Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 10:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ପୁଣି, ଆମ୍ଭେ ମିସରୀୟମାନଙ୍କ ପ୍ରତି ଯାହା ଯାହା କରିଅଛୁ ଓ ସେମାନଙ୍କ ମଧ୍ୟରେ ଆପଣାର ଚିହ୍ନ ସ୍ୱରୂପେ ଯେଉଁ ଯେଉଁ କର୍ମ କରିଅଛୁ, ସେସବୁର ବୃତ୍ତାନ୍ତ ତୁମ୍ଭେ ଯେପରି ଆପଣା ପୁତ୍ର ଓ ପୌତ୍ରର କର୍ଣ୍ଣଗୋଚରରେ କହିବ, ପୁଣି, ଆମ୍ଭେ ଯେ ସଦାପ୍ରଭୁ ଏହା ଜ୍ଞାତ ହେବ, ଏନିମନ୍ତେ ଆମ୍ଭେ ଫାରୋ ଓ ତାହାର ଦାସଗଣର ହୃଦୟ କଠିନ କଲୁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ପୁଣି ଆମ୍ଭେ ମିସ୍ରୀୟମାନଙ୍କ ପ୍ରତି ଯାହା ଯାହା କରିଅଛୁ ଓ ସେମାନଙ୍କ ମଧ୍ୟରେ ଆପଣାର ଚିହ୍ନ ସ୍ଵରୂପେ ଯେ ଯେ କର୍ମ କରିଅଛୁ, ସେସବୁର ବୃତ୍ତା; ତୁମ୍ଭେ ଯେପରି ଆପଣା ପୁତ୍ର ଓ ପୌତ୍ରର କର୍ଣ୍ଣଗୋଚରରେ କହିବ, ପୁଣି ଆମ୍ଭେ ଯେ ସଦାପ୍ରଭୁ - ଏହା ଜ୍ଞାତ ହେବ, ଏନିମନ୍ତେ ଆମ୍ଭେ ଫାରୋ ଓ ତାହାର ଦାସଗଣର ହୃଦୟ ଭାରୀ କଲୁ।

Gade chapit la Kopi

ଓଡିଆ ବାଇବେଲ

2 ପୁଣି, ଆମ୍ଭେ ମିସ୍ରୀୟମାନଙ୍କ ପ୍ରତି ଯାହା ଯାହା କରିଅଛୁ ଓ ସେମାନଙ୍କ ମଧ୍ୟରେ ଆପଣାର ଚିହ୍ନ ସ୍ୱରୂପେ ଯେଉଁ ଯେଉଁ କର୍ମ କରିଅଛୁ, ସେସବୁର ବୃତ୍ତାନ୍ତ ତୁମ୍ଭେ ଯେପରି ଆପଣା ପୁତ୍ର ଓ ପୌତ୍ରର କର୍ଣ୍ଣଗୋଚରରେ କହିବ, ପୁଣି, ଆମ୍ଭେ ଯେ ସଦାପ୍ରଭୁ ଏହା ଜ୍ଞାତ ହେବ, ଏନିମନ୍ତେ ଆମ୍ଭେ ଫାରୋ ଓ ତାହାର ଦାସଗଣର ହୃଦୟ କଠିନ କଲୁ।”

Gade chapit la Kopi

ପବିତ୍ର ବାଇବଲ

2 ମୁଁ ଏପରି କଲି କାରଣ ତୁମ୍ଭେ ତୁମ୍ଭର ଭବିଷ୍ୟଦ୍ ବଂଶଧରମାନଙ୍କୁ କହିବାକୁ ସକ୍ଷମ ହେବ, ମୁଁ କିପରି ମିଶରୀୟମାନଙ୍କୁ ତାଚ୍ଛଲ୍ୟ କଲି ଏବଂ ଅ‌ଦ୍‌ଭୂତ କର୍ମ ବିଷୟରେ କହିପାରିବ ଯାହା ମୁଁ ମିଶରରେ କରିଅଛି। ଏହା ପରେ ତୁମ୍ଭେମାନେ ସମସ୍ତେ ଜାଣିବ ଯେ ମୁଁ ହେଉଛି ସଦାପ୍ରଭୁ।”

Gade chapit la Kopi




ଯାତ୍ରା ପୁସ୍ତକ 10:2
22 Referans Kwoze  

ତୁମ୍ଭେମାନେ ଆପଣା ଆପଣା ସନ୍ତାନଗଣକୁ ଏହା ଜଣାଅ ଓ ତୁମ୍ଭମାନଙ୍କର ସନ୍ତାନଗଣ ସେମାନଙ୍କ ସନ୍ତାନଗଣକୁ ଜଣାଉନ୍ତୁ, ଆଉ ସେମାନଙ୍କର ସନ୍ତାନଗଣ ଆସନ୍ତା ପିଢ଼ିଙ୍କୁ ଜଣାଉନ୍ତୁ।


