Biblia Todo Logo
Bib sou entènèt

- Piblisite -




ଏଷ୍ଟର 5:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ତହିଁରେ ସେହି ଦିନ ହାମନ୍‍ ଆନନ୍ଦିତ ଓ ହୃଷ୍ଟଚିତ୍ତ ହୋଇ ବାହାରକୁ ଗଲା; ମାତ୍ର ହାମନ୍‍ ରାଜଦ୍ୱାରରେ ଆପଣା ସମ୍ମୁଖରେ ମର୍ଦ୍ଦଖୟଙ୍କୁ ଉଠି ଠିଆ ନ ହେବାର କିଅବା ପ୍ରଣାମ ନ କରିବାର ଦେଖି ସେ ମର୍ଦ୍ଦଖୟ ବିରୁଦ୍ଧରେ କ୍ରୋଧରେ ପରିପୂର୍ଣ୍ଣ ହେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ତହିଁରେ ସେହିଦିନ ହାମନ୍ ଆନନ୍ଦିତ ଓ ହୃଷ୍ଟଚିତ୍ତ ହୋଇ ବାହାରକୁ ଗଲା; ମାତ୍ର ହାମନ୍ ରାଜଦ୍ଵାରରେ ଆପଣା ସମ୍ମୁଖରେ ମର୍ଦ୍ଦଖୟକୁ ଉଠି ଠିଆ ନ ହେବାର କିଅବା ପ୍ରଣାମ ନ କରିବାର ଦେଖି ସେ ମର୍ଦ୍ଦଖୟ ବିରୁଦ୍ଧରେ କ୍ରୋଧରେ ପରିପୂର୍ଣ୍ଣ ହେଲା।

Gade chapit la Kopi

ଓଡିଆ ବାଇବେଲ

9 ତହିଁରେ ସେହିଦିନ ହାମନ୍‍ ଆନନ୍ଦିତ ଓ ହୃଷ୍ଟଚିତ୍ତ ହୋଇ ବାହାରକୁ ଗଲା; ମାତ୍ର ହାମନ୍‍ ରାଜଦ୍ୱାରରେ ଆପଣା ସମ୍ମୁଖରେ ମର୍ଦ୍ଦଖୟଙ୍କୁ ଉଠି ଠିଆ ନ ହେବାର କିଅବା ପ୍ରଣାମ ନ କରିବାର ଦେଖି ସେ ମର୍ଦ୍ଦଖୟ ବିରୁଦ୍ଧରେ କ୍ରୋଧରେ ପରିପୂର୍ଣ୍ଣ ହେଲେ।

Gade chapit la Kopi

ପବିତ୍ର ବାଇବଲ

9 ସେଦିନ ହାମନ୍ ଆନନ୍ଦିତ ହୋଇ ଗ୍ଭଲିଗଲା। ମାତ୍ର ହାମନ୍, ରାଜଦ୍ୱାରରେ ନିଜ ସମ୍ମୁଖରେ ମର୍ଦ୍ଦଖୟଙ୍କୁ ଉଠି ଠିଆ ନ ହେବାର କି ପ୍ରଣାମ ନ କରିବାର ଦେଖି ସେ ମର୍ଦ୍ଦଖୟ ବିରୁଦ୍ଧରେ କ୍ରୋଧରେ ପରିପୂର୍ଣ୍ଣ ହେଲା।

Gade chapit la Kopi




ଏଷ୍ଟର 5:9
19 Referans Kwoze  

ଯେତେବେଳେ ହାମନ୍‍ ଦେଖିଲେ ଯେ, ମର୍ଦ୍ଦଖୟ ନତ ହେଲେ ନାହିଁ କିଅବା ତାହାଙ୍କୁ ପ୍ରଣାମ କଲେ ନାହିଁ, ସେତେବେଳେ ସେ କ୍ରୋଧରେ ପରିପୂର୍ଣ୍ଣ ହେଲେ।


