Biblia Todo Logo
Bib sou entènèt

- Piblisite -




ଏଷ୍ଟର 1:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ସେଠାରେ କାର୍ପାସନିର୍ମିତ, ଶୁକ୍ଳ, ହରିତ୍‍ ଓ ନୀଳ ବସ୍ତ୍ରର ଚନ୍ଦ୍ରାତପ ଥିଲା, ତାହା ଶୁକ୍ଳ ଓ ଧୂମ୍ରବର୍ଣ୍ଣ ରଜ୍ଜୁ ଦ୍ୱାରା ରୌପ୍ୟମୟ କଡ଼ାରେ ମର୍ମର ସ୍ତମ୍ଭରେ ବନ୍ଧା ଥିଲା, ପୁଣି ରକ୍ତ ଓ ଶୁକ୍ଳ ଓ ପୀତ ଓ କୃଷ୍ଣବର୍ଣ୍ଣ ମର୍ମର ପ୍ରସ୍ତର ନିର୍ମିତ ଚଟାଣ ଉପରେ ସ୍ୱର୍ଣ୍ଣ ଓ ରୌପ୍ୟମୟ ଆସନ ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ସେଠାରେ କାର୍ପାସନିର୍ମିତ, ଶୁକ୍ଳ, ହରିତ ଓ ନୀଳ ବସ୍ତ୍ରର ଚନ୍ଦ୍ରାତପ ଥିଲା, ତାହା ଶୁକ୍ଳ ଓ ଧୂମ୍ରବର୍ଣ୍ଣ ରଜ୍ଜୁ ଦ୍ଵାରା ରୌପ୍ୟମୟ କଡ଼ାରେ ମର୍ମର ସ୍ତମ୍ଭରେ ବନ୍ଧା ଥିଲା, ପୁଣି ରକ୍ତ ଓ ଶୁକ୍ଳ ଓ ପୀତ ଓ କୃଷ୍ଣବର୍ଣ୍ଣ ମର୍ମରପ୍ରସ୍ତର ନିର୍ମିତ ଚଟାଣ ଉପରେ ସ୍ଵର୍ଣ୍ଣ ଓ ରୌପ୍ୟମୟ ଆସନ ଥିଲା।

Gade chapit la Kopi

ଓଡିଆ ବାଇବେଲ

6 ସେଠାରେ କାର୍ପାସନିର୍ମିତ, ଶୁକ୍ଳ, ହରିତ୍ ଓ ନୀଳ ବସ୍ତ୍ରର ଚନ୍ଦ୍ରାତପ ଥିଲା, ତାହା ଶୁକ୍ଳ ଓ ଧୂମ୍ରବର୍ଣ୍ଣ ରଜ୍ଜୁ ଦ୍ୱାରା ରୌପ୍ୟମୟ କଡ଼ାରେ ମର୍ମର ସ୍ତମ୍ଭରେ ବନ୍ଧା ଥିଲା, ପୁଣି ରକ୍ତ ଓ ଶୁକ୍ଳ ଓ ପୀତ ଓ କୃଷ୍ଣବର୍ଣ୍ଣ ମର୍ମରପ୍ରସ୍ତର ନିର୍ମିତ ଚଟାଣ ଉପରେ ସ୍ୱର୍ଣ୍ଣ ଓ ରୌପ୍ୟମୟ ଆସନ ଥିଲା।

Gade chapit la Kopi

ପବିତ୍ର ବାଇବଲ

6 ସେଠାରେ ଧଳା ଓ ନୀଳ କାର୍ପାସ ପରଦା ଥିଲା। ସେହି ପରଦାଗୁଡ଼ିକ ନାଇଲ‌ନ୍‌ରେ ତିଆରି ରଜ୍ଜୁ ଓ ବାଇଗଣ ରଙ୍ଗର ରୌପ୍ୟମୟ କଡ଼ାରେ ମାର୍ବଲ ସ୍ତମ୍ଭରେ ବନ୍ଧା ଥିଲା ଏବଂ ଚଟାଣ ଉପରେ ମଧ୍ୟ ଯାହାକି ବିଭିନ୍ନ ପ୍ରକାର ରଙ୍ଗିନ୍ ସ୍ପଟିକ, ଶାମୁକା, ମୁକ୍ତା ଓ ମାର୍ବଲ ପଥରରେ ନିର୍ମିତ ହୋଇଥିଲା। ସେଠାରେ ସୁବର୍ଣ୍ଣର ଓ ରୂପାର ଆସନ ଥିଲା।

Gade chapit la Kopi




ଏଷ୍ଟର 1:6
10 Referans Kwoze  

ସେମାନେ ହସ୍ତୀଦନ୍ତ ଶଯ୍ୟାରେ ଶୟନ କରନ୍ତି ଓ ଖଟ ଉପରେ ଆପଣା ଆପଣା ଶରୀର ଲମ୍ବାଉଅଛନ୍ତି, ଆଉ ପଲରୁ ମେଷଶାବକ ଓ ଗୋଠରୁ ଗୋବତ୍ସ ଆଣି ଭୋଜନ କରନ୍ତି;


