Biblia Todo Logo
Bib sou entènèt

- Piblisite -




ଏଷ୍ଟର 1:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ତହୁଁ ସେ ପ୍ରତ୍ୟେକ ପ୍ରଦେଶର ଅକ୍ଷରାନୁସାରେ ଓ ପ୍ରତ୍ୟେକ ଗୋଷ୍ଠୀର ଭାଷାନୁସାରେ ରାଜାଙ୍କ ଅଧୀନ ପ୍ରତ୍ୟେକ ପ୍ରଦେଶକୁ ଏହିରୂପେ ପତ୍ର ପଠାଇଲେ, ପ୍ରତ୍ୟେକ ପୁରୁଷ ଆପଣା ଆପଣା ଗୃହରେ କର୍ତ୍ତୃତ୍ୱ କରୁ ଓ ସ୍ୱଗୋଷ୍ଠୀୟ ଭାଷାନୁସାରେ ତାହା ପ୍ରଚାର କରୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ତହୁଁ ସେ ପ୍ରତ୍ୟେକ ପ୍ରଦେଶର ଅକ୍ଷରାନୁସାରେ ଓ ପ୍ରତ୍ୟେକ ଗୋଷ୍ଠୀର ଭାଷାନୁସାରେ ରାଜାର ଅଧୀନ ପ୍ରତ୍ୟେକ ପ୍ରଦେଶକୁ ଏହିରୂପେ ପତ୍ର ପଠାଇଲା, “ପ୍ରତ୍ୟେକ ପୁରୁଷ ଆପଣା ଆପଣା ଗୃହରେ କର୍ତ୍ତୃତ୍ଵ କରୁ ଓ ସ୍ଵଗୋଷ୍ଠୀୟ ଭାଷାନୁସାରେ ତାହା ପ୍ରଚାର କରୁ।”

Gade chapit la Kopi

ଓଡିଆ ବାଇବେଲ

22 ତହୁଁ ସେ ପ୍ରତ୍ୟେକ ପ୍ରଦେଶର ଅକ୍ଷରାନୁସାରେ ଓ ପ୍ରତ୍ୟେକ ଗୋଷ୍ଠୀର ଭାଷାନୁସାରେ ରାଜାଙ୍କ ଅଧୀନ ପ୍ରତ୍ୟେକ ପ୍ରଦେଶକୁ ଏହିରୂପେ ପତ୍ର ପଠାଇଲେ, “ପ୍ରତ୍ୟେକ ପୁରୁଷ ଆପଣା ଆପଣା ଗୃହରେ କର୍ତ୍ତୃତ୍ୱ କରୁ ଓ ସ୍ୱଗୋଷ୍ଠୀୟ ଭାଷାନୁସାରେ ତାହା ପ୍ରଚାର କରୁ।”

Gade chapit la Kopi

ପବିତ୍ର ବାଇବଲ

22 ତେଣୁ ସେ ପ୍ରତ୍ୟେକ ପ୍ରଦେଶରେ ଅକ୍ଷାରାନୁସାରେ ଓ ପ୍ରତ୍ୟେକ ଗୋଷ୍ଠୀର ଭାଷାନୁସାରେ ରାଜାର ଅଧୀନ ପ୍ରତ୍ୟେକ ପ୍ରଦେଶକୁ ଏହିରୂପେ ପତ୍ର ପଠାଇଲା, “ପ୍ରତ୍ୟେକ ପୁରୁଷ ନିଜ ନିଜ ଗୃହରେ କର୍ତ୍ତୃତ୍ୱ କରୁ ଓ ସ୍ୱଗୋଷ୍ଠୀୟ ଭାଷାନୁସାରେ ତାହା ପ୍ରଗ୍ଭର କରୁ।”

Gade chapit la Kopi




ଏଷ୍ଟର 1:22
11 Referans Kwoze  

ତେଣୁ ତୃତୀୟ ମାସର, ଅର୍ଥାତ୍‍, ସୀବନ ମାସର ତେଇଶ ଦିନରେ ରାଜାଙ୍କ ଲେଖକମାନେ ଆହୂତ ହୁଅନ୍ତେ, ମର୍ଦ୍ଦଖୟର ସକଳ ଆଜ୍ଞାନୁସାରେ ଯିହୁଦୀୟମାନଙ୍କ ନିକଟକୁ ଓ ହିନ୍ଦୁସ୍ଥାନଠାରୁ କୂଶ ଦେଶ ପର୍ଯ୍ୟନ୍ତ ଏକ ଶହ ସତାଇଶ ପ୍ରଦେଶାନ୍ତର୍ଗତ ପ୍ରତ୍ୟେକ ପ୍ରଦେଶର ଅକ୍ଷରାନୁସାରେ କ୍ଷିତିପାଳ ଓ ଶାସନକର୍ତ୍ତା ଓ ପ୍ରଦେଶାଧିପତିମାନଙ୍କ ନିକଟକୁ, ପୁଣି ପ୍ରତ୍ୟେକ ଗୋଷ୍ଠୀକୁ ସେମାନଙ୍କ ଭାଷାନୁସାରେ, ଆଉ ଯିହୁଦୀୟ ଲୋକମାନଙ୍କ ନିକଟକୁ ସେମାନଙ୍କ ଅକ୍ଷର ଓ ଭାଷାନୁସାରେ ପତ୍ର ଲିଖିତ ହେଲା।


