Biblia Todo Logo
Bib sou entènèt

- Piblisite -




ଏଷ୍ଟର 2:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ରାଜାଙ୍କ ରାଜତ୍ଵର ସପ୍ତମ ବର୍ଷର ଦଶମ ମାସରେ, ଅର୍ଥାତ୍‍, ଟେବେତ୍‍ ମାସରେ, ଏଷ୍ଟର ରାଜଗୃହକୁ ଅକ୍ଷଶ୍ୱେରଶ ରାଜା ନିକଟକୁ ନିଆଗଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ରାଜାର ଅଧିକାରର ସପ୍ତମ ବର୍ଷର ଦଶମ ମାସରେ, ଅର୍ଥାତ୍, ଟେବେତ୍ ମାସରେ, ଏଷ୍ଟର ରାଜଗୃହକୁ ଅକ୍ଷଶ୍ଵେରଶ ରାଜା ନିକଟକୁ ନିଆଗଲା।

Gade chapit la Kopi

ଓଡିଆ ବାଇବେଲ

16 ରାଜାଙ୍କ ରାଜତ୍ଵର ସପ୍ତମ ବର୍ଷର ଦଶମ ମାସରେ, ଅର୍ଥାତ୍‍, ଟେବେତ୍‍ ମାସରେ, ଏଷ୍ଟର ରାଜଗୃହକୁ ଅକ୍ଷଶ୍ୱେରଶ ରାଜା ନିକଟକୁ ନିଆଗଲା।

Gade chapit la Kopi

ପବିତ୍ର ବାଇବଲ

16 ରାଜାର ଅଧିକାରର ସପ୍ତମ ବର୍ଷର ଦଶମ ମାସରେ ଅର୍ଥାତ୍ ଟେବେ‌ତ୍‌ ମାସରେ, ଏଷ୍ଟରକୁ ରାଜଗୃହରେ ଅକ୍ଷଶ୍ୱେରଶ ରାଜା ନିକଟକୁ ନିଆଗଲା।

Gade chapit la Kopi




ଏଷ୍ଟର 2:16
7 Referans Kwoze  

ତେଣୁ ତୃତୀୟ ମାସର, ଅର୍ଥାତ୍‍, ସୀବନ ମାସର ତେଇଶ ଦିନରେ ରାଜାଙ୍କ ଲେଖକମାନେ ଆହୂତ ହୁଅନ୍ତେ, ମର୍ଦ୍ଦଖୟର ସକଳ ଆଜ୍ଞାନୁସାରେ ଯିହୁଦୀୟମାନଙ୍କ ନିକଟକୁ ଓ ହିନ୍ଦୁସ୍ଥାନଠାରୁ କୂଶ ଦେଶ ପର୍ଯ୍ୟନ୍ତ ଏକ ଶହ ସତାଇଶ ପ୍ରଦେଶାନ୍ତର୍ଗତ ପ୍ରତ୍ୟେକ ପ୍ରଦେଶର ଅକ୍ଷରାନୁସାରେ କ୍ଷିତିପାଳ ଓ ଶାସନକର୍ତ୍ତା ଓ ପ୍ରଦେଶାଧିପତିମାନଙ୍କ ନିକଟକୁ, ପୁଣି ପ୍ରତ୍ୟେକ ଗୋଷ୍ଠୀକୁ ସେମାନଙ୍କ ଭାଷାନୁସାରେ, ଆଉ ଯିହୁଦୀୟ ଲୋକମାନଙ୍କ ନିକଟକୁ ସେମାନଙ୍କ ଅକ୍ଷର ଓ ଭାଷାନୁସାରେ ପତ୍ର ଲିଖିତ ହେଲା।