ଇତିମଧ୍ୟରେ ହେରୋଦ ପଣ୍ଡିତମାନଙ୍କ ଦ୍ୱାରା ଆପଣାକୁ ପ୍ରବଞ୍ଚିତ ହେବା ଦେଖି ରାଗିଗଲେ, ଆଉ ସେମାନଙ୍କ ନିକଟରୁ ଉତ୍ତମ ରୂପେ ଯେଉଁ ସମୟରେ ବୁଝିଥିଲେ, ତଦନୁସାରେ ଦୁଇ ବର୍ଷ ଓ ସେଥିରୁ କମ୍ ବୟସ୍କ ଯେତେ ବାଳକ ବେଥଲିହିମ ପୁଣି, ସେଥିର ସମସ୍ତ ସୀମା ମଧ୍ୟରେ ଥିଲେ, ଲୋକ ପଠାଇ ସେହି ସମସ୍ତଙ୍କୁ ବଧ କରାଇଲେ।


ଖେଦଯୁକ୍ତ ଓ ଶୋକାର୍ତ୍ତ ହୋଇ ରୋଦନ କର; ତୁମ୍ଭମାନଙ୍କ ହାସ୍ୟ ଶୋକରେ ଓ ତୁମ୍ଭମାନଙ୍କ ଆନନ୍ଦ ବିଷାଦରେ ପରିଣତ ହେଉ।


ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭେମାନେ ରୋଦନ ଓ ବିଳାପ କରିବ, କିନ୍ତୁ ଜଗତ ଆନନ୍ଦ କରିବ; ତୁମ୍ଭେମାନେ ଦୁଃଖିତ ହେବ, କିନ୍ତୁ ତୁମ୍ଭମାନଙ୍କ ଦୁଃଖ ଆନନ୍ଦରେ ପରିଣତ ହେବ।


ହାୟ, ଦଣ୍ଡର ପାତ୍ର ବର୍ତ୍ତମାନ ପରିତୃପ୍ତ ଯେ ତୁମ୍ଭେମାନେ, କାରଣ ତୁମ୍ଭେମାନେ କ୍ଷୁଧିତ ହେବ। ହାୟ, ଦଣ୍ଡର ପାତ୍ର ବର୍ତ୍ତମାନ ହାସ୍ୟ କରୁଅଛ ଯେ ତୁମ୍ଭେମାନେ, କାରଣ ତୁମ୍ଭେମାନେ ଦୁଃଖ ଓ ରୋଦନ କରିବ।


ତହିଁରେ ନବୂଖଦ୍‍ନିତ୍ସର ପ୍ରଚଣ୍ଡ କ୍ରୋଧ ଓ କୋପରେ ଶଦ୍ରକ୍‍, ମୈଶକ୍‍ ଓ ଅବେଦ୍‍ନଗୋଙ୍କୁ ଆଣିବା ପାଇଁ ଆଜ୍ଞା କଲା। ତହୁଁ ଲୋକମାନେ ସେମାନଙ୍କୁ ରାଜାର ଛାମୁକୁ ଆଣିଲେ।


ସୈନ୍ୟଦଳ ମୋʼ ବିରୁଦ୍ଧରେ ଛାଉଣି କଲେ ହେଁ ମୋହର ଅନ୍ତଃକରଣ ଭୟ କରିବ ନାହିଁ; ଯଦି ଯୁଦ୍ଧ ମୋʼ ବିରୁଦ୍ଧରେ ଉଠେ, ତେବେ ମଧ୍ୟ ମୁଁ ସାହସିକ ହେବି।


ଯାହାର ଦୃଷ୍ଟିରେ ପାମର ତୁଚ୍ଛୀକୃତ ହୁଏ; ମାତ୍ର ଯେ ସଦାପ୍ରଭୁଙ୍କ ଭୟକାରୀମାନଙ୍କୁ ସମାଦର କରେ। ଯେ ଶପଥ କରି ଆପଣାର କ୍ଷତି ହେଲେ ହେଁ ତାହା ଅନ୍ୟଥା କରେ ନାହିଁ।


ମୋʼ ତମ୍ବୁସ୍ଥିତ ଲୋକେ କି କହି ନ ଥାʼନ୍ତି, ‘ତାହାର ଦତ୍ତ ମାଂସରେ ଯେ ତୃପ୍ତ ହୋଇ ନାହିଁ, ଏପରି ଜଣକୁ କିଏ ପାଇ ପାରେ?’


ଦୁଷ୍ଟର ଜୟଧ୍ୱନି ଅଳ୍ପ କାଳ ଓ ଅଧାର୍ମିକର ଆନନ୍ଦ କ୍ଷଣମାତ୍ର ସ୍ଥାୟୀ?