ପୁଣି, ରାଜକୀୟ ଶଯ୍ୟାରେ ବସି ତହିଁର ସମ୍ମୁଖରେ ମେଜ ସଜାଇ ତାହା ଉପରେ ଆମ୍ଭର ଧୂପ ଓ ଆମ୍ଭର ତୈଳ ରଖିଲ।


ଆଉ, ସେମାନେ ପ୍ରତ୍ୟେକ ଯଜ୍ଞବେଦିର ନିକଟରେ ବନ୍ଧକି ବସ୍ତ୍ରର ଉପରେ ଶୟନ କରନ୍ତି, ଆଉ ସେମାନେ ଅର୍ଥଦଣ୍ଡପ୍ରାପ୍ତ ଲୋକମାନଙ୍କର ଦ୍ରାକ୍ଷାରସ ଆପଣାମାନଙ୍କ ପରମେଶ୍ୱରଙ୍କ ଗୃହରେ ପାନ କରନ୍ତି।


ତେବେ ରାଜା ରାଜଗୃହର ଉଦ୍ୟାନରୁ ଦ୍ରାକ୍ଷାରସ-ପାନଶାଳାକୁ ଲେଉଟି ଆସିଲେ; ସେତେବେଳେ ଏଷ୍ଟର ଯେଉଁ ଆସନରେ ବସିଥିଲେ, ହାମନ୍‍ ତହିଁ ଉପରେ ପଡ଼ିଥିଲେ; ତେଣୁ ରାଜା କହିଲେ, “ଏ କʼଣ ଗୃହ ମଧ୍ୟରେ ମୋʼ ସାକ୍ଷାତରେ ରାଣୀଙ୍କୁ ବଳାତ୍କାର କରିବ? ଏହି କଥା ରାଜା ମୁଖରୁ ବାହାରିବା ମାତ୍ର ଲୋକମାନେ ହାମନ୍‍ର ମୁଖ ଢାଙ୍କି ପକାଇଲେ।”


ଏଉତ୍ତାରୁ ମର୍ଦ୍ଦଖୟ ନୀଳ ଓ ଶୁକ୍ଳବର୍ଣ୍ଣ ରାଜକୀୟ ବସ୍ତ୍ର ପିନ୍ଧି, ମସ୍ତକରେ ସୁବର୍ଣ୍ଣମୟ ବୃହତ ମୁକୁଟ ଦେଇ, ସରୁ ଓ ଧୂମ୍ରବର୍ଣ୍ଣ ଉତ୍ତରୀୟ ବସ୍ତ୍ରରେ ବସ୍ତ୍ରାନ୍ୱିତ ହୋଇ ରାଜା ଛାମୁରୁ ବାହାରକୁ ଗଲ; ତହିଁରେ ଶୂଶନ୍‍ ରାଜଧାନୀ ଆନନ୍ଦ ଓ ହର୍ଷନାଦରେ ପରିପୂର୍ଣ୍ଣ ହେଲା।


ଆହୁରି ତୁମ୍ଭେ ଦଶ ଯବନିକା ଦ୍ୱାରା ଆବାସ ପ୍ରସ୍ତୁତ କରିବ; ସେହି ସବୁ ଯବନିକା ଶୁଭ୍ର କ୍ଷୋମ, ନୀଳ, ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ସୂତ୍ରରେ ନିର୍ମିତ ହେବ, ତହିଁରେ ଶିଳ୍ପିତ କିରୂବମାନଙ୍କର ଆକୃତି ରହିବ।


ମାତ୍ର ସେ ଅସମ୍ମତ ହୋଇ କହିଲେ, “ମୁଁ ଭୋଜନ କରିବି ନାହିଁ।” ତଥାପି ତାଙ୍କର ଦାସମାନେ ଓ ସେ ସ୍ତ୍ରୀ ମିଶି ତାଙ୍କୁ ବଳାନ୍ତେ, ସେ ସେମାନଙ୍କ ରବ ଶୁଣିଲେ। ପୁଣି, ସେ ଭୂମିରୁ ଉଠି ଶଯ୍ୟା ଉପରେ ବସିଲେ।


ସଦାପ୍ରଭୁ ଏହି କଥା କହନ୍ତି, “ମେଷପାଳକ ଯେପରି ସିଂହ ମୁଖରୁ ଦୁଇ ଗୋଡ଼ ଅବା କାନରୁ ଖଣ୍ଡେ ରକ୍ଷା କରେ, ସେପରି ଇସ୍ରାଏଲର ଯେଉଁ ସନ୍ତାନଗଣ ଶମରୀୟାରେ ଖଟର କୋଣରେ ଓ ଶଯ୍ୟାର ପାଟଗଦି ଉପରେ ବସନ୍ତି, ସେମାନେ ରକ୍ଷା କରାଯିବେ।”


Swiv nou:

Piblisite


Piblisite