Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 10:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ଓ ତିନି ଦିନ ପର୍ଯ୍ୟନ୍ତ କେହି ଆପଣା ସ୍ଥାନରୁ ଉଠି ପାରିଲେ ନାହିଁ; ମାତ୍ର ଇସ୍ରାଏଲ-ସନ୍ତାନଗଣର ସମସ୍ତ ବାସ ସ୍ଥାନରେ ଆଲୁଅ ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ଓ ତିନି ଦିନ ପର୍ଯ୍ୟନ୍ତ କେହି ଆପଣା ସ୍ଥାନରୁ ଉଠି ପାରିଲା ନାହିଁ; ମାତ୍ର ଇସ୍ରାଏଲ-ସନ୍ତାନଗଣର ସମସ୍ତ ବାସସ୍ଥାନରେ ଆଲୁଅ ଥିଲା।

Gade chapit la Kopi

ଓଡିଆ ବାଇବେଲ

23 ଓ ତିନି ଦିନ ପର୍ଯ୍ୟନ୍ତ କେହି ଆପଣା ସ୍ଥାନରୁ ଉଠି ପାରିଲେ ନାହିଁ; ମାତ୍ର ଇସ୍ରାଏଲ ସନ୍ତାନଗଣର ସମସ୍ତ ବାସ ସ୍ଥାନରେ ଆଲୁଅ ଥିଲା।

Gade chapit la Kopi

ପବିତ୍ର ବାଇବଲ

23 ଜଣେ ବ୍ୟକ୍ତି ଅନ୍ୟ ଜଣକୁ ଦେଖି ପାରିଲା ନାହିଁ। କେହି କୁଆଡ଼େ ଯାଇ ପାରିଲେ ନାହିଁ। କିନ୍ତୁ ଯେଉଁଠାରେ ଇସ୍ରାଏଲୀୟମାନେ ବାସ କରୁଥିଲେ ସେଠାରେ ଅନ୍ଧକାର ନ ଥିଲା।

Gade chapit la Kopi




ଯାତ୍ରା ପୁସ୍ତକ 10:23
15 Referans Kwoze  

ପୁଣି, ପୃଥିବୀ ମଧ୍ୟରେ କେବଳ ଆମ୍ଭେ ସଦାପ୍ରଭୁ ଅଟୁ, ଏହା ତୁମ୍ଭକୁ ଜଣାଇବା ନିମନ୍ତେ ସେହି ଦିନ ଆମ୍ଭ ଲୋକମାନଙ୍କ ନିବାସ ସ୍ଥାନ ଗୋଶନ ପ୍ରଦେଶ ଭିନ୍ନ କରିବା; ସେଠାରେ ଦଂଶକାଦିର ଝିଙ୍କ ହେବ ନାହିଁ।


କିନ୍ତୁ ଯେ ତୁମ୍ଭମାନଙ୍କୁ ଅନ୍ଧକାରରୁ ଆପଣା ଆଶ୍ଚର୍ଯ୍ୟ ଆଲୋକ ମଧ୍ୟକୁ ଆହ୍ୱାନ କରିଅଛନ୍ତି, ତୁମ୍ଭେମାନେ ଯେପରି ତାହାଙ୍କ ଗୁଣ କୀର୍ତ୍ତନ କର, ଏଥିନିମନ୍ତେ ତୁମ୍ଭେମାନେ ଏକ ମନୋନୀତ ବଂଶ, ରାଜକୀୟ ଯାଜକବର୍ଗ, ପବିତ୍ର ଜାତି ପୁଣି, ଈଶ୍ବରଙ୍କ ନିଜସ୍ୱ ପ୍ରଜା ହୋଇଅଛ।


ପୁଣି, ଆମ୍ଭେ ଅନ୍ଧମାନଙ୍କୁ ସେମାନଙ୍କର ଅଜ୍ଞାତ ପଥ ଦେଇ ଆଣିବା; ଯେଉଁ ମାର୍ଗ ସେମାନେ ଜାଣନ୍ତି ନାହିଁ, ସେହି ସବୁ ମାର୍ଗରେ ସେମାନଙ୍କୁ କଢ଼ାଇବା; ଆମ୍ଭେ ସେମାନଙ୍କ ସମ୍ମୁଖରେ ଅନ୍ଧକାରକୁ ଆଲୁଅ ଓ ବକ୍ରସ୍ଥାନସବୁକୁ ସଳଖ କରିବା। ଏହିସବୁ କାର୍ଯ୍ୟ ଆମ୍ଭେ କରି ସେମାନଙ୍କୁ ପରିତ୍ୟାଗ କରିବା ନାହିଁ।


ମାତ୍ର ସଦାପ୍ରଭୁ ଇସ୍ରାଏଲୀୟମାନଙ୍କ ଓ ମିସରୀୟମାନଙ୍କ ପଶୁଗଣ ମଧ୍ୟରେ ପ୍ରଭେଦ କରିବେ; ତହିଁରେ ଇସ୍ରାଏଲ ସନ୍ତାନମାନଙ୍କର କୌଣସି ପଶୁ ମରିବ ନାହିଁ।’”


