Biblia Todo Logo
Bib sou entènèt

- Piblisite -




ଏଷ୍ଟର 9:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ମାତ୍ର ରାଜା ଛାମୁକୁ (ଏ ବିଷୟ) ଆସନ୍ତେ, ସେ ଏହି ଆଜ୍ଞାପତ୍ର ଦେଲା, ହାମନ୍‍ ଯିହୁଦୀୟମାନଙ୍କ ବିରୁଦ୍ଧରେ ଯେଉଁ ଦୁଷ୍ଟ-ସଂକଳ୍ପ କରିଅଛି, ତାହା ତାହାର ନିଜ ମସ୍ତକରେ ବର୍ତ୍ତୁ, ପୁଣି ସେ ଓ ତାହାର ପୁତ୍ରମାନେ ଫାଶୀକାଠରେ ଟଙ୍ଗା ଯାଉନ୍ତୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ମାତ୍ର ରାଜା ଛାମୁକୁ (ଏ ବିଷୟ) ଆସନ୍ତେ, ସେ ଏହି ଆଜ୍ଞାପତ୍ର ଦେଲା, ହାମନ୍ ଯିହୁଦୀୟମାନଙ୍କ ବିରୁଦ୍ଧରେ ଯେଉଁ ଦୁଷ୍ଟ-ସଂକଳ୍ପ କରିଅଛି, ତାହା ତାହାର ନିଜ ମସ୍ତକରେ ବର୍ତ୍ତୁ, ପୁଣି ସେ ଓ ତାହାର ପୁତ୍ରମାନେ ଫାଶୀକାଠରେ ଟଙ୍ଗା ଯାଉନ୍ତୁ।

Gade chapit la Kopi

ଓଡିଆ ବାଇବେଲ

25 ମାତ୍ର ରାଜା ଛାମୁକୁ (ଏ ବିଷୟ) ଆସନ୍ତେ, ସେ ଏହି ଆଜ୍ଞାପତ୍ର ଦେଲା, “ହାମନ୍‍ ଯିହୁଦୀୟମାନଙ୍କ ବିରୁଦ୍ଧରେ ଯେଉଁ ଦୁଷ୍ଟ-ସଂକଳ୍ପ କରିଅଛି, ତାହା ତାହାର ନିଜ ମସ୍ତକରେ ବର୍ତ୍ତୁ, ପୁଣି ସେ ଓ ତାହାର ପୁତ୍ରମାନେ ଫାଶୀକାଠରେ ଟଙ୍ଗା ଯାଉନ୍ତୁ।”

Gade chapit la Kopi

ପବିତ୍ର ବାଇବଲ

25 ହାମନ୍ ଏପରି କରିଥିଲେ କିନ୍ତୁ ଏଷ୍ଟର ରାଜାଙ୍କ ନିକଟରେ ଜଣାଇଲେ। ତେଣୁ ସେ ଆଉ ନୂତନ ନିର୍ଦ୍ଦେଶ ପଠାଇଲେ। ସେହି ନିର୍ଦ୍ଦେଶ ଯେ କେବଳ ହାମ‌ନ୍‌ର ଯୋଜନାକୁ ପଣ୍ତ କଲା ତାହା ନୁହେଁ। ସେହି ନିର୍ଦ୍ଦେଶ ହାମନ୍ ଓ ତା'ର ପରିବାରରେ ଅନିଷ୍ଟ କରାଇଲା ତେଣୁ ହାମନ୍ ଓ ତା'ର ପୁତ୍ରଗଣ ଫାଶୀଖୁଣ୍ଟରେ ଝୁଲାଗଲେ।

Gade chapit la Kopi




ଏଷ୍ଟର 9:25
19 Referans Kwoze  

ତାହାର ଉପଦ୍ରବ ତାହାର ନିଜ ମସ୍ତକରେ ବର୍ତ୍ତିବ ଓ ତାହାର ଦୌରାତ୍ମ୍ୟ ତାହାର ନିଜ ମୁଣ୍ଡରେ ପଡ଼ିବ।


ଆଉ ଯେ ଏହି ପ୍ରସ୍ତର ଉପରେ ପଡ଼ିବ, ସେ ଖଣ୍ଡବିଖଣ୍ଡ ହେବ, ପୁଣି, ଏହି ପ୍ରସ୍ତର ଯାହା ଉପରେ ପଡ଼ିବ, ତାହାକୁ ତାହା ଚୂର୍ଣ୍ଣବିଚୂର୍ଣ୍ଣ କରିବ।”


