Biblia Todo Logo
Bib sou entènèt

- Piblisite -




ଏଷ୍ଟର 4:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଆଉ, ପ୍ରତ୍ୟେକ ପ୍ରଦେଶର ଯେଉଁ ଯେଉଁ ସ୍ଥାନକୁ ଏହି ରାଜାଜ୍ଞା ଓ ନିୟମପତ୍ର ପହଞ୍ଚିଲା, ସେହି ସକଳ ସ୍ଥାନର ଯିହୁଦୀୟମାନଙ୍କ ମଧ୍ୟରେ ମହାଶୋକ ଓ ଉପବାସ ଓ କ୍ରନ୍ଦନ ଓ ବିଳାପ ହେଲା, ପୁଣି ଅନେକେ ଅଖା ଓ ଭସ୍ମରେ ଶୟନ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ଆଉ, ପ୍ରତ୍ୟେକ ପ୍ରଦେଶର ଯେଉଁ ଯେଉଁ ସ୍ଥାନକୁ ଏହି ରାଜାଜ୍ଞା ଓ ନିୟମପତ୍ର ଗଲା, ସେହି ସକଳ ସ୍ଥାନର ଯିହୁଦୀୟମାନଙ୍କ ମଧ୍ୟରେ ମହାଶୋକ ଓ ଉପବାସ ଓ କ୍ରନ୍ଦନ ଓ ବିଳାପ ହେଲା, ପୁଣି ଅନେକେ ଅଖା ଓ ଭସ୍ମରେ ଶୟନ କଲେ।

Gade chapit la Kopi

ଓଡିଆ ବାଇବେଲ

3 ଆଉ, ପ୍ରତ୍ୟେକ ପ୍ରଦେଶର ଯେଉଁ ଯେଉଁ ସ୍ଥାନକୁ ଏହି ରାଜାଜ୍ଞା ଓ ନିୟମପତ୍ର ପହଞ୍ଚିଲା, ସେହି ସକଳ ସ୍ଥାନର ଯିହୁଦୀୟମାନଙ୍କ ମଧ୍ୟରେ ମହାଶୋକ ଓ ଉପବାସ ଓ କ୍ରନ୍ଦନ ଓ ବିଳାପ ହେଲା, ପୁଣି ଅନେକେ ଅଖା ଓ ଭସ୍ମରେ ଶୟନ କଲେ।

Gade chapit la Kopi

ପବିତ୍ର ବାଇବଲ

3 ପ୍ରତ୍ୟେକ ପ୍ରଦେଶର ଯେଉଁ ଯେଉଁ ସ୍ଥାନକୁ ଏହି ରାଜା ଆଜ୍ଞା ଓ ନିୟମ ପତ୍ର ଗଲା, ସେହିସବୁ ସ୍ଥାନର ଯିହୁଦୀୟମାନଙ୍କ ମଧ୍ୟରେ ମହାଶୋକ ଓ ଉପବାସ ଓ କ୍ରନ୍ଦନ ଓ ବିଳାପ ହେଲା। ପୁଣି ଅନେକେ ଅଖା ଓ ଭସ୍ମରେ ଶୟନ କଲେ।

Gade chapit la Kopi




ଏଷ୍ଟର 4:3
20 Referans Kwoze  

ପୁଣି, ସେହି ଦିନ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ ରୋଦନ ଓ ବିଳାପ ଓ ମସ୍ତକ ମୁଣ୍ଡନ ଓ କଟିଦେଶରେ ଚଟବନ୍ଧନ କରିବାକୁ ଡାକିଲେ;


ଏଣୁ ମୁଁ ଉପବାସ, ଚଟ ପରିଧାନ ଓ ଭସ୍ମ ଲେପନ କରି ପ୍ରାର୍ଥନା ଓ ବିନତି ଦ୍ୱାରା ପ୍ରଭୁ ପରମେଶ୍ୱରଙ୍କର ଅନ୍ଵେଷଣ କରିବା ପାଇଁ ତାହାଙ୍କ ପ୍ରତି ଦୃଷ୍ଟି କଲି।


ଏହି ପ୍ରକାର ଉପବାସ, ମନୁଷ୍ୟ ଆପଣା ପ୍ରାଣକୁ କ୍ଲେଶ ଦେବା ନିମନ୍ତେ ଏହି ପ୍ରକାର ଦିନ, ଆମ୍ଭେ କʼଣ ମନୋନୀତ କରିଅଛୁ? ନଳବୃକ୍ଷ ପରି ମସ୍ତକ ନୁଆଁଇବାର, ପୁଣି ଚଟବସ୍ତ୍ର ଓ ଭସ୍ମ ଆପଣା ତଳେ ବିଛାଇବାର, ଏହାକୁ ତୁମ୍ଭେ ଉପବାସ ଓ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ କି ଗ୍ରାହ୍ୟ ଦିନ ବୋଲି କହିବ?