ସେ ଆମ୍ଭମାନଙ୍କୁ ଅନ୍ଧକାରର କ୍ଷମତାରୁ ଉଦ୍ଧାର କରି ଆପଣା ପ୍ରେମପାତ୍ର ପୁତ୍ରଙ୍କ ରାଜ୍ୟ ମଧ୍ୟକୁ ସ୍ଥାନାନ୍ତର କରିଅଛନ୍ତି;


ସେତେବେଳେ ତୁମ୍ଭେମାନେ, ଧାର୍ମିକ ଓ ଦୁଷ୍ଟ, ଯେ ପରମେଶ୍ୱରଙ୍କ ସେବା କରେ ଓ ଯେ ତାହାଙ୍କର ସେବା ନ କରେ, ସେମାନଙ୍କ ମଧ୍ୟରେ ପ୍ରଭେଦ ଦେଖିବ।


ତହିଁରେ ସେମାନେ ସଦାପ୍ରଭୁଙ୍କୁ ଡାକ ପକାନ୍ତେ, ସେ ତୁମ୍ଭମାନଙ୍କ ଓ ମିସରୀୟମାନଙ୍କ ମଧ୍ୟରେ ଅନ୍ଧକାର ସ୍ଥାପନ କଲେ, ଆଉ ସେମାନଙ୍କ ଉପରକୁ ସମୁଦ୍ର ଆଣି ସେମାନଙ୍କୁ ଆଚ୍ଛନ୍ନ କଲେ; ଆମ୍ଭେ ମିସରରେ ଯାହା କଲୁ; ତାହା ତୁମ୍ଭମାନଙ୍କ ଚକ୍ଷୁ ଦେଖିଲା, ତହିଁ ଉତ୍ତାରେ ତୁମ୍ଭେମାନେ ଅନେକ ଦିନ ପ୍ରାନ୍ତରରେ ବାସ କଲ।


ସେହି ମେଘସ୍ତମ୍ଭ ମିସରୀୟ ଦଳ ଓ ଇସ୍ରାଏଲୀୟ ଦଳ ମଧ୍ୟକୁ ଆସିଲା, ପୁଣି, ମେଘ ଓ ଅନ୍ଧକାର ହେଲେ ହେଁ ତାହା ରାତ୍ରିକୁ ଆଲୋକମୟ କଲା; ଏଥିପାଇଁ ସମସ୍ତ ରାତ୍ରି ଏକ ଦଳ ଅନ୍ୟ ଦଳ ନିକଟକୁ ଆସି ପାରିଲେ ନାହିଁ।


କେବଳ ଇସ୍ରାଏଲ-ସନ୍ତାନଗଣର ବାସସ୍ଥାନ ଗୋଶନ ପ୍ରଦେଶରେ ଶିଳାବୃଷ୍ଟି ହେଲା ନାହିଁ।


“ଆହୁରି, ଶସ୍ୟ ପାଚିବାର ତିନି ମାସ ପୂର୍ବେ ଆମ୍ଭେ ତୁମ୍ଭମାନଙ୍କଠାରୁ ବୃଷ୍ଟି ନିବାରଣ କରିଅଛୁ; ପୁଣି, ଏକ ନଗରରେ ଜଳ ବର୍ଷାଇ ଅଛୁ ଓ ଅନ୍ୟ ନଗରରେ ଜଳ ବର୍ଷାଇ ନାହୁଁ; ଏକ କ୍ଷେତ୍ରରେ ବୃଷ୍ଟି ହେଲା ଓ ଯେଉଁ କ୍ଷେତ୍ରରେ ବୃଷ୍ଟି ହେଲା ନାହିଁ, ତାହା ଶୁଷ୍କ ହେଲା।


ସଦାପ୍ରଭୁ ନଦୀକୁ ଆଘାତ କଲା ଉତ୍ତାରେ ସାତ ଦିନ ସମ୍ପୂର୍ଣ୍ଣ ହେଲା।


ସେତେବେଳେ ମନ୍ତ୍ରଜ୍ଞମାନେ ଆପଣା ଆପଣା ମାୟାରେ ସେପ୍ରକାର ଉକୁଣିଆ ପୋକ ଉତ୍ପନ୍ନ କରିବାକୁ ଚେଷ୍ଟା କଲେ, ମାତ୍ର ପାରିଲେ ନାହିଁ; ତହିଁରେ ମନୁଷ୍ୟ ଓ ପଶୁମାନଙ୍କ ଉପରେ ଉକୁଣିଆ ପୋକ ହେଲା।


ତେବେ ମନ୍ତ୍ରଜ୍ଞମାନେ ଫାରୋଙ୍କୁ କହିଲେ, “ଏ ତ ପରମେଶ୍ୱରଙ୍କ ଅଙ୍ଗୁଳିକୃତ କର୍ମ,” ତଥାପି ସଦାପ୍ରଭୁଙ୍କ ବାକ୍ୟାନୁସାରେ ଫାରୋଙ୍କର ହୃଦୟ କଠିନ ହେଲା, ପୁଣି, ସେ ସେମାନଙ୍କ ବାକ୍ୟରେ ମନୋଯୋଗ କଲେ ନାହିଁ।


Swiv nou:

Piblisite


Piblisite