ଦୁଷ୍ଟମାନେ ନିଜ ନିଜ ଜାଲରେ ପଡ଼ନ୍ତୁ, ସେହି ଅବସରରେ ମୁଁ ରକ୍ଷା ପାଏ।


ଯେଉଁମାନେ ମୋତେ ଘେରିଅଛନ୍ତି, ସେମାନଙ୍କ ନିଜ ଓଷ୍ଠାଧରର ଦୌରାତ୍ମ୍ୟ ସେମାନଙ୍କ ମସ୍ତକ ଉପରେ ବର୍ତ୍ତୁ।


ଏଥିରେ ଅକ୍ଷଶ୍ୱେରଶ ରାଜା ଏଷ୍ଟର ରାଣୀଙ୍କୁ କହିଲେ, “ଯେ ଏପରି କର୍ମ କରିବାକୁ ମନରେ ସାହସ ବାନ୍ଧିଅଛି, ସେ କିଏ? ଓ ସେ କେଉଁଠାରେ ଅଛି?”


ମାତ୍ର ସେ କେବଳ ମର୍ଦ୍ଦଖୟ ଉପରେ ହସ୍ତକ୍ଷେପ କରିବାକୁ ଲଘୁ ଜ୍ଞାନ କଲେ; କାରଣ ସେମାନେ ତାହାଙ୍କୁ ମର୍ଦ୍ଦଖୟର ବଂଶୀୟ ଲୋକଙ୍କ କଥା ଜଣାଇଥିଲେ, ତେଣୁ ହାମନ୍‍ ଅକ୍ଷଶ୍ୱେରଶର ସମୁଦାୟ ରାଜ୍ୟରେ ସମସ୍ତ ଯିହୁଦୀୟଙ୍କୁ, ଅର୍ଥାତ୍‍, ମର୍ଦ୍ଦଖୟର ଲୋକଙ୍କୁ ବିନାଶ କରିବାକୁ ଚେଷ୍ଟା କଲେ,


କାରଣ ଆମ୍ଭେମାନେ, ମୁଁ ଓ ମୋହର ଲୋକମାନେ ସଂହାରିତ ଓ ହତ ଓ ବିନଷ୍ଟ ହେବା ନିମନ୍ତେ ବିକ୍ରୀତ ହୋଇଅଛୁ। ଯଦି ଆମ୍ଭେମାନେ କେବଳ ଦାସ ଓ ଦାସୀ ହେବା ପାଇଁ ବିକ୍ରୀତ ହୋଇଥାʼନ୍ତୁ, ତେବେ ଶତ୍ରୁ ମହାରାଜାଙ୍କର ଏହି କ୍ଷତି ପରିଶୋଧ କରି ନ ପାରିଲେ ହେଁ ମୁଁ ନୀରବ ହୋଇ ରହନ୍ତି।”


ହେ ସଦାପ୍ରଭୋ, ଦୁଷ୍ଟର ବାଞ୍ଛା ପ୍ରଦାନ କର ନାହିଁ; ତାହାର କୁକଳ୍ପନା ସିଦ୍ଧ କର ନାହିଁ; କେଜାଣି ସେମାନେ ଆପଣାମାନଙ୍କୁ ଗର୍ବିତ କରିବେ। [ସେଲା]


ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଯେଉଁ ଖିଲ ଦୃଢ଼ ସ୍ଥାନରେ ବଦ୍ଧ ଥିଲା, ତାହା ସେହି ଦିନ ଅପସରି ଯିବ ଓ ତାହା ଖୋଦିତ ହୋଇ ତଳେ ପଡ଼ିବ, ପୁଣି ତାହା ଉପରେ ଥିବାର ବୋଝ ନଷ୍ଟ ହେବ, କାରଣ ସଦାପ୍ରଭୁ ଏହା କହିଅଛନ୍ତି।’”


