Biblia Todo Logo
Bib sou entènèt

- Piblisite -




ଏଷ୍ଟର 8:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ପୁଣି, “ଏହି କର୍ମ ମହାରାଜାଙ୍କ ଦୃଷ୍ଟିରେ ଯଥାର୍ଥ ବୋଧ ହୁଏ, ଆଉ ମୁଁ ମହାରାଜାଙ୍କର ତୁଷ୍ଟିକାରିଣୀ ଅଟେ, ତେବେ ମହାରାଜାଙ୍କର ସମୁଦାୟ ପ୍ରଦେଶସ୍ଥ ଯିହୁଦୀୟମାନଙ୍କୁ ବିନାଶ କରିବା ପାଇଁ ଅଗାଗୀୟ ହମ୍ମଦାଥାର ପୁତ୍ର ହାମନ୍‍ ଯେସକଳ ପତ୍ର ଲେଖିବାକୁ ପରାମର୍ଶ ଦେଇଥିଲେ, ତାହା ଅନ୍ୟଥା କରିବାକୁ ଲେଖାଯାଉ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ପୁଣି, ଏହି କର୍ମ ମହାରାଜଙ୍କ ଦୃଷ୍ଟିରେ ଯଥାର୍ଥ ବୋଧ ହୁଏ, ଆଉ ମୁଁ ମହାରାଜଙ୍କର ତୁଷ୍ଟିକାରିଣୀ ଅଟେ, ତେବେ ମହାରାଜଙ୍କର ସମୁଦାୟ ପ୍ରଦେଶସ୍ଥ ଯିହୁଦୀୟମାନଙ୍କୁ ବିନାଶ କରିବା ପାଇଁ ଅଗାଗୀୟ ହମ୍ମଦାଥାର ପୁତ୍ର ହାମନ୍ ଯେସକଳ ପତ୍ର ଲେଖିବାକୁ ପରାମର୍ଶ ଦେଇଥିଲା, ତାହା ଅନ୍ୟଥା କରିବାକୁ ଲେଖାଯାଉ;

Gade chapit la Kopi

ଓଡିଆ ବାଇବେଲ

5 ପୁଣି, ଏହି କର୍ମ ମହାରାଜାଙ୍କ ଦୃଷ୍ଟିରେ ଯଥାର୍ଥ ବୋଧ ହୁଏ, ଆଉ ମୁଁ ମହାରାଜାଙ୍କର ତୁଷ୍ଟିକାରିଣୀ ଅଟେ, ତେବେ ମହାରାଜାଙ୍କର ସମୁଦାୟ ପ୍ରଦେଶସ୍ଥ ଯିହୁଦୀୟମାନଙ୍କୁ ବିନାଶ କରିବା ପାଇଁ ଅଗାଗୀୟ ହମ୍ମଦାଥାର ପୁତ୍ର ହାମନ୍‍ ଯେସକଳ ପତ୍ର ଲେଖିବାକୁ ପରାମର୍ଶ ଦେଇଥିଲେ, ତାହା ଅନ୍ୟଥା କରିବାକୁ ଲେଖାଯାଉ;

Gade chapit la Kopi

ପବିତ୍ର ବାଇବଲ

5 ଏବଂ କହିଲା, ଯେବେ ମହାରାଜ ସନ୍ତୁଷ୍ଟ ହୁଅନ୍ତି ଯେବେ ରାଜାଙ୍କ ଦୃଷ୍ଟିରେ ମୁଁ ଅନୁଗ୍ରହ ପାଇଅଛି, “ଦୟାକରି ମୋ’ ପାଇଁ ଏହା କରନ୍ତୁ। ଆଉ ଯଦି ଏହା ରାଜାଙ୍କୁ ସନ୍ତୁଷ୍ଟ କରେ, ତେବେ ମହାରାଜାଙ୍କର ସମୁଦାୟ ପ୍ରଦେଶସ୍ଥ ଯିହୁଦୀୟମାନଙ୍କୁ ବିନାଶ କରିବା ପାଇଁ ଅଗାଗୀୟ ହମ୍ମାଦାଥାର ପୁତ୍ର ହାମନ୍ ଯେ ସକଳ ପତ୍ର ଲେଖିବାକୁ ପରାମର୍ଶ ଦେଇଥିଲା, ତାହା ପ୍ରତ୍ୟାହୃତ କରାଯାଉ।

Gade chapit la Kopi




ଏଷ୍ଟର 8:5
9 Referans Kwoze  

ତେଣୁ ଏଷ୍ଟର ରାଣୀ ଉତ୍ତର ଦେଇ କହିଲେ, “ହେ ମହାରାଜ, ମୁଁ ଯେବେ ଆପଣଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇଅଛି, ଆଉ, ଯେବେ ମହାରାଜ ସନ୍ତୁଷ୍ଟ ହୁଅନ୍ତି, ତେବେ ମୋହର ନିବେଦନାନୁସାରେ ମୋʼ ପ୍ରାଣ ଓ ମୋʼ ପ୍ରାର୍ଥନାନୁସାରେ ମୋʼ ଲୋକମାନେ ମୋତେ ଦିଆଯାଉନ୍ତୁ।


