Biblia Todo Logo
Bib sou entènèt

- Piblisite -




ଏଷ୍ଟର 9:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଯେହେତୁ ମର୍ଦ୍ଦଖୟ ରାଜଗୃହ ମଧ୍ୟରେ ମହାନ ଥିଲେ ଓ ତାହାର ଯଶ ସର୍ବ ପ୍ରଦେଶରେ ବ୍ୟାପ୍ତ ହେଲା; କାରଣ ସେହି ମର୍ଦ୍ଦଖୟ ଅଧିକ ଶକ୍ତିଶାଳୀ ହେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ଯେହେତୁ ମର୍ଦ୍ଦଖୟ ରାଜଗୃହ ମଧ୍ୟରେ ମହାନ ଥିଲା ଓ ତାହାର ଯଶ ସର୍ବପ୍ରଦେଶରେ ବ୍ୟାପ୍ତ ହେଲା; କାରଣ ସେହି ମର୍ଦ୍ଦଖୟ ଉତ୍ତରୋତ୍ତର ମହାନ ହେଲା।

Gade chapit la Kopi

ଓଡିଆ ବାଇବେଲ

4 ଯେହେତୁ ମର୍ଦ୍ଦଖୟ ରାଜଗୃହ ମଧ୍ୟରେ ମହାନ୍ ଥିଲେ ଓ ତାହାର ଯଶ ସର୍ବପ୍ରଦେଶରେ ବ୍ୟାପ୍ତ ହେଲା; କାରଣ ସେହି ମର୍ଦ୍ଦଖୟ ଅଧିକ ଶକ୍ତିଶାଳୀ ହେଲେ।

Gade chapit la Kopi

ପବିତ୍ର ବାଇବଲ

4 କାରଣ ମର୍ଦ୍ଦଖୟ ରାଜଗୃହ ମଧ୍ୟରେ ଶକ୍ତିଶାଳୀ ଥିଲା ଓ ତାହାର ଯଶ ସର୍ବପ୍ରଦେଶରେ ପ୍ରଗ୍ଭରିତ ହେଲା ଏବଂ ମର୍ଦ୍ଦଖୟ ଲଗାତର ଭାବରେ ଅଧିକରୁ ଅଧିକ ଶକ୍ତିଶାଳୀ ହେଉଥିଲା।

Gade chapit la Kopi




ଏଷ୍ଟର 9:4
14 Referans Kwoze  

ତହୁଁ ଦାଉଦ ଆହୁରି ଆହୁରି ମହାନ ହେଲେ; କାରଣ ସୈନ୍ୟାଧିପତି ସଦାପ୍ରଭୁ ତାହାଙ୍କ ସହ ଥିଲେ।


ଏଥିଉତ୍ତାରେ ଶାଉଲ ବଂଶ ଓ ଦାଉଦ ବଂଶ ମଧ୍ୟରେ ଦୀର୍ଘ କାଳ ଯୁଦ୍ଧ ହେଲା; ପୁଣି ଦାଉଦ ଧୀରେ ଧୀରେ ବଳବାନ ହେଲେ, ମାତ୍ର ଶାଉଲ ବଂଶ ଧୀରେ ଧୀରେ କ୍ଷୀଣ ହେଲେ।


ଦେଖ, ଯେଉଁମାନେ ତୁମ୍ଭକୁ କ୍ଳେଶ ଦିଅନ୍ତି, ସେହି ସମସ୍ତଙ୍କ ପ୍ରତି ସେହି ସମୟରେ ଆମ୍ଭେ ଉପଯୁକ୍ତ ବ୍ୟବହାର କରିବା; ପୁଣି, ଆମ୍ଭେ ଆଘାତ ପ୍ରାପ୍ତ ଲୋକଙ୍କୁ ପରିତ୍ରାଣ କରିବା ଓ ଯେ ତାଡ଼ିତା ହୋଇଥିଲା, ତାହାକୁ ସଂଗ୍ରହ କରିବା; ଆଉ, ଯେଉଁମାନଙ୍କର ଲଜ୍ଜା ସମୁଦାୟ ପୃଥିବୀରେ ବ୍ୟାପିଥିଲା, ଆମ୍ଭେ ସେମାନଙ୍କୁ ପ୍ରଶଂସାର ଓ ଯଶର ପାତ୍ର କରିବା।


ମାତ୍ର ଧାର୍ମିକମାନଙ୍କ ପଥ ପ୍ରଭାତର ଆଲୁଅ ତୁଲ୍ୟ, ଯାହା ମଧ୍ୟାହ୍ନ ପର୍ଯ୍ୟନ୍ତ ଆହୁରି ଆହୁରି ତେଜସ୍କର ହୁଏ।


ତୁମ୍ଭେ ଲୋକମାନଙ୍କ ବିବାଦରୁ ମୋତେ ଉଦ୍ଧାର କରିଅଛ; ତୁମ୍ଭେ ମୋତେ ଗୋଷ୍ଠୀସମୂହର ମସ୍ତକ ସ୍ୱରୂପ କରିଅଛ; ମୋହର ଅପରିଚିତ ଗୋଷ୍ଠୀ ମୋହର ସେବା କରିବେ।


ଯେଉଁ ବୃକ୍ଷ ଜଳସ୍ରୋତ ନିକଟରେ ରୋପିତ, ଯେ ସ୍ୱସମୟରେ ଫଳ ଉତ୍ପନ୍ନ କରେ, ଯାହାର ପତ୍ର ହିଁ ମଳିନ ହୁଏ ନାହିଁ, ଏପରି ବୃକ୍ଷ ସଦୃଶ ସେ ହେବ; ପୁଣି, ସେ ଯାହା କରେ, ତାହା ସଫଳ ହେବ।


