। ତହୁଁ ଲୋକମାନେ ସେମାନଙ୍କୁ ରାଜାର ଛାମୁକୁ ଆଣିଲେ।


ଏହି କାରଣରୁ ରାଜା କ୍ରୁଦ୍ଧ ଓ ପ୍ରଚଣ୍ଡ କୋପାନ୍ୱିତ ହୋଇ ବାବିଲର ସକଳ ବିଦ୍ୱାନ୍‍ ଲୋକଙ୍କୁ ବଧ କରିବାକୁ ଆଜ୍ଞା ଦେଲା।


ରାଜାର ଭୟଙ୍କରତା ସିଂହ ଗର୍ଜ୍ଜନ ପରି; ଯେ ତାଙ୍କର କ୍ରୋଧ ଜନ୍ମାଏ, ସେ ଆପଣା ପ୍ରାଣ ବିରୁଦ୍ଧରେ ପାପ କରେ।


ହେ ସଦାପ୍ରଭୋ, କେତେ କାଳ? ତୁମ୍ଭେ କି ସଦାକାଳ କ୍ରୁଦ୍ଧ ହେବ? ତୁମ୍ଭର ଅନ୍ତର୍ଜ୍ୱାଳା କି ଅଗ୍ନି ପରି ଜ୍ୱଳିବ?


ହେ ପରମେଶ୍ୱର, ତୁମ୍ଭେ କାହିଁକି ଆମ୍ଭମାନଙ୍କୁ ସଦାକାଳ ପରିତ୍ୟାଗ କରିଅଛ? ତୁମ୍ଭ ଚରାସ୍ଥାନର ମେଷଗଣ ବିରୁଦ୍ଧରେ କାହିଁକି ତୁମ୍ଭ କ୍ରୋଧାନଳର ଧୂମ ଉଠୁଅଛି?


ସଦାପ୍ରଭୁ ତାହାକୁ କ୍ଷମା କରିବାକୁ ସମ୍ମତ ହେବେ ନାହିଁ, ମାତ୍ର ତତ୍‍କ୍ଷଣେ ସେହି ଲୋକ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ଓ ଅନ୍ତର୍ଜ୍ୱାଳା ସଧୂମ ହୋଇ ଉଠିବ, ପୁଣି ଏହି ପୁସ୍ତକରେ ଲିଖିତ ସମସ୍ତ ଅଭିଶାପ ତାହା ପାଇଁ ଛକି ରହିବ, ଆଉ ସଦାପ୍ରଭୁ ଆକାଶମଣ୍ଡଳ ତଳୁ ତାହାର ନାମ ଲୋପ କରିବେ।


ତହିଁରେ ହାରୋଣ କହିଲେ, “ଆମ୍ଭ ପ୍ରଭୁଙ୍କର କ୍ରୋଧ ପ୍ରଜ୍ୱଳିତ ନ ହେଉ; ଆପଣ ଜାଣନ୍ତି ଯେ, ଏହି ଲୋକମାନେ ଦୁଷ୍ଟତାରେ ଆସକ୍ତ।


ଏଥିରେ ସେ ଛାଉଣିର ନିକଟବର୍ତ୍ତୀ ହେବା ମାତ୍ରେ ସେହି ବାଛୁରି ଓ ନୃତ୍ୟ ଦେଖିଲେ; ତହିଁରେ ମୋଶାଙ୍କର କ୍ରୋଧ ପ୍ରଜ୍ୱଳିତ ହେଲା; ଏଣୁ ସେ ଆପଣା ହସ୍ତରୁ ସେହି ଦୁଇ ପ୍ରସ୍ତର ପଟା ଫୋପାଡ଼ି ଦେଇ ପର୍ବତ ତଳେ ତାହା ଭାଙ୍ଗିଲେ।


ତହୁଁ ସେ ନାରୀଙ୍କୁ କହିଲେ, “ଆମ୍ଭେ ତୁମ୍ଭର ଗର୍ଭବେଦନା ଅତିଶୟ ବଢ଼ାଇବା, ତୁମ୍ଭେ ବ୍ୟଥାରେ ସନ୍ତାନ ପ୍ରସବ କରିବ; ପୁଣି, ସ୍ୱାମୀ ପ୍ରତି ତୁମ୍ଭର ବାସନା ରହିବ, ସେ ତୁମ୍ଭ ଉପରେ କର୍ତ୍ତୃତ୍ୱ କରିବ।”


ଏଥିରେ ନବୂଖଦ୍‍ନିତ୍ସର କୋପରେ ପରିପୂର୍ଣ୍ଣ ହେଲା ଓ ଶଦ୍ରକ୍‍, ମୈଶକ୍‍ ଓ ଅବେଦ୍‍ନଗୋର ପ୍ରତିକୂଳରେ ତାହାର ମୁଖ ବିକଟାକାର ହେଲା। ଏଥିପାଇଁ ଅଗ୍ନିକୁଣ୍ଡକୁ ସାଧାରଣ ପରିମାଣ ଅପେକ୍ଷା ସାତ ଗୁଣ ଉତ୍ତପ୍ତ କରିବା ପାଇଁ ସେ ଆଜ୍ଞା ଦେଲା।


ତୁମ୍ଭେମାନେ ଲୋକମାନଙ୍କୁ ଓ ଅଧିପତିଗଣଙ୍କୁ ବଷ୍ଟୀ ରାଣୀର ସୌନ୍ଦର୍ଯ୍ୟ ଦେଖାଇବା ପାଇଁ ତାହାଙ୍କୁ ରାଜମୁକୁଟରେ ଭୂଷିତା କରି ରାଜାଙ୍କ ଛାମୁକୁ ଆଣ, ଯେଣୁ ସେ ପରମସୁନ୍ଦରୀ ଥିଲେ।


ଏଥିଉତ୍ତାରେ ରାଜା ସମୟ ଓ କାଳର ବିଦ୍ୱାନ୍‍ବର୍ଗଙ୍କୁ ପଚାରିଲେ, (କାରଣ ବ୍ୟବସ୍ଥା ଓ ରାଜନୀତିଜ୍ଞମାନଙ୍କୁ ଏରୂପ ପଚାରିବାର ରାଜାଙ୍କ ରୀତି ଥିଲା;


ଆଉ, ରାଜା କ୍ରୋଧରେ ଦ୍ରାକ୍ଷାରସ-ପାନଶାଳାରୁ ଉଠି ରାଜଗୃହର ଉଦ୍ୟାନକୁ ଗଲା; ତହିଁରେ ରାଜା ଦ୍ୱାରା ଆପଣାର ଅମଙ୍ଗଳ ନିଶ୍ଚିତ ହୋଇଅଛି, ଏହା ଜାଣି ହାମନ୍‍ ଏଷ୍ଟର ରାଣୀ ନିକଟରେ ଆପଣା ପ୍ରାଣ ମାଗିବାକୁ ଠିଆ ହେଲେ।


Swiv nou:

Piblisite


Piblisite