ଏଥିପାଇଁ ମୁଁ କହିଲି, “ମୋତେ ଛାଡ଼ି ଅନ୍ୟଆଡ଼େ ଅନାଅ, ମୁଁ ଅତିଶୟ ରୋଦନ କରିବି; ମୋʼ ଗୋଷ୍ଠୀୟ କନ୍ୟାର ସର୍ବନାଶ ବିଷୟରେ ମୋତେ ସାନ୍ତ୍ୱନା କରିବା ପାଇଁ ଚେଷ୍ଟା କର ନାହିଁ।”


ଆଉ, ତୁମ୍ଭେମାନେ ଏହି ଅକର୍ମଣ୍ୟ ଦାସକୁ ବାହାର ଅନ୍ଧକାରରେ ପକାଇଦିଅ, ସେଠାରେ ରୋଦନ ଓ ଦନ୍ତର କିଡ଼ିମିଡ଼ି ହେବ।’”


ସେଥିରେ ରାଜା ପରିଚାରକମାନଙ୍କୁ କହିଲେ, ‘ଏହାର ହାତଗୋଡ଼ ବାନ୍ଧି ଏହାକୁ ବାହାର ଅନ୍ଧକାରରେ ପକାଇଦିଅ, ସେଠାରେ ରୋଦନ ଓ ଦନ୍ତର କିଡ଼ିମିଡ଼ି ହେବ।


ପୁଣି, ସେମାନଙ୍କୁ ଅଗ୍ନିକୁଣ୍ଡରେ ଫୋପାଡ଼ି ଦେବେ, ସେଠାରେ ରୋଦନ ଓ ଦାନ୍ତର କିଡ଼ିମିଡ଼ି ହେବ।


“ତୁମ୍ଭେ ଯାଇ ଶୂଶନ୍‍ରେ ଉପସ୍ଥିତ ସମସ୍ତ ଯିହୁଦୀୟ ଲୋକଙ୍କୁ ଏକତ୍ର କରି ମୋʼ ନିମନ୍ତେ ଉପବାସ କର, ପୁଣି ତିନି ଦିନ ଯାଏ ଦିନରେ କିଅବା ରାତ୍ରିରେ କିଛି ଭୋଜନ କର ନାହିଁ ଓ କିଛି ପାନ କର ନାହିଁ; ମଧ୍ୟ ମୁଁ ଓ ମୋହର ଦାସୀଗଣ ତଦ୍ରୂପ ଉପବାସ କରିବୁ; ତହୁଁ ବ୍ୟବସ୍ଥାନୁଯାୟୀ ନୋହିଲେ ହେଁ ମୁଁ ରାଜାଙ୍କ ନିକଟକୁ ଯିବି; ତହିଁରେ ମୁଁ ବିନଷ୍ଟ ହେଲେ ବିନଷ୍ଟ ହେବି।”


ଏଣୁ ପ୍ରଥମ ମାସର ତ୍ରୟୋଦଶ ଦିନରେ ରାଜାଙ୍କ ଲେଖକମାନେ ଆହୂତ ହୁଅନ୍ତେ, ହାମନ୍‍ର ସମସ୍ତ ଆଜ୍ଞାନୁସାରେ ପ୍ରତ୍ୟେକ ପ୍ରଦେଶସ୍ଥ ରାଜପ୍ରତିନିଧିଗଣ ଓ ଅଧିପତିଗଣ ଓ ପ୍ରତ୍ୟେକ ଦେଶୀୟ ଲୋକଙ୍କ ଶାସନକର୍ତ୍ତାଗଣ ପ୍ରତି ପ୍ରତ୍ୟେକ ପ୍ରଦେଶର ଅକ୍ଷରାନୁସାରେ ଓ ପ୍ରତ୍ୟେକ ଦେଶୀୟ ଲୋକଙ୍କ ଭାଷାନୁସାରେ ପତ୍ର ଲିଖିତ ହେଲେ, ତାହା ଅକ୍ଷଶ୍ୱେରଶ ରାଜାଙ୍କ ନାମରେ ଲିଖିତ ଓ ରାଜାଙ୍କ ଅଙ୍ଗୁରୀୟରେ ମୁଦ୍ରାଙ୍କିତ ହେଲା।


