Biblia Todo Logo
Bib sou entènèt

- Piblisite -




ଏଷ୍ଟର 3:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ତହିଁରେ ରାଜାଙ୍କ ଯେତେ ଦାସ ରାଜଦ୍ୱାରରେ ଥିଲେ, ସେସମସ୍ତେ ନତ ହୋଇ ହାମନ୍‍କୁ ପ୍ରଣାମ କଲେ; କାରଣ ରାଜା ତାହା ବିଷୟରେ ସେରୂପ ଆଜ୍ଞା ଦେଇଥିଲେ; ମାତ୍ର ମର୍ଦ୍ଦଖୟ ନତ ହେଲେ ନାହିଁ କିଅବା ତାହାଙ୍କୁ ପ୍ରଣାମ କଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ତହିଁରେ ରାଜାର ଯେତେ ଦାସ ରାଜଦ୍ଵାରରେ ଥିଲେ, ସେସମସ୍ତେ ନତ ହୋଇ ହାମନ୍କୁ ପ୍ରଣାମ କଲେ; କାରଣ ରାଜା ତାହା ବିଷୟରେ ସେରୂପ ଆଜ୍ଞା ଦେଇଥିଲା; ମାତ୍ର ମର୍ଦ୍ଦଖୟ ନତ ହେଲା ନାହିଁ କିଅବା ତାହାକୁ ପ୍ରଣାମ କଲା ନାହିଁ।

Gade chapit la Kopi

ଓଡିଆ ବାଇବେଲ

2 ତହିଁରେ ରାଜାଙ୍କ ଯେତେ ଦାସ ରାଜଦ୍ୱାରରେ ଥିଲେ, ସେସମସ୍ତେ ନତ ହୋଇ ହାମନ୍‍କୁ ପ୍ରଣାମ କଲେ; କାରଣ ରାଜା ତାହା ବିଷୟରେ ସେରୂପ ଆଜ୍ଞା ଦେଇଥିଲେ; ମାତ୍ର ମର୍ଦ୍ଦଖୟ ନତ ହେଲେ ନାହିଁ କିଅବା ତାହାଙ୍କୁ ପ୍ରଣାମ କଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ

2 ତହିଁରେ ରାଜାର ଯେତେ ଦାସ ରାଜଦ୍ୱାରରେ ଥିଲେ, ସେ ସମସ୍ତେ ନତ ହୋଇ ହାମ‌ନ୍‌କୁ ପ୍ରଣାମ କଲେ। କାରଣ ରାଜା ତାହା ବିଷୟରେ ସେହିପରି ଆଜ୍ଞା ଦେଇଥିଲେ। ମାତ୍ର ମର୍ଦ୍ଦଖୟ ନତ ହେଲା ନାହିଁ କି ତାହାକୁ ପ୍ରଣାମ କଲା ନାହିଁ।

Gade chapit la Kopi




ଏଷ୍ଟର 3:2
15 Referans Kwoze  

ଯେପରି ସ୍ୱର୍ଗ, ମର୍ତ୍ତ୍ୟ ଓ ପାତାଳରେ ଥିବା ପ୍ରତ୍ୟେକ ଆଣ୍ଠୁ ଯୀଶୁଙ୍କ ନାମରେ ନତ ହେବ,


ଯାହାର ଦୃଷ୍ଟିରେ ପାମର ତୁଚ୍ଛୀକୃତ ହୁଏ; ମାତ୍ର ଯେ ସଦାପ୍ରଭୁଙ୍କ ଭୟକାରୀମାନଙ୍କୁ ସମାଦର କରେ। ଯେ ଶପଥ କରି ଆପଣାର କ୍ଷତି ହେଲେ ହେଁ ତାହା ଅନ୍ୟଥା କରେ ନାହିଁ।


ତହିଁରେ ସେହି ଦିନ ହାମନ୍‍ ଆନନ୍ଦିତ ଓ ହୃଷ୍ଟଚିତ୍ତ ହୋଇ ବାହାରକୁ ଗଲା; ମାତ୍ର ହାମନ୍‍ ରାଜଦ୍ୱାରରେ ଆପଣା ସମ୍ମୁଖରେ ମର୍ଦ୍ଦଖୟଙ୍କୁ ଉଠି ଠିଆ ନ ହେବାର କିଅବା ପ୍ରଣାମ ନ କରିବାର ଦେଖି ସେ ମର୍ଦ୍ଦଖୟ ବିରୁଦ୍ଧରେ କ୍ରୋଧରେ ପରିପୂର୍ଣ୍ଣ ହେଲେ।


ଯେତେବେଳେ ହାମନ୍‍ ଦେଖିଲେ ଯେ, ମର୍ଦ୍ଦଖୟ ନତ ହେଲେ ନାହିଁ କିଅବା ତାହାଙ୍କୁ ପ୍ରଣାମ କଲେ ନାହିଁ, ସେତେବେଳେ ସେ କ୍ରୋଧରେ ପରିପୂର୍ଣ୍ଣ ହେଲେ।


ଏହି ସକଳ ଘଟଣା ଉତ୍ତାରେ ଅକ୍ଷଶ୍ୱେରଶ ରାଜା ଅଗାଗୀୟ ହମ୍ମଦାଥାର ପୁତ୍ର ହାମନ୍‍କୁ ଉନ୍ନତ କରି ଉଚ୍ଚପଦାନ୍ୱିତ କଲେ, ଆଉ ତାହାଙ୍କ ସଙ୍ଗୀ ସମସ୍ତ ଅଧିପତିର ଆସନ ଅପେକ୍ଷା ତାହାଙ୍କୁ ଶ୍ରେଷ୍ଠ ଆସନ ଦେଲେ।


