Biblia Todo Logo
Bib sou entènèt

- Piblisite -




ଏଷ୍ଟର 9:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ସେତେବେଳେ ଯିହୁଦୀୟମାନେ ଆପଣାମାନଙ୍କ ହିଂସାଚେଷ୍ଟାକାରୀଗଣ ଉପରେ ହସ୍ତକ୍ଷେପ କରିବାକୁ ଅକ୍ଷଶ୍ୱେରଶ ରାଜାଙ୍କ ଯାବତୀୟ ପ୍ରଦେଶରେ ଆପଣା ଆପଣା ନଗରରେ ଏକତ୍ରିତ ହେଲେ, ପୁଣି ସେମାନଙ୍କ ସମ୍ମୁଖରେ କେହି ଠିଆ ହୋଇ ପାରିଲେ ନାହିଁ, କାରଣ ସମୁଦାୟ ଲୋକ ସେମାନଙ୍କ ସକାଶୁ ଭୀତ ହୋଇଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ସେତେବେଳେ ଯିହୁଦୀୟମାନେ ଆପଣାମାନଙ୍କ ହିଂସାଚେଷ୍ଟାକାରୀଗଣ ଉପରେ ହସ୍ତକ୍ଷେପ କରିବାକୁ ଅକ୍ଷଶ୍ଵେରଶ ରାଜାର ଯାବତୀୟ ପ୍ରଦେଶରେ ଆପଣା ଆପଣା ନଗରରେ ଏକତ୍ରିତ ହେଲେ, ପୁଣି ସେମାନଙ୍କ ସମ୍ମୁଖରେ କେହି ଠିଆ ହୋଇ ପାରିଲେ ନାହିଁ, କାରଣ ସମୁଦାୟ ଲୋକ ସେମାନଙ୍କ ସକାଶୁ ଭୀତ ହୋଇଥିଲେ ।

Gade chapit la Kopi

ଓଡିଆ ବାଇବେଲ

2 ସେତେବେଳେ ଯିହୁଦୀୟମାନେ ଆପଣାମାନଙ୍କ ହିଂସାଚେଷ୍ଟାକାରୀଗଣ ଉପରେ ହସ୍ତକ୍ଷେପ କରିବାକୁ ଅକ୍ଷଶ୍ୱେରଶ ରାଜାଙ୍କ ଯାବତୀୟ ପ୍ରଦେଶରେ ଆପଣା ଆପଣା ନଗରରେ ଏକତ୍ରିତ ହେଲେ, ପୁଣି ସେମାନଙ୍କ ସମ୍ମୁଖରେ କେହି ଠିଆ ହୋଇ ପାରିଲେ ନାହିଁ, କାରଣ ସମୁଦାୟ ଲୋକ ସେମାନଙ୍କ ସକାଶୁ ଭୀତ ହୋଇଥିଲେ।

Gade chapit la Kopi

ପବିତ୍ର ବାଇବଲ

2 ସେହି ସମୟରେ, ରାଜା ଅକ୍ଷଶ୍ୱେରଶଙ୍କର ରାଜ୍ୟର ସମସ୍ତ ନଗରରେ ଯିହୁଦୀୟମାନେ ସେମାନଙ୍କୁ କ୍ଷତି କରିବା ପାଇଁ ଚେଷ୍ଟା କରୁଥିବା ଲୋକମାନଙ୍କ ବିରୁଦ୍ଧରେ ପ୍ରତିବାଦ କରିବାକୁ ଏକତ୍ରିତ ହେଲେ। ପୁଣି ସେମାନଙ୍କ ସମ୍ମୁଖରେ କେହି ଠିଆ ହୋଇପାରିଲେ ନାହିଁ, କାରଣ ସମୁଦାୟ ଲୋକେ ସେମାନଙ୍କୁ ଭୟ କରୁଥିଲେ।

Gade chapit la Kopi




ଏଷ୍ଟର 9:2
12 Referans Kwoze  

ପୁଣି, ପ୍ରତି ପ୍ରଦେଶରେ ଓ ପ୍ରତି ନଗରରେ ଯେକୌଣସି ସ୍ଥାନରେ ରାଜାଜ୍ଞା ଓ ନିୟମପତ୍ର ଉପସ୍ଥିତ ହେଲା, ସେହି ସେହି ସ୍ଥାନରେ ଯିହୁଦୀୟମାନଙ୍କର ଆନନ୍ଦ, ଆମୋଦ, ଭୋଜ ଓ ମଙ୍ଗଳର ଦିନ ହେଲା, ପୁଣି ଦେଶର ଅନେକ ଲୋକ ଯିହୁଦୀୟ ମତାବଲମ୍ବୀ ହେଲେ; ଯେହେତୁ ସେମାନେ ଯିହୁଦୀୟମାନଙ୍କ ସକାଶେ ଭୀତ ହେଲେ।


ତଦ୍ଦ୍ୱାରା ଅକ୍ଷଶ୍ୱେରଶ ରାଜାଙ୍କ ସବୁ ପ୍ରଦେଶରେ ଏକ ଦିନରେ, ଅର୍ଥାତ୍‍, ଅଦର ନାମକ ଦ୍ୱାଦଶ ମାସର ତ୍ରୟୋଦଶ ଦିନରେ