ଏଣୁ ପ୍ରଥମ ମାସର ତ୍ରୟୋଦଶ ଦିନରେ ରାଜାଙ୍କ ଲେଖକମାନେ ଆହୂତ ହୁଅନ୍ତେ, ହାମନ୍‍ର ସମସ୍ତ ଆଜ୍ଞାନୁସାରେ ପ୍ରତ୍ୟେକ ପ୍ରଦେଶସ୍ଥ ରାଜପ୍ରତିନିଧିଗଣ ଓ ଅଧିପତିଗଣ ଓ ପ୍ରତ୍ୟେକ ଦେଶୀୟ ଲୋକଙ୍କ ଶାସନକର୍ତ୍ତାଗଣ ପ୍ରତି ପ୍ରତ୍ୟେକ ପ୍ରଦେଶର ଅକ୍ଷରାନୁସାରେ ଓ ପ୍ରତ୍ୟେକ ଦେଶୀୟ ଲୋକଙ୍କ ଭାଷାନୁସାରେ ପତ୍ର ଲିଖିତ ହେଲେ, ତାହା ଅକ୍ଷଶ୍ୱେରଶ ରାଜାଙ୍କ ନାମରେ ଲିଖିତ ଓ ରାଜାଙ୍କ ଅଙ୍ଗୁରୀୟରେ ମୁଦ୍ରାଙ୍କିତ ହେଲା।


ମୁଁ ସ୍ତ୍ରୀକୁ ଶିକ୍ଷା ଦେବା ପାଇଁ ଅବା ପୁରୁଷ ଉପରେ କର୍ତ୍ତାପଣ କରିବା ପାଇଁ ଅନୁମତି ଦେଉ ନାହିଁ, ମାତ୍ର ସେ ନୀରବରେ ରହୁ।


ସେହି ଅବିଶ୍ୱସ୍ତ ବେବର୍ତ୍ତା ବୁଦ୍ଧି ସହିତ କାର୍ଯ୍ୟ କରିଥିବାରୁ ପ୍ରଭୁ ତାହାର ପ୍ରଶଂସା କଲେ; ଯେଣୁ ଏହି ଯୁଗର ସନ୍ତାନମାନେ ସେମାନଙ୍କ ନିଜ ଜାତି ପକ୍ଷରେ ଆଲୋକର ସନ୍ତାନମାନଙ୍କ ଅପେକ୍ଷା ଅଧିକ ବୁଦ୍ଧିମାନ।


ସମୁଦାୟ ପୃଥିବୀନିବାସୀ ଯାବତୀୟ ଗୋଷ୍ଠୀ, ଦେଶୀୟ ଓ ଭାଷାବାଦୀ ଲୋକମାନଙ୍କ ପ୍ରତି ନବୂଖଦ୍‍ନିତ୍ସର ରାଜାର (ବିଜ୍ଞାପନ); “ତୁମ୍ଭମାନଙ୍କର ବାହୁଲ୍ୟ ରୂପେ ଶାନ୍ତି ହେଉ।


ଏଥିପାଇଁ ମୁଁ ଏହି ଆଜ୍ଞା କରୁଅଛି ଯେ, ଯେଉଁ ପ୍ରତ୍ୟେକ ଗୋଷ୍ଠୀ, ଦେଶୀୟ ଓ ଭାଷାବାଦୀ ଲୋକ, ଶଦ୍ରକ୍‍, ମୈଶକ୍‍ ଓ ଅବେଦ୍‍ନଗୋର ପରମେଶ୍ୱରଙ୍କ ପ୍ରତିକୂଳରେ କୌଣସି ଭ୍ରାନ୍ତିର କଥା କହିବେ, ସେମାନେ ଖଣ୍ଡ ଖଣ୍ଡ ହୋଇ କଟାଯିବେ ଓ ସେମାନଙ୍କର ଗୃହ ଖତରାଶି ହେବ; କାରଣ ଏପ୍ରକାର ଉଦ୍ଧାର କରିବାକୁ ସମର୍ଥ ଆଉ କୌଣସି ଦେବତା ନାହିଁ।”


ଏହି କଥାରେ ରାଜା ଓ ଅଧିପତିଗଣ ସନ୍ତୁଷ୍ଟ ହୁଅନ୍ତେ, ରାଜା ମମୁଖନ୍‍ର ପରାମର୍ଶନୁସାରେ କର୍ମ କଲେ।


Swiv nou:

Piblisite


Piblisite