କେବଳ ନିଜ ବିଷୟରେ ସାବଧାନ ହୁଅ ଓ ନିଜ ପ୍ରାଣକୁ ଯତ୍ନପୂର୍ବକ ରକ୍ଷା କର, ନୋହିଲେ ଯାହା ତୁମ୍ଭର ଚକ୍ଷୁ ଦେଖିଅଛି, ତାହା ତୁମ୍ଭେ ପାସୋରି ଯିବ ଓ ତାହା ଜୀବନ ସାରା ତୁମ୍ଭ ହୃଦୟରୁ ଲୋପ ପାଇବ; ମାତ୍ର ତୁମ୍ଭେ ଆପଣା ପୁତ୍ରପୌତ୍ରମାନଙ୍କୁ ତାହା ଶିଖାଅ।


ଆଉ ଭବିଷ୍ୟତ କାଳରେ ତୁମ୍ଭର ପୁତ୍ର ଯଦି ପଚାରିବ, ‘ଏହା କଅଣ?’ ତେବେ ତୁମ୍ଭେ କହିବ, ‘ସଦାପ୍ରଭୁ ଯେତେବେଳେ ଆମ୍ଭମାନଙ୍କୁ ଆପଣା ବାହୁ ବଳ ଦ୍ୱାରା ଦାସଗୃହ ସ୍ୱରୂପ ମିସରଠାରୁ ବାହାର କଲେ,


ହେ ପରମେଶ୍ୱର, ତୁମ୍ଭେ ପୂର୍ବକାଳରେ ଆମ୍ଭମାନଙ୍କ ପିତୃପୁରୁଷଙ୍କ ସମୟରେ ଯେଉଁ କର୍ମ କରିଥିଲ, ତାହା ଆମ୍ଭେମାନେ ସ୍ୱକର୍ଣ୍ଣରେ ଶୁଣିଅଛୁ ଓ ସେମାନେ ତାହା ଆମ୍ଭମାନଙ୍କୁ ଜଣାଇ ଅଛନ୍ତି।


ସଦାପ୍ରଭୁ ଏହି ପ୍ରକାରେ କହୁଅଛନ୍ତି, ଆମ୍ଭେ ଯେ ସଦାପ୍ରଭୁ, ତାହା ତୁମ୍ଭେ ଏତଦ୍ଦ୍ୱାରା ଜ୍ଞାତ ହେବ; ଦେଖ, ଆମ୍ଭେ ଆପଣା ହସ୍ତସ୍ଥିତ ଏହି ଯଷ୍ଟି ଦ୍ୱାରା ନଦୀର ଜଳ ଉପରେ ପ୍ରହାର କରିବା, ତହିଁରେ ତାହା ରକ୍ତ ହୋଇଯିବ।


ପୁଣି, ହେ ପିତାମାନେ, ଆପଣା ଆପଣା ପିଲାମାନଙ୍କୁ ବିରକ୍ତ କର ନାହିଁ, ମାତ୍ର ସେମାନଙ୍କୁ ପ୍ରଭୁଙ୍କ ଶିକ୍ଷା ଓ ଚେତନା ଦ୍ୱାରା ପ୍ରତିପାଳନ କର।


କାରଣ ଆମ୍ଭେ ସେମାନଙ୍କୁ ଯେଉଁ ଦେଶ ଦେବା ପାଇଁ ଆପଣା ହସ୍ତ ଉଠାଇଥିଲୁ, ସେହି ଦେଶକୁ ଯେତେବେଳେ ସେମାନଙ୍କୁ ଆଣିଲୁ, ସେତେବେଳେ ସେମାନେ ପ୍ରତ୍ୟେକ ଉଚ୍ଚ ପର୍ବତ ଓ ପ୍ରତ୍ୟେକ ଗହଳିଆ ବୃକ୍ଷ ଦେଖି ସେହି ସ୍ଥାନରେ ବଳିଦାନ କଲେ ଓ ସେହି ସ୍ଥାନରେ ସେମାନେ (ଆମ୍ଭର) ବିରକ୍ତିଜନକ ନୈବେଦ୍ୟ ଉତ୍ସର୍ଗ କଲେ, ସେହି ସ୍ଥାନରେ ମଧ୍ୟ ଆପଣାମାନଙ୍କର ସୁଗନ୍ଧିଯୁକ୍ତ ଦ୍ରବ୍ୟ ରଖିଲେ ଓ ସେହି ସ୍ଥାନରେ ଆପଣାମାନଙ୍କର ପେୟ-ନୈବେଦ୍ୟ ଢାଳିଲେ।


ପୁଣି, ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ଯେପରି ସେମାନେ ଜାଣିବେ, ଏଥିପାଇଁ ଆମ୍ଭେ ସେମାନଙ୍କୁ ବିନାଶ କରିବା ନିମନ୍ତେ, ସେମାନେ ଗର୍ଭାଶୟ ମୁକ୍ତକାରୀ ସମସ୍ତ ସନ୍ତାନକୁ ଅଗ୍ନି ମଧ୍ୟଦେଇ ଗମନ କରାଇବା ଦ୍ୱାରା ଯେଉଁ ଉପହାର ପ୍ରଦାନ କଲେ, ତହିଁରେ ଆମ୍ଭେ ସେମାନଙ୍କୁ ଅଶୁଚି କରାଇଲୁ।


