Biblia Todo Logo
Bib sou entènèt

- Piblisite -




ଏଷ୍ଟର 5:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏଉତ୍ତାରୁ ତୃତୀୟ ଦିନ ଏଷ୍ଟର ରାଜକୀୟ ବସ୍ତ୍ର ପିନ୍ଧି ରାଜଗୃହର ଭିତର ପ୍ରାଙ୍ଗଣରେ ରାଜଗୃହ ସମ୍ମୁଖରେ ଠିଆ ହେଲେ; ସେହି ସମୟରେ ରାଜା ରାଜଗୃହରେ ଗୃହଦ୍ୱାର ସମ୍ମୁଖରେ ରାଜସିଂହାସନ ଉପରେ ଉପବିଷ୍ଟ ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଏଉତ୍ତାରୁ ତୃତୀୟ ଦିନ ଏଷ୍ଟର ରାଜକୀୟ ବସ୍ତ୍ର ପିନ୍ଧି ରାଜଗୃହର ଭିତର ପ୍ରାଙ୍ଗଣରେ ରାଜଗୃହ ସମ୍ମୁଖରେ ଠିଆ ହେଲା; ସେହି ସମୟରେ ରାଜା ରାଜଗୃହରେ ଗୃହଦ୍ଵାର ସମ୍ମୁଖରେ ରାଜସିଂହାସନ ଉପରେ ଉପବିଷ୍ଟ ଥିଲା।

Gade chapit la Kopi

ଓଡିଆ ବାଇବେଲ

1 ଏଉତ୍ତାରୁ ତୃତୀୟ ଦିନ ଏଷ୍ଟର ରାଜକୀୟ ବସ୍ତ୍ର ପିନ୍ଧି ରାଜଗୃହର ଭିତର ପ୍ରାଙ୍ଗଣରେ ରାଜଗୃହ ସମ୍ମୁଖରେ ଠିଆ ହେଲେ; ସେହି ସମୟରେ ରାଜା ରାଜଗୃହରେ ଗୃହଦ୍ୱାର ସମ୍ମୁଖରେ ରାଜସିଂହାସନ ଉପରେ ଉପବିଷ୍ଟ ଥିଲେ।

Gade chapit la Kopi

ପବିତ୍ର ବାଇବଲ

1 ତୃତୀୟ ଦିନ ଏଷ୍ଟର ରାଜକୀୟ ବସ୍ତ୍ର ପିନ୍ଧି ରାଜଗୃହର ଭିତର ପ୍ରାଙ୍ଗଣରେ ରାଜଗୃହ ସମ୍ମୁଖରେ ଛିଡ଼ା ହେଲା। ସେହି ସମୟରେ ରାଜା ରାଜଗୃହରେ ଗୃହଦ୍ୱାର ସମ୍ମୁଖରେ ରାଜ ସିଂହାସନ ଉପରେ ଉପବିଷ୍ଟ ଥିଲେ।

Gade chapit la Kopi




ଏଷ୍ଟର 5:1
14 Referans Kwoze  

ମୁଁ ଯେପରି ଜୟ କରି ମୋହର ପିତାଙ୍କ ସହିତ ତାହାଙ୍କ ସିଂହାସନରେ ବସିଅଛି, ସେପରି ଯେ ଜୟ କରେ, ମୁଁ ତାହାକୁ ମୋ ସହିତ ମୋହର ସିଂହାସନରେ ବସିବାକୁ ଦେବି।


ତହୁଁ ରାଜା ପଚାରିଲେ, “ପ୍ରାଙ୍ଗଣରେ କିଏ କିଛି?” ଏହି ସମୟରେ ହାମନ୍‍ ଆପଣା ପ୍ରସ୍ତୁତ ଫାଶୀକାଠରେ ମର୍ଦ୍ଦଖୟଙ୍କୁ ଫାଶୀ ଦେବା ପାଇଁ ରାଜାକୁ କହିବା ନିମନ୍ତେ ରାଜଗୃହର ବାହାର ପ୍ରାଙ୍ଗଣକୁ ଆସିଥିଲେ।


“ତୁମ୍ଭେ ଯାଇ ଶୂଶନ୍‍ରେ ଉପସ୍ଥିତ ସମସ୍ତ ଯିହୁଦୀୟ ଲୋକଙ୍କୁ ଏକତ୍ର କରି ମୋʼ ନିମନ୍ତେ ଉପବାସ କର, ପୁଣି ତିନି ଦିନ ଯାଏ ଦିନରେ କିଅବା ରାତ୍ରିରେ କିଛି ଭୋଜନ କର ନାହିଁ ଓ କିଛି ପାନ କର ନାହିଁ; ମଧ୍ୟ ମୁଁ ଓ ମୋହର ଦାସୀଗଣ ତଦ୍ରୂପ ଉପବାସ କରିବୁ; ତହୁଁ ବ୍ୟବସ୍ଥାନୁଯାୟୀ ନୋହିଲେ ହେଁ ମୁଁ ରାଜାଙ୍କ ନିକଟକୁ ଯିବି; ତହିଁରେ ମୁଁ ବିନଷ୍ଟ ହେଲେ ବିନଷ୍ଟ ହେବି।”


