Biblia Todo Logo
Bib sou entènèt

- Piblisite -




ଏଷ୍ଟର 6:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଆଉ, ସେହି ବସ୍ତ୍ର ଓ ଅଶ୍ୱ ମହାରାଜାଙ୍କର ଏକ ପ୍ରଧାନ ଅଧିପତିର ହସ୍ତରେ ଦିଆଯାଉ; ପୁଣି, ମହାରାଜ ଯାହାକୁ ସମ୍ମାନ କରିବାକୁ ତୁଷ୍ଟ ହୁଅନ୍ତି, ତାହାଙ୍କୁ ସେମାନେ ସେହି ରାଜବସ୍ତ୍ର ପିନ୍ଧାଉନ୍ତୁ ଓ ସେହି ଅଶ୍ୱରେ ଆରୋହଣ କରାଇ ନଗର ଦାଣ୍ଡରେ ତାହାର ଆଗେ ଆଗେ ଏହା ଘୋଷଣା କରନ୍ତୁ, ‘ମହାରାଜ ଯାହାର ସମ୍ମାନରେ ତୁଷ୍ଟ ହୁଅନ୍ତି, ତାହା ପ୍ରତି ଏରୂପ କରାଯାଏ।’”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ଆଉ, ସେହି ବସ୍ତ୍ର ଓ ଅଶ୍ଵ ମହାରାଜଙ୍କର ଏକ ପ୍ରଧାନ ଅଧିପତିର ହସ୍ତରେ ଦିଆଯାଉ; ପୁଣି, ମହାରାଜ ଯାହାକୁ ସମ୍ମାନ କରିବାକୁ ତୁଷ୍ଟ ହୁଅନ୍ତି, ତାହାକୁ ସେମାନେ ସେହି ରାଜବସ୍ତ୍ର ପିନ୍ଧାଉନ୍ତୁ ଓ ସେହି ଅଶ୍ଵରେ ଆରୋହଣ କରାଇ ନଗର ଦାଣ୍ତରେ ତାହାର ଆଗେ ଆଗେ ଏହା ଘୋଷଣା କରନ୍ତୁ, ମହାରାଜ ଯାହାର ସମ୍ମାନରେ ତୁଷ୍ଟ ହୁଅନ୍ତି, ତାହା ପ୍ରତି ଏରୂପ କରାଯାଏ।

Gade chapit la Kopi

ଓଡିଆ ବାଇବେଲ

9 ଆଉ, ସେହି ବସ୍ତ୍ର ଓ ଅଶ୍ୱ ମହାରାଜାଙ୍କର ଏକ ପ୍ରଧାନ ଅଧିପତିର ହସ୍ତରେ ଦିଆଯାଉ; ପୁଣି, ମହାରାଜ ଯାହାକୁ ସମ୍ମାନ କରିବାକୁ ତୁଷ୍ଟ ହୁଅନ୍ତି, ତାହାଙ୍କୁ ସେମାନେ ସେହି ରାଜବସ୍ତ୍ର ପିନ୍ଧାଉନ୍ତୁ ଓ ସେହି ଅଶ୍ୱରେ ଆରୋହଣ କରାଇ ନଗର ଦାଣ୍ଡରେ ତାହାର ଆଗେ ଆଗେ ଏହା ଘୋଷଣା କରନ୍ତୁ, ମହାରାଜ ଯାହାର ସମ୍ମାନରେ ତୁଷ୍ଟ ହୁଅନ୍ତି, ତାହା ପ୍ରତି ଏରୂପ କରାଯାଏ।”