ହେ ପରମେଶ୍ୱର, ମୁଁ ଆସନ୍ତା ପିଢ଼ି ନିକଟରେ ତୁମ୍ଭର ବାହୁ ବଳ, ପ୍ରତ୍ୟେକ ଭବିଷ୍ୟତ ଲୋକଙ୍କ ନିକଟରେ ତୁମ୍ଭର ପରାକ୍ରମ ପ୍ରଚାର କରିବା ପର୍ଯ୍ୟନ୍ତ, ବୃଦ୍ଧ ଓ ପକ୍ୱକେଶ ହେବା ସମୟରେ ହେଁ ମୋତେ ପରିତ୍ୟାଗ କର ନାହିଁ।


ତହିଁରେ ଲୋକମାନେ କହିବେ, ନିଶ୍ଚୟ ଧାର୍ମିକ ଲୋକ ପାଇଁ ପୁରସ୍କାର ଅଛି; ନିଶ୍ଚୟ ପୃଥିବୀରେ ବିଚାରକର୍ତ୍ତା ଏକ ପରମେଶ୍ୱର ଅଛନ୍ତି।


ପୁଣି, ଆମ୍ଭେ ମିସର ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରି ସେମାନଙ୍କ ମଧ୍ୟରୁ ଇସ୍ରାଏଲ-ସନ୍ତାନଗଣକୁ ବାହାର କରି ଆଣିବା ବେଳେ ଆମ୍ଭେ ଯେ ସଦାପ୍ରଭୁ, ତାହା ସେମାନେ ଜାଣିବେ।”


ଏହେତୁ ହେ ସଦାପ୍ରଭୋ ପରମେଶ୍ୱର, ତୁମ୍ଭେ ମହାନ; କାରଣ ତୁମ୍ଭ ତୁଲ୍ୟ ଆଉ କେହି ନାହିଁ, କିଅବା ଆମ୍ଭେମାନେ ନିଜ କର୍ଣ୍ଣରେ ଯାହା ଶୁଣିଅଛୁ, ତଦନୁସାରେ ତୁମ୍ଭ ଛଡ଼ା ଆଉ ପରମେଶ୍ୱର କେହି ନାହିଁ।


ତହିଁରେ ହାରୋଣ ମିସରର ସମସ୍ତ ଜଳ ଉପରେ ଆପଣା ହସ୍ତ ବିସ୍ତାର କରନ୍ତେ, ବେଙ୍ଗସମୂହ ଉଠି ମିସର ଦେଶରେ ବ୍ୟାପିଗଲେ।


ଆଉ, ଆମ୍ଭେ ଫାରୋର ହୃଦୟ କଠିନ କରିବା, ତହିଁରେ ସେ ସେମାନଙ୍କ ପଛେ ପଛେ ଦୌଡ଼ିବ; ପୁଣି, ଆମ୍ଭେ ଫାରୋ ଓ ତାହାର ସକଳ ସୈନ୍ୟ ଦ୍ୱାରା ସମ୍ଭ୍ରମ ପାଇବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ, ଏହା ମିସରୀୟ ଲୋକମାନେ ଜାଣିବେ।” ତହୁଁ ସେମାନେ ସେହିପରି କଲେ।


ଆଉ ଫାରୋ, ତାହାର ରଥ ଓ ତାହାର ଅଶ୍ୱାରୂଢ଼ ଲୋକମାନଙ୍କ ଦ୍ୱାରା ସମ୍ଭ୍ରମ ପ୍ରାପ୍ତ ହେଲା ଉତ୍ତାରେ ଆମ୍ଭେ ଯେ ସଦାପ୍ରଭୁ, ଏହା ମିସରୀୟ ଲୋକମାନେ ଜାଣିବେ।”


ତୁମ୍ଭେ ଅନ୍ୟ ଗୋଷ୍ଠୀୟମାନଙ୍କୁ ସ୍ୱହସ୍ତରେ ତଡ଼ିଦେଇ ସେମାନଙ୍କୁ ରୋପଣ କରିଥିଲ; ତୁମ୍ଭେ ଜନବୃନ୍ଦକୁ ନାଶ କରି ସେମାନଙ୍କୁ ବିସ୍ତାରିତ କରିଥିଲ।


ଆମ୍ଭେମାନେ ତାହାସବୁ ଶୁଣି ଜାଣିଅଛୁ ଓ ଆମ୍ଭମାନଙ୍କ ପିତୃଗଣ ଆମ୍ଭମାନଙ୍କୁ ଜଣାଇ ଅଛନ୍ତି।


ଯେପରି ଆଜି ମୁଁ କରୁଅଛି, ସେହିପରି ଜୀବିତ ଲୋକ, କେବଳ ଜୀବିତ ଲୋକ ତୁମ୍ଭର ପ୍ରଶଂସା କରିବ; ପିତା ସନ୍ତାନଗଣକୁ ତୁମ୍ଭର ସତ୍ୟତା ଜ୍ଞାତ କରାଇବ।


Swiv nou:

Piblisite


Piblisite