ଆଉ, ମହାରାଜା ଆପଣା ରାଜ୍ୟର ସମସ୍ତ ପ୍ରଦେଶରେ କର୍ମଚାରୀଗଣ ନିଯୁକ୍ତ କରନ୍ତୁ; ସେମାନେ ସେହି ସବୁ ସୁନ୍ଦରୀ ଯୁବତୀ କନ୍ୟାଗଣକୁ ଶୂଶନ୍‍ ରାଜଧାନୀରେ ଏକତ୍ର କରି ଅନ୍ତଃପୁରରେ ସ୍ତ୍ରୀମାନଙ୍କ ରକ୍ଷକ ରାଜନପୁଂସକ ହେଗୟର ହସ୍ତରେ ସମର୍ପଣ କରନ୍ତୁ; ପୁଣି, ସେମାନଙ୍କ ଅଙ୍ଗରାଗାର୍ଥକ ଦ୍ରବ୍ୟ ସେମାନଙ୍କୁ ଦତ୍ତ ହେଉ,


ଏହିସବୁ ଘଟଣା ଉତ୍ତାରେ ଅକ୍ଷଶ୍ୱେରଶ ରାଜାଙ୍କ କ୍ରୋଧ ଶାନ୍ତ ହୁଅନ୍ତେ, ସେ ବଷ୍ଟୀକୁ ଓ ତାହାର କାର୍ଯ୍ୟ ଓ ତାହା ପ୍ରତିକୂଳରେ ପ୍ରଦତ୍ତ ଆଜ୍ଞା ସ୍ମରଣ କଲେ।


ଆଉ, ଏଜ୍ରା ପଞ୍ଚମ ମାସରେ, ଅର୍ଥାତ୍‍, ରାଜାର ସେହି ସପ୍ତମ ବର୍ଷରେ ଯିରୂଶାଲମରେ ଉପସ୍ଥିତ ହେଲେ।


ଏଉତ୍ତାରୁ ମର୍ଦ୍ଦଖୟ ଆପଣା ପିତୃବ୍ୟ ଅବୀହୟିଲର ଯେଉଁ ଏଷ୍ଟର ନାମ୍ନୀ କନ୍ୟାକୁ ନିଜ କନ୍ୟା ରୂପେ ଗ୍ରହଣ କରିଥିଲେ, ରାଜା ନିକଟକୁ ତାହାର ଯିବାର ପାଳି ପଡ଼ନ୍ତେ, ସ୍ତ୍ରୀମାନଙ୍କ ରକ୍ଷକ ରାଜନପୁଂସକ ହେଗୟ ଯାହା ଯାହା ନିରୂପଣ କରିଥିଲେ, ତାହା ଛଡ଼ା ସେ ଆଉ କିଛି ମାଗିଲା ନାହିଁ; ତଥାପି ଯେଉଁମାନେ ଏଷ୍ଟର ପ୍ରତି ଦୃଷ୍ଟି କଲେ, ସେସମସ୍ତେ ତାହାଙ୍କୁ ଅନୁଗ୍ରହ କଲେ।


ତହିଁରେ ରାଜା ଅନ୍ୟ ସକଳ ସ୍ତ୍ରୀଠାରୁ ଏଷ୍ଟରଙ୍କୁ ଅଧିକ ପ୍ରେମ କଲେ, ପୁଣି ଅନ୍ୟ ସକଳ ଯୁବତୀଠାରୁ ସେ ରାଜାଙ୍କ ଦୃଷ୍ଟିରେ ଅଧିକ ଅନୁଗ୍ରହ ଓ ଦୟା ପାଇଲା; ଏଣୁ ସେ ତାହାର ମସ୍ତକରେ ରାଜମୁକୁଟ ଦେଇ ବଷ୍ଟୀ ବଦଳେ ତାକୁ ରାଣୀ କଲେ।


ଆଉ, ଅକ୍ଷଶ୍ୱେରଶର ସମୟରେ ତାହାର ରାଜତ୍ଵର ଆରମ୍ଭରେ ସେମାନେ ଯିହୁଦା ଓ ଯିରୂଶାଲମ ନିବାସୀମାନଙ୍କ ବିରୁଦ୍ଧରେ ଏକ ଅପବାଦପତ୍ର ଲେଖିଲେ।


Swiv nou:

Piblisite


Piblisite