Gade chapit la Kopi

ପବିତ୍ର ବାଇବଲ

9 ଆଉ ସେହି ବସନ ଓ ଅଶ୍ୱ ମହାରାଜାଙ୍କର ଏକ ପ୍ରଧାନ ଅଧିପତିର ହସ୍ତରେ ଦିଆଯାଉ। ପୁଣି ମହାରାଜ ଯାହାକୁ ସମ୍ମାନ କରିବାକୁ ତୁଷ୍ଟ ହୁଅନ୍ତି, ତାହାକୁ ସେମାନେ ସେହି ରାଜ ବସନ ପିନ୍ଧାନ୍ତୁ ଓ ସେହି ଅଶ୍ୱରେ ଆରୋହଣ କରାଇ ନଗର ଦାଣ୍ଡରେ ତାହାର ଆଗେ ଆଗେ ଏହା ଘୋଷଣା କରାନ୍ତୁ। ‘ମହାରାଜ ଯାହାର ସମ୍ମାନରେ ତୁଷ୍ଟ ହୁଅନ୍ତି, ତାହା ପ୍ରତି ଏହିପରି କରାଯାଏ।’”

Gade chapit la Kopi




ଏଷ୍ଟର 6:9
5 Referans Kwoze  

ପୁଣି, ତାଙ୍କୁ ଆପଣା ଦ୍ୱିତୀୟ ରଥରେ ଆରୋହଣ କରାଇଲେ; ଆଉ ଲୋକମାନେ ତାଙ୍କର ଆଗେ ଆଗେ “ଆଣ୍ଠୁ ପାତ ଆଣ୍ଠୁ ପାତ” ବୋଲି ଘୋଷଣା କଲେ। ଏହି ପ୍ରକାରେ ସେ ତାଙ୍କୁ ସମସ୍ତ ମିସର ଦେଶ ଉପରେ ନିଯୁକ୍ତ କଲେ।


ଗୋ ସିୟୋନ କନ୍ୟେ, ଅତିଶୟ ଉଲ୍ଲାସ କର! ଗୋ ଯିରୂଶାଲମ କନ୍ୟେ, ଜୟଧ୍ୱନି କର! ଦେଖ, ତୁମ୍ଭର ରାଜା ତୁମ୍ଭ ନିକଟକୁ ଆସୁଅଛନ୍ତି; ସେ ଧର୍ମମୟ ଓ ପରିତ୍ରାଣବିଶିଷ୍ଟ; ସେ ନମ୍ରଶୀଳ ଓ ଗର୍ଦ୍ଦଭ ଉପରେ, ଅର୍ଥାତ୍‍, ଗର୍ଦ୍ଦଭୀର ଶାବକ ଉପରେ ଆରୋହଣ କରି ଆସୁଅଛନ୍ତି।


ତହିଁରେ ହାମନ୍‍ ଭିତରକୁ ଆସନ୍ତେ, ରାଜା ତାହାଙ୍କୁ କହିଲେ, “ରାଜା ଯାହାକୁ ସମ୍ମାନ କରିବାକୁ ତୁଷ୍ଟ ହୁଅନ୍ତି, ତାହା ପ୍ରତି କଅଣ କରାଯିବ?” ହାମନ୍‍ ମନେ ମନେ ଭାଳିଲେ, ରାଜା ମୋʼ ବିନୁ ଆଉ କାହାକୁ ସମ୍ମାନ କରିବାକୁ ଅଧିକ ତୁଷ୍ଟ ହେବେ?


ଏଥିରେ ରାଜା ହାମନ୍‍କୁ କହିଲେ, “ତୁମ୍ଭେ ଏହା ଶୀଘ୍ର କର; ଯେପରି କହିଲ, ସେପରି ସେହି ବସ୍ତ୍ର ଓ ସେହି ଅଶ୍ୱ ଘେନି ରାଜଦ୍ୱାରରେ ଉପବିଷ୍ଟ ଯିହୁଦୀୟ ମର୍ଦ୍ଦଖୟ ପ୍ରତି କର; ତୁମ୍ଭେ ଯେସକଳ କଥା କହିଅଛ, ତହିଁରୁ କିଛି ହିଁ ଊଣା କର ନାହିଁ।”


Swiv nou:

Piblisite


Piblisite