Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 10:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ଏଥିଉତ୍ତାରେ ମୋଶା ଆକାଶ ଆଡ଼େ ହସ୍ତ ବିସ୍ତାର କରନ୍ତେ, ତିନି ଦିନ ପର୍ଯ୍ୟନ୍ତ ମିସର ଦେଶର ସର୍ବତ୍ର ଏପରି ଗାଢ଼ ଅନ୍ଧକାର ହେଲା ଯେ, କେହି ପରସ୍ପରକୁ ଦେଖି ପାରିଲା ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ଅନନ୍ତର ମୋଶା ଆକାଶ ଆଡ଼େ ହସ୍ତ ବିସ୍ତାର କରନ୍ତେ, ତିନି ଦିନ ପର୍ଯ୍ୟନ୍ତ ମିସର ଦେଶର ସର୍ବତ୍ର ଏପରି ଗାଢ଼ ଅନ୍ଧକାର ହେଲା ଯେ, କେହି ଏକ ଆରେକକୁ ଦେଖି ପାରିଲା ନାହିଁ।

Gade chapit la Kopi

ଓଡିଆ ବାଇବେଲ

22 ଏଥିଉତ୍ତାରେ ମୋଶା ଆକାଶ ଆଡ଼େ ହସ୍ତ ବିସ୍ତାର କରନ୍ତେ, ତିନି ଦିନ ପର୍ଯ୍ୟନ୍ତ ମିସର ଦେଶର ସର୍ବତ୍ର ଏପରି ଗାଢ଼ ଅନ୍ଧକାର ହେଲା ଯେ, କେହି ପରସ୍ପରଙ୍କୁ ଦେଖି ପାରିଲା ନାହିଁ।

Gade chapit la Kopi

ପବିତ୍ର ବାଇବଲ

22 ତେଣୁ ସଦାପ୍ରଭୁଙ୍କର ଆଜ୍ଞା ଅନୁସାରେ ମୋଶା ତାଙ୍କର ହସ୍ତ ଆକାଶ ଆଡ଼କୁ ଉଠାଇଲେ। ତା'ପରେ ଅନ୍ଧକାର, ସାରା ମିଶର ଦେଶକୁ ଆଚ୍ଛାଦନ କଲା। ଏହି ଅନ୍ଧକାର ମିଶରରେ କ୍ରମାଗତ ତିନି ଦିନ ରହିଲା।

Gade chapit la Kopi




ଯାତ୍ରା ପୁସ୍ତକ 10:22
13 Referans Kwoze  

ସେ ଅନ୍ଧକାର ପଠାଇ ଦେଶକୁ ଅନ୍ଧକାରମୟ କଲେ; ଆଉ, ସେମାନେ ତାହାଙ୍କ ବାକ୍ୟର ବିରୁଦ୍ଧାଚରଣ କଲେ।


ପଞ୍ଚମ ଦୂତ ଆପଣା ପାତ୍ର ସେହି ପଶୁର ସିଂହାସନ ଉପରେ ଢାଳିଲେ; ତହୁଁ ତାହାର ରାଜ୍ୟ ଅନ୍ଧକାରମୟ ହେଲା, ଆଉ ଲୋକମାନେ ବେଦନା ହେତୁ ଆପଣା ଆପଣା ଜିହ୍ୱା କାମୁଡ଼ିବାକୁ ଲାଗିଲେ;


କାରଣ ଦେଖ, ଯେ ପର୍ବତଗଣ ନିର୍ମାଣ କରନ୍ତି, ବାୟୁକୁ ସୃଷ୍ଟି କରନ୍ତି ଓ ମନୁଷ୍ୟ ପ୍ରତି ତାହାର ଚିନ୍ତା ପ୍ରକାଶ କରନ୍ତି, ଯେ ଅରୁଣକୁ ଅନ୍ଧକାରମୟ କରନ୍ତି ଓ ପୃଥିବୀର ଉଚ୍ଚସ୍ଥଳୀସକଳର ଉପରେ ଗମନାଗମନ କରନ୍ତି। ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର ତାହାଙ୍କର ନାମ।


ସଦାପ୍ରଭୁଙ୍କର ମହତ୍ ଓ ଭୟଙ୍କର ଦିନର ଆଗମନର ପୂର୍ବେ ସୂର୍ଯ୍ୟ ଅନ୍ଧକାର ଓ ଚନ୍ଦ୍ର ରକ୍ତ ହୋଇଯିବ।


ତାହା ତିମିର ଓ ଅନ୍ଧକାରମୟ ଦିନ, ତାହା ମେଘାଚ୍ଛନ୍ନ ଓ ନିବିଡ଼ ଅନ୍ଧକାରମୟ ଦିନ, ପର୍ବତଗଣର ଉପରେ ଅରୁଣ ତୁଲ୍ୟ ତାହା ବ୍ୟାପ୍ତ ହେଉଅଛି; ମହତୀ ଓ ବଳବତୀ ଏକ ଗୋଷ୍ଠୀ, ତାହାରି ସଦୃଶ ଗୋଷ୍ଠୀ କେବେ ହୋଇ ନାହିଁ, କିଅବା ସେମାନଙ୍କ ଉତ୍ତାରେ ଅନେକ ଅନେକ ପିଢ଼ିର ବର୍ଷ ପର୍ଯ୍ୟନ୍ତ ହେବ ନାହିଁ।