ଅକ୍ଷଶ୍ୱେରଶ ହିନ୍ଦୁସ୍ଥାନଠାରୁ କୂଶ ଦେଶ ପର୍ଯ୍ୟନ୍ତ ଏକ ଶତ ସତାଇଶ ପ୍ରଦେଶ ଉପରେ ରାଜ୍ୟ କଲେ।


ଏଥିଉତ୍ତାରେ ଦୂତମାନେ ଶାଉଲଙ୍କ ବାସସ୍ଥାନ ଗିବୀୟାକୁ ଆସି ଲୋକମାନଙ୍କ କର୍ଣ୍ଣଗୋଚରରେ ସେହି ସବୁ କଥା କହିଲେ; ତହିଁରେ ସମସ୍ତ ଲୋକ ଆପଣା ଆପଣା ରବ ଉଠାଇ ରୋଦନ କଲେ।


ପୁଣି, ସେ ରାଜଦ୍ୱାରର ସମ୍ମୁଖ ପର୍ଯ୍ୟନ୍ତ ଗଲେ, କାରଣ ଅଖା ପିନ୍ଧି କାହାକୁ ରାଜଦ୍ୱାରରେ ପ୍ରବେଶ କରିବାର ଅନୁମତି ନ ଥିଲା।


ଏଣୁ ଏଷ୍ଟରଙ୍କ ଦାସୀଗଣ ଓ ନପୁଂସକମାନେ ଆସି ଏହି କଥା ତାହାଙ୍କୁ ଜଣାଇଲେ; ତେଣୁ ରାଣୀ ଅତିଶୟ ଶୋକ କଲେ; ପୁଣି, ମର୍ଦ୍ଦଖୟଠାରୁ ଅଖା କାଢ଼ି ତାହାଙ୍କୁ ପିନ୍ଧାଇବା ପାଇଁ ବସ୍ତ୍ର ପଠାଇଲେ, ମାତ୍ର ସେ ତାହା ଗ୍ରହଣ କଲେ ନାହିଁ।


ତଦନୁସାରେ ମର୍ଦ୍ଦଖୟ ନିରୂପିତ କାଳରେ ପୂରୀମ୍‍ର ସେହି ଦୁଇ ଦିନର ପାଳନ ସ୍ଥିର କରିବା ନିମନ୍ତେ ଅକ୍ଷଶ୍ୱେରଶ ରାଜାଙ୍କ ଅଧୀନସ୍ଥ ଏକ ଶହ ସତାଇଶ ପ୍ରଦେଶରେ ଥିବା ସମସ୍ତ ଯିହୁଦୀୟମାନଙ୍କ ନିକଟକୁ ଶାନ୍ତି ଓ ସତ୍ୟ-ବାକ୍ୟଯୁକ୍ତ ପତ୍ର ପ୍ରେରଣ କଲେ।


ଏଥିରେ ଯିହୋଶୂୟ ଓ ଇସ୍ରାଏଲର ପ୍ରାଚୀନଗଣ ଆପଣା ଆପଣା ବସ୍ତ୍ର ଚିରି ସଦାପ୍ରଭୁଙ୍କ ସିନ୍ଦୁକ ସମ୍ମୁଖରେ ଅଧୋମୁଖ ହୋଇ ସନ୍ଧ୍ୟା ପର୍ଯ୍ୟନ୍ତ ଭୂମିରେ ପଡ଼ି ରହିଲେ; ଆଉ ଆପଣା ଆପଣା ମସ୍ତକରେ ଧୂଳି ପକାଇଲେ।


ଏଣୁ ସେ ସର୍ବାଙ୍ଗ କୁଣ୍ଡାଇବା ପାଇଁ ଖଣ୍ଡେ ଖପରା ନେଲା ଓ ସେ ଭସ୍ମ ମଧ୍ୟରେ ବସିଲା।


ପୁଣି, ତୁମ୍ଭ ଉଦ୍ଦେଶ୍ୟରେ ଆପଣାମାନଙ୍କ ଶବ୍ଦ ଶୁଣାଇ ଅତିଶୟ କ୍ରନ୍ଦନ କରିବେ ଓ ସେମାନେ ଆପଣା ଆପଣା ମସ୍ତକରେ ଧୂଳି ପକାଇ ଭସ୍ମରେ ଗଡ଼ିବେ;


ଏଥିଉତ୍ତାରେ ଏହିସବୁ ବାର୍ତ୍ତା ନୀନିବୀ ରାଜା ନିକଟରେ ଉପସ୍ଥିତ ହୁଅନ୍ତେ, ସେ ଆପଣା ସିଂହାସନରୁ ଉଠିଲା ଓ ଆପଣାର ବସ୍ତ୍ର କାଢ଼ି ଚଟ ପିନ୍ଧି ପାଉଁଶରେ ବସିଲେ।


Swiv nou:

Piblisite


Piblisite