Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 10:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ମାତ୍ର ସଦାପ୍ରଭୁ ଫାରୋଙ୍କର ହୃଦୟ କଠିନ କଲେ, ପୁଣି, ସେ ସେମାନଙ୍କୁ ଯିବାକୁ ଦେବା ପାଇଁ ସମ୍ମତ ହେଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

27 ମାତ୍ର ସଦାପ୍ରଭୁ ଫାରୋଙ୍କର ହୃଦୟ କଠିନ କଲେ, ପୁଣି ସେ ସେମାନଙ୍କୁ ଛାଡ଼ି ଦେବାକୁ ସମ୍ମତ ହେଲେ ନାହିଁ।

Gade chapit la Kopi

ଓଡିଆ ବାଇବେଲ

27 ମାତ୍ର ସଦାପ୍ରଭୁ ଫାରୋଙ୍କର ହୃଦୟ କଠିନ କଲେ, ପୁଣି, ସେ ସେମାନଙ୍କୁ ଯିବାକୁ ଦେବା ପାଇଁ ସମ୍ମତ ହେଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ

27 ସଦାପ୍ରଭୁ ଫାରୋଙ୍କର ହୃଦୟକୁ ପୁଣି କଠୋର କଲେ, ତେଣୁ ଫାରୋ ସେମାନଙ୍କୁ ଆଉ ଯିବାକୁ ଦେଲେ ନାହିଁ।

Gade chapit la Kopi




ଯାତ୍ରା ପୁସ୍ତକ 10:27
9 Referans Kwoze  

ମାତ୍ର ସଦାପ୍ରଭୁ ଫାରୋଙ୍କର ହୃଦୟ କଠିନ କଲେ, ପୁଣି, ସେ ଇସ୍ରାଏଲ-ସନ୍ତାନଗଣଙ୍କୁ ଯିବାକୁ ଦେଲେ ନାହିଁ।


ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ସାବଧାନ, ତୁମ୍ଭେ ମିସରକୁ ଫେରିଗଲେ, ଆମ୍ଭେ ତୁମ୍ଭ ହସ୍ତରେ ଯେସବୁ ଆଶ୍ଚର୍ଯ୍ୟକର୍ମ କରିବାକୁ ଦେଇଅଛୁ, ତାହା ଫାରୋ ସାକ୍ଷାତରେ କରିବ; ମାତ୍ର ଆମ୍ଭେ ତାହାର ମନ କଠିନ କରିବା; ତହିଁରେ ସେ ଲୋକମାନଙ୍କୁ ଯିବାକୁ ଦେବ ନାହିଁ।”


ଆଉ ସଦାପ୍ରଭୁ ମିସରୀୟ ରାଜା ଫାରୋଙ୍କର ହୃଦୟ କଠିନ କରନ୍ତେ, ସେ ଇସ୍ରାଏଲ-ସନ୍ତାନଗଣର ପଛେ ପଛେ ଗୋଡ଼ାଇଲେ; ସେତେବେଳେ ଇସ୍ରାଏଲ ସନ୍ତାନମାନେ ଊର୍ଦ୍ଧ୍ୱ ହସ୍ତରେ ଯାତ୍ରା କରୁଥିଲେ।


ଆଉ, ଆମ୍ଭେ ଫାରୋର ହୃଦୟ କଠିନ କରିବା, ତହିଁରେ ସେ ସେମାନଙ୍କ ପଛେ ପଛେ ଦୌଡ଼ିବ; ପୁଣି, ଆମ୍ଭେ ଫାରୋ ଓ ତାହାର ସକଳ ସୈନ୍ୟ ଦ୍ୱାରା ସମ୍ଭ୍ରମ ପାଇବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ, ଏହା ମିସରୀୟ ଲୋକମାନେ ଜାଣିବେ।” ତହୁଁ ସେମାନେ ସେହିପରି କଲେ।


ଯେଉଁ ଅବଶିଷ୍ଟ ମନୁଷ୍ୟମାନେ ଏହି ସମସ୍ତ କ୍ଲେଶ ଦ୍ୱାରା ବଧ କରାଯାଇ ନ ଥିଲେ, ସେମାନେ ଆପଣା ଆପଣା ହସ୍ତକୃତ କର୍ମରୁ ମନ-ପରିବର୍ତ୍ତନ କଲେ ନାହିଁ, ଅର୍ଥାତ୍‍ ଭୂତମାନଙ୍କ ପୂଜା, ପୁଣି, ଦର୍ଶନ, ଶ୍ରବଣ ଓ ଗମନ କରିବାକୁ ଅସମର୍ଥ ସୁବର୍ଣ୍ଣ, ରୌପ୍ୟ, ପିତ୍ତଳ, ପ୍ରସ୍ତର ଓ କାଠରେ ତିଆରି ପ୍ରତିମାର ପୂଜା ପରିତ୍ୟାଗ କଲେ ନାହିଁ,


ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଫାରୋ ନିକଟକୁ ଯାଅ; କାରଣ ଆମ୍ଭେ ଯେପରି ଲୋକମାନଙ୍କ ମଧ୍ୟରେ ଏହି ସକଳ ଚିହ୍ନ ଦର୍ଶାଇବା,


ଅତଏବ, ସେ ଯାହାକୁ ଇଚ୍ଛା କରନ୍ତି, ତାହାକୁ ଦୟା କରନ୍ତି, ପୁଣି, ଯାହାକୁ ଇଚ୍ଛା କରନ୍ତି, ତାହାକୁ କଠିନ କରନ୍ତି।


ପୁଣି, ମୋଶା ଓ ହାରୋଣ ଫାରୋଙ୍କ ସମ୍ମୁଖରେ ଏହି ସମସ୍ତ ଆଶ୍ଚର୍ଯ୍ୟକର୍ମ କରିଥିଲେ; ମାତ୍ର ସଦାପ୍ରଭୁ ଫାରୋଙ୍କର ହୃଦୟ କଠିନ କରନ୍ତେ, ସେ ଆପଣା ଦେଶରୁ ଇସ୍ରାଏଲ-ସନ୍ତାନଗଣଙ୍କୁ ଯିବାକୁ ଦେଲେ ନାହିଁ।


Swiv nou:

Piblisite


Piblisite