“ବିନା ଡାକରାରେ ପୁରୁଷ କି ସ୍ତ୍ରୀ ଯେକେହି ଭିତର ପ୍ରାଙ୍ଗଣକୁ ରାଜାଙ୍କ ନିକଟକୁ ଯାଏ, ତାହାର ପ୍ରାଣଦଣ୍ଡ ହେବାର ଏକମାତ୍ର ଆଜ୍ଞା ଅଛି, କେବଳ ଯାହା ପ୍ରତି ରାଜା ସ୍ୱର୍ଣ୍ଣମୟ ରାଜଦଣ୍ଡ ବଢ଼ାନ୍ତି, ସେହି ବଞ୍ଚେ, ଏହା ରାଜାଙ୍କର ସବୁ ଦାସ ଓ ରାଜାଙ୍କର ସବୁ ପ୍ରଦେଶସ୍ଥ ଲୋକ ଜାଣନ୍ତି; ମାତ୍ର ଆଜକୁ ତିରିଶ ଦିନ ହେଲା ମୁଁ ରାଜାଙ୍କ ନିକଟକୁ ଯିବା ପାଇଁ ଡାକରା ପାଇ ନାହିଁ।”


ଏଉତ୍ତାରୁ ମର୍ଦ୍ଦଖୟ ନୀଳ ଓ ଶୁକ୍ଳବର୍ଣ୍ଣ ରାଜକୀୟ ବସ୍ତ୍ର ପିନ୍ଧି, ମସ୍ତକରେ ସୁବର୍ଣ୍ଣମୟ ବୃହତ ମୁକୁଟ ଦେଇ, ସରୁ ଓ ଧୂମ୍ରବର୍ଣ୍ଣ ଉତ୍ତରୀୟ ବସ୍ତ୍ରରେ ବସ୍ତ୍ରାନ୍ୱିତ ହୋଇ ରାଜା ଛାମୁରୁ ବାହାରକୁ ଗଲ; ତହିଁରେ ଶୂଶନ୍‍ ରାଜଧାନୀ ଆନନ୍ଦ ଓ ହର୍ଷନାଦରେ ପରିପୂର୍ଣ୍ଣ ହେଲା।


ଯେପରି ତୁମ୍ଭେମାନେ ମୋହର ରାଜ୍ୟରେ ମୋ ମେଜରେ ଭୋଜନପାନ କରିବ, ପୁଣି, ସିଂହାସନରେ ଉପବେଶନ କରି ଇସ୍ରାଏଲର ଦ୍ୱାଦଶ ଗୋଷ୍ଠୀକୁ ଶାସନ କରିବ।”


ଅତଏବ, ତୃତୀୟ ଦିବସ ପର୍ଯ୍ୟନ୍ତ ସମାଧି ସୁରକ୍ଷିତ ହେବା ନିମନ୍ତେ ଆଜ୍ଞା କରନ୍ତୁ, ନୋହିଲେ କେଜାଣି ତାହାର ଶିଷ୍ୟମାନେ ଆସି ତାହାକୁ ଚୋରି କରି ଲୋକଙ୍କୁ କହିବେ, ସେ ମୃତମାନଙ୍କ ମଧ୍ୟରୁ ଉଠିଅଛନ୍ତି, ତାହାହେଲେ ପ୍ରଥମ ପ୍ରବଞ୍ଚନା ଅପେକ୍ଷା ଶେଷ ପ୍ରବଞ୍ଚନା ଅଧିକ ମନ୍ଦ ହେବ।


ତାହାହେଲେ ତୁମ୍ଭେମାନେ କଅଣ ଦେଖିବା ପାଇଁ ବାହାରିଯାଇଥିଲ? କଅଣ ସୂକ୍ଷ୍ମ ବସ୍ତ୍ର ପିନ୍ଧିଥିବା ଜଣେ ବ୍ୟକ୍ତିଙ୍କୁ? ଦେଖ, ଯେଉଁମାନେ ସୂକ୍ଷ୍ମ ବସ୍ତ୍ର ପିନ୍ଧନ୍ତି, ସେମାନେ ରାଜପ୍ରାସାଦରେ ଥାଆନ୍ତି।


“ଦେଖ, ବାଘମାନଙ୍କ ମଧ୍ୟରେ ମେଣ୍ଢାମାନଙ୍କ ପରି ମୁଁ ତୁମ୍ଭମାନଙ୍କୁ ପଠାଉଅଛି, ଅତଏବ ସର୍ପ ପରି ବୁଦ୍ଧିମାନ ଓ କପୋତ ପରି ଅହିଂସକ ହୁଅ।


ତୁମ୍ଭେମାନେ ଲୋକମାନଙ୍କୁ ଓ ଅଧିପତିଗଣଙ୍କୁ ବଷ୍ଟୀ ରାଣୀର ସୌନ୍ଦର୍ଯ୍ୟ ଦେଖାଇବା ପାଇଁ ତାହାଙ୍କୁ ରାଜମୁକୁଟରେ ଭୂଷିତା କରି ରାଜାଙ୍କ ଛାମୁକୁ ଆଣ, ଯେଣୁ ସେ ପରମସୁନ୍ଦରୀ ଥିଲେ।


ତେଣୁ ମର୍ଦ୍ଦଖୟ ଚାଲିଯାଇ ଏଷ୍ଟରଙ୍କ ସମସ୍ତ ଆଜ୍ଞାନୁସାରେ କର୍ମ କଲେ।


ସେହି ସମୟରେ ମର୍ଦ୍ଦଖୟ ନାମେ ଜଣେ ଯିହୁଦୀୟ ଲୋକ ଶୂଶନ୍‍ ରାଜଧାନୀରେ ଥିଲେ, ସେ ବିନ୍ୟାମୀନ ବଂଶୀୟ ଯାୟୀରର ପୁତ୍ର, ଶିମୀୟିର ପୌତ୍ର, କୀଶ୍‍ର ପ୍ରପୌତ୍ର।


Swiv nou:

Piblisite


Piblisite