ସଦାପ୍ରଭୁ ପର୍ବତରେ ଅଗ୍ନି ଓ ମେଘ ଓ ଘୋର ଅନ୍ଧାର ମଧ୍ୟରୁ ତୁମ୍ଭମାନଙ୍କର ସମସ୍ତ ସମାଜ ପ୍ରତି ଏହି ସମସ୍ତ ବାକ୍ୟ ଉଚ୍ଚସ୍ୱରରେ କହିଲେ, ଆଉ କିଛି କହିଲେ ନାହିଁ। ତହୁଁ ସେ ଏହି ସମସ୍ତ କଥା ଦୁଇ ଖଣ୍ଡ ପ୍ରସ୍ତର ପଟାରେ ଲେଖି ମୋତେ ସମର୍ପଣ କଲେ।


ତହୁଁ ତୁମ୍ଭେମାନେ ନିକଟବର୍ତ୍ତୀ ହୋଇ ପର୍ବତ ତଳେ ଠିଆ ହେଲ; ସେହି ସମୟରେ ସେହି ପର୍ବତ ଅନ୍ଧକାର, ମେଘ ଓ ଘୋର ଅନ୍ଧାରରେ ବ୍ୟାପ୍ତ ହୋଇ ଗଗନର ମଧ୍ୟ ପର୍ଯ୍ୟନ୍ତ ଅଗ୍ନିରେ ଜ୍ୱଳିଲା।


ତେଣୁ ଲୋକମାନେ ଦୂରରେ ଠିଆ ହୋଇ ରହିଲେ; ମାତ୍ର ଯେଉଁଠାରେ ପରମେଶ୍ୱର ଥିଲେ, ମୋଶା ସେହି ଘୋର ଅନ୍ଧକାର ନିକଟକୁ ଗମନ କଲେ।


“ଆହୁରି, ଶସ୍ୟ ପାଚିବାର ତିନି ମାସ ପୂର୍ବେ ଆମ୍ଭେ ତୁମ୍ଭମାନଙ୍କଠାରୁ ବୃଷ୍ଟି ନିବାରଣ କରିଅଛୁ; ପୁଣି, ଏକ ନଗରରେ ଜଳ ବର୍ଷାଇ ଅଛୁ ଓ ଅନ୍ୟ ନଗରରେ ଜଳ ବର୍ଷାଇ ନାହୁଁ; ଏକ କ୍ଷେତ୍ରରେ ବୃଷ୍ଟି ହେଲା ଓ ଯେଉଁ କ୍ଷେତ୍ରରେ ବୃଷ୍ଟି ହେଲା ନାହିଁ, ତାହା ଶୁଷ୍କ ହେଲା।


ସେମାନେ ଦିନ ବେଳେ ଅନ୍ଧକାରଗ୍ରସ୍ତ ହୁଅନ୍ତି, ପୁଣି ମଧ୍ୟାହ୍ନରେ ରାତ୍ରିକାଳର ନ୍ୟାୟ ଦରାଣ୍ଡି ହୁଅନ୍ତି।


ପୁଣି, ସେମାନେ ଭୂମି ଆଡ଼େ ନିରୀକ୍ଷଣ କରିବେ, ଆଉ ଦେଖ, ସଙ୍କଟ ଓ ଅନ୍ଧକାର, ଯାତନାରୂପ ତିମିର; ପୁଣି, ସେମାନେ ନିବିଡ଼ ଅନ୍ଧକାରକୁ ତାଡ଼ିତ ହେବେ।


ପୁଣି, ଆମ୍ଭେ ତୁମ୍ଭକୁ ନିର୍ବାଣ କରିବା ସମୟରେ ଆକାଶକୁ ଆଚ୍ଛନ୍ନ କରିବା ଓ ତହିଁର ନକ୍ଷତ୍ରଗଣକୁ ଅନ୍ଧକାରମୟ କରିବା; ଆମ୍ଭେ ସୂର୍ଯ୍ୟକୁ ମେଘାଚ୍ଛନ୍ନ କରିବା ଓ ଚନ୍ଦ୍ର ଆପଣାର ଜ୍ୟୋତ୍ସ୍ନା ଦେବ ନାହିଁ।


ଆକାଶର ସକଳ ଉଜ୍ଜ୍ୱଳ ଜ୍ୟୋତିକୁ ଆମ୍ଭେ ତୁମ୍ଭ ଉପରେ ଅନ୍ଧକାରମୟ କରିବା ଓ ତୁମ୍ଭ ଦେଶ ଉପରେ ଅନ୍ଧକାର ସ୍ଥାପନ କରିବା, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।


Swiv nou:

Piblisite


Piblisite