Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 10:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ସେମାନେ ସମୁଦାୟ ଭୂମି ଆଚ୍ଛନ୍ନ କଲେ ଓ ସେମାନଙ୍କ ଦ୍ୱାରା ଦେଶ ଅନ୍ଧକାରାବୃତ ହେଲା, ଭୂମିର ଯେ ତୃଣ ଓ ବୃକ୍ଷାଦିର ଯେ ଫଳ ଶିଳା ବୃଷ୍ଟିରୁ ରକ୍ଷା ପାଇଥିଲା, ତାହା ସେମାନେ ଖାଇ ପକାଇଲେ; ତହିଁରେ ସମୁଦାୟ ମିସର ଦେଶରେ କୌଣସି ବୃକ୍ଷ କି କ୍ଷେତ୍ରର ତୃଣାଦି ହରିତ୍‍ବର୍ଣ୍ଣ କିଛିମାତ୍ର ରହିଲା ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ସେମାନେ ସମୁଦାୟ ଭୂମି ଆଚ୍ଛନ୍ନ କଲେଓ ସେମାନଙ୍କ ଦ୍ଵାରା ଦେଶ ଅନ୍ଧକାରାବୃତ ହେଲା, ଭୂମିର ଯେ ତୃଣ ଓ ବୃକ୍ଷାଦିର ଯେ ଫଳ ଶିଳା ବୃଷ୍ଟିରୁ ରକ୍ଷା ପାଇଥିଲା, ତାହା ସେମାନେ ଖାଇ ପକାଇଲେ; ତହିଁରେ ସମୁଦାୟ ମିସର ଦେଶରେ କୌଣସି ବୃକ୍ଷ କି କ୍ଷେତ୍ରର ତୃଣାଦି ହରିତ୍ ବର୍ଣ୍ଣ କିଛିମାତ୍ର ରହିଲା ନାହିଁ।

Gade chapit la Kopi

ଓଡିଆ ବାଇବେଲ

15 ସେମାନେ ସମୁଦାୟ ଭୂମି ଆଚ୍ଛନ୍ନ କଲେ ଓ ସେମାନଙ୍କ ଦ୍ୱାରା ଦେଶ ଅନ୍ଧକାରାବୃତ ହେଲା, ଭୂମିର ଯେ ତୃଣ ଓ ବୃକ୍ଷାଦିର ଯେ ଫଳ ଶିଳା ବୃଷ୍ଟିରୁ ରକ୍ଷା ପାଇଥିଲା, ତାହା ସେମାନେ ଖାଇ ପକାଇଲେ; ତହିଁରେ ସମୁଦାୟ ମିସର ଦେଶରେ କୌଣସି ବୃକ୍ଷ କି କ୍ଷେତ୍ରର ତୃଣାଦି ହରିତ୍‍ ବର୍ଣ୍ଣ କିଛି ମାତ୍ର ରହିଲା ନାହିଁ।

Gade chapit la Kopi

ପବିତ୍ର ବାଇବଲ

15 ପଙ୍ଗପାଳମାନେ ଭୂମିକୁ ଆଚ୍ଛାଦନ କଲେ ଏବଂ ସମଗ୍ର ମିଶର ଅନ୍ଧକାରଚ୍ଛନ୍ନ ହୋଇଗଲା। ପଥର ବର୍ଷାରେ ଯାହାସବୁ ନଷ୍ଟ ହୋଇ ନ ଥିଲା, ଅବଶିଷ୍ଟାଂଶ ଗଛର ପୁତ୍ରକୁ ପଙ୍ଗପାଳ ଦଳ ଖାଇଗଲେ। ଏପରିକି ମିଶରରେ କୌଣସି ବୃକ୍ଷରେ ଆଉ ପତ୍ର ରହିଲା ନାହିଁ।

Gade chapit la Kopi




ଯାତ୍ରା ପୁସ୍ତକ 10:15
11 Referans Kwoze  

ସେମାନେ ଭୂମିର ମୁଖ ଏପରି ଆଚ୍ଛନ୍ନ କରିବେ ଯେ, କେହି ତାହା ଦେଖି ପାରିବ ନାହିଁ; ପୁଣି, ଶିଳା ବୃଷ୍ଟିରୁ ରକ୍ଷିତ ଓ ଅବଶିଷ୍ଟ ଯାହା କିଛି ତୁମ୍ଭମାନଙ୍କର ଅଛି, ତାହା ସେମାନେ ଖାଇବେ, ପୁଣି, ତୁମ୍ଭମାନଙ୍କର କ୍ଷେତ୍ରୋତ୍ପନ୍ନ ସମସ୍ତ ବୃକ୍ଷ ଖାଇବେ।