ମୁଁ ଯେବେ ମହାରାଜାଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇଅଛି, ପୁଣି ମୋହର ନିବେଦନୀୟ ବିଷୟ ଦେବାକୁ ଓ ପ୍ରାର୍ଥନା ସିଦ୍ଧ କରିବାକୁ ଯେବେ ମହାରାଜ ତୁଷ୍ଟ ହୁଅନ୍ତି, ତେବେ ମୁଁ ଯେଉଁ ଭୋଜ ଆପଣମାନଙ୍କ ନିମନ୍ତେ ପ୍ରସ୍ତୁତ କରିବି, ତହିଁକି ମହାରାଜ ଓ ହାମନ୍‍ ଆସନ୍ତୁ, ମୁଁ କାଲି ମହାରାଜାଙ୍କ ଆଜ୍ଞାନୁସାରେ କହିବି।”


ତହିଁରେ ରାଜା ଅନ୍ୟ ସକଳ ସ୍ତ୍ରୀଠାରୁ ଏଷ୍ଟରଙ୍କୁ ଅଧିକ ପ୍ରେମ କଲେ, ପୁଣି ଅନ୍ୟ ସକଳ ଯୁବତୀଠାରୁ ସେ ରାଜାଙ୍କ ଦୃଷ୍ଟିରେ ଅଧିକ ଅନୁଗ୍ରହ ଓ ଦୟା ପାଇଲା; ଏଣୁ ସେ ତାହାର ମସ୍ତକରେ ରାଜମୁକୁଟ ଦେଇ ବଷ୍ଟୀ ବଦଳେ ତାକୁ ରାଣୀ କଲେ।


ତହିଁ ଉତ୍ତାରେ ଯେଉଁ କନ୍ୟା ମହାରାଜାଙ୍କର ତୁଷ୍ଟିକାରିଣୀ ହେବ, ସେ ବଷ୍ଟୀ ବଦଳେ ରାଣୀ ହେବ;” ଏହି କଥାରେ ରାଜାଙ୍କ ସନ୍ତୋଷ ହୁଅନ୍ତେ, ସେ ସେପରି କଲେ।


ଆଉ ସେ କହିଲା, ‘ବିନୟ କରୁଅଛି, ମୋତେ ଯିବାକୁ ଦିଅ; କାରଣ ନଗରରେ ମୋର ପରିବାର ପାଇଁ ବଳିଦାନ ହେବାର ଅଛି ଓ ସେଠାରେ ଉପସ୍ଥିତ ହେବା ପାଇଁ ମୋହର ଭାଇ ମୋତେ ଆଜ୍ଞା ଦେଇଅଛନ୍ତି।’ ଏହେତୁ ମୁଁ ଯେବେ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହ ପାଇଅଛି, ତେବେ ବିନୟ କରୁଅଛି ମୋର ଭାଇମାନଙ୍କୁ ଦେଖିବା ପାଇଁ ମୋତେ ଛାଡ଼ିଦିଅ। ଏହି କାରଣରୁ ସେ ରାଜାଙ୍କ ମେଜକୁ ଆସି ନାହିଁ।”


କାରଣ ମୁଁ ଓ ତୁମ୍ଭର ଏହି ଲୋକମାନେ ଯେ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହ ପାଇଅଛୁ, ଏହା ଏବେ କିପରି ଜଣାଯିବ? ଯେପରି ମୁଁ ଓ ତୁମ୍ଭର ଲୋକମାନେ ପୃଥିବୀସ୍ଥ ସମସ୍ତ ଲୋକଠାରୁ ବିଶେଷ ଲୋକ ହେବା, ଆମ୍ଭମାନଙ୍କ ସହିତ ତୁମ୍ଭର ଗମନ ଦ୍ୱାରା କି ଏହା ଜଣାଯାଏ ନାହିଁ?


ଉତ୍ତମ, ମୁଁ ଯଦି ତୁମ୍ଭ ଦୃଷ୍ଟିରେ ଅନୁଗ୍ରହପାତ୍ର ହୋଇଅଛି, ତେବେ ବିନୟ କରୁଅଛି, ମୁଁ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହ ପାଇବା ପାଇଁ ଯେପରି ତୁମ୍ଭଙ୍କୁ ଜାଣି ପାରିବି, ଏଥିପାଇଁ ଏବେ ତୁମ୍ଭେ ମୋତେ ଆପଣା ମାର୍ଗ ଜଣାଅ; ପୁଣି, ଏହି ଗୋଷ୍ଠୀ ଯେ ତୁମ୍ଭର ଲୋକ, ଏହା ବିବେଚନା କର।”


ଏହି ସକଳ ଘଟଣା ଉତ୍ତାରେ ଅକ୍ଷଶ୍ୱେରଶ ରାଜା ଅଗାଗୀୟ ହମ୍ମଦାଥାର ପୁତ୍ର ହାମନ୍‍କୁ ଉନ୍ନତ କରି ଉଚ୍ଚପଦାନ୍ୱିତ କଲେ, ଆଉ ତାହାଙ୍କ ସଙ୍ଗୀ ସମସ୍ତ ଅଧିପତିର ଆସନ ଅପେକ୍ଷା ତାହାଙ୍କୁ ଶ୍ରେଷ୍ଠ ଆସନ ଦେଲେ।


Swiv nou:

Piblisite


Piblisite