ତହିଁରେ ରାଜାଙ୍କ ଯେତେ ଦାସ ରାଜଦ୍ୱାରରେ ଥିଲେ, ସେସମସ୍ତେ ନତ ହୋଇ ହାମନ୍‍କୁ ପ୍ରଣାମ କଲେ; କାରଣ ରାଜା ତାହା ବିଷୟରେ ସେରୂପ ଆଜ୍ଞା ଦେଇଥିଲେ; ମାତ୍ର ମର୍ଦ୍ଦଖୟ ନତ ହେଲେ ନାହିଁ କିଅବା ତାହାଙ୍କୁ ପ୍ରଣାମ କଲେ ନାହିଁ।


କନ୍ୟାମାନେ ଦ୍ୱିତୀୟ ଥର ସଂଗୃହୀତା ହେବା ସମୟରେ, ମର୍ଦ୍ଦଖୟ ରାଜଦ୍ୱାରରେ ବସିଲେ।


ତହୁଁ ଆହାବ ଯିଷ୍ରିୟେଲୀୟ ନାବୋତର ଉକ୍ତ କଥା ସକାଶୁ ବିଷଣ୍ଣ ଓ ଅତୁଷ୍ଟ ହୋଇ ଆପଣା ଗୃହକୁ ଆସିଲେ; କାରଣ ନାବୋତ କହିଥିଲା ଯେ, “ମୁଁ ଆପଣା ପୈତୃକ ଅଧିକାର ଆପଣଙ୍କୁ ଦେବି ନାହିଁ।” ଏଣୁ ଆହାବ ଆପଣା ମୁଖ ଫେରାଇ ଶଯ୍ୟାରେ ପଡ଼ି ଭୋଜନ କରିବାକୁ ଅସମ୍ମତ ହେଲେ।


ଏହି ସମସ୍ତ କଥା ଶୁଣି ସେମାନେ ଅତିଶୟ ରାଗିଗଲେ, ପୁଣି, ତାହାଙ୍କ ପ୍ରତି ଦାନ୍ତ କଡ଼ମଡ଼ କରିବାକୁ ଲାଗିଲେ।


ଆଉ ଯେଉଁମାନେ ଶରୀରକୁ ବଧ କରନ୍ତି, କିନ୍ତୁ ଆତ୍ମାକୁ ବଧ କରିପାରନ୍ତି ନାହିଁ, ସେମାନଙ୍କୁ ଭୟ କର ନାହିଁ; ବରଂ ଯେ ଶରୀର ଓ ଆତ୍ମା ଉଭୟକୁ ନର୍କରେ ବିନଷ୍ଟ କରିପାରନ୍ତି, ତାହାଙ୍କୁ ହିଁ ଭୟ କର।


ମାତ୍ର ଯେପର୍ଯ୍ୟନ୍ତ ମୁଁ ଯିହୁଦୀୟ ମର୍ଦ୍ଦଖୟଙ୍କୁ ରାଜଦ୍ୱାରରେ ବସିବାର ଦେଖୁଥିବି, ସେପର୍ଯ୍ୟନ୍ତ ଏହିସବୁରେ ମୋହର କିଛି ଫଳ ନାହିଁ।”


ତହିଁରେ ସେ ତାହାକୁ କହିଲେ, “ମୁଁ ଯିଷ୍ରିୟେଲୀୟ ନାବୋତକୁ କହିଲି, ତୁମ୍ଭେ ରୂପା ମୁଦ୍ରା ନେଇ ମୋତେ ତୁମ୍ଭ ଦ୍ରାକ୍ଷାକ୍ଷେତ୍ର ଦିଅ; ଅବା ଯେବେ ତୁମ୍ଭର ସନ୍ତୋଷ ହୁଏ, ତେବେ ମୁଁ ତୁମ୍ଭକୁ ତହିଁ ବଦଳେ ଆଉ ଏକ ଦ୍ରାକ୍ଷାକ୍ଷେତ୍ର ଦେବି,” ମାତ୍ର ସେ ଉତ୍ତର କଲା, “ମୁଁ ତୁମ୍ଭକୁ ଆପଣା ଦ୍ରାକ୍ଷାକ୍ଷେତ୍ର ଦେବି ନାହିଁ।”


Swiv nou:

Piblisite


Piblisite