ସେହି ସମୟରେ ମର୍ଦ୍ଦଖୟ ରାଜଦ୍ୱାରରେ ବସିବା ବେଳେ, ଦ୍ୱାରପାଳମାନଙ୍କ ମଧ୍ୟରେ ବିଗ୍‍ଥନ୍‍ ଓ ତେରଶ୍‍ ନାମରେ ରାଜଗୃହର ଦୁଇ ନପୁଂସକ କ୍ରୁଦ୍ଧ ହୋଇ ଅକ୍ଷଶ୍ୱେରଶ ରାଜାକୁ ବଧ କରିବାକୁ ଚେଷ୍ଟା କଲେ।


କନ୍ୟାମାନେ ଦ୍ୱିତୀୟ ଥର ସଂଗୃହୀତା ହେବା ସମୟରେ, ମର୍ଦ୍ଦଖୟ ରାଜଦ୍ୱାରରେ ବସିଲେ।


ଏବେ ତୁମ୍ଭେ ଯାଇ ଅମାଲେକକୁ ଆଘାତ କର ଓ ସେମାନଙ୍କର ସର୍ବସ୍ୱ ସମ୍ପୂର୍ଣ୍ଣ ରୂପେ ବିନାଶ କର ଓ ସେମାନଙ୍କୁ ଦୟା କର ନାହିଁ; ମାତ୍ର ପୁରୁଷଠାରୁ ସ୍ତ୍ରୀ ପର୍ଯ୍ୟନ୍ତ, ବାଳକଠାରୁ ସ୍ତନ୍ୟପାୟୀ ଶିଶୁ ପର୍ଯ୍ୟନ୍ତ, ଗୋରୁଠାରୁ ମେଷ ପର୍ଯ୍ୟନ୍ତ, ଓଟଠାରୁ ଗଧ ପର୍ଯ୍ୟନ୍ତ ସମସ୍ତଙ୍କୁ ବଧ କର।’”


ଏହେତୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଅଧିକାରାର୍ଥେ ତୁମ୍ଭକୁ ଯେଉଁ ଦେଶ ଦେବେ, ସେହି ଦେଶରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଚତୁର୍ଦ୍ଦିଗସ୍ଥ ତୁମ୍ଭ ଶତ୍ରୁମାନଙ୍କଠାରୁ ତୁମ୍ଭକୁ ବିଶ୍ରାମ ଦେଲେ, ତୁମ୍ଭେ ଆକାଶ ତଳରୁ ଅମାଲେକର ସ୍ମରଣ ଚିହ୍ନ ଲୋପ କରିବ; ତୁମ୍ଭେ ପାସୋରିବ ନାହିଁ।


ପୁଣି, ସେ ସଦାପ୍ରଭୁଙ୍କ ଧ୍ୱଜାରେ ହସ୍ତ ଦେଇ କହିଲେ, “ପୁରୁଷାନୁକ୍ରମେ ଅମାଲେକ ସହିତ ସଦାପ୍ରଭୁଙ୍କର ଯୁଦ୍ଧ ହେବ।”


ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଏହି କଥା ସ୍ମରଣାର୍ଥେ ପୁସ୍ତକରେ ଲେଖି ରଖ, ପୁଣି, ଯିହୋଶୂୟର କର୍ଣ୍ଣଗୋଚରରେ ତାହା ପାଠ କର; ଯଥା, ଆମ୍ଭେ ଆକାଶ ତଳରୁ ଅମାଲେକର ସ୍ମରଣ ଲୋପ କରିବା।”


ପୁଣି, ତାଙ୍କୁ ଆପଣା ଦ୍ୱିତୀୟ ରଥରେ ଆରୋହଣ କରାଇଲେ; ଆଉ ଲୋକମାନେ ତାଙ୍କର ଆଗେ ଆଗେ “ଆଣ୍ଠୁ ପାତ ଆଣ୍ଠୁ ପାତ” ବୋଲି ଘୋଷଣା କଲେ। ଏହି ପ୍ରକାରେ ସେ ତାଙ୍କୁ ସମସ୍ତ ମିସର ଦେଶ ଉପରେ ନିଯୁକ୍ତ କଲେ।


ସେହି ସମୟରେ ମର୍ଦ୍ଦଖୟ ନାମେ ଜଣେ ଯିହୁଦୀୟ ଲୋକ ଶୂଶନ୍‍ ରାଜଧାନୀରେ ଥିଲେ, ସେ ବିନ୍ୟାମୀନ ବଂଶୀୟ ଯାୟୀରର ପୁତ୍ର, ଶିମୀୟିର ପୌତ୍ର, କୀଶ୍‍ର ପ୍ରପୌତ୍ର।


ଏଣୁ ରାଜଦ୍ୱାରବର୍ତ୍ତୀ ରାଜାଙ୍କ ଦାସଗଣ ମର୍ଦ୍ଦଖୟଙ୍କୁ କହିଲେ, “ତୁମ୍ଭେ କାହିଁକି ରାଜାଜ୍ଞା ଲଙ୍ଘନ କରୁଅଛ?”


ପୁଣି, ଦାନିୟେଲ ରାଜା ନିକଟରେ ନିବେଦନ କରନ୍ତେ, ରାଜା ଶଦ୍ରକ୍‍, ମୈଶକ୍‍ ଓ ଅବେଦ୍‍ନଗୋଙ୍କୁ ବାବିଲ ପ୍ରଦେଶର କାର୍ଯ୍ୟରେ ନିଯୁକ୍ତ କଲା; ମାତ୍ର ଦାନିୟେଲ ରାଜଦ୍ୱାରରେ ରହିଲେ।


Swiv nou:

Piblisite


Piblisite