Biblia Todo Logo
Bib sou entènèt

- Piblisite -




ଏଷ୍ଟର 8:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ତେଣୁ ତୃତୀୟ ମାସର, ଅର୍ଥାତ୍‍, ସୀବନ ମାସର ତେଇଶ ଦିନରେ ରାଜାଙ୍କ ଲେଖକମାନେ ଆହୂତ ହୁଅନ୍ତେ, ମର୍ଦ୍ଦଖୟର ସକଳ ଆଜ୍ଞାନୁସାରେ ଯିହୁଦୀୟମାନଙ୍କ ନିକଟକୁ ଓ ହିନ୍ଦୁସ୍ଥାନଠାରୁ କୂଶ ଦେଶ ପର୍ଯ୍ୟନ୍ତ ଏକ ଶହ ସତାଇଶ ପ୍ରଦେଶାନ୍ତର୍ଗତ ପ୍ରତ୍ୟେକ ପ୍ରଦେଶର ଅକ୍ଷରାନୁସାରେ କ୍ଷିତିପାଳ ଓ ଶାସନକର୍ତ୍ତା ଓ ପ୍ରଦେଶାଧିପତିମାନଙ୍କ ନିକଟକୁ, ପୁଣି ପ୍ରତ୍ୟେକ ଗୋଷ୍ଠୀକୁ ସେମାନଙ୍କ ଭାଷାନୁସାରେ, ଆଉ ଯିହୁଦୀୟ ଲୋକମାନଙ୍କ ନିକଟକୁ ସେମାନଙ୍କ ଅକ୍ଷର ଓ ଭାଷାନୁସାରେ ପତ୍ର ଲିଖିତ ହେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ତେଣୁ ତୃତୀୟ ମାସର, ଅର୍ଥାତ୍, ସୀବନ ମାସର ତେଇଶ ଦିନରେ ରାଜାର ଲେଖକମାନେ ଆହୂତ ହୁଅନ୍ତେ, ମର୍ଦ୍ଦଖୟର ସକଳ ଆଜ୍ଞାନୁସାରେ ଯିହୁଦୀୟମାନଙ୍କ ନିକଟକୁ ଓ ହିନ୍ଦୁସ୍ଥାନଠାରୁ କୁଶ ଦେଶ ପର୍ଯ୍ୟନ୍ତ ଏକଶତ ସତାଇଶ ପ୍ରଦେଶାନ୍ତର୍ଗତ ପ୍ରତ୍ୟେକ ପ୍ରଦେଶର ଅକ୍ଷରାନୁସାରେ କ୍ଷିତିପାଳ ଓ ଶାସନକର୍ତ୍ତା ଓ ପ୍ରଦେଶାଧିପତିମାନଙ୍କ ନିକଟକୁ, ପୁଣି ପ୍ରତ୍ୟେକ ଗୋଷ୍ଠୀକି ସେମାନଙ୍କ ଭାଷାନୁସାରେ, ଆଉ ଯିହୁଦୀୟ ଲୋକମାନଙ୍କ ନିକଟକୁ ସେମାନଙ୍କ ଅକ୍ଷର ଭାଷାନୁସାରେ ପତ୍ର ଲିଖିତ ହେଲା ।

Gade chapit la Kopi

ଓଡିଆ ବାଇବେଲ

9 ତେଣୁ ତୃତୀୟ ମାସର, ଅର୍ଥାତ୍‍, ସୀବନ ମାସର ତେଇଶ ଦିନରେ ରାଜାଙ୍କ ଲେଖକମାନେ ଆହୂତ ହୁଅନ୍ତେ, ମର୍ଦ୍ଦଖୟର ସକଳ ଆଜ୍ଞାନୁସାରେ ଯିହୁଦୀୟମାନଙ୍କ ନିକଟକୁ ଓ ହିନ୍ଦୁସ୍ଥାନଠାରୁ କୂଶ ଦେଶ ପର୍ଯ୍ୟନ୍ତ ଏକଶତ ସତାଇଶ ପ୍ରଦେଶାନ୍ତର୍ଗତ ପ୍ରତ୍ୟେକ ପ୍ରଦେଶର ଅକ୍ଷରାନୁସାରେ କ୍ଷିତିପାଳ ଓ ଶାସନକର୍ତ୍ତା ଓ ପ୍ରଦେଶାଧିପତିମାନଙ୍କ ନିକଟକୁ, ପୁଣି ପ୍ରତ୍ୟେକ ଗୋଷ୍ଠୀକି ସେମାନଙ୍କ ଭାଷାନୁସାରେ, ଆଉ ଯିହୁଦୀୟ ଲୋକମାନଙ୍କ ନିକଟକୁ ସେମାନଙ୍କ ଅକ୍ଷର ଓ ଭାଷାନୁସାରେ ପତ୍ର ଲିଖିତ ହେଲା।