ଆଉ, ଆମ୍ଭେ ତୁମ୍ଭମାନଙ୍କ ମଧ୍ୟକୁ ଆପଣାର ଯେଉଁ ମହାସୈନ୍ୟଦଳ, ଅର୍ଥାତ୍‍ ପଙ୍ଗପାଳ, ପତଙ୍ଗ, ଘୁର୍ଘୁରିଆ ଓ ଶୂକ କୀଟ ପଠାଇଲୁ, ସେମାନେ ଯେଉଁ ବର୍ଷର ଶସ୍ୟାଦି ଖାଇଅଛନ୍ତି, ତାହା ଆମ୍ଭେ ତୁମ୍ଭମାନଙ୍କୁ ଫେରାଇ ଦେବା।


ମଧ୍ୟ ସେ କୀଟକୁ ସେମାନଙ୍କ ଭୂମିର ଫଳ ଓ ପଙ୍ଗପାଳକୁ ସେମାନଙ୍କ ପରିଶ୍ରମର ଫଳ ଦେଲେ।


ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ପଙ୍ଗପାଳ ନିମନ୍ତେ ମିସର ଦେଶ ଉପରେ ଆପଣା ହସ୍ତ ବିସ୍ତାର କର, ତହିଁରେ ସେମାନେ ମିସର ଦେଶକୁ ଆସି ଶିଳାବୃଷ୍ଟିର ଅବଶିଷ୍ଟାଂଶ ଭୂମିର ତୃଣାଦି ସମସ୍ତ ଗ୍ରାସ କରିବେ।”


ପୁଣି, ସେହି ପଙ୍ଗପାଳମାନେ ଦେଶର ତୃଣ ଖାଇବାର ଶେଷ କଲା ଉତ୍ତାରେ ମୁଁ କହିଲି, “ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭକୁ ବିନୟ କରୁଅଛି, କ୍ଷମା କର! ଯାକୁବ କିପରି ଠିଆ ହେବ? କାରଣ ସେ ସାନ।”


ଏନିମନ୍ତେ ସେ ବିୟୋରର ପୁତ୍ର ବିଲୀୟମ୍‍କୁ ଡାକିବା ପାଇଁ ଆପଣା ଲୋକମାନଙ୍କ ସନ୍ତାନଗଣର ଦେଶ-ନିକଟସ୍ଥ ନଦୀର ନିକଟବର୍ତ୍ତୀ ପଥୋର ନଗରକୁ ବାର୍ତ୍ତାବହ ପଠାଇ ଏହା କହିଲେ, “ଦେଖ, ମିସରରୁ ବାହାର ହୋଇ ଏକ ଜନତା ଆସିଅଛନ୍ତି; ଦେଖ, ସେମାନେ ପୃଥିବୀର ମୁଖ ଆଚ୍ଛନ୍ନ କରନ୍ତି; ପୁଣି, ଆମ୍ଭ ସମ୍ମୁଖରେ ବାସ କରନ୍ତି।


ପଙ୍ଗପାଳମାନଙ୍କର କୌଣସି ରାଜା ନାହିଁ, ତଥାପି ସେସମସ୍ତେ ଦଳବଦ୍ଧ ହୋଇ ଗମନ କରନ୍ତି।


ଶୂକ କୀଟ ଯାହା ଛାଡ଼ିଲା, ପଙ୍ଗପାଳ ତାହା ଖାଇଅଛି ଓ ପଙ୍ଗପାଳ ଯାହା ଛାଡ଼ିଲା, ପତଙ୍ଗ ତାହା ଖାଇଅଛି ଓ ପତଙ୍ଗ ଯାହା ଛାଡ଼ିଲା, ଘୁର୍ଘୁରିଆ ତାହା ଖାଇଅଛି।


Swiv nou:

Piblisite


Piblisite