ତହିଁରେ ଦାଉଦଙ୍କର ସୁଖ୍ୟାତି ସର୍ବଦେଶରେ ବ୍ୟାପିଗଲା; ପୁଣି, ସଦାପ୍ରଭୁ ସବୁ ଗୋଷ୍ଠୀ ମଧ୍ୟରେ ତାଙ୍କ ବିଷୟରେ ଭୟ ଜନ୍ମାଇଲେ।


ଏଣୁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି, ‘ତୁମ୍ଭ ଗୃହ ଓ ତୁମ୍ଭ ପିତୃଗୃହ ଆମ୍ଭ ସମ୍ମୁଖରେ ଅନନ୍ତକାଳ ଗମନାଗମନ କରିବେ ବୋଲି ଆମ୍ଭେ କହିଥିଲୁ ପ୍ରମାଣ,’ ମାତ୍ର ଏବେ ସଦାପ୍ରଭୁ କହନ୍ତି, ‘ତାହା ଆମ୍ଭଠାରୁ ଦୂର ହେଉ; କାରଣ ଯେଉଁମାନେ ଆମ୍ଭର ଗୌରବ କରନ୍ତି, ଆମ୍ଭେ ସେମାନଙ୍କର ଗୌରବ କରିବା, ମାତ୍ର ଯେଉଁମାନେ ଆମ୍ଭକୁ ତୁଚ୍ଛଜ୍ଞାନ କରନ୍ତି, ସେମାନେ ଲଘୁ ଜ୍ଞାନ କରାଯିବେ।


ଏହିରୂପେ ସଦାପ୍ରଭୁ ଯିହୋଶୂୟଙ୍କର ସହବର୍ତ୍ତୀ ହେଲେ ଓ ତାଙ୍କର କୀର୍ତ୍ତି ଦେଶଯାକ ବ୍ୟାପିଲା।


ଆଉ ତାହାଙ୍କ ବିଷୟରେ ଜନରବ ସମୁଦାୟ ସିରିୟା ଅଞ୍ଚଳ ପର୍ଯ୍ୟନ୍ତ ବ୍ୟାପିଗଲା, ପୁଣି, ଲୋକେ ଭୂତଗ୍ରସ୍ତ, ମୃଗୀରୋଗୀ ଓ ପକ୍ଷାଘାତରୋଗୀ ଆଦି ନାନା ପ୍ରକାର ରୋଗରେ ପୀଡ଼ିତ ଓ ଯନ୍ତ୍ରଣାଗ୍ରସ୍ତ ସମସ୍ତଙ୍କୁ ତାହାଙ୍କ ନିକଟକୁ ଆଣିଲେ, ଆଉ ସେ ସେମାନଙ୍କୁ ସୁସ୍ଥ କଲେ।


ତାହାଙ୍କ କର୍ତ୍ତୃତ୍ୱବୃଦ୍ଧି ଓ ଶାନ୍ତିର ସୀମା ରହିବ ନାହିଁ, ସେ ଦାଉଦଙ୍କର ସିଂହାସନରେ ଓ ତାହାଙ୍କର ରାଜ୍ୟରେ ଉପବିଷ୍ଟ ହୋଇ ନ୍ୟାୟବିଚାର ଓ ଧାର୍ମିକତାରେ ଏହି କ୍ଷଣଠାରୁ ଅନନ୍ତକାଳ ପର୍ଯ୍ୟନ୍ତ ତାହା ସୁସ୍ଥିର ଓ ସୁଦୃଢ଼ କରିବେ। ସୈନ୍ୟାଧିପତି ସଦାପ୍ରଭୁଙ୍କ ଉଦ୍‍ଯୋଗ ଏହା ସାଧନ କରିବ।


ପୁଣି, ତାହାର ପରାକ୍ରମ ଓ ପ୍ରଭାବର ସବୁ କଥା, ଆଉ ରାଜା ମର୍ଦ୍ଦଖୟଙ୍କୁ ଯେଉଁ ମହତ୍ତ୍ୱ ଦେଇ ଉଚ୍ଚପଦରେ ନିଯୁକ୍ତ କଲେ, ତହିଁର ସମ୍ପୂର୍ଣ୍ଣ ବିବରଣ କି ମାଦୀୟା ଓ ପାରସ୍ୟ ଦେଶର ରାଜାମାନଙ୍କ ଇତିହାସ ପୁସ୍ତକରେ ଲିଖିତ ନାହିଁ?


ଆଉ ସଦାପ୍ରଭୁ ମିସରୀୟମାନଙ୍କ ଦୃଷ୍ଟିରେ ଲୋକମାନଙ୍କୁ ଅନୁଗ୍ରହପ୍ରାପ୍ତ କଲେ। ପୁଣି, ମିସର ଦେଶରେ ଫାରୋଙ୍କର ଦାସମାନଙ୍କ ଓ ଲୋକମାନଙ୍କ ଦୃଷ୍ଟିରେ ମୋଶା ଅତି ସମ୍ଭ୍ରାନ୍ତ ପୁରୁଷ ହେଲେ।


ଯେଉଁମାନେ ସଦାପ୍ରଭୁଙ୍କ ଗୃହରେ ରୋପିତ ହୁଅନ୍ତି, ସେମାନେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପ୍ରାଙ୍ଗଣରେ ବର୍ଦ୍ଧିଷ୍ଣୁ ହେବେ।


Swiv nou:

Piblisite


Piblisite