Gade chapit la Kopi

ପବିତ୍ର ବାଇବଲ

9 ତେଣୁ ତୃତୀୟ ମାସର ଅର୍ଥାତ୍ ସୀବନ ମାସର ତେଇଶ୍ ଦିନରେ ରାଜାର ଲେଖକମାନେ ଆହୁତ ହୁଅନ୍ତେ ମର୍ଦ୍ଦଖୟର ଆଜ୍ଞା ଅନୁସାରେ ସମସ୍ତ ଯିହୁଦୀୟମାନଙ୍କ ନିକଟକୁ ଓ ହିନ୍ଦୁସ୍ଥାନଠାରୁ କୁଶଦେଶ ପର୍ଯ୍ୟନ୍ତ 127 ପ୍ରଦେଶର ଅନ୍ତର୍ଗତ ପ୍ରତ୍ୟେକ ପ୍ରଦେଶର ଅକ୍ଷାରାନୁସାରେ କ୍ଷିତିପାଳ ଓ ଶାସନକର୍ତ୍ତା ଓ ପ୍ରଦେଶାଧିପତିମାନଙ୍କ ନିକଟକୁ। ପୁଣି ପ୍ରତ୍ୟେକ ଗୋଷ୍ଠୀକି ସେମାନଙ୍କ ଭାଷାନୁସାରେ, ଆଉ ଯିହୁଦୀୟ ଲୋକମାନଙ୍କ ନିକଟକୁ ସେମାନଙ୍କ ଅକ୍ଷର ଓ ଭାଷାନୁସାରେ ପତ୍ର ଲେଖାଗଲା।

Gade chapit la Kopi




ଏଷ୍ଟର 8:9
10 Referans Kwoze  

ତହୁଁ ସେ ପ୍ରତ୍ୟେକ ପ୍ରଦେଶର ଅକ୍ଷରାନୁସାରେ ଓ ପ୍ରତ୍ୟେକ ଗୋଷ୍ଠୀର ଭାଷାନୁସାରେ ରାଜାଙ୍କ ଅଧୀନ ପ୍ରତ୍ୟେକ ପ୍ରଦେଶକୁ ଏହିରୂପେ ପତ୍ର ପଠାଇଲେ, ପ୍ରତ୍ୟେକ ପୁରୁଷ ଆପଣା ଆପଣା ଗୃହରେ କର୍ତ୍ତୃତ୍ୱ କରୁ ଓ ସ୍ୱଗୋଷ୍ଠୀୟ ଭାଷାନୁସାରେ ତାହା ପ୍ରଚାର କରୁ।


ଅକ୍ଷଶ୍ୱେରଶ ହିନ୍ଦୁସ୍ଥାନଠାରୁ କୂଶ ଦେଶ ପର୍ଯ୍ୟନ୍ତ ଏକ ଶତ ସତାଇଶ ପ୍ରଦେଶ ଉପରେ ରାଜ୍ୟ କଲେ।


ଦାରୀୟାବସ ସମୁଦାୟ ରାଜ୍ୟରେ ଏକ ଶହ କୋଡ଼ିଏ ଜଣ କ୍ଷିତିପାଳ ରାଜ୍ୟ ଉପରେ ନିଯୁକ୍ତ କରିବାକୁ


ସମୁଦାୟ ପୃଥିବୀନିବାସୀ ଯାବତୀୟ ଗୋଷ୍ଠୀ, ଦେଶୀୟ ଓ ଭାଷାବାଦୀ ଲୋକମାନଙ୍କ ପ୍ରତି ନବୂଖଦ୍‍ନିତ୍ସର ରାଜାର (ବିଜ୍ଞାପନ); “ତୁମ୍ଭମାନଙ୍କର ବାହୁଲ୍ୟ ରୂପେ ଶାନ୍ତି ହେଉ।


ଏଥିରେ ହିଲ୍‍କୀୟର ପୁତ୍ର ଇଲିୟାକୀମ୍‍ ଓ ଶିବ୍‍ନ ଓ ଯୋୟାହ ରବ୍‍ଶାକିକୁ କହିଲେ, “ବିନୟ କରୁଅଛୁ, ଆପଣ ଅରାମୀୟ ଭାଷାରେ ଆପଣା ଦାସମାନଙ୍କୁ କହନ୍ତୁ; କାରଣ ଆମ୍ଭେମାନେ ତାହା ବୁଝୁଅଛୁ। ପୁଣି ପ୍ରାଚୀରର ଉପରିସ୍ଥ ଲୋକମାନଙ୍କ କର୍ଣ୍ଣଗୋଚରରେ ଆମ୍ଭମାନଙ୍କୁ ଯିହୁଦୀୟ ଭାଷାରେ ନ କହନ୍ତୁ।”


ସେତେବେଳେ ଦାରୀୟାବସ ସମୁଦାୟ ପୃଥିବୀନିବାସୀ, ସମସ୍ତ ଗୋଷ୍ଠୀ, ଦେଶବାସୀ ଓ ଭାଷାବାଦୀମାନଙ୍କ ନିକଟକୁ ପତ୍ର ଲେଖିଲା; “ତୁମ୍ଭମାନଙ୍କ ପ୍ରତି ବାହୁଲ୍ୟ ରୂପରେ ଶାନ୍ତି ହେଉ।


ଏହେତୁ ଆସାଙ୍କ ରାଜତ୍ଵର ପନ୍ଦର ବର୍ଷର ତୃତୀୟ ମାସରେ ଲୋକମାନେ ଯିରୂଶାଲମରେ ଏକତ୍ରିତ ହେଲେ।


ସେହି ଅକ୍ଷଶ୍ୱେରଶ ରାଜା ଦେଶ ଓ ସମୁଦ୍ରସ୍ଥ ଉପଦ୍ୱୀପସମୂହରେ କର ବସାଇଲେ।


Swiv nou:

Piblisite


Piblisite