ମୋହର ଜିହ୍ୱା ମଧ୍ୟ ସାରାଦିନ ତୁମ୍ଭ ଧର୍ମ ବିଷୟ କହିବ; କାରଣ ମୋହର ଅନିଷ୍ଟ ଚେଷ୍ଟାକାରୀମାନେ ଲଜ୍ଜିତ ଓ ହତାଶ ହୋଇଅଛନ୍ତି।


ମୋʼ ପ୍ରାଣର ବିପକ୍ଷମାନେ ଲଜ୍ଜିତ ଓ ଉଚ୍ଛିନ୍ନ ହେଉନ୍ତୁ; ଯେଉଁମାନେ ମୋହର କ୍ଷତି ଚେଷ୍ଟା କରନ୍ତି, ସେମାନେ ନିନ୍ଦା ଓ ଅପମାନରେ ଆଚ୍ଛନ୍ନ ହେଉନ୍ତୁ।


ହେ ଗୋଷ୍ଠୀସମୂହ, ତୁମ୍ଭେମାନେ କୋଳାହଳ କର, ମଧ୍ୟ ତୁମ୍ଭେମାନେ ଭଗ୍ନ ହେବ; ପୁଣି, ହେ ଦୂରଦେଶୀୟ ଲୋକ ସମସ୍ତେ, ତୁମ୍ଭେମାନେ କର୍ଣ୍ଣପାତ କର; ତୁମ୍ଭେମାନେ କଟିବନ୍ଧନ କର, ମଧ୍ୟ ଭଗ୍ନ ହେବ।


ଯିହୁଦୀୟମାନଙ୍କର ଶତ୍ରୁ ହମ୍ମଦାଥାର ପୁତ୍ର ହାମନ୍‍ର ଏହି ଦଶ ପୁତ୍ରଙ୍କୁ ସେମାନେ ବଧ କଲେ, ମାତ୍ର ଲୁଟ କରିବାକୁ ସେମାନେ ହସ୍ତକ୍ଷେପ କଲେ ନାହିଁ।


କାରଣ ସେମାନେ ଇସ୍ରାଏଲ ସହିତ ଯୁଦ୍ଧ କରିବାକୁ ଆସି ଯେପରି ସମ୍ପୂର୍ଣ୍ଣ ରୂପେ ବିନଷ୍ଟ ହୋଇ ଦୟା ନ ପାଇବେ, ମାତ୍ର ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଉଚ୍ଛିନ୍ନ ହେବେ, ଏନିମନ୍ତେ ସେମାନଙ୍କ ହୃଦୟ କଠିନ କରିବାକୁ ସଦାପ୍ରଭୁଙ୍କର ମାନସ ଥିଲା।


“ମୁଁ ଜାଣେ, ସଦାପ୍ରଭୁ ତୁମ୍ଭମାନଙ୍କୁ ଏହି ଦେଶ ଦେଇଅଛନ୍ତି, ତୁମ୍ଭମାନଙ୍କ ବିଷୟକ ଭୟ ଆମ୍ଭମାନଙ୍କ ଉପରେ ପଡ଼ିଅଛି ଓ ଏହି ଦେଶ ନିବାସୀ ସମସ୍ତେ ତୁମ୍ଭମାନଙ୍କ ଆଗରେ ତରଳି ଯାଉଅଛନ୍ତି।


ମାତ୍ର ହିଷ୍‍ବୋନର ରାଜା ସୀହୋନ ଆପଣା ଦେଶ ମଧ୍ୟଦେଇ ଯିବା ପାଇଁ ଆମ୍ଭମାନଙ୍କୁ ଅନୁମତି ଦେଲା ନାହିଁ, କାରଣ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭ ହସ୍ତରେ ଆଜିର ନ୍ୟାୟ ତାହାକୁ ସମର୍ପଣ କରିବା ପାଇଁ ତାହାର ମନ କଠିନ କଲେ ଓ ତାହାର ହୃଦୟ ଶକ୍ତ କଲେ।


ଆମ୍ଭେ ତୁମ୍ଭ ଆଗେ ଆଗେ ଆମ୍ଭ ବିଷୟକ ଭୟ ପ୍ରେରଣ କରିବା; ପୁଣି, ତୁମ୍ଭେ ଯେଉଁସବୁ ଲୋକଙ୍କ ନିକଟରେ ଉପସ୍ଥିତ ହେବ, ସେମାନଙ୍କୁ ବ୍ୟାକୁଳ କରିବା ଓ ଆମ୍ଭେ ତୁମ୍ଭର ଶତ୍ରୁଗଣକୁ ବିମୁଖ କରିବା।


ଏଉତ୍ତାରେ ସେମାନେ ଯାତ୍ରା କଲେ; ସେତେବେଳେ ଚତୁର୍ଦ୍ଦିଗସ୍ଥ ନଗରରେ ପରମେଶ୍ୱରଙ୍କଠାରୁ ଭୟ ଉପସ୍ଥିତ ହେବାରୁ ସେମାନେ ଯାକୁବଙ୍କର ପୁତ୍ରମାନଙ୍କୁ ଗୋଡ଼ାଇଲେ ନାହିଁ।


Swiv nou:

Piblisite


Piblisite