ଏଉତ୍ତାରେ ନାବଲ ମରିଅଛି, ଏହା ଦାଉଦ ଶୁଣି କହିଲେ, “ନାବଲ ହସ୍ତରୁ ମୋହର ଅପମାନଜନକ ବିବାଦର ପ୍ରତିବାଦ କଲେ ଓ ଆପଣା ଦାସକୁ ମନ୍ଦ କର୍ମରୁ ନିବୃତ୍ତ କଲେ ଯେ ସଦାପ୍ରଭୁ, ସେ ଧନ୍ୟ ହେଉନ୍ତୁ; ଆଉ ସଦାପ୍ରଭୁ ନାବଲର ମନ୍ଦ କର୍ମର ପ୍ରତିଫଳ ତାହା ମସ୍ତକରେ ବର୍ତ୍ତାଇଅଛନ୍ତି।” ଏଉତ୍ତାରେ ଦାଉଦ ଅବୀଗଲକୁ ବିବାହ କରିବା ବିଷୟ କଥାବାର୍ତ୍ତା କରିବା ପାଇଁ ତାହା ନିକଟକୁ ଲୋକ ପଠାଇଲେ।


ତେବେ, ତୁମ୍ଭେ ସ୍ୱର୍ଗରେ ଥାଇ ତାହା ଶୁଣି ନିଷ୍ପତ୍ତି କର ଓ ଆପଣା ଦାସମାନଙ୍କର ବିଚାର କରି ଦୋଷୀର କର୍ମର ଫଳ ତାହାର ନିଜ ମସ୍ତକରେ ବର୍ତ୍ତାଇବା ପାଇଁ ତାହାକୁ ଦୋଷୀ କର; ପୁଣି, ଧାର୍ମିକକୁ ତାହାର ଧାର୍ମିକତା ପ୍ରମାଣେ ଫଳ ଦେବା ପାଇଁ ଧାର୍ମିକ କର।


ଏଥିରେ ହାମନ୍‍ ମର୍ଦ୍ଦଖୟ ନିମନ୍ତେ ଯେଉଁ ଫାଶୀକାଠ ପ୍ରସ୍ତୁତ କରିଥିଲେ, ତହିଁ ଉପରେ ସେମାନେ ହାମନ୍‍କୁ ଫାଶୀ ଦେଲେ; ତହିଁରେ ରାଜାଙ୍କ କ୍ରୋଧ ଶାନ୍ତ ହେଲା।


ମୁଁ ସଦାପ୍ରଭୁଙ୍କର ଧାର୍ମିକତାନୁସାରେ ତାହାଙ୍କର ଧନ୍ୟବାଦ କରିବି ଓ ସର୍ବୋପରିସ୍ଥ ସଦାପ୍ରଭୁଙ୍କ ନାମରେ ପ୍ରଶଂସା ଗାନ କରିବି।


ପୁଣି, ସେ ଦୁଷ୍ଟତା ଲୋକମାନଙ୍କ ଅଧର୍ମ ସେମାନଙ୍କ ଉପରେ ବର୍ତ୍ତାଇଅଛନ୍ତି, ଆଉ ସେମାନଙ୍କ ନିଜ ଦୁଷ୍ଟତାରେ ସେମାନଙ୍କୁ ଉଚ୍ଛିନ୍ନ କରିବେ; ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ସେମାନଙ୍କୁ ଉଚ୍ଛିନ୍ନ କରିବେ।


ଦୁଷ୍ଟ ଲୋକର ନିଜ ଅପରାଧ ତାହାକୁ ଧରିବ, ସେ ନିଜ ପାପରୂପ ଦୌଡ଼ିରେ ବନ୍ଧା ହେବ।


ଯେ ଖାତ ଖୋଳେ, ସେ ଆପେ ତହିଁ ଭିତରେ ପଡ଼ିବ; ପୁଣି, ଯେ ପଥର ଗଡ଼ାଏ, ତାହା ତାହାର ଉପରକୁ ନେଉଟିବ।


କାରଣ ସକଳ ଗୋଷ୍ଠୀ ଉପରେ ସଦାପ୍ରଭୁଙ୍କର ଦିନ ସନ୍ନିକଟ; ତୁମ୍ଭେ ଯେପରି କରିଅଛ, ତୁମ୍ଭ ପ୍ରତି ସେହିପରି କରାଯିବ; ତୁମ୍ଭ କୃତ ବ୍ୟବହାରର (ପ୍ରତିଫଳ) ତୁମ୍ଭ ନିଜ ମସ୍ତକରେ ବର୍ତ୍ତିବ।


Swiv nou